Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ବିଜେଡିରେ ସାମିଲ ହେଲେ ଯାଜପୁର ନିର୍ବାଚନ ମଣ୍ଡଳୀର ଶତାଧିକ ବିଜେପି କର୍ମୀ
ରାଜ୍ୟ ଖବର

ବିଜେଡିରେ ସାମିଲ ହେଲେ ଯାଜପୁର ନିର୍ବାଚନ ମଣ୍ଡଳୀର ଶତାଧିକ ବିଜେପି କର୍ମୀ

September 26, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଯାଜପୁର ନିର୍ବାଚନ
ଯାଜପୁର ନିର୍ବାଚନ ମଣ୍ଡଳୀର ଶତାଧିକ ବିଜେପି କର୍ମୀ ବିଜେଡିରେ ସାମିଲ

ଭୁବନେଶ୍ୱର: ଯାଜପୁର ନିର୍ବାଚନ ମଣ୍ଡଳୀର ଯୁବନେତା ତଥା ବିଜେପି ଯୁବମୋର୍ଚ୍ଚାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ସୌମ୍ୟ ରଞ୍ଜନ ଧଳ ଏବଂ ଯାଜପୁର ଜିଲ୍ଲା ବିଜେପି ଯୁବ ମୋର୍ଚ୍ଚାର ସାଧାରଣ ସମ୍ପାଦକ ହୃଷିକେଶ ମେକାପଙ୍କ ନେତୃତ୍ୱରେ ଶତାଧିକ ବିଜେପି କର୍ମକର୍ତ୍ତା ଓ କର୍ମୀ ଆଜି ଶଙ୍ଖଭବନଠାରେ ବିଜୁ ଜନତା ଦଳ ସାଧାରଣ ସମ୍ପାଦକ ଶ୍ରୀ ମାନସ ରଞ୍ଜନ ମଙ୍ଗରାଜଙ୍କ ଉପସ୍ଥିତିରେ ବିଜେଡିରେ ସାମିଲ ହୋଇଛନ୍ତି।

ଏହି ଅବସରରେ ରାଜ୍ୟସଭା ସାଂସଦ ଶ୍ରୀ ସସ୍ମିତ ପାତ୍ର, ଗଣମାଧ୍ୟମ ସଂଯୋଜକ ଡକ୍ଟର ପ୍ରିୟବ୍ରତ ମାଝୀ ଉପସ୍ଥିତ ରହି ସମସ୍ତ ବିଜେପି କର୍ମକର୍ତ୍ତା ଓ କର୍ମୀଙ୍କୁ ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ। ଏହି ଅବସରେ ବିଜେଡ଼ିରେ ସାମିଲ୍‌ ହୋଇଥିବାଶ୍ ରୀ ଧଳ ଏବଂ ଶ୍ରୀ ମେକାପ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ବିକାଶମୂଳକ କାର୍ଯ୍ୟକ୍ରମ ଓ ସାଙ୍ଗଠନିକ ସମ୍ପାଦକ ଶ୍ରୀ ପ୍ରଣବ ପ୍ରକାଶ ଦାସଙ୍କ କାର୍ଯ୍ୟଧାରାରେ ଅନୁପ୍ରାଣିତ ହୋଇ ବିଜେଡିରେ ଯୋଗ ଦେବା ପାଇଁ ନିଷ୍ପତ୍ତି ନେଲୁ।

ଯାଜପୁର ଜିଲ୍ଲାରେ ବିଜେପି ଜିଲ୍ଲାସଭାପତିଙ୍କ ମନମୁଖୀ କାର୍ଯ୍ୟକୁ ବିରୋଧ ଏବଂ ଦଳରେ କାମ କରିବାର ସୁଯୋଗ ମିଳୁ ନ ଥିବାରୁ କ୍ଷୋଭ ପ୍ରକାଶ କରି ଆଜି ବିଧିବଦ୍ଧ ଭାବେ ବିଜୁ ଜନତା ଦଳରେ ସାମିଲ୍‌ ହୋଇଛୁ। ଦଳରେ ଆମକୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ଶ୍ରୀ ପ୍ରଣବ ପ୍ରକାଶ ଦାସ, ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜ ଓ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ।

ଏହି ମିଶ୍ରଣ ପର୍ବରେ ବିଜେପି ଛାଡି ବିଜେଡିରେ ମିଶିଥିବା କର୍ମକର୍ତ୍ତାମାନେ ହେଲେ ଯାଜପୁର ନିର୍ବାଚନ ମଣ୍ଡଳୀର ଭାରତୀୟ ଜନତା ମହିଳା ମୋର୍ଚ୍ଚାର ଉପସଭାପତି ମନୋରମା ମିଶ୍ର, ମାଳନ୍ଦାପୁର ଗ୍ରାମପଞ୍ଚାୟତର ୱାର୍ଡ଼ମେମ୍ବର ଅଶୋକ ଧଳ, ଶମ୍ବୁନାଥ ଦାସ, ଭୁବନେଶ୍ୱର ଗ୍ରାମପଞ୍ଚାୟତର ସମ୍ପାଦକ ରଞ୍ଜନ କୁମାର ସ୍ୱାଇଁ, ବେରୁଡ଼ା ମୋର୍ଚ୍ଚାର ସଦସ୍ୟ କାଞ୍ଜନବାଳା ସାମଲଙ୍କ ସହ ଶତାଧିକ କର୍ମକର୍ତ୍ତା ଓ କର୍ମୀ ବିଜୁ ଜନତା ଦଳରେ ଯୋଗ ଦେଇଥିଲେ।ମୁଖପାତ୍ର ଡ.ପ୍ରିୟବ୍ରତ ମାଝୀ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିବା ବେଳେ ମୁଖପାତ୍ର ତୁମ୍ବନାଥ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ।

BJD BJP ପ୍ରଣବ ପ୍ରକାଶ ଦାସ ବିଜେଡିରେ ସାମିଲ ମାନସ ମଙ୍ଗରାଜ ମିଶ୍ରଣ ପର୍ବ ଯାଜପୁର ବିଜେଡି
Share. Facebook Twitter LinkedIn Email WhatsApp Copy Link

Related Posts

ହୋଲି ପୂର୍ବରୁ ସରକାରୀ ଉପହାର: ମହଙ୍ଗା ଭତ୍ତା ୩% ବୃଦ୍ଧି

February 25, 2026

ଭିଜିଲାନ୍ସ ଜାଲରେ ଖଣି ଅଧିକାରୀ: ନଗଦ ୪.୨୭ କୋଟି ସହ ସୁନା ଗହଣା ଜବତ

February 25, 2026

କଟକର ଐତିହ୍ୟ ସ୍ଥଳୀ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି ଦଳ

February 25, 2026

ଯାତ୍ରୀଙ୍କ ସୁବିଧା ପାଇଁ ଅଧିକ ହୋଲି ସ୍ୱତନ୍ତ୍ର ଟ୍ରେନ୍ ଘୋଷଣା

February 25, 2026
Latest News

ଉତ୍ତରପ୍ରଦେଶ ପ୍ରୟାଗରାଜରେ ଶ୍ରୀଜଗନ୍ନାଥ ମନ୍ଦିର ଉଦ୍‌ଘାଟିତ

February 26, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀ-୨୦୨୬: ଦର୍ଶକ ନୁହେଁ, ଭାଗୀଦାର ଭାବେ ଭାରତକୁ ବିଶ୍ୱର ସମର୍ଥନ

February 25, 2026

ହୋଲି ପୂର୍ବରୁ ସରକାରୀ ଉପହାର: ମହଙ୍ଗା ଭତ୍ତା ୩% ବୃଦ୍ଧି

February 25, 2026

ଭିଜିଲାନ୍ସ ଜାଲରେ ଖଣି ଅଧିକାରୀ: ନଗଦ ୪.୨୭ କୋଟି ସହ ସୁନା ଗହଣା ଜବତ

February 25, 2026

କଟକର ଐତିହ୍ୟ ସ୍ଥଳୀ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି ଦଳ

February 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.