Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ ପକ୍ଷରୁ ରଜ ମହୋତ୍ସବ ଉଦ୍‌ଘାଟିତ
ରାଜ୍ୟ ଖବର

ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ ପକ୍ଷରୁ ରଜ ମହୋତ୍ସବ ଉଦ୍‌ଘାଟିତ

June 13, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ ପକ୍ଷରୁ ରଜ ମହୋତ୍ସବ ଉଦ୍‌ଘାଟିତ

ଭୁବନେଶ୍ୱର: ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ ପକ୍ଷରୁ ଭୁବନେଶ୍ୱରସ୍ଥିତ ପାନ୍ଥନିବାସରେ ରଜ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଏହାକୁ ପର୍ଯ୍ୟଟନ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ କୁମାର ପାତ୍ର ଓଟିଡିସିର ଅଧ୍ୟକ୍ଷ ଡ. ଲେନିନ୍‌ ମହାନ୍ତି ଏବଂ ଜେନେରାଲ ମ୍ୟାନେଜର ଶ୍ରୀ ଲଗ୍ନଜିତ ରାଉତଙ୍କ ଉପସ୍ଥିତିରେ ଉଦ୍‌ଘାଟନ କରିଥିଲେ। ଏହି ତିନିଦିନିଆ ଉତ୍ସବ ଚଳିତ ମାସ ୧୪ରୁ ୧୬ ତାରିଖ ପର୍ଯ୍ୟନ୍ତ ପାଳନ କରାଯିବ।

ଏହି ଉତ୍ସବରେ ଯୋଗଦେଇ ମନ୍ତ୍ରୀ ଶ୍ରୀ ପାତ୍ର କହିଛନ୍ତି ଯେ ରଜକୁ ଆହୁରି ଆକର୍ଷଣୀୟ କରିବା ନିମନ୍ତେ ଓଟିଡିସି ସମୁଚିତ ପଦକ୍ଷେପ ଗ୍ରହଣ କରିଛି। ୨୦୧୦ ମସିହାରୁ ଓଟିଡିସି ପକ୍ଷରୁ ଆରମ୍ଭ ହୋଇଥିବା ଏହି ରଜ ମହୋତ୍ସବ ମାଧ୍ୟମରେ ରାଜ୍ୟର ପାରମ୍ପରିକ ଖାଦ୍ୟ ଓ ପାନୀୟ ସହ ରଜଦୋଳି, ପିଠା ଓ ରଜ ପାନକୁ ପ୍ରୋତ୍ସାହିତ କରିବାରେ ସଫଳତା ହାସଲ ହୋଇପାରିଛି।

ଆଧୁନିକତା ମଧ୍ୟରେ କୃଷିଭିତ୍ତିକ ଗଣପର୍ବ ରଜ ଏହାର ମୌଳିକତା ବଜାୟ ରଖିବାରେ ସକ୍ଷମ ହୋଇଛି। ଏହି ପର୍ବ ବସୁଧା ମାତା ଏବଂ ମହିଳାମାନଙ୍କ ସମ୍ମାନର ପ୍ରତୀକ ବୋଲି ମନ୍ତ୍ରୀ ଶ୍ରୀ ପାତ୍ର ମତବ୍ୟକ୍ତ କରିଛନ୍ତି।

ଏହି ଅବସରରେ ଓଟିଡିସିର ଅଧ୍ୟକ୍ଷ ଡ. ମହାନ୍ତି ରାଜ୍ୟର ସଂସ୍କୃତି ଓ ପରମ୍ପରାର ପ୍ରଚାରପ୍ରସାରରେ ସହଯୋଗ କରିଥିବାରୁ ସମସ୍ତ ବୁଦ୍ଧିଜୀବୀ ଏବଂ ଉପସ୍ଥିତ ଗଣମାଧ୍ୟମର ପ୍ରତିିନିଧିମାନଙ୍କୁ ଧନ୍ୟବାଦ ଜଣାଇଥିଲେ। ପର୍ଯ୍ୟଟନ ବିଭାଗର ଯୁଗ୍ମ ସଚିବ ଶ୍ରୀ ରାଜକିଶୋର ପଲେଇ ଏବଂ ଓଟିଡିସି କମ୍ପାନୀ ସେକ୍ରେଟାରୀ ଶ୍ରୀ ପ୍ରଶାନ୍ତ ପଣ୍ଡା ମଧ୍ୟ ନିଜର ମତବ୍ୟକ୍ତ କରିଥିଲେ।

ରଜପର୍ବ ପାଳନକୁ ଆହୁରି ଆକର୍ଷଣୀୟ କରିବା ନିମନ୍ତେ ଓଟିଡିସି ପକ୍ଷରୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ କରାଯାଇଛି। ରାଜ୍ୟର ସମସ୍ତ ଓଟିଡିସି ଶାଖାରେ ରଜପିଠା ଉପଲବ୍ଧ ହେଉଛି। ଏତଦ୍‌ବ୍ୟତୀତ ଭୁବନେଶ୍ୱରସ୍ଥିତ ନିମନ୍ତ୍ରଣ ରେସ୍ତୋରାଁ ଏବଂ କଟକସ୍ତିତ ସିଲଭରସିଟି ବୋଟ୍‌ କ୍ଲବ୍‌ରେ ମଧ୍ୟ ପିଠା ମିଳିପାରିବ। ଏହାଛଡ଼ା ଭୁବନେଶ୍ୱରସ୍ଥିତ ପାନ୍ଥନିବାସରେ ମହିଳାମାନେ ରଜ ତିନିଦିନ ଧରି ବିନାମୂଲ୍ୟରେ ରଜ ଦୋଳି ଖେଳିବା ଏବଂ ମେହେନ୍ଦି ଲଗେଇବାର ମଜା ନେଇପାରିବେ।

ଭୁବନେଶ୍ୱରବାସୀଙ୍କ ନିକଟରେ ରଜ ପିଠା ପହଞ୍ଚାଇବା ନିମନ୍ତେ ଓଟିଡିସି ପକ୍ଷରୁ ‘ପିଠା ଅନ୍‌ ହ୍ୱିଲ୍‌’ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି। ଆସନ୍ତା ତିନିଦିନ ଧରି ତିନୋଟି ଭ୍ୟାନ୍‌ ମାଧ୍ୟମରେ ସକାଳ ୮ ଘଟିକାରୁ ସନ୍ଧ୍ୟା ୫ ଘଟିକା ପର୍ଯ୍ୟନ୍ତ ସହିଦନଗର, ଖଣ୍ଡଗିରି ଏବଂ ପଟିଆ ସମେତ ଭୁବନେଶ୍ୱରର ବିଭିନ୍ନ ଅଞ୍ଚଳରେ ରଜ ପିଠା ଉପଲବ୍ଧ ହେବ।

ସୂଚନାଯୋଗ୍ୟ ଯେ ଗତବର୍ଷ ରଜ ପିଠା ବିକ୍ରୟରୁ ପାଖାପାଖି ୧୨ ଲକ୍ଷ ଟଙ୍କାର ରାଜସ୍ୱ ସଂଗ୍ରହ ହୋଇଥିବାବେଳେ ଚଳିତ ବର୍ଷ କାରବାର ଆହୁରି ବୃଦ୍ଧି ହେବା ନେଇ ଓଟିଡିସି ପକ୍ଷରୁ ଆଶା କରାଯାଉଛି।

ଆଜିର ଉଦ୍‌ଘାଟନୀ ଉତ୍ସବରେ ପର୍ଯ୍ୟଟନ ବିଭାଗ ଏବଂ ଓଟିଡିସିର ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିବାବେଳେ ପାନ୍ଥନିବାସ ପରିସରରେ ଅନେକ କୁନି ଝିଅ ଏବଂ ମହିଳାମାନେ ରଜ ପିଠା, ରଜ ଦୋଳି ଏବଂ ମେହେନ୍ଦିର ମଜା ନେଉଥିବାର ଲକ୍ଷ୍ୟ କରାଯାଇଥିଲା।

Raja ଦୋଳି ପିଠା ରଜ
Share. Facebook Twitter LinkedIn Email WhatsApp Copy Link

Related Posts

କଂଗ୍ରେସ ସାଂସଦ ପାପୁ ଯାଦବଙ୍କ ହାଜର ହେବ ପୂର୍ବରୁ ପାଟନା ସିଭିଲ୍ କୋର୍ଟକୁ ପୁଣି ଥରେ ବୋମା ଧମକ

February 12, 2026

ଲାଲକିଲ୍ଲା ବିସ୍ଫୋରଣରେ ଜୈଶ-ଏ-ମହମ୍ମଦର ହାତ: UNSC ରିପୋର୍ଟକୁ ପାକିସ୍ତାନର ଆପତ୍ତି

February 12, 2026

ଶ୍ରମ କୋଡକୁ ବିରୋଧ କରୁଥିବା ଶ୍ରମିକ ସଂଗଠନର ନେତାମାନଙ୍କୁ ସମାଲୋଚନା କଲା ବିଜେପି

February 12, 2026

୨୦ତମ ଭବ୍ୟ ତୋଷାଳି ସ୍ଵଦେଶୀ ମେଳା ପାଇଁ ସାମ୍ବାଦିକ ସମ୍ମିଳନୀ

February 12, 2026
Latest News

କଂଗ୍ରେସ ସାଂସଦ ପାପୁ ଯାଦବଙ୍କ ହାଜର ହେବ ପୂର୍ବରୁ ପାଟନା ସିଭିଲ୍ କୋର୍ଟକୁ ପୁଣି ଥରେ ବୋମା ଧମକ

February 12, 2026

‘ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଧମକ, ବାଚସ୍ପତିଙ୍କୁ ଦୁର୍ବ୍ୟବହାର’: ବିରୋଧୀଙ୍କ ହଟ୍ଟଗୋଳର ଭିଡିଓ ଜାରି କଲେ ରିଜିଜୁ

February 12, 2026

ଲାଲକିଲ୍ଲା ବିସ୍ଫୋରଣରେ ଜୈଶ-ଏ-ମହମ୍ମଦର ହାତ: UNSC ରିପୋର୍ଟକୁ ପାକିସ୍ତାନର ଆପତ୍ତି

February 12, 2026

ନାମିବିୟା ମ୍ୟାଚ୍ ପୂର୍ବରୁ ଟିମ୍ ଇଣ୍ଡିଆର ଫିଟନେସ୍ ସମ୍ବନ୍ଧୀୟ ଚିନ୍ତା: ପ୍ଲେଇଂ ଇଲେଭେନରେ ପରିବର୍ତ୍ତନ ସମ୍ଭବ

February 12, 2026

Modi Meets Rolls-Royce CEO: ପ୍ରଧାନମନ୍ତ୍ରୀ ମୋଦିଙ୍କ ସାକ୍ଷାତ କଲେ ରୋଲ୍ସ-ରଏସ୍ କଂପାନୀ ସିଇଓ

February 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.