Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ମାଲକାନଗିରିରେ ୪ ଜଣଙ୍କ ମୃତ୍ୟୁ ଘଟଣା, ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ରାଜ୍ୟ ଖବର

ମାଲକାନଗିରିରେ ୪ ଜଣଙ୍କ ମୃତ୍ୟୁ ଘଟଣା, ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 2, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
Naveen
ମାଲକାନଗିରିରେ ୪ ଜଣଙ୍କ ମୃତ୍ୟୁ ଘଟଣା, ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଗତକାଲି ମାଲକାନଗିରି ଜିଲ୍ଲାରେ କାଳବୈଶାଖୀ ଯୋଗୁ ବ୍ୟାପକ କ୍ଷୟକ୍ଷତି ସହିତ ଦୁଇଟି ଭିନ୍ନଭିନ୍ନ ଦୂର୍ଘଟଣାରେ ଚାରି ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଯୋଗୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।

ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହିତ ମୃତକଙ୍କ ନିକଟତମ ଆତ୍ମୀୟ ମାନଙ୍କ ପାଇଁ ଚାରି ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ଏ ସହାୟତା ପ୍ରଦାନ କରିବା ପାଇଁ ସେ ସ୍ୱତନ୍ତ୍ର ରିଲିଫ କମିଶନରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାଯୋଗ୍ୟ ଯେ, କାଳବୈଶାଖୀ ଯୋଗୁ ମାଲକାନଗିରିରେ ଡଙ୍ଗା ବୁଡି ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଏୟାରଷ୍ଟ୍ରିପର ପାଚେରୀ ଭୁଷୁଡି ଦୁଇଜଣଙ୍କ ମୃତ୍ୟୁ ଘଟିଛି। ଏତତ୍‌ବ୍ୟତିତ ଆହାତମାନଙ୍କୁ ବିନା ମୂଲ୍ୟରେ ଉନ୍ନତମାନର ଚିକିତ୍ସା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ସେହିପରି ଗଂଜାମ ଜିଲ୍ଲାର ଛତ୍ରପୁର ବ୍ଲକରେ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳରେ ଗାଧେଇବା ବେଳେ ଦୁଇଜଣ ଛାତ୍ରୀଙ୍କ ମୃତ୍ୟୁ ଯୋଗୁ ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିବା ସହିତ ସେମାନଙ୍କ ପରିବାରର ନିକଟତମ ଆତ୍ମୀୟଙ୍କୁ ଚାରି ଲକ୍ଷ ଟଙ୍କା ଲେଖାଏ ସହାୟତା ଘୋଷଣା କରିଛନ୍ତି। ମୃତ ଛାତ୍ରୀଙ୍କ ପରିବାରବର୍ଗଙ୍କ ପ୍ରତି ମୁଖ୍ୟମନ୍ତ୍ରୀ ସମବେଦନା ପ୍ରକାଶ କରିଛନ୍ତି।

naveen କାଳବୈଶାଖୀ କାଳବୈଶାଖୀ କ୍ଷୟକ୍ଷତି ମାଲକାନଗିରି
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଭୃ ଜଗନ୍ନାଥଙ୍କ ସଂଗୀତକୁ ନେଇ ରବିନ୍ଦ୍ର ମଣ୍ଡପରେ ହେବ ତିନିଦିନିଆ ଉତ୍ସବ-ଗୁହାରି

July 17, 2026

ଗୁଣ୍ଡିଚା ମନ୍ଦିର ଆଗରେ ତିନି ରଥ, ଶନିବାର ଦିନି ତିନିଠାକୁରଙ୍କ ଆଡପ ମଣ୍ଡପ ବିଜେ

July 17, 2026

ରାଜ୍ୟସଭାରେ ପ୍ରଥମେ ବନ୍ଦେ ମାତରମ୍ ବିଲ୍ ଆଗତ କରିବେ ଗୃହମନ୍ତ୍ରୀ: ଅପମାନ କଲେ ମିଳିବ କଠୋର ଦଣ୍ଡ 

July 17, 2026

ଭାରତରେ ପ୍ଲାଷ୍ଟିକ୍ ନୋଟ୍ ପ୍ରଚଳନ ପାଇଁ ପ୍ରସ୍ତୁତି ଶେଷ: RBI ନେଲା ବଡ଼ ପଦକ୍ଷେପ

July 17, 2026
Latest News

ଭାରତରେ ନମାଜ ସମ୍ପୂର୍ଣ୍ଣ ନିଷେଧ ହେବ କି?: ରାଷ୍ଟ୍ରପତିଙ୍କୁ ଚିଠି ଲେଖିଲେ ଅଯୋଧ୍ୟାର ସନ୍ଥ

July 17, 2026

ପ୍ରଭୃ ଜଗନ୍ନାଥଙ୍କ ସଂଗୀତକୁ ନେଇ ରବିନ୍ଦ୍ର ମଣ୍ଡପରେ ହେବ ତିନିଦିନିଆ ଉତ୍ସବ-ଗୁହାରି

July 17, 2026

ଟ୍ରମ୍ଫଙ୍କ ହତ୍ୟା ପାଇଁ ପୁରସ୍କାର ଘୋଷଣା କଲା ଇରାନ ସମର୍ଥିତ ଇରାକୀ ଆତଙ୍କବାଦୀ ସଂଗଠନ

July 17, 2026

ପାଞ୍ଚ ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ ଗିରଫ କଲା ଗୁଜୁରାଟ ATS: ଚାଞ୍ଚଲ୍ୟକର ଖୁଲାସା

July 17, 2026

ଗୁଣ୍ଡିଚା ମନ୍ଦିର ଆଗରେ ତିନି ରଥ, ଶନିବାର ଦିନି ତିନିଠାକୁରଙ୍କ ଆଡପ ମଣ୍ଡପ ବିଜେ

July 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.