ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ପ୍ରବଳ ବର୍ଷା ସମ୍ଭାବନା

Published: Sep 29, 2023, 11:25 am IST
LowPressure

ଭୁବନେଶ୍ବର: ବଙ୍ଗୋପସାଗର ରେ ସୃଷ୍ଟି ହେଲା ଲଘୁଚାପ। ଏ ନେଇ ଭୁବନେଶ୍ବର ପାଣିପାଗ ବିଭାଦ ସୂଚନା ଦେଇଛି। ଏଥିରେ କୁହାଯାଇଛି ଯେ, ଉତ୍ତର-ପୂର୍ବ ପାର୍ଶ୍ଵବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏହି ଲଘୁଚାପ ସୃଷ୍ଟି ହୋଇଛି।

ଏହି ଲଘୁଚାପ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପ ରେ ପରିଣତ ହୋଇ ଉତ୍ତର ଓଡିଶା-ପଶ୍ଚିମବଙ୍ଗ ଉପକୂଳ ମୁହାଁ ହେବା ସମ୍ଭାବନା ରହିଛି। ଏହାଦ୍ବାରା ଆଜିଠାରୁ ଓଡିଶାର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ଜଣାପଡିଛି।

Related posts