Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ନୂଆ ଦାୟିତ୍ବ ନେବା ପରେ ଶ୍ରୀମନ୍ଦିରରୁ କାର୍ଯ୍ୟ ଆରମ୍ଭ କଲେ ଭି କେ ପାଣ୍ଡିଆନ
ରାଜ୍ୟ ଖବର

ନୂଆ ଦାୟିତ୍ବ ନେବା ପରେ ଶ୍ରୀମନ୍ଦିରରୁ କାର୍ଯ୍ୟ ଆରମ୍ଭ କଲେ ଭି କେ ପାଣ୍ଡିଆନ

October 28, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
Pandian
ନୂଆ ଦାୟିତ୍ବ ନେବା ପରେ ଶ୍ରୀମନ୍ଦିରରୁ କାର୍ଯ୍ୟ ଆରମ୍ଭ କଲେ ଭି କେ ପାଣ୍ଡିଆନ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ୫ଟି ଓ ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି କେ ପାଣ୍ଡିଆନ୍  ଆଜି ବଡିଭୋର ରୁ ପୁରୀ ଯାଇ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ। ଭୋର୍ ୪ ରୁ ୬ ପର୍ଯ୍ୟନ୍ତ ଏହି ସମୀକ୍ଷା ଚାଲିଥିଲା।

ନୂଆ ଦାୟିତ୍ଵ ଗ୍ରହଣ ପରେ ୫ଟି ଓ ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନ୍ ଙ୍କ ଏହା ଥିଲା ପ୍ରଥମ ସମୀକ୍ଷା। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ ତ୍ଵରାନ୍ଵିତ କରି ଡିସେମ୍ବର ୧୫ ସୁଦ୍ଧା ସମ୍ପୂର୍ଣ୍ଣ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ। ଏହା ନୂଆବର୍ଷ ରେ ଭକ୍ତ ମାନଙ୍କୁ ନୂଆ ଅନୁଭବ ଦେବ ବୋଲି ସେ ମତ ବ୍ୟକ୍ତ କରିଥିଲେ।

ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ମଠ ଗୁଡିକର ପୁନରୁଦ୍ଧାର କାମ ତ୍ୱରାନ୍ୱିତ କରିବା ପାଇଁ ଶ୍ରୀ ପାଣ୍ଡିଆନ୍ ନିର୍ଦ୍ଦେଶ ଦେଇଥିଲେ। ପରିକ୍ରମା ପ୍ରକଳ୍ପ ଲ୍ୟାଣ୍ଡସ୍କେପିଂ କାମରେ ଜଗନ୍ନାଥ ସଂସ୍କୃତି ସହ ଜଡିତ ବିଭିନ୍ନ ଦେଶୀୟ ବୃକ୍ଷ ଓ ଗୁଳ୍ମ ଲଗାଇବାକୁ ଶ୍ରୀ ପାଣ୍ଡିଆନ୍ ପରାମର୍ଶ ଦେଇଥିଲେ। ସେ ଶ୍ରୀମନ୍ଦିର ଚାରି ଦ୍ଵାର କାମ ମଧ୍ୟ ବୁଲି ଦେଖିଥିଲେ।

ସ୍ଥାନୀୟ ଲୋକଙ୍କ ସୁବିଧା ପାଇଁ ଦୁଇ ଚକିଆ ଗାଡି ର ପାର୍କିଂ ପାଇଁ ପର‌୍ୟ୍ୟାପ୍ତ ବ୍ୟବସ୍ଥା କରିବାକୁ ଶ୍ରୀ ପାଣ୍ଡିଆନ୍ ନିର୍ଦ୍ଦେଶ ଦେଇଥିଲେ। ଏତଦବ୍ୟତୀତ ମେଘନାଦ ପାଚେରୀ ପାଖରୁ ବିଭିନ୍ନ ନିତ୍ୟ ବ୍ୟବହାର ୟୁନିଟଗୁଡିକର ସ୍ଥାନାନ୍ତର, ପରିକ୍ରମା ପ୍ରକଳ୍ପ ର ବିଦ୍ୟୁତ୍ ବ୍ୟବସ୍ଥା କାମ ନିର୍ଦ୍ଧାରିତ ସମୟରେ ଶେଷ କରିବା ଉପରେ ସେ ଗୁରୁତ୍ଵ ଆରୋପ କରିଥିଲେ।

ଜଗନ୍ନାଥ ବଲ୍ଳଭ ପାର୍କିଂ କାମ ସହ ଯାତ୍ରୀ ମାନଙ୍କ ପାଇଁ ସେଠାରେ କରାଯାଉଥିବା ବିଭିନ୍ନ ସୁବିଧା ର ବିକାଶ , ପ୍ରମୋଦ ଉଦ୍ୟାନ, ଓ ଶ୍ରୀ ସେତୁ କାମ ର ଅଗ୍ରଗତି ଶ୍ରୀ ପାଣ୍ଡିଆନ୍ ସମୀକ୍ଷା କରିଥିଲେ ଓ ନିର୍ଦ୍ଧାରିତ ସମୟ ରେ କାମ ଶେଷ କରିବାକୁ ନିର୍ଦେଶ ଦେଇଥିଲେ। ଏଥି ପାଇଁ ଅଧିକ ଲୋକ ନିୟୋଜିତ କରିବା ପାଇଁ ୫ଟି ଓ ନବୀନ ଓଡିଶା ଅଧ୍ୟକ୍ଷ ପରାମର୍ଶ ଦେଇଥିଲେ।

ଏହି ପରିଦର୍ଶନ ସମୟରେ ପୁରୀ ଜିଲ୍ଲାପାଳ, ଏସପ୍, ଓବିସିସି ଏମଡି ବିଭିନ୍ନ ଏଜେନ୍ସିର ଅଧିକାରୀମାନେ ଉପସ୍ଥିତ ଥିଲେ।

ଭି.କେ ପାଣ୍ଡିଆନ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଶ୍ରୀମନ୍ଦିରରେ ଭି କେ ପାଣ୍ଡିଆନ
Share. Facebook Twitter LinkedIn Email WhatsApp Copy Link

Related Posts

‘ଅପରେସନ ସାଇବର କବଚ’ର ନବମ ଦିନ: ୧୪୬ ଅଭିଯୁକ୍ତ ଗିରଫ

February 22, 2026

ନୂଆଦିଲ୍ଲୀ ଘୋଷଣା ଗୃହୀତ ହେବା ସହ ସମ୍ପନ୍ନ ହେଲା ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀ ୨୦୨୬

February 22, 2026

ରାଜ୍ୟରେ ସୃଷ୍ଟି ହୋଇଛନ୍ତି ୧୬ଲକ୍ଷରୁ ଅଧିକ ଲକ୍ଷପତି ଦିଦି, ଗୃହରେ ତଥ୍ୟ ରଖିଲେ ମନ୍ତ୍ରୀ

February 21, 2026

ସିଆରପିଏଫର ୮୭ତମ ପ୍ରତିଷ୍ଠା ଦିବସ ସମାରୋହରେ ଯୋଗ ଦେଲେ ଅମିତ ଶାହ

February 21, 2026
Latest News

Odisha HLCA Meeting: ୪୪,୨୦୦ କୋଟି ଟଙ୍କାର ପୁଞ୍ଜି ନିବେଶକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

February 22, 2026

‘ଅପରେସନ ସାଇବର କବଚ’ର ନବମ ଦିନ: ୧୪୬ ଅଭିଯୁକ୍ତ ଗିରଫ

February 22, 2026

ନୂଆଦିଲ୍ଲୀ ଘୋଷଣା ଗୃହୀତ ହେବା ସହ ସମ୍ପନ୍ନ ହେଲା ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀ ୨୦୨୬

February 22, 2026

ଆଜି ଫେବୃୟାରୀ ୨୨ ତାରିଖ ରବିବାରରେ ଏହି ରାଶି ଉପରେ ଶନିଦେବ ଅଛନ୍ତି ଖୁସି

February 22, 2026

ରାଜ୍ୟରେ ସୃଷ୍ଟି ହୋଇଛନ୍ତି ୧୬ଲକ୍ଷରୁ ଅଧିକ ଲକ୍ଷପତି ଦିଦି, ଗୃହରେ ତଥ୍ୟ ରଖିଲେ ମନ୍ତ୍ରୀ

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.