Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ପଶ୍ଚିମ ଓଡିଶାର ହେବ ୨୦୦୦ଟି କଲ୍ୟାଣ ମଣ୍ଡପ ଓ ସଭାଗୃହ, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ରାଜ୍ୟ ଖବର

ପଶ୍ଚିମ ଓଡିଶାର ହେବ ୨୦୦୦ଟି କଲ୍ୟାଣ ମଣ୍ଡପ ଓ ସଭାଗୃହ, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

July 15, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
CM
ପଶ୍ଚିମ ଓଡିଶାର ହେବ ୨୦୦୦ଟି କଲ୍ୟାଣ ମଣ୍ଡପ ଓ ସଭାଗୃହ, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ପଶ୍ଚିମ ଓଡିଶାରେ ମୁଖ୍ୟମନ୍ତ୍ରୀ ସଭାଗୃହ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଏହି ଯୋଜନାରେ ପଶ୍ଚିମ ଓଡିଶାର ପ୍ରାୟ ୨୦୦୦ଟି କଲ୍ୟାଣ ମଣ୍ଡପ ଓ ସ୍ଥାନୀୟ ସଭାଗୃହ ଗୁଡିକର ନିର୍ମାଣ ହାତକୁ ନିଆଯିବ।

ଏଥିପାଇଁ ୨୫ କୋଟି ଟଙ୍କା ବିନିଯୋଗ କରାଯିବ। ଏହାଦ୍ବାରା ପଶ୍ଚିମ ଓଡିଶାର ଜନସାଧାରଣଙ୍କ ସାମାଜିକ ଓ ସାଂସ୍କୃତିକ ଜୀବନ ଆହୁରି ସକ୍ରିୟ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । 5T ଉପକ୍ରମରେ ଏହି କାର୍ଯ୍ୟକ୍ରମ କରାଯାଉଛି ବୋଲି ପ୍ରକାଶ କରି ଏହିସବୁ ଭିତ୍ତିଭୂମି କାମ ଠିକ୍ ସମୟରେ ଶେଷ ହେବ ଓ ଏହାର ଗୁଣାତ୍ମକ ମାନ ମଧ୍ୟ ବହୁତ ଭଲ ରହିବ ବୋଲି ସେ ଆଶାପ୍ରକାଶ କରିଥିଲେ ।

ଏହାସହିତ ମୁଖ୍ୟମନ୍ତ୍ରୀ ୩୩.୫୮ କୋଟି ଟଙ୍କା ବିନିଯୋଗରେ ଅନେକ ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ ଯେ ପଶ୍ଚିମ ଓଡିଶାର ବିକାଶ ପାଇଁ ସେ ସବୁବେଳେ ସ୍ବତନ୍ତ୍ର ଧ୍ୟାନ ଦେଇଆସିଛନ୍ତି । ପଶ୍ଚିମ ଓଡିଶା ବିକାଶ ପରିଷଦର ବଜେଟ ଦୁଇ ଗୁଣ ହେବା ସହିତ ଏହାର କାର୍ଯ୍ୟକ୍ରମ ମଧ୍ୟ ବୃଦ୍ଧି ପାଇଛି ।

ଜନପ୍ରତିନିଧି ମାନଙ୍କ ସହିତ ଆଲୋଚନା କରି ବିକାଶ କାର୍ଯ୍ୟକ୍ରମ ହାତକୁ ନେବା ପାଇଁ ସେ ବିକାଶ ପରିଷଦକୁ ପରାମର୍ଶ ଦେଇଛନ୍ତି ବୋଲି ପ୍ରକାଶ କରିଥିଲେ । ପଶ୍ଚିମ ଓଡିଶାର ବିକାଶ କ୍ଷେତ୍ରରେ ପଶ୍ଚିମ ଓଡିଶା ବିକାଶ ପରିଷଦ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଛି ବୋଲି ମୁଖ୍ୟମନ୍ତ୍ରୀ ମତ ଦେଇଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶାର ବିକାଶରେ ପଶ୍ଚିମ ଓଡିଶାର ଭୂମିକା ଗୁରୁତ୍ବପୂର୍ଣ୍ଣ । କୃଷି, ଶିଳ୍ପ, ଖଣି, ଶିକ୍ଷା ଏବଂ କଳା ଓ ସଂସ୍କୃତିରେ ସମୃଦ୍ଧ ହେଉଛି ପଶ୍ଚିମ ଓଡିଶା। ପର୍ଯ୍ୟଟନର ବିକାଶ ପାଇଁ ମା ସମଲେଶ୍ୱରୀ, ହରିଶଙ୍କର ଓ ନୃସିଂହନାଥ ମନ୍ଦିରର ରୂପାନ୍ତର କାମ ଚାଲିଛି।

ଏହା ସହିତ ଆହୁରି ଅନେକ ମନ୍ଦିର ଓ ଭିତ୍ତିଭୂମି କାମ ପାଇଁ ମଧ୍ୟ ପଦକ୍ଷେପ ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଜରିଆରେ ସବୁ କାମ ତଦାରଖ କରୁଛି । ପଶ୍ଚିମ ଓଡିଶା ଖୁବ ଶୀଘ୍ର ବିକାଶର ସବୁ କ୍ଷେତ୍ରରେ ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରି ପାରିଛି ବୋଲି ସେ କହିଥିଲେ।

ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଟିଟିଲାଗଡ ଠାରେ ଜଳସଂପଦ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ, ବରଗଡ ଠାରେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀମତୀ ରୀତା ସାହୁ, ଦେବଗଡ ଠାରେ ଯୋଜନା ଓ ସଂଯୋଜନ ମନ୍ତ୍ରୀ ଶ୍ରୀ ରାଜେନ୍ଦ୍ର ପ୍ରସାଦ ଢୋଲକିଆ ପ୍ରମୁଖ ଯୋଗ ଦେଇ ପଶ୍ଚିମ ଓଡିଶାର ବିକାଶରେ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ଯୋଜନାବଦ୍ଧ କାର୍ଯ୍ୟକ୍ରମର ଉଚ୍ଚପ୍ରଶଂସା କରିଥିଲେ। ୫-ଟି ଉପକ୍ରମରେ ସବୁ କାର୍ଯ୍ୟକ୍ରମ ଠିକ୍‌ ସମୟରେ ଆରମ୍ଭ ହୋଇ ଶେଷ ହେବା ସହିତ ପଶ୍ଚିମ ଓଡିଶାର ବିକାଶ ତ୍ବରାନ୍ବିତ ହୋଇପାରୁଛି ବୋଲି ସେମାନେ ମତ ଦେଇଥିଲେ ।

ବୈଠକରେ ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଶ୍ରୀ ଅସିତ ତ୍ରିପାଠୀ ପ୍ରାରମ୍ଭିକ ସୂଚନା ଦେଇଥିଲେ ଏବଂ ଏହାର CEO ଶ୍ରୀ ଅଜିତ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ ।

ଉଦ୍‌ଘାଟିତ ପ୍ରକଳ୍ପ ମଧ୍ୟରେ ବଲାଙ୍ଗୀର ଗଡିଆଜୋର ସେତୁ, ଟିଟିଲାଗଡ ଟାଉନହଲ୍‌, ବରଗଡ ଇକୋ ଟୁରିଜିମ୍‌, ଭିତ୍ତିଭୂମି, ଦେବଗଡ କଲେଜର ନୂଆ ଅଡିଟୋରିଅମ, କଳାହାଣ୍ଡି ବ୍ରଜମୋହନ ହାଇସ୍କୁଲର ନୂଆ ହଷ୍ଟେଲ, ଗଙ୍ଗାଧର ମେହେର ବିଶ୍ବବିଦ୍ୟାଳୟର ନୂଆ ଅଡିଟୋରିଅମ ଓ କୁଚିଣ୍ଡା କଲେଜର ଅଡିଟୋରିଅମ ରହିଛି ।

ଭିତ୍ତିଭୂମି ରଖାଯାଇଥିବା ପ୍ରକଳ୍ପ ମଧ୍ୟରେ ବରଗଡ ଜନ୍ଦୋଲ ଗାଁର କମ୍ୟୁନିଟି ହଲ୍‌, ବରୋମୁଣ୍ଡା କଳାଗ୍ରାମ, କଟାବାହାଲ ପର୍ଯ୍ୟଟନ କେନ୍ଦ୍ର ଏବଂ କଳାହାଣ୍ଡିର ବିଭିନ୍ନ ଜଳାଶୟର ପୁନଃରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ ଏବଂ ସମ୍ବଲପୁର କେସିଆବାହାଲ ଠାରେ ନୂତନ ବହୁମୁଖୀ ହଲ୍‌ର ନିର୍ମାଣ କାମ ରହିଛି।

ନବୀନ ପଟ୍ଟନାୟକ ପଶ୍ଚିମ ଓଡିଶା ବିକାଶ ପରିଷଦ
Share. Facebook Twitter LinkedIn Email WhatsApp Copy Link

Related Posts

ସୁପର-୮ ରେ ସୁପର ଫ୍ଲପ୍: ଦକ୍ଷିଣ ଆଫ୍ରିକାଠାରୁ ୭୬ ରନରେ ହାରିଲା ଭାରତ

February 22, 2026

ସତ୍ୟାନନ୍ଦ ଦାସ ମହାରାଜଙ୍କ ସ୍ବନକ୍ଷତ୍ରରେ “ଗୁରୁକୃପା ସମ୍ମାନ”ରେ ସମ୍ମାନିତ ହେଲେ ଡଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର

February 22, 2026

ନ୍ୟାୟ ରାଷ୍ଟ୍ର ପରିଚାଳନାରେ ଇଞ୍ଜିନ୍ ସଦୃଶ: ନ୍ୟାୟମୂର୍ତ୍ତି ଶଶିକାନ୍ତ ମିଶ୍ର

February 22, 2026

ଭାରତୀୟ କୃଷି କ୍ଷେତ୍ରରେ ପରିବର୍ତ୍ତନ ଆଣୁଛି ଏଆଇ

February 22, 2026
Latest News

ଆଉ ଏକ ତେଜସ୍ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ: ପାଇଲଟ୍ ସୁରକ୍ଷିତ

February 23, 2026

ଆଜି ମାର୍ଚ୍ଚ ୨୩ ତାରିଖ ସୋମବାରରେ ଏହି ରାଶିଗୁଡିକ ମଧ୍ୟାହ୍ନରେ ପାଇବେ ଖୁସି ଖବର

February 23, 2026

ସୁପର-୮ ରେ ସୁପର ଫ୍ଲପ୍: ଦକ୍ଷିଣ ଆଫ୍ରିକାଠାରୁ ୭୬ ରନରେ ହାରିଲା ଭାରତ

February 22, 2026

ସତ୍ୟାନନ୍ଦ ଦାସ ମହାରାଜଙ୍କ ସ୍ବନକ୍ଷତ୍ରରେ “ଗୁରୁକୃପା ସମ୍ମାନ”ରେ ସମ୍ମାନିତ ହେଲେ ଡଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର

February 22, 2026

ନ୍ୟାୟ ରାଷ୍ଟ୍ର ପରିଚାଳନାରେ ଇଞ୍ଜିନ୍ ସଦୃଶ: ନ୍ୟାୟମୂର୍ତ୍ତି ଶଶିକାନ୍ତ ମିଶ୍ର

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.