Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ରଜରେ ସମସ୍ତେ କାହିଁକି ପାନ ଖାଇଥାନ୍ତି ? କିଛି କାରଣ ରହିଛି କି ?
ରାଜ୍ୟ ଖବର

ରଜରେ ସମସ୍ତେ କାହିଁକି ପାନ ଖାଇଥାନ୍ତି ? କିଛି କାରଣ ରହିଛି କି ?

June 13, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ରଜରେ ସମସ୍ତେ ପାନ କାହିଁକି ଖାଇଥାନ୍ତି ? କିଛି କାରଣ ରହିଛି କି ?

ଭୁବନେଶ୍ବର: ରଜ ହେଉଛି ଓଡିଶାର ଏକ ଗଣପର୍ବ। ଏହି ପର୍ବ ସମୟରେ ଗାଁଗଣ୍ଡା ଉଛୁଳି ପଡେ। ବିଶେଷ କରି ଝିଅମାନଙ୍କର ଏହି ପର୍ବ ବେଶ ଆନନ୍ଦ ଦାୟକ। ତେବେ ଏହି ରଜରେ ଏକ ବହୁଳ ବ୍ୟବହାର ଜିନିଷ ହେଉଛି ପାନ। ସାଧାରଣତଃ ଅନେକ ଲୋକ ପାନ ଦୈନିକ ବ୍ୟବହାର କରିଥାନ୍ତି। ହେଲେ ରଜରେ ପ୍ରାୟ ସମସ୍ତେ ପାନ ଖାଇବାକୁ ପସନ୍ଦ କରିଥାନ୍ତି। ବିଶେଷ କରି ଝିଅମାନେ ରଜ ତିନିଦିନ ପାନଖାଇ ପାଟି ଲାଲ କରି ଗାଁ ଦାଣ୍ଡରେ ବୁଲିଥାନ୍ତି।

ପାନ ଓଡିଆ ସଂସ୍କୃତିରେ କାହିଁ କେଉଁ କାଳରୁ ରହିଆସିଛି। ଭୋଜନ ଶେଷରେ ତାମ୍ବୁଳ ସେବା ଏକ ପ୍ରାଣମୟ ବ୍ୟବସ୍ଥା । ଓଡ଼ିଆଙ୍କ ଇଷ୍ଟ ଦେବାତା ଜଗନ୍ନାଥ ପ୍ରତିଦିନ ଭୋଜନ ପରେ ତାମ୍ବୁଳ ସେବା କରି ନିଦ୍ରା ଯାଆନ୍ତି । ପାନ ହେଉଛି ମୁଖବାସ, ପରିତୋଷ । ରଜ ସହିତ ପାନ ଯୋଡ଼ିହେବା ପଛରେ କଥା ଅଛି, ଏହା ବନ୍ଧୁତାର ଡେ଼ାରିକୁ ସୁଦୃଢ କରିଥାଏ । ରଜରେ ଝିଅମାନେ ସମସ୍ତଙ୍କୁ ପାନ ଦବାନବା କରି ବନ୍ଦୁତ୍ବ ସଂପର୍କକୁ ସୁଦୃଢ କରିଥାନ୍ତି।

ଆୟୁର୍ବେଦ ଶାସ୍ତ୍ର ଅନୁସାରେ ପାନ ହେଉଛି ଜୀର୍ଣ୍ଣକାରକ ଏବଂ କୃମିନାଶକ । ପାନରେ ଦିଆଯାଉଥିବା ଚୂନ ଲୌହଶକ୍ତି ପୂର୍ଣ୍ଣ ବା କ୍ୟାଲସିଅମ ଏବଂ ଖଇର ଦାନ୍ତକୁ ମଜଭୁତ କରିଥାଏ । ରଜ ପାନର ଚମକ ଓ ମହକ ସାରାବର୍ଷର ପାନକୁ ବଳିଯାଏ। ରଜପାନରେ ଗୁଆ, ଅଳେଇଚ, ଗୁଜୁରାତି, ଭଜା ଧନିଆ,  ନଡିଆ ଖଣ୍ଡ, ଚେରି, ଲବଙ୍ଗ, କବାବଚିନି, ଚୁଆ, ପାନ ମହୁରି, ସୁବାସିତ ଜାଫ୍ରାନ କେଶର, ଖଇର ପରି ୧୦ରୁ ୧୨ ପ୍ରକାର ମସଲା ବ୍ୟବହୃତ ହୁଏ ।

ଏହାକୁ ବିଭିନ୍ନ ଢଙ୍ଗରେ ମଧ୍ୟ ଭଙ୍ଗା ଯାଇଥାଏ। ସେଥିମଧ୍ୟରେ ରହିଛି ତ୍ରିଭଙ୍ଗି, ଚଉଭଙ୍ଗି ଆକୃତି ଦେଇ ଉପରେ ଲବଙ୍ଗ ଖୋସି ଅତି ସୁନ୍ଦର ଭାବେ ଥାଳିରେ ସଜାଇ ଦିଆଯାଏ । ସାଧାରଣ ଦିନର ପାନଠାରୁ ରଜପାନର ସ୍ୱାଦ ସ୍ୱତନ୍ତ୍ର । ରଜ ଆସିଲେ ବଜାରରେ ମଧ୍ୟ ପାନର ଦର ବଢିଯାଏ । ଏପରିକି ପାନ ଦୋକାନୀମାନେ ରଜ ସମୟରେ ପାନ ବିକ୍ରି କରିବା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରିଥାନ୍ତି। ରଜ ଏକ ସଂପର୍କର ବାନ୍ଧିବାର ପର୍ବ ହୋଇଥିବାରୁ ପାନ ତାହାର ମାଧ୍ୟମ ହୋଇଆସିଛି।

RajaSankranti ରଜପାନ
Share. Facebook Twitter LinkedIn Email WhatsApp Copy Link

Related Posts

ବିଶ୍ୱକପରେ ଭାରତର ବୃହତ ବିଜୟ: ପୁଣି ପାକିସ୍ତାନକୁ ଚଟାଇଲା ଧୂଳି

August 19, 2026

ଅନଲାଇନ୍ ଚାଳକଙ୍କ ବିଶୃଙ୍ଖଳା ଘଟଣା: ୪୦୦ ଗାଡ଼ିର ପରମିଟ୍ ବାତିଲ ପାଇଁ ପ୍ରକ୍ରିୟା ଆରମ୍ଭ

August 19, 2026

ଘୋଷଣା ହେଲା ୪୭ତମ ଶାରଳା ପୁରସ୍କାର: ‘ବିଶ୍ବାସ ଦେ ପୃଥିବୀ’ ପାଇଁ ସମ୍ମାନିତ ହେବେ ଡ. ଆଶୁତୋଷ ପରିଡ଼ା

August 19, 2026

Online drivers protest: ମାଷ୍ଟରକ୍ୟାଣ୍ଟିନ୍‌ରେ ଅନ୍‌ଲାଇନ୍‌ ଚାଳକଙ୍କ ତାଣ୍ଡବ, ୧୫ରୁ ଅଧିକ ଗାଡ଼ି ଭଙ୍ଗାରୁଜା

August 19, 2026
Latest News

ଜାମ୍ମୁ କାଶ୍ମୀର ପ୍ରସଙ୍ଗରେ ଆମେରିକାର ରାଷ୍ଟ୍ରଦୂତଙ୍କ ବିବୃତ୍ତି ପରେ ପାକିସ୍ତାନର ବିରୋଧ

August 20, 2026

ଜୟପୁରରେ ୨ୟ ବ୍ରିକ୍ସ ପର୍ଯ୍ୟଟନ କାର୍ଯ୍ୟଗୋଷ୍ଠୀ ବୈଠକ

August 20, 2026

ଆଜି ଅଗଷ୍ଟ ୨୦ ତାରିଖ ଗୁରୁବାର ରାଶିଫଳ, କେମିତି କଟିବ ଆଜିର ଦିନ

August 20, 2026

ବିଶ୍ୱକପରେ ଭାରତର ବୃହତ ବିଜୟ: ପୁଣି ପାକିସ୍ତାନକୁ ଚଟାଇଲା ଧୂଳି

August 19, 2026

ଜମି ବିବାଦରୁ କାକାଙ୍କୁ ହତ୍ୟା ଅଭିଯୋଗ: ଦୁଇ ଅଭିଯୁକ୍ତ ଗିରଫ

August 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.