Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ଦୁର୍ନୀତିଗ୍ରସ୍ତ, ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ, ୯ ଜଣଙ୍କ ଉପରେ କାର୍ଯ୍ୟାନୁଷ୍ଠାନ
ରାଜ୍ୟ ଖବର

ଦୁର୍ନୀତିଗ୍ରସ୍ତ, ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ, ୯ ଜଣଙ୍କ ଉପରେ କାର୍ଯ୍ୟାନୁଷ୍ଠାନ

July 7, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
Naveen

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସାଧାରଣ ଜୀବନରେ କ୍ଷେତ୍ରରେ ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି। ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର ଦେଇଆସିଛନ୍ତି । ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିରନ୍ତର ପ୍ରୟାସ ଜାରି ରଖିଛନ୍ତି।

ରାଜ୍ୟ ସରକାରଙ୍କ ଏହି ଆଭିମୁଖ୍ୟ ଅନୁଯାୟୀ ଏବେ ଆଉ ୯ ଜଣ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଏବଂ ଏଥିରେ ବିଭିନ୍ନ କ୍ଷେତ୍ରର ଅଧିକାରୀ, ଯଥା – ଏକ୍‌ଜିକ୍ୟୁଟିଭ ଇଂଜିନିୟର, ଓଏଏସ୍‌ ଅଧିକାରୀ, କୃଷି ବିଭାଗ ଅଧିକାରୀ, ସାମାଜିକ ଶିକ୍ଷା ଅଧିକାରୀ, ଅଡିଟର, ଜୁନିର ଇଂଜିନିୟର ପ୍ରମୁଖ ଅନ୍ତର୍ଭୁକ୍ତ। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୯୭ ଜଣ ଅଧିକାରୀଙ୍କୁ ଚାକିରୀରୁ ବରଖାସ୍ତ ବା ବାଧ୍ୟତାମୂଳକ ଅବସର ଦିଆଯାଇଛି କିମ୍ବା ସେମାନଙ୍କର ପେନ୍‌ସନ ବନ୍ଦ କରାଯାଇଛି ।

ଏହି ୯ ଜଣଙ୍କ ମଧ୍ୟରୁ କଟକ ଜିଲ୍ଲା RWSS Division-IIର ପୂର୍ବତନ କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ଶିବରାମ ବିଶ୍ବାଳ ଏକ ଦୁର୍ନୀତି ମାମଲାରେ ଦେଷୀସାବ୍ୟସ୍ତ ହୋଇଛନ୍ତି। ତାଙ୍କର ପେନ୍‌ସନକୁ ସ୍ଥାୟୀ ଭାବରେ ବନ୍ଦ କରାଯାଇଛି।

ସେହିପରି କଳାହାଣ୍ଡି ଜିଲ୍ଲା କାର୍ଲାମୁଣ୍ଡା ବ୍ଳକ୍‌ର ପୂର୍ବତନ ବିଡିଓ (ଅବସରପ୍ରାସ୍ତ ଓଏଏସ ଅଧିକାରୀ) ଶ୍ରୀ ଗଣ୍ଡାରାମ ଖମାରୀ ଏକ ଦୁର୍ନୀତି ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହେବାପରେ ତାଙ୍କ ପେନ୍‌ସନ ଓ ଗ୍ରାଚ୍ୟୁଇଟି ସ୍ଥାୟୀ ଭାବେ ବନ୍ଦ କରାଯାଇଛି।

ନବରଙ୍ଗପୁର ଜିଲ୍ଲା ଉମରକୋଟର ପୂର୍ବତନ ସହକାରୀ କୃଷି ଅଧିକାରୀ ଶ୍ରୀ ଗୋକୁଳ ଚନ୍ଦ୍ର ନାୟକ ଏକ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଦୁର୍ନୀତି, ଅପାରଗତା କାରଣରୁ ତାଙ୍କୁ ଚାକୀରିରୁ ବହିଷ୍କୃତ କରାଯାଇଛି।

ଜି. ଉଦୟଗିରିର ପୂର୍ବତନ ସହକାରୀ କୃଷି ଅଧିକାରୀ ଶ୍ରୀ କୃଷ୍ଣଚନ୍ଦ୍ର ଗୌଡ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହେବାରୁ ତାଙ୍କ ପେନ୍‌ସନ ଓ ଗ୍ରାଚ୍ୟୁଇଟିକୁ ସ୍ଥାୟୀ ଭାବେ ବନ୍ଦ କରାଯାଇଛି।

ମାଲକାନଗିରି ଜିଲ୍ଲାର ପୂର୍ବତନ ମୃତ୍ତିକା ସଂରକ୍ଷଣ ଅଧିକାରୀ ଶ୍ରୀ ଦାଶରଥୀ ତ୍ରିପାଠୀ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହେବାରୁ ତାଙ୍କ ପେନ୍‌ସନ ଓ ଗ୍ରାଚ୍ୟୁଇଟିକୁ ସ୍ଥାୟୀ ଭାବେ ବନ୍ଦ କରାଯାଇଛି।

ବରଗଡ ଜିଲ୍ଲା ସୋହେଲା RWSSର ପୂର୍ବତନ ଜୁନିଅର ଇଂଜିନିୟର ଶ୍ରୀ ଉପେନ୍ଦ୍ରଭଂଜ ନାୟକ ଜଣେ ସରକାରୀ ଅଧିକାରୀ ହେବା ସତ୍ତ୍ବେ କାର୍ଯ୍ୟରେ ସଚ୍ଚୋଟତା ରକ୍ଷା କରିବାରେ ଏବଂ କର୍ତ୍ତବ୍ୟ ପରାୟଣତାରେ ବିଫଳ ହୋଇଥିଲେ। ଏହାସହିତ ତାଙ୍କର ବ୍ୟବହାରରେ ଶିଷ୍ଟାଚାର ମଧ୍ୟ ନଥିଲା। ତାଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ଚାକିରୀରୁ ବହିଷ୍କୃତ କରାଯାଇଛି।

ସୁନ୍ଦରଗଡ ଜିଲ୍ଲା ଲୋକାଲ ଫଣ୍ଡ ଅଡିଟ ବିଭାଗର ପୂର୍ବତନ ଅଡିଟର ଶ୍ରୀ ସୁଶିଲ କୁମାର ମେହେର ଏକ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଦୁର୍ନୀତି ଓ ଅପାରଗତା କାରଣରୁ ତାଙ୍କୁ ଚାକିରୀରୁ ବହିଷ୍କୃତ କରାଯାଇଛି।

ମୟୁରଭଂଜ ଉଦଳାର ପୂର୍ବତନ ସାମାଜିକ ଶିକ୍ଷା ଅଧିକାରୀ ଶ୍ରୀ ଆନନ୍ଦ ଚନ୍ଦ୍ର ନାୟକ ଏକ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହେବା ଯୋଗୁ ତାଙ୍କ ପେନ୍‌ସନ ଓ ଗ୍ରାଚ୍ୟୁଇଟିକୁ ସ୍ଥାୟୀ ଭାବେ ବନ୍ଦ କରାଯାଇଛି।

ନୟାଗଡ ଜିଲ୍ଲା ଚାନ୍ଦପୁରର ପୂର୍ବତନ DMSN ସୁପରିନ୍‌ଟେଣ୍ଡେଟ ଡଃ ସୁରେନ୍ଦ୍ର ନାଥ ପତି ଏକ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ସେ ପାଉଥିବା ପେନ୍‌ସନକୁ ସ୍ଥାୟୀ ଭାବେ ବନ୍ଦ କରାଯାଇଛି।

Naveen Patnaik କଠୋର କାର୍ଯ୍ୟାନୁଷ୍ଠାନ ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ସଂଘବଦ୍ଧ ଆକ୍ରମଣ: ଗୁରୁତର ଯୁବକ ଡାକ୍ତରଖାନାରେ ଭର୍ତ୍ତି

June 15, 2026

କୃଷ୍ଣସାର ମୃଗ – ଗଞ୍ଜାମର ଗୌରବ

June 15, 2026

ହରମୁଜ୍ ମୁକ୍ତ ହେବ!: ଆମେରିକା-ଇରାନ ଶାନ୍ତି ଚୁକ୍ତିର ପଢନ୍ତୁ ଗୁରୁତ୍ୱପୂର୍ଣ୍ଣ ବିନ୍ଦୁ

June 15, 2026

ନିର୍ମାଣାଧୀନ ପୋଲ ତଳକୁ ଖସି ୨ ଯୁବକଙ୍କ ମୃତ୍ୟୁ

June 15, 2026
Latest News

ସଂଘବଦ୍ଧ ଆକ୍ରମଣ: ଗୁରୁତର ଯୁବକ ଡାକ୍ତରଖାନାରେ ଭର୍ତ୍ତି

June 15, 2026

କୃଷ୍ଣସାର ମୃଗ – ଗଞ୍ଜାମର ଗୌରବ

June 15, 2026

ଶାନ୍ତି ଚୁକ୍ତିନାମା ପରେ ଫିଫା ବିଶ୍ୱକପ୍ ପାଇଁ ଆମେରିକାରେ ପହଞ୍ଚିଲା ଇରାନ ଦଳ: ଆତଙ୍କରେ ଖେଳାଳି

June 15, 2026

ଖସିଲା ତୈଳ ଦର, ବଢିଲା ସୁନା ଦର

June 15, 2026

ରାମ ମନ୍ଦିର ଦାନ ଦୁର୍ନୀତି ମାମଲା: ଅଯୋଧ୍ୟାରେ ପହଞ୍ଚିବ SIT ଦଳ, ୧୫ ଦିନ ମଧ୍ୟରେ ଚୂଡ଼ାନ୍ତ ରିପୋର୍ଟ

June 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.