Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»୫ଟି ସଚିବଙ୍କ କନ୍ଧମାଳ ଗସ୍ତ, ୫୦୦ କୋଟି ଟଙ୍କା ବ୍ୟୟରେ ହେବ ମେଗା ଜଳ ପ୍ରକଳ୍ପ
ରାଜ୍ୟ ଖବର

୫ଟି ସଚିବଙ୍କ କନ୍ଧମାଳ ଗସ୍ତ, ୫୦୦ କୋଟି ଟଙ୍କା ବ୍ୟୟରେ ହେବ ମେଗା ଜଳ ପ୍ରକଳ୍ପ

June 16, 2023No Comments3 Mins Read
Share Facebook Twitter LinkedIn Email WhatsApp Copy Link
Pandian1
୫ଟି ସଚିବଙ୍କ କନ୍ଧମାଳ ଗସ୍ତ, ୫୦୦ କୋଟି ଟଙ୍କା ବ୍ୟୟରେ ହେବ ମେଗା ଜଳ ପ୍ରକଳ୍ପ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ମୁଖ୍ୟମନ୍ତ୍ରୀଙ୍କ ୫ଟି ସଚିବ
ଶ୍ରୀ ଭି.କେ. ପାଣ୍ଡିଆନ ଆଜି କନ୍ଧମାଳ ଜିଲ୍ଲା ଗସ୍ତରେ ଯାଇ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସମୀକ୍ଷା କରିଛନ୍ତି। ଏଥିସହିତ ସେ ଛାତ୍ରଛାତ୍ରୀ ଓ ସାଧାରଣ ଲୋକମାନଙ୍କ ସହ ମିଶି ସେମାନଙ୍କ ସୁବିଧା ଅସୁବିଧା ବିଷୟରେ ଶୁଣିବା ସହିତ ସମାଧାନ ପାଇଁ ପଦକ୍ଷେପ ନେଇଛନ୍ତି।

ଶ୍ରୀ ପାଣ୍ଡିଆନ ପ୍ରଥମେ ଖଜୁରିଆପଡା ବ୍ଲକସ୍ଥିତ ମା ବରାଳଦେବୀ ମନ୍ଦିର ପରିଦର୍ଶନ କରି ମା’ଙ୍କ ପୂଜାର୍ଚ୍ଚନା କରିଥିଲେ। ମନ୍ଦିରର ପରିଚାଳନା କମିଟି ସଦସ୍ୟମାନଙ୍କ ସହିତ ମନ୍ଦିରର ଉନ୍ନତି ସମ୍ପର୍କରେ ଆଲୋଚନା କରିଥିଲେ ଏବଂ ଏଥିପାଇଁ ଏକ ବିସ୍ତୃତ ପ୍ରକଳ୍ପ ରିପୋର୍ଟ ପ୍ରସ୍ତୁତ କରି ପ୍ରଦାନ କରିବା ପାଇଁ ସେ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ଫୁଲବାଣୀରେ ନିର୍ମାଣାଧୀନ ବସ ଷ୍ଟାଣ୍ଡ ପ୍ରକଳ୍ପ ପରିଦର୍ଶନକରି ଏହାର ନିର୍ମାଣ କାମ ସମୀକ୍ଷା କରିଥିଲେ। ଯାତ୍ରୀମାନଙ୍କ ସୁବିଧାକୁ ଦୃଷ୍ଟିରେ ରଖି ବିଭିନ୍ନ ଭିତ୍ତିଭୂମିର ଉପଯୁକ୍ତ ନିର୍ମାଣ ଉପରେ ଶ୍ରୀ ପାଣ୍ଡିଆନ ଗୁରୁତ୍ୱ ଦେଇଥିଲେ। ଏହି ପ୍ରକଳ୍ପ ପାଇଁ ୫.୨୯ କୋଟି ଟଙ୍କା ଖର୍ଚ୍ଚ କରାଯାଉଛି। ସମସ୍ତ ପ୍ରକଳ୍ପ କାମ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଶେଷ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ।

ଏହାପରେ ୫ଟି ସଚିବ ଶ୍ରୀ ପାଣ୍ଡିଆନ ଫୁଲବାଣୀ ସ୍ପୋର୍ଟ୍‌ସ୍ କମ୍ପ୍ଲେକ୍ସ ଠାରେ ସାଧାରଣ ଜନତା, ନାଗରିକ ସମାଜ ଓ ବିଭିନ୍ନ ସଂଘର ପ୍ରତିନିଧିମାନଙ୍କ ସହିତ ଜିଲ୍ଲାର ସାମଗ୍ରୀକ ବିକାଶ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ। କନ୍ଧମାଳରେ ପର୍ଯ୍ୟଟନର ବିକାଶ ପାଇଁ ସମସ୍ତେ ଗୁରୁତ୍ୱ ଦେଇଥିଲେ। ଜିଲ୍ଲାରେ ପର୍ଯ୍ୟଟନର ସାମଗ୍ରିକ ବିକାଶ ପାଇଁ ଏକ ବିସ୍ତୃତ ରିପୋର୍ଟ ପ୍ରଦାନ କରିବାକୁ ସେ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ଏହି ଅବସରରେ ନିଜର ଅଭିଭାଷଣ ରଖି ୫ଟି ସଚିବ ଶ୍ରୀ ପାଣ୍ଡିଆନ କହିଥିଲେ ଯେ କନ୍ଧମାଳରେ ଏକ ଅତ୍ୟାଧୁନିକ ମେଡିକାଲ କଲେଜ ଓ ହସ୍ପିଟାଲର ନିର୍ମାଣ କରାଯାଉଛି। ଏହାର କାମ ଚଳିତ ବର୍ଷ ଡିସେମ୍ବର ମାସ ଶେଷ ସୁଦ୍ଧା ସରିବ ବୋଲି ସେ କହିଥିଲେ। ଏକ ହଜାର କୋଟି ଟଙ୍କାରେ ନିର୍ମିତ ଏହି କଲେଜ ଓ ହସ୍ପିଟାଲ ଦ୍ୱାରା କନ୍ଧମାଳ ଓ ଆଖପାଖ ଜିଲ୍ଲାର ଲୋକମାନେ ଉନ୍ନତମାନର ଚିକିତ୍ସା ପାଇପାରିବେ ବୋଲି ସେ କହିଥିଲେ।

ଏହି ଅବସରରେ ସେ କହିଥିଲେ ଯେ କନ୍ଧମାଳ ଜିଲ୍ଲାରେ ଲୋକଙ୍କୁ ଭଲ ପିଇବା ପାଣି ଯୋଗାଇ ଦେବା ପାଇଁ ୪୯୯.୯୧ କୋଟି ଟଙ୍କାରେ ଏକ ମେଗା ପାଇପ ଜଳ ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ । ବୌଦ୍ଧ ଜିଲ୍ଲାରେ ପ୍ରବାହିତ ମହାନଦୀରୁ ପାଇପ ଯୋଗେ ପାଣି ଅଣାଯିବ । ଏହା ଦ୍ୱାରା ଫୁଲବାଣୀ, ଖଜୁରିଆପଡା, ଫିରିଙ୍ଗିଆ ଓ ଚକାପାଦ ଆଦି ବ୍ଲକ ଅଞ୍ଚଳର ଲୋକମାନେ ସ୍ୱଚ୍ଛ ପାନୀୟ ଜଳ ପାଇପ ଯୋଗେ ପାଇ ପାରିବେ ।

ଫୁଲବାଣୀ ରିଜର୍ଭ ପୋଲିସ୍‌ ପଡିଆରେ ସେ ଜିଲ୍ଲାର କଲେଜ ଛାତ୍ରଛାତ୍ରୀଙ୍କୁ ଭେଟିଥିଲେ। ୫ଟି ସଚିବ କହିଥିଲେ ଯେ ଜିଲ୍ଲାର ସମସ୍ତ ୩୬ଟି ଶିକ୍ଷାନୁଷ୍ଠାନକୁ 5T ରୂପାନ୍ତର କାର୍ଯ୍ୟକ୍ରମରେ ଗ୍ରହଣ କରାଯାଇଛି ଏବଂ ଏସବୁଗୁଡିକର ଉନ୍ନତିକରଣ ପାଇଁ ପଦକ୍ଷେପ ନିଆଯାଇଛି ଏବଂ ଏଥିପାଇଁ ୧୮.୭୫ କୋଟି ଟଙ୍କା ବିନିଯୋଗ କରାଯିବ। ଜିଲ୍ଲାର ୧୧ଟି ଡିଗ୍ରୀ କଲେଜ ପାଇଁ ୭.୫୦ କୋଟି ଟଙ୍କା ମଞ୍ଜୁର କରାଯାଇଥିବା ବେଳେ ୨୫ଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପାଇଁ ୧୧.୨୫ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହି ସମସ୍ତ ଶିକ୍ଷାନୁଷ୍ଠାନଗୁଡିକରେ ୨୩,୭୭୭ ଛାତ୍ରଛାତ୍ରୀ ଶିକ୍ଷା ଗ୍ରହଣ କରୁଛନ୍ତି। କାର୍ଯ୍ୟଗୁଡିକର ନିୟମିତ ସମୀକ୍ଷା କରି ଠିକ୍‌ ସମୟରେ କାର୍ଯ୍ୟ ଶେଷ କରିବାକୁ ସେ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ଫୁଲବାଣୀ ଜିଲ୍ଲାର ଅଭିଷେକ ପଡିଆରେ ମିଶନ ଶକ୍ତି ସଦସ୍ୟା, ବ୍ୟାଙ୍କ ମିତ୍ର ଏବଂ ଅନ୍ୟାନ୍ୟ ପ୍ରତିନିଧିମାନଙ୍କ ସହିତ ମିଶନ ଶକ୍ତି କାର୍ଯ୍ୟକ୍ରମ ଉପରେ ଆଲୋଚନା କରିଥିଲେ। ସମାଜର ପରିବର୍ତ୍ତନ ଓ ମହିଳା ସଶକ୍ତିକରଣ ଦିଗରେ ମିଶନ ଶକ୍ତି କାର୍ଯ୍ୟକ୍ରମ ଏକ ବଳିଷ୍ଠ ପ୍ଲାଟଫର୍ମ ଭାବରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି ବୋଲି ସେ କହିଥିଲେ। ମିଶନ ଶକ୍ତି ସଦସ୍ୟାମାନଙ୍କ ଦ୍ୱାରା ପରିଚାଳିତ ବିଭିନ୍ନ କାର୍ଯ୍ୟକ୍ରମର ପ୍ରଶଂସା କରି ଏଥିରେ ଆହୁରି ଉନ୍ନତି ଆଣିବା ପାଇଁ ପରାମର୍ଶ ଦେଇଥିଲେ।

ଏହି ପରିଦର୍ଶନ ସମୟରେ କ୍ରୀଡା ସଚିବ ଶ୍ରୀ ଭିନିଲ୍ କ୍ରୀଷ୍ଣା ଓ ଜିଲ୍ଲାପାଳ ଉପସ୍ଥିତ ଥିଲେ।

vkpandian ପାଣ୍ଡିଆନ ଭିକେପାଣ୍ଡିଆନ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶା ଏବଂ ଝାଡ଼ଖଣ୍ଡର ୪ଟି ଜିଲ୍ଲା ପାଇଁ ୨ଟି ରେଳଲାଇନ ପ୍ରଶସ୍ତିକରଣ ପ୍ରକଳ୍ପକୁ କ୍ୟାବିନେଟ୍ ମଞ୍ଜୁରି

July 15, 2026

ରଥଯାତ୍ରା ପାଇଁ ପୂର୍ବତଟ ରେଳପଥ ଦ୍ୱାରା ବ୍ୟାପକ ସ୍ୱତନ୍ତ୍ର ଟ୍ରେନ ସେବା ପରିଚାଳନା

July 15, 2026

ବିପଦରେ ଦେଶର ପରମାଣୁ ସୁରକ୍ଷା!: ଲିକ୍ ହେଲା ସର୍ବବୃହତ ପରମାଣୁ ଶକ୍ତି କେନ୍ଦ୍ରରୁ ତଥ୍ୟ

July 15, 2026

ଜିଓହୋମ୍ ଟିଭି ପ୍ୟାକ୍ ଶୁଭାରମ୍ଭ; ମାସିକ ମାତ୍ର ୪୦୦ ଟଙ୍କାରେ ୧,୦୦୦+ ଲାଇଭ୍ ଟିଭି ଚ୍ୟାନେଲ୍

July 15, 2026
Latest News

ଗୋବରରୁ ବାୟୋ-ଗ୍ୟାସ୍ ଉତ୍ପାଦନ ପାଇଁ ଦିଲ୍ଲୀରେ ବଡ଼ ପଦକ୍ଷେପ: ଏମଓୟୁ ସ୍ୱାକ୍ଷରିତ

July 15, 2026

ବାରାଣସୀରେ ୧୪,୪୪୭ କୋଟିର ୬-ଲେନ୍ ଏଲିଭେଟେଡ୍ କରିଡରକୁ କ୍ୟାବିନେଟ୍ ମଞ୍ଜୁରୀ

July 15, 2026

ଆତ୍ମନିର୍ଭର ଭାରତ ପାଇଁ ଜାତୀୟ ୟୁରିଆ ନିବେଶ ନୀତି  ୨୦୨୬କୁ କ୍ୟାବିନେଟ୍‌ ମଞ୍ଜୁରି

July 15, 2026

ଓଡ଼ିଶା ଏବଂ ଝାଡ଼ଖଣ୍ଡର ୪ଟି ଜିଲ୍ଲା ପାଇଁ ୨ଟି ରେଳଲାଇନ ପ୍ରଶସ୍ତିକରଣ ପ୍ରକଳ୍ପକୁ କ୍ୟାବିନେଟ୍ ମଞ୍ଜୁରି

July 15, 2026

ରଥଯାତ୍ରା ପାଇଁ ପୂର୍ବତଟ ରେଳପଥ ଦ୍ୱାରା ବ୍ୟାପକ ସ୍ୱତନ୍ତ୍ର ଟ୍ରେନ ସେବା ପରିଚାଳନା

July 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.