Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ବଦଳିବ ପ୍ରାଥମିକ ଶ୍ରେଣୀ ଗୃହ ପରିବେଶ, ଏବେ ଚକାଚକ୍ ପରିବେଷରେ ପିଲା ପଢିବେ ପାଠ
ରାଜ୍ୟ ଖବର

ବଦଳିବ ପ୍ରାଥମିକ ଶ୍ରେଣୀ ଗୃହ ପରିବେଶ, ଏବେ ଚକାଚକ୍ ପରିବେଷରେ ପିଲା ପଢିବେ ପାଠ

August 10, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବଦଳିବ ପ୍ରାଥମିକ ଶ୍ରେଣୀ ଗୃହ ପରିବେଶ, ଏବେ ଚକାଚକ୍ ପରିବେଷରେ ପିଲା ପଢିବେ ପାଠ

ଭୁବନେଶ୍ବର: ୧୬ଟି ଜିଲ୍ଲାର ପ୍ରାଥମିକ ସ୍କୁଲ୍ ର ପରିବେଶ ବଦଳିବ। ଛାତ୍ରଛାତ୍ରୀଙ୍କ କୋମଳ ମନରେ ଶିକ୍ଷା ପ୍ରତି ଆଗ୍ରହ, କୌତୁହଳ, ଉତ୍ସାହ ଆଣିବା ଉଦ୍ଦେଶ୍ୟରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ବ୍ୟାପକ ବ୍ୟବସ୍ଥା କରିଛି। ଶ୍ରେଣୀଗୃହ ପରିବେଶକୁ ଆକର୍ଷଣୀୟ କରିବା ଉଦ୍ଦେଶ୍ୟରେ ମୌଳିକ ଭିତ୍ତିଭୂମିର ରକ୍ଷଣାବେକ୍ଷଣ ଏବଂ ମରାମତି ସୁବିଧା ଯୋଗାଇ ଦେବାକୁ ଆବଶ୍ୟକ ପାଣ୍ଠି ଯୋଗାଇ ଦେଇଛି।

ପ୍ରଥମରୁ ତୃତୀୟ ଶ୍ରେଣୀର ପିଲାମାନେ ପଢ଼ିବା, ଲେଖିବା, ଆବଶ୍ୟକୀୟ ଶିକ୍ଷଣ ଦକ୍ଷତା ହାସଲ କରିବା ଲକ୍ଷ୍ୟରେ ଶ୍ରେଣୀଗୃହ ପରିବେଶକୁ ଅନୁକୂଳ କରିବାର ପଦକ୍ଷେପ ନିଆଯାଉଛି। ଶ୍ରେଣୀଗୃହକୁ ଶିଶୁ ସୁଲଭ, ଆକର୍ଷଣୀୟ, ଆନନ୍ଦମୟ କରିବା ପାଇଁ ବିଭିନ୍ନ କାନ୍ଥଚିତ୍ର, ବିଭିନ୍ନ ଆକୃତିର ଡେକ୍ସ, ଆଲମାରୀ/ଥାକ, ଗ୍ରୀନ୍ ବୋର୍ଡ, ପ୍ରଦର୍ଶନ ବୋର୍ଡ, ଶୈକ୍ଷିକ ଉପକରଣ ଝୁଲାଇବା ପାଇଁ ହୁକ୍, ବସିବା ପାଇଁ ଦରି, ଶ୍ରେଣୀଗୃହର ଆବଶ୍ୟକ ମରାମତି, ବିଦ୍ୟୁତିକରଣ ଓ ଆଲୋକୀକରଣ, ଶିକ୍ଷଣ ସାମଗ୍ରୀ ପ୍ରଦର୍ଶନର ବ୍ୟବସ୍ଥା ଆଦି କରାଯିବ।

ଏହା ପ୍ରାଥମିକ ଛାତ୍ରଛାତ୍ରୀଙ୍କର ଶୈକ୍ଷିକ ବିକାଶରେ ଅତ୍ୟନ୍ତ ସହାୟକ ହେବ। ଶିକ୍ଷାର ମୂଳଦୁଆ ହେଉଛି ପ୍ରାଥମିକ ଶିକ୍ଷା। ଏହି ମୂଳଦୁଆ ଉପରେ ଭବିଷ୍ୟତର ଉଚ୍ଚ ଶିକ୍ଷା ଗଢ଼ି ଉଠିଥାଏ। ମୌଳିକ ସାକ୍ଷରତା ଓ ସଂଖ୍ୟା ଜ୍ଞାନ କାର‌୍ୟ୍ୟକ୍ରମ ପ୍ରଚଳନର ଉଦ୍ଦେଶ୍ୟ ହେଉଛି ଏହି ମୂଳଦୁଆକୁ ମଜଭୁତ କରିବା। ପ୍ରତ୍ୟେକ ଛାତ୍ରଛାତ୍ରୀ ଯେପରି ଭାଷା ଓ ଗାଣିତିକ ଜ୍ଞାନରେ ପାରଦର୍ଶୀ ହୋଇପାରିବେ ସେଥିପ୍ରତି ଲକ୍ଷ୍ୟ ସ୍ଥିର ହୋଇଛି। ଲକ୍ଷ୍ୟ ହାସଲ ପାଇଁ ସ୍ୱତନ୍ତ୍ର ଢାଞ୍ଚାରେ ପାଠ୍ୟକ୍ରମ ପ୍ରସ୍ତୁତି, ଚିତ୍ତାକର୍ଷକ ଶିକ୍ଷଣ ସାମଗ୍ରୀ(ଉଭୟ ଅନ୍ଲାଇନ ଓ ଅଫ୍ଲାଇନ), ଶିକ୍ଷକ ଦକ୍ଷତା ବିକାଶ, ମୂଲ୍ୟାଙ୍କନ ଶୈଳୀ ଇତ୍ୟାଦି ପର‌୍ୟ୍ୟାୟକ୍ରମ ବିକାଶ କରାଯାଇଛି।

ଜିଲ୍ଲାରେ ଛାତ୍ରଛାତ୍ରୀ ଅନୁକୂଳ ଶ୍ରେଣୀଗୃହ ନିର୍ମାଣ ପୂର୍ବରୁ ପାଇଲଟ୍ ପ୍ରକଳ୍ପ ଭାବେ ରାଜଭବନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଗ୍ରହଣ କରାଯାଇଥିଲା। ଏହି ପ୍ରାଥମିକ ବିଦ୍ୟାଳୟରେ ବିକାଶିତ ହୋଇଥିବା ଶ୍ରେଣୀଗୃହକୁ ସମସ୍ତ ବୈଷୟିକ ଶିକ୍ଷକ ଓ ବରିଷ୍ଠ ଶିକ୍ଷକ ପରିଦର୍ଶନ କରି ତାଲିମ ନେଇଛନ୍ତି।

ଏହି ବିଦ୍ୟାଳୟରେ ସମସ୍ତ ସୁବିଧା ସୁଯୋଗ କରିବା ପରେ ଛାତ୍ରଛାତ୍ରୀଙ୍କ ଭିତରେ ଆକାଂକ୍ଷିତ ଶୈକ୍ଷିକ ବିକାଶ ହେଉଥିବା ଲକ୍ଷ୍ୟ କରାଯାଇଛି। ପରେ ସମାନ ଢାଞ୍ଚାରେ ଶ୍ରେଣୀଗୃହ ପ୍ରସ୍ତୁତି କରିବା ପାଇଁ ପଦକ୍ଷେପ ନିଆଯାଇଛି। ସମସ୍ତ ୧୬ଟି ଜିଲ୍ଲାରେ ବିଦ୍ୟାଳୟ ସ୍ତରରେ ଏଫ୍ଏଲ୍ଏନ୍ କାର‌୍ୟ୍ୟକ୍ରମକୁ ସଫଳ ରୂପାୟନ ପାଇଁ ସମସ୍ତ ବରିଷ୍ଠ ବୈଷୟିକ ପରାମର୍ଶଦାତାଙ୍କ ସହ ବିଭାଗୀୟ ଅଧିକାରୀଙ୍କୁ ପ୍ରଶିକ୍ଷଣ ଦିଆଯାଇଛି।

ସ୍କୁଲ
Share. Facebook Twitter LinkedIn Email WhatsApp Copy Link

Related Posts

କିସ୍ ରେ ରାଜ୍ୟସ୍ତରୀୟ ଆଦିବାସୀ ସ୍ୱେଚ୍ଛାସେବୀ ସଶକ୍ତିକରଣ କାର୍ଯ୍ୟକ୍ରମ ଉଦଯାପିତ

April 27, 2026

ବାହାଘର ବାଣ ପଡି ଜଳିଗଲା 6 ବଖରା

April 26, 2026

କାଲି ବାଚସ୍ପତିଙ୍କୁ ଭେଟିବ ବିଜେଡି

April 26, 2026

ଚିଲିକା ପୁସ୍ତକ ମେଳାର ତୃତୀୟ ସନ୍ଧ୍ୟାରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

April 26, 2026
Latest News

ଚିଲିକା ପୁସ୍ତକ ମେଳାର ତୃତୀୟ ଦିବସ: ପୁସ୍ତକପ୍ରେମୀଙ୍କ ଭରପୁର ଉତ୍ସାହ

April 27, 2026

କିସ୍ ରେ ରାଜ୍ୟସ୍ତରୀୟ ଆଦିବାସୀ ସ୍ୱେଚ୍ଛାସେବୀ ସଶକ୍ତିକରଣ କାର୍ଯ୍ୟକ୍ରମ ଉଦଯାପିତ

April 27, 2026

କଣ ଗରମ ଯୋଗୁଁ ଆପଣଙ୍କ ପେଟ ବାରମ୍ବାର ଖରାପ ହେଉଛି କି ? ଜାଣନ୍ତୁ କାରଣ କଣ ?

April 27, 2026

ରାଶିଫଳ: ଆଜି ଏପ୍ରିଲ ୨୭ ତାରିଖ ସୋମବାରରେ ଏହି ରାଶିର ବ୍ୟକ୍ତମାନେ ରୁହନ୍ତୁ ସାବଧାନ

April 27, 2026

ବାହାଘର ବାଣ ପଡି ଜଳିଗଲା 6 ବଖରା

April 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.