ଏହି ଜିଲ୍ଲାଗୁଡିକରେ ହେବେ ପ୍ରବଳରୁ ଅତି ପ୍ରବଳ ବର୍ଷା, ୟେଲୋ ୱାର୍ଣ୍ଣିଂ ଜାରି

Published: Jun 24, 2023, 10:56 am IST

ଭୁବନେଶ୍ୱର: ରାଜ୍ୟରେ ବର୍ଷାକୁ ନେଇ ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଅପଡେଟ ଜାରି କରିଛି। ରାଜ୍ୟରେ ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ରାଜ୍ୟରେ ୧୯ ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା। ଏନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ.ଆର. ବିଶ୍ୱାସ ଏହି ସୂଚନା ଦେଇଛନ୍ତି।

ତେବେ ଏହି ୧୯ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ଜରାଯାଇଛି। ସେହିଜିଲ୍ଲା ଗୁଡ଼ିକ ହେଲା- ଅନୁଗୁଳ, ବାଲେଶ୍ୱର, ଭଦ୍ରକ, ବୌଦ୍ଧ, କଟକ, ଦେବଗଡ଼, ଢେଙ୍କାନାଳ, ଜଗତସିଂହପୁର, ଯାଜପୁର, ଖୋର୍ଦ୍ଧା, କନ୍ଧମାଳ, କେନ୍ଦ୍ରାପଡ଼ା, କେନ୍ଦୁଝର, ମୟୂରଭଞ୍ଜ, ନୟାଗଡ଼, ପୁରୀ, ସମ୍ବଲପୁର, ସୁନ୍ଦରଗଡ଼ ଓ ସୁବର୍ଣ୍ଣପୁର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

Related posts