Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ଉଦ୍‌ଘାଟିତ ହେଲା ରାଜ୍ୟସ୍ତରୀୟ ସ୍କୁଲ ବ୍ୟାଣ୍ଡ ପ୍ରତିଯୋଗିତା
ରାଜ୍ୟ ଖବର

ଉଦ୍‌ଘାଟିତ ହେଲା ରାଜ୍ୟସ୍ତରୀୟ ସ୍କୁଲ ବ୍ୟାଣ୍ଡ ପ୍ରତିଯୋଗିତା

November 16, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
SchoolBand
ଉଦ୍‌ଘାଟିତ ହେଲା ରାଜ୍ୟସ୍ତରୀୟ ସ୍କୁଲ ବ୍ୟାଣ୍ଡ ପ୍ରତିଯୋଗିତା

ଭୁବନେଶ୍ୱର: ଆଜି ପୂର୍ବାହ୍ନରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ୟୁନିଟ-୬ ବାଳିକା ହାଇସ୍କୁଲରେ ରାଜ୍ୟସ୍ତରୀୟ ସ୍କୁଲ ବ୍ୟାଣ୍ଡ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ୧୦ଟି ଜିଲ୍ଲାରୁ ୧୧ଟି ସ୍କୁଲ ବ୍ୟାଣ୍ଡ ଟିମ୍‌ ଏହି ରାଜ୍ୟସ୍ତରୀୟ ସ୍କୁଲ ବ୍ୟାଣ୍ଡ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଛନ୍ତି ।

ବିଭାଗୀୟ କମିଶନର ତଥା ଶାସନ ସଚିବ ଅଶ୍ୱଥି ଏସ୍‌. ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟସ୍ତରୀୟ ସ୍କୁଲ ବ୍ୟାଣ୍ଡ ଟିମ୍‌ ପ୍ରତିଯୋଗିତାର ଶୁଭ ଉଦ୍‌ଘାଟନ କରିଥିଲେ ଏବଂ ଟିମ୍‌ର ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ। କେନ୍ଦ୍ର ସରକାରଙ୍କ ଦୁଇଟି ବିଭାଗ ଯଥା- କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟ ଏବଂ ପ୍ରତିରକ୍ଷା ମନ୍ତ୍ରାଳୟର ମିଳିତ ସହଯୋଗରେ ଆୟୋଜିତ ଏହି ରାଜ୍ୟସ୍ତରୀୟ ବ୍ୟାଣ୍ଡ ପ୍ରତିଯୋଗିତାରେ ଯେଉଁ ଦଳ ପ୍ରଥମ ସ୍ଥାନ ଅଧିକାର କରିବେ ସେମାନେ ପୂର୍ବ ଜୋନ ଆନ୍ତଃରାଜ୍ୟ ସ୍କୁଲ ବ୍ୟାଣ୍ଡ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବେ।

ଅନ୍ୟ ଟିମ୍‌ମାନଙ୍କ ମଧ୍ୟରୁ ଚୟନ କରାଯାଇ ସେମାନଙ୍କୁ ଭୁବନେଶ୍ୱରରେ ହେବାକୁ ଥିବା ଆଗାମୀ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପରେଡରେ ଅଂଶଗ୍ରହଣ କରିବାର ସୁଯୋଗ ଦିଆଯିବ। ରାଜ୍ୟସ୍ତରରେ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା ଟିମ୍‌କୁ ଟ୍ରଫି ଓ ପ୍ରମାଣପତ୍ର ପ୍ରଦାନପୂର୍ବକ ପୁରସ୍କୃତ କରାଯାଇଛି।

ସମଗ୍ର ଭାରତବର୍ଷକୁ ଚାରୋଟି ଜୋନ୍‌ରେ ବିଭକ୍ତ କରାଯାଇଛି। ପ୍ରତ୍ୟେକ ଜୋନ୍‌ରୁ ୨ ଗୋଟି ବିଜୟୀ ଦଳ (ପୁରୁଷ ଓ ମହିଳା) ବ୍ରାସ୍‌ ବ୍ୟାଣ୍ଡର ଏବଂ ଗୋଟିଏ ବିଜୟୀ ଦଳ (ମହିଳା) ପାଇପ ବ୍ୟାଣ୍ଡ କାଟାଗୋରୀର ସମୁଦାୟ ତିନୋଟି ଟିମ୍‌ ଅନ୍ତରାଜ୍ୟ ସ୍କୁଲ ବ୍ୟାଣ୍ଡ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବେ। ଆମ ରାଜ୍ୟରୁ ୪ଟି ଲେଖାଏଁ ବ୍ୟାଣ୍ଡ ଟିମ୍‌ ସମୁଦାୟ ୧୬ଟି ଟିମ୍‌ ଦିଲ୍ଲୀର ଜାତୀୟ ନ୍ୟାସନାଲ୍‌ ଷ୍ଟାଡିୟମ୍‌ରେ ଅନୁଷ୍ଠିତ ପ୍ରତିଯୋଗିତାରେ ଭାଗନେବେ।

ଏଥିରେ ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ (ଓସେପା) ଶ୍ରୀ ଅନୁପମ ସାହା ସ୍କୁଲ ବ୍ୟାଣ୍ଡ ପ୍ରତିଯୋଗିତା କାର୍ଯ୍ୟକ୍ରମ ସଂପର୍କରେ ପରାମର୍ଶ ଦେଇଥିଲେ। ପ୍ରାରମ୍ଭରେ ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ଭଗବାନ ବେହେରା ସୂଚନା ପ୍ରଦାନ କରିଥିବାବେଳେ ଶେଷରେ ଉପନିର୍ଦ୍ଦେଶକ ଶ୍ରୀ ମହେଶ୍ୱର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ‘ମୋ ସ୍କୁଲ’ର ସ୍ୱତନ୍ତ୍ର ଅଧିକାରୀ ଶ୍ରୀ ଅମରଜିତ ଜେନା, ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ଯୁଗ୍ମ ନିର୍ଦ୍ଦେଶକ ଡ. ସନାତନ ପଣ୍ଡା, ବାଳିକା ହାଇସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ସୁକାନ୍ତି ହରିଚନ୍ଦନଙ୍କ ସମେତ ବହୁ ଶିକ୍ଷକଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ।

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ସିଏସଆଇଆର-ଆଇଏମଏମଟି ପରିଦର୍ଶନ କଲେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି

February 3, 2026

କାର ସହ କେଜି ଗଂଜେଇ ଜବତ, ଜଣେ ଗିରଫ

February 3, 2026

ଫକୀର ମୋହନ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ଯୋଗ ଦେଲେ ରାଷ୍ଟ୍ରପତି

February 3, 2026

ଜିଓ-ବ୍ଲାକରକ୍ ଇନଭେଷ୍ଟମେଣ୍ଟ ଆଡ଼ଭାଇଜର୍ସ ପକ୍ଷରୁ ‘ବ୍ୟକ୍ତିଗତ ନିବେଶ ପରାମର୍ଶ’ ଶୁଭାରମ୍ଭ

February 3, 2026
Latest News

ସିଏସଆଇଆର-ଆଇଏମଏମଟି ପରିଦର୍ଶନ କଲେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି

February 3, 2026

କାର ସହ କେଜି ଗଂଜେଇ ଜବତ, ଜଣେ ଗିରଫ

February 3, 2026

ଫକୀର ମୋହନ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ଯୋଗ ଦେଲେ ରାଷ୍ଟ୍ରପତି

February 3, 2026

“ଚାଷୀଙ୍କ ରକ୍ତକୁ ଶୋଷଣ କରିଛି ସରକାର”: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଉପରେ ରାହୁଲ ଗାନ୍ଧୀଙ୍କ ପ୍ରଶ୍ନ 

February 3, 2026

ଜିଓ-ବ୍ଲାକରକ୍ ଇନଭେଷ୍ଟମେଣ୍ଟ ଆଡ଼ଭାଇଜର୍ସ ପକ୍ଷରୁ ‘ବ୍ୟକ୍ତିଗତ ନିବେଶ ପରାମର୍ଶ’ ଶୁଭାରମ୍ଭ

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.