Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ନବୀନଙ୍କ ନିର୍ବାଚନୀ ଥୋପ, ଲାଗୁ ହେଲା ‘ମିଶନ ଶକ୍ତି ସ୍କୁଟର ଯୋଜନା’, ମିଳିବ ବିନା ସୁଧରେ ଲକ୍ଷେ
ରାଜ୍ୟ ଖବର

ନବୀନଙ୍କ ନିର୍ବାଚନୀ ଥୋପ, ଲାଗୁ ହେଲା ‘ମିଶନ ଶକ୍ତି ସ୍କୁଟର ଯୋଜନା’, ମିଳିବ ବିନା ସୁଧରେ ଲକ୍ଷେ

July 21, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
MissionShakti
ନବୀନଙ୍କ ନିର୍ବାଚନୀ ଥୋପ, ଲାଗୁ ହେଲା 'ମିଶନ ଶକ୍ତି ସ୍କୁଟର ଯୋଜନା', ମିଳିବ ବିନା ସୁଧରେ ଲକ୍ଷେ

ଭୁବନେଶ୍ବର: ନିର୍ବାଚନ ପାଖେଇ ଆସୁଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୋଟିଏ ପରେ ଗୋଟିଏ ଜନହିତକର ଯୋଜନା ପ୍ରଣୟନ କରିବାରେ ଲାଗିଛନ୍ତି। ନିକଟରେ ସେ ସେହିପରି ବିଭିନ୍ନ ଯୋଜନା କରି କ୍ୟାବିନେଟରେ ପାଶ କରାଇଛନ୍ତି। ଏବେ ପୁଣି ଏକ ନୂଆ ଯୋଜନା ଆରମ୍ଭ କରିଛନ୍ତି। ମିଶନ ଶକ୍ତି ମହିଳାମାନଙ୍କ ପାଇଁ ଲାଗୁ କରିଛନ୍ତି ମିଶନ ଶକ୍ତି ସ୍କୁଟର ଯୋଜନା।

ଆଜି ଏହି ଯୋଜନାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ମଂଜୁରୀ ମିଳିଛି। ଏହି ଯୋଜନାରେ ମିଶନ ଶକ୍ତିର ଯୋଗ୍ୟ ସଦସ୍ୟାଙ୍କୁ ନିଜ ମନ ପସନ୍ଦର ସ୍କୁଟର କିଣିବା ପାଇଁ ଋଣ ପ୍ରଦାନ କରାଯିବ। ଏଥିରେ ଲକ୍ଷେ ଟଙ୍କା ପର୍ଯ୍ୟନ୍ତ ଋଣ ଦିଆଯିବ। ତେବେ ଏହାର ସୁଧ ଟଙ୍କା ରାଜ୍ୟ ସରକାର ବହନ କରିବେ। ଅର୍ଥାତ ମିଶନ ଶକ୍ତି ମହିଳାମାନେ ବିନା ସୁଧରେ ଏହି ଋଣ ପାଇପାରିବେ।

ଏହି ଯୋଜନା ଦ୍ବାରା ମିଶନ ଶକ୍ତି ମହିଳା, ଏସଏଚଜି ମହାସଂଘ, କମ୍ୟୁନିଟ ସପୋର୍ଟ ଷ୍ଟାଫମାନେ ଯାତାୟତ କରିବାରେ ସୁବିଧା ହେବ। ଏହି ଯୋଜନା ପାଇଁ ରାଜ୍ୟ ସରକାର ଆସନ୍ତା ୫ ବର୍ଷ ପାଇଁ ୫୨୮.୫୫ କୋଟି ଟଙ୍କାର ବଜେଟ ଆକଳନ କରିଛନ୍ତି। ଏହି ବଜେଟକୁ ଆଜି କ୍ୟାବିନେଟ ମଞ୍ଜୁରୀ ପ୍ରଦାନ କରିଛନ୍ତି।

ଏହି କ୍ୟାବିନେଟ ବୈଠକରେ ମିଶନ ଶକ୍ତି ସହିତ ୧୭ଟି ବିଭିନ୍ନ ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ବାଜିଛି। ସେଥିମଧ୍ୟରେ ରହିଛି କୃଷି ବିଭାଗ, ସମବାୟ ବିଭାଗ ଏବଂ ସ୍ବାସ୍ଥ୍ୟ ପରିବାର କଲ୍ୟାଣ ବିଭାଗର ବିଭିନ୍ନ ପ୍ରସ୍ତାବକୁ କ୍ୟାବିନେଟ ମଂଜୁର କରିଛନ୍ତି। ରାଜ୍ୟରେ କ୍ୟାନସର ଚିକିତ୍ସା ପାଇଁ ରାଜ୍ୟ ସରକାର ବଡ ପଦକ୍ଷେପ ଗ୍ରହଣ କରିଛନ୍ତି। ସେଥିରେ ରହିଛି ରାଜ୍ୟରେ ୧୧ ଟି କଂପ୍ରହନସିଭ କ୍ୟାନେସର ୟୁନିଟ ସ୍ଥାପନ କରାଯିବ।

ଏହି ଯୋଜନା ପାଇଁ ୧୦୦୧. ୧୪ କୋଟି ଟଙ୍କା ବ୍ୟୟ ଅଟକଳ କରିଛନ୍ତି। ଏହି ଯୋଜନା ଅଟକଳକୁ ଆଜି ରାଜ୍ୟ କ୍ୟାବିନେଟ ମଂଜୁରୀ ପ୍ରଦାନ କରିଛନ୍ତି।

Mission Shakti କ୍ୟାବିନେଟ ନବୀନ ପଟ୍ଟନାୟକ ମିଶନ ଶକ୍ତି ମିଶନ ଶକ୍ତି ସ୍କୁଟର ଯୋଜନା ରାଜ୍ୟ କ୍ୟାବିନେଟ
Share. Facebook Twitter LinkedIn Email WhatsApp Copy Link

Related Posts

ଚାଷ କାମ ସାରି ଫେରୁଥିବାବେଳେ ଅଘଟଣ: ବିଦ୍ୟୁତ୍ ଆଘାତରେ ୨ ଚାଷୀ ମୃତ

August 24, 2026

ମା’ଙ୍କୁ ମାରି ଘରେ ପୋତିଦେଲା ପୁଅ, ପଚା ଗନ୍ଧରୁ ଖୋଲିଲା ରହସ୍ୟ

August 24, 2026

ଓଡ଼ିଶା ଲୋକାୟୁକ୍ତ ଚୟନ କମିଟିର ସଦସ୍ୟ ହେଲେ ପୂର୍ବତନ CJI ଜଷ୍ଟିସ୍‌ ଗୋପାଳ ବଲ୍ଲଭ ପଟ୍ଟନାୟକ

August 24, 2026

ଶ୍ରୀମନ୍ଦିରରେ ବଦଳିବ ଦର୍ଶନ ବ୍ୟବସ୍ଥା: ୩-୪ ମାସରେ ଲାଗୁ ହେବ ଧାଡ଼ି ଦର୍ଶନ

August 24, 2026
Latest News

ଏନ୍‌ଆଇସିୟୁରେ ଅଗ୍ନିକାଣ୍ଡ: ୩ ଶିଶୁ ମୃତ

August 24, 2026

ବଡ଼ ମାଓ ଡମ୍ପ୍‌ ଠାବ: ମାଟି ତଳୁ ମିଳିଲା ୨୩ ବନ୍ଧୁକ, ୪୯୨ ଗୁଳି

August 24, 2026

ଚାଷ କାମ ସାରି ଫେରୁଥିବାବେଳେ ଅଘଟଣ: ବିଦ୍ୟୁତ୍ ଆଘାତରେ ୨ ଚାଷୀ ମୃତ

August 24, 2026

ମା’ଙ୍କୁ ମାରି ଘରେ ପୋତିଦେଲା ପୁଅ, ପଚା ଗନ୍ଧରୁ ଖୋଲିଲା ରହସ୍ୟ

August 24, 2026

ଓଡ଼ିଶା ଲୋକାୟୁକ୍ତ ଚୟନ କମିଟିର ସଦସ୍ୟ ହେଲେ ପୂର୍ବତନ CJI ଜଷ୍ଟିସ୍‌ ଗୋପାଳ ବଲ୍ଲଭ ପଟ୍ଟନାୟକ

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.