Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ଜନ୍ମମାଟି ପାଇଁ କିଛି କରି ନାହାଁନ୍ତି, ଧର୍ମେନ୍ଦ୍ରଙ୍କୁ ଟାର୍ଗେଟ କରି ପ୍ରଶ୍ନବାଣ ଛାଡିଲା ବିଜେଡି
ରାଜ୍ୟ ଖବର

ଜନ୍ମମାଟି ପାଇଁ କିଛି କରି ନାହାଁନ୍ତି, ଧର୍ମେନ୍ଦ୍ରଙ୍କୁ ଟାର୍ଗେଟ କରି ପ୍ରଶ୍ନବାଣ ଛାଡିଲା ବିଜେଡି

June 26, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଜନ୍ମମାଟି ପାଇଁ କିଛି କରି ନାହାଁନ୍ତି, ଧର୍ମେନ୍ଦ୍ରଙ୍କୁ ଟାର୍ଗେଟ କରି ପ୍ରଶ୍ନବାଣ ଛାଡିଲା ବିଜେଡି

ଭୁବନେଶ୍ୱର: ଜନ୍ମମାଟି ଢେଙ୍କାନାଳ ଓ ଅନୁଗୁଳର ବିକାଶକୁ ନେଇ ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଏକାଧିକ ପ୍ରଶ୍ନ ପଚାରିଛି ବିଜେଡି। ନଅ ବର୍ଷର କେନ୍ଦ୍ରମନ୍ତ୍ରୀତ୍ୱ କାଳରେ ଏହି ଦୁଇ ଜିଲ୍ଲା ପାଇଁ କ’ଣ ସବୁ କରିଛ ବୋଲି ସିଧାସଳଖ ପଚାରିଛନ୍ତି ବିଜେଡି ସାଂସଦ ମହେଶ ସାହୁ।

ଆଜି ଏଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ବିଜେଡି ସାଂସଦ ଶ୍ରୀ ସାହୁ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଭାବେ ଆପଣ ୯ ବର୍ଷ ଧରି କାର୍ଯ୍ୟ କରୁଛନ୍ତି। ହେଲେ ଜିଲ୍ଲା ପାଇଁ ଆପଣ କ’ଣ କରିଛନ୍ତି? ଆପଣ ମନ୍ତ୍ରୀ ହେବା ଦ୍ୱାରା ଢେଙ୍କାନାଳ-ଅନୁଗୁଳ ଜିଲ୍ଲା କିପରି ଉପକୃତ ହୋଇଛି? କଟକରୁ ସମ୍ବଲପୁର ପର୍ଯ୍ୟନ୍ତ ଜାତୀୟ ରାଜପଥ ମରଣ ଯନ୍ତା ପାଲଟିଛି।

ଢେଙ୍କାନାଳ ଏବଂ ଅନୁଗୁଳ ଦେଇ ସାଧାରଣ ଜନତା, ରୋଗୀ, ଅଫିସ୍ ଯାଉଥିବା ଲୋକେ, ସ୍କୁଲ ଏବଂ କଲେଜ ଯାଉଥିବା ଛାତ୍ରଛାତ୍ରୀମାନେ ଯନ୍ତ୍ରଣା ଭୋଗୁଛନ୍ତି। ଏହାର ଉନ୍ନତି ପାଇଁ ଆପଣ ୯ ବର୍ଷରେ କ’ଣ କରିଛନ୍ତି?

ଆପଣ ମନ୍ତ୍ରୀ ହୋଇଥିବା ନଅ ବର୍ଷ ମଧ୍ୟରେ ଢେଙ୍କାନାଳ-ଅନୁଗୁଳ ଲୋକଙ୍କ ପାଇଁ ରେଳବାଇରେ କୌଣସି ବିକାଶ ହୋଇନାହିଁ।ଏହି ଦୁଇ ଦୁଇ ଜିଲ୍ଲାରୁ ରେଳବାଇ ସର୍ବାଧିକ ରାଜସ୍ୱ ସଂଗ୍ରହ କରୁଛି। ତାଳଚେର-ବିମଳାଗଡରେ ଜଳପଥର କୌଣସି ଅଗ୍ରଗତି ହୋଇପାରିଲା ନାହିଁ । ତାଳଚେର ରେଳ ଷ୍ଟେସନ ଏବେବି ଗୁଡସ୍‍ ଷ୍ଟେସନ ହୋଇରହିଛି।କେନ୍ଦ୍ରମନ୍ତ୍ରୀ ଭାବେ ଜନ୍ମ ହୋଇ ଥିବା ନିଜ ଜିଲ୍ଲା ପାଇଁ ଆପଣ କ’ଣ କରିଛନ୍ତି?

ଟେଲି ଯୋଗାଯୋଗ ଢେଙ୍କାନାଳର ବିଭିନ୍ନ ଅଞ୍ଚଳ- ଅନୁଗୁଳରେ ବହୁତ ଖରାପ। ବ୍ୟାଙ୍କିଙ୍ଗ୍‌ସେବା ମଧ୍ୟ ଦୟନୀୟ ଅଟେ। ପରିସ୍ଥିତିକୁ ସୁଧାରିବା ପାଇଁ ମନ୍ତ୍ରୀ ହେବା ପରେ ଆପଣ କ’ଣ କରିଛନ୍ତି? ଆପଣ ହେଉଛନ୍ତି ଦେଶର ଶିକ୍ଷାମନ୍ତ୍ରୀ। ଆପଣ ଢେଙ୍କାନାଳ-ଅନୁଗୁଳ ଅଞ୍ଚଳରେ କେତେ କେନ୍ଦ୍ରୀୟ ବିଦ୍ୟାଳୟ ଏବଂ ନବୋଦୟ ବିଦ୍ୟାଳୟ ଖୋଲିଛନ୍ତି? ଆପଣ ଯେଉଁ ଜିଲ୍ଲାରେ ଜନ୍ମ ହୋଇଥିଲେ, ଶିକ୍ଷାମନ୍ତ୍ରୀ ହେବା ଦ୍ୱାରା ସେହି ଜିଲ୍ଲା କିପରି ଲାଭବାନ ହୋଇଛି?

ଓଡ଼ିଶା ସରକାର ୫-ଟି ମାଧ୍ୟମରେ ବିଦ୍ୟାଳୟ ଗୁଡ଼ିକୁ ରୂପାନ୍ତରିତ କରୁଛନ୍ତି । ଆପଣ ନିଜ ଗାଁ ବିଦ୍ୟାଳୟକୁ ୫-ଟି ସ୍ତରୀୟ ବିଦ୍ୟାଳୟ ପରି ରୂପାନ୍ତରିତ କରିଛନ୍ତି କି? ଢେଙ୍କାନାଳ-ଅନୁଗୁଳ ଜିଲ୍ଲା ଛାଡିଦିଅ, ଆପଣ ଗତ ୯ ବର୍ଷ ମଧ୍ୟରେ ଢେଙ୍କାନାଳ-ଅନୁଗୁଳ ଅଞ୍ଚଳରେ କୌଣସି ନୂତନ ରାଷ୍ଟ୍ରାୟତ ସଂସ୍ଥା (ପିଏସୟୁ) ଆରମ୍ଭ କରିଛନ୍ତିକି?

ଆପଣ ପେଟ୍ରୋଲିୟମ ମନ୍ତ୍ରୀ ହୋଇଥିଲେ ମଧ୍ୟ ଢେଙ୍କାନାଳକୁ ଗୋଟିଏ ପିଏସୟୁ ଆଣିଛନ୍ତି କି? ଢେଙ୍କାନାଳ-ଅନୁଗୁଳ ଅଞ୍ଚଳରେ ଲୋକମାନେ ଏମସିଏଲ ଏବଂ ନାଲ୍‍କା ପାଇଁ ଜମି ହରାଇଛନ୍ତି ଏବଂ ସେମାନଙ୍କ ମଧ୍ୟରୁ ଅଧିକାଂଶଙ୍କୁ ଚାକିରି ମିଳିନାହିଁ । ଆପଣ ସେମାନଙ୍କ ପାଇଁ କ’ଣ କରିଛନ୍ତି?

ଏମସିଏଲ୍‍ ତାଳଚେରରେ ଦୁର୍ନୀତି ହେଉଛି। ଏଥିପ୍ରତି କେନ୍ଦ୍ର ସରକାର ନିରବ ଦ୍ରଷ୍ଟା ସାଜିଛନ୍ତି କାହିଁକି ? ଏହାକୁ ରୋକିବା ପାଇଁ ଆପଣ କ’ଣ କରୁଛନ୍ତି? ଆଙ୍କାକ୍ଷୀ ଜିଲ୍ଲା ତାଲିକାରେ ଥିବା ଢେଙ୍କାନାଳ ଜିଲ୍ଲାରେ ମେଡିକାଲ କଲେଜଟିଏ ସ୍ୱପ୍ନ ହୋଇ ରହିଗଲା। ଆପଣଙ୍କର ପ୍ରତିବଦ୍ଧତା ମଧ୍ୟପ୍ରଦେଶ ଏବଂ ବିହାର ପାଇଁ, ଯେଉଁଠାରୁ ଆପଣ ନିର୍ବାଚିତ ହୋଇଛନ୍ତି ଏବଂ ସେଥିପାଇଁ ଆପଣ ସେଠାରେ ଧ୍ୟାନ ଦେଉଛନ୍ତି ଏବଂ ସେଠାରେ ସାହାଯ୍ୟ କରୁଛନ୍ତି।

କିନ୍ତୁ ଆପଣ ଜନ୍ମ ହୋଇଥିବା ଢେଙ୍କାନାଳ-ଅନୁଗୁଳ ଜିଲ୍ଲାରେ କିଛି କରି ନାହାନ୍ତି। ଯେତେବେଳେ ନିର୍ବାଚନ ଆସେ, ଆପଣ ଏଠାକୁ ରାଜନୀତି କରିବାକୁ ଆସନ୍ତି ବୋଲି ସାଂସଦ ଶ୍ରୀସାହୁ କହିଛନ୍ତି। ଏହି ସାମ୍ବାଦିକ ସମ୍ମିଳନୀରେ ବିଜେଡି ମୁଖପାତ୍ର ପ୍ରିୟବ୍ରତ ମାଝି ଉପସ୍ଥିତ ଥିଲେ।

BJD ଧର୍ମେନ୍ଦ୍ର ପ୍ରଧାନ ବିଜେଡି ମହେଶ ସାହୁ
Share. Facebook Twitter LinkedIn Email WhatsApp Copy Link

Related Posts

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026
Latest News

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026

ରାଜ୍ୟସଭା ଜିତିବା ପରେ ମନମୋହନ, ସୁଜିତ କୁମାର ଏବଂ ଦିଲ୍ଲୀପ ରାୟଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.