Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ମୁଖ୍ୟମନ୍ତ୍ରୀଙ୍କ ରେକର୍ଡକୁ ନେଇ ବିଜେଡି ବିଜେପି ମୁହାଁମୁହିଁ, କହିଲେ ଏପରି କଥା
ରାଜ୍ୟ ଖବର

ମୁଖ୍ୟମନ୍ତ୍ରୀଙ୍କ ରେକର୍ଡକୁ ନେଇ ବିଜେଡି ବିଜେପି ମୁହାଁମୁହିଁ, କହିଲେ ଏପରି କଥା

July 23, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
BJPBJD2
ମୁଖ୍ୟମନ୍ତ୍ରୀଙ୍କ ରେକର୍ଡକୁ ନେଇ ବିଜେଡି ବିଜେପି ମୁହାଁମୁହିଁ, କହିଲେ ଏପରି କଥା

ଭୁବନେଶ୍ୱର: ନବୀନ ପଟ୍ଟନାୟକ ଦେଶରେ ସର୍ବାଧିକ ସମୟ ମୁଖ୍ୟମନ୍ତ୍ରୀ ରହିବା ରେକର୍ଡକୁ ନେଇ ବିଜେଡି ବିଜେପି ମୁହାଁମୁହିଁ ହୋଇଛନ୍ତି। ଏ ନେଇ ଆଜି ବିଜେପିର ପୂର୍ବତନ ସଭାପତି ସମୀର ମହାନ୍ତି ଏହି ରେକର୍ଡକୁ ନେଇ ସମାଲୋଚନା କରିଛନ୍ତି। ସେ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ପ୍ରତିଶୃତି ପାଳନ ନ କରିବାରେ ମଧ୍ୟ ରେକର୍ଡ କରିଛନ୍ତି।

ସେ କହିଛନ୍ତି ଯେ, ଓଡ଼ିଶାର ପ୍ରତି ବ୍ଲକରେ ୩୫ ପ୍ରତିଶତ ଜଳସେଚନ ବ୍ୟବସ୍ଥା, ପ୍ରତି ବ୍ଲକରେ ଶୀତଳ ଭଣ୍ଡାର, ବାସହୀନଙ୍କୁ ପଟ୍ଟା ଓ ଘର ଦେବା, ଶିଳ୍ପାୟନ ମାଧ୍ୟମରେ ସ୍ଥାନୀୟ ଯୁବକଙ୍କୁ ରୋଜଗାର ଦେବାର ପ୍ରତିଶ୍ରୁତି ଦେଇ ତାହାକୁ ପାଳନ ନକରିବାର ସର୍ବଶ୍ରେଷ୍ଠ ରେକର୍ଡ ଅଛି । ମୋଦି ସରକାର ଘରେ ଘରେ ପାଇପ ଯୋଗେ ପାନୀୟ ଜଳର ବ୍ୟବସ୍ଥା କରିବା ପରେ ମଧ୍ୟ ପାଣି ଦେବା ପାଇଁ ଆପଣଙ୍କ ସରକାର ଆଜି ଅକ୍ଷମ।

ତେବେ ଏହାର କଡା ଜବାବ ଦେଇଛନ୍ତି ବିଜେଡି ନେତା ଲେନିନ ମହାନ୍ତି। ସେ କହିଛନ୍ତି ଯେ, ବିଜେପି ନେତା ଶ୍ରୀ ସମୀର ମହାନ୍ତି ରାଜ୍ୟ ବିଜେପି ସଭାପତି ପଦରୁ ବିଦା ହେବାପରେ ନିଜର ରାଜନୈତିକ ସ୍ଥିତି ହରାଇଛନ୍ତି। ରାଜନୀତିରେ ତିଷ୍ଠି ରହିବା ପାଇଁ ଆଜିକାଲି ସେ ଆପ୍ରାଣ ଉଦ୍ୟମ ଚଳାଇବା ସହିତ ଟୁଇଟ୍‍ ଜରିଆରେ ଗଣମାଧ୍ୟମର ଦୃଷ୍ଟି ଆକର୍ଷଣ କରିବାରେ ଲାଗିଛନ୍ତି । ଆମେ ତାଙ୍କର ନିରାଶା ଏବଂ ହତାଶାକୁ ବୁଝୁଛୁ ବୋଲି କହିଛନ୍ତି ବିଜେଡି ମୁଖପାତ୍ର ଡକ୍ଟର ଲେନିନ ମହାନ୍ତି।

ଏକ ଟୁଇଟ୍‍ ଜରିଆରେ ବିଜେପି ନେତା ଶ୍ରୀ ମହାନ୍ତିଙ୍କୁ ଜବାବ ଦେଇ ବିଜେଡି ମୁଖପାତ୍ର କହିଛନ୍ତି ଯେ ପୂର୍ବତନ ରାଜ୍ୟ ବିଜେପି ସଭାପତି ତାଙ୍କର ଅର୍ଥହୀନ ଏବଂ ବୁଦ୍ଧିହୀନ ଟୁଇଟ୍‍ ଜରିଆରେ ରାଜନୀତିରେ ପ୍ରାସଙ୍ଗିକ ହୋଇ ରହିବା ଏବଂ ଓଡ଼ିଶା ବିଜେପି ରାଜନୀତିରେ ନିଜର ରାଜନୈତିକ ଅସ୍ତିତ୍ୱ ଖୋଜିବାକୁ ଚେଷ୍ଟା କରୁଥିବାରୁ ଆମେ ତାଙ୍କ ପ୍ରତି ସହାନୁଭୂତି ଦେଖାଉଛୁ। ଆମେ ଆଶା କରୁଛୁ ଯେ ତାଙ୍କର ଓଡିଶା ବିଜେପି ସହକର୍ମୀମାନେ ତାଙ୍କ ପ୍ରତି ଅନୁରୂପ ଭାବେ ଅଧିକ ଦୟା ଏବଂ ସହାନୁଭୂତି ଦେଖାଇବେ।

BJD BJP ବିଜେଡି ବିଜେପି ଲେନିନ ମହାନ୍ତି ସମୀର ମହାନ୍ତି
Share. Facebook Twitter LinkedIn Email WhatsApp Copy Link

Related Posts

ଗ୍ୟାସ ପାଇପ୍ ଫାଟି ଅଗ୍ନିକାଣ୍ଡ: ଶିଶୁ କନ୍ୟା ମୃତ, ୩ ଗୁରୁତର

October 11, 2026

Jio AI Glasses: ଏହି ଚଷମା ରେ କରିହେବ ୟୁପିଆଇ ପେମେଣ୍ଟ, ମିଳିବ ଲାଇଭ କ୍ରିକେଟ କମେଣ୍ଟ୍ରି

October 11, 2026

ସିଏସ୍‌ଆର୍ ଓ ପାରିପାର୍ଶ୍ୱିକ ବିକାଶ କାର୍ଯ୍ୟର ସମୀକ୍ଷା କଲେ ସାଂସଦ ଧର୍ମେନ୍ଦ୍ର ପ୍ରଧାନ

October 11, 2026

ମା’ ସମଲେଶ୍ୱରୀଙ୍କ ଦର୍ଶନ କଲେ ରାଜ୍ୟପାଳ, ବୁଲି ଦେଖିଲେ ହୀରାକୁଦ ଡ୍ୟାମ୍

October 11, 2026
Latest News

ସୁପ୍ରିମକୋର୍ଟରେ ‘ଲଜ୍ଜା, ଲଜ୍ଜା’ ର ସ୍ଲୋଗାନ: ଓକିଲମାନଙ୍କୁ ଭର୍ତ୍ସନା କଲେ ବିଚାରପତି

October 11, 2026

ଶାରଦୀୟ ନବରାତ୍ରି : ମା’ ଦୁର୍ଗାଙ୍କ ଆରାଧନା, ନବରୂପ, କନ୍ୟାପୂଜା ଏବଂ ଦୀପ ପ୍ରଜ୍ଜ୍ୱଳନର ବିଶେଷ ନୀତିନିୟମ

October 11, 2026

ଆଖୁ କ୍ରୟମୂଲ୍ୟ କ୍ୱିଣ୍ଟାଲପିଚ୍ଛା ୪୨୫ ଟଙ୍କାକୁ ବୃଦ୍ଧି କଲେ ଛତିଶଗଡ଼ ସରକାର

October 11, 2026

ଗ୍ୟାସ ପାଇପ୍ ଫାଟି ଅଗ୍ନିକାଣ୍ଡ: ଶିଶୁ କନ୍ୟା ମୃତ, ୩ ଗୁରୁତର

October 11, 2026

Jio AI Glasses: ଏହି ଚଷମା ରେ କରିହେବ ୟୁପିଆଇ ପେମେଣ୍ଟ, ମିଳିବ ଲାଇଭ କ୍ରିକେଟ କମେଣ୍ଟ୍ରି

October 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.