Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ରାଜ୍ୟପାଳଙ୍କୁ ଭେଟିଲେ ଓଡ଼ିଶା ପ୍ରଶାସନିକ ସେବା-୨୦୨୦ ବ୍ୟାଚ୍‌ର ୧୨୭ଜଣ ଟ୍ରେନି ଅଫିସର
ରାଜ୍ୟ ଖବର

ରାଜ୍ୟପାଳଙ୍କୁ ଭେଟିଲେ ଓଡ଼ିଶା ପ୍ରଶାସନିକ ସେବା-୨୦୨୦ ବ୍ୟାଚ୍‌ର ୧୨୭ଜଣ ଟ୍ରେନି ଅଫିସର

November 17, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ରାଜ୍ୟପାଳଙ୍କୁ ଭେଟିଲେ ଓଡ଼ିଶା ପ୍ରଶାସନିକ ସେବା-୨୦୨୦ ବ୍ୟାଚ୍‌ର ୧୨୭ଜଣ ଟ୍ରେନି ଅଫିସର

ଭୁବନେଶ୍ୱର: ଓଡ଼ିଶା ପ୍ରଶାସନିକ ସେବା ରାଜ୍ୟ ପ୍ରଶାସନର ଏକ ପ୍ରମୁଖ ସେବା ଭାବେ ପରିଗଣିତ । ଏହି ସେବା ପାଇଁ ଯୋଗ୍ୟ ବିବେଚିତ ହେବା ସୌଭାଗ୍ୟର ବିଷୟ। ପ୍ରଶାସନିକ ଅଧିକାରୀଭାବେ ଜନସାଧାରଣଙ୍କ ସେବା କରିବା ପାଇଁ ତଥା ରାଜ୍ୟର ପ୍ରଗତି ଓ ବିକାଶରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିବାର ପର୍ଯ୍ୟାପ୍ତ ସୁଯୋଗ ରହିଛି।

ସେଥିପାଇଁ ସେମାନେ ନିଜକୁ ଉପଯୁକ୍ତ ଭାବେ ପ୍ରସ୍ତୁତ କରିବା ସହ ନିଜର କାର୍ଯ୍ୟଶୈଳୀରେ ସର୍ବଦା ସ୍ୱଚ୍ଛତା ଅବଲମ୍ବନ କରିବା ସଙ୍ଗେ ସଙ୍ଗେ ଜନସାଧାରଣଙ୍କ ବିଶ୍ୱାସଭାଜନ ହେବାକୁ ରାଜ୍ୟପାଳ ଶ୍ରୀ ରଘୁବର ଦାସ ଓଡ଼ିଶା ପ୍ରଶାସନିକ ସେବା – ୨୦୨୦ ବ୍ୟାଚ୍‌ର ପ୍ରଶିକ୍ଷଣ ଗ୍ରହଣ କରୁଥିବା ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି।

ଆଜି ରାଜଭବନର ନ୍ୟୁ ଅଭିିଷେକ ହଲ୍ ଠାରେ ଆୟୋଜିତ ଏକ ଭାବବିନିମୟ କାର୍ଯ୍ୟକ୍ରମ ମାଧ୍ୟମରେ ଟ୍ରେନି ଅଫିସରମାନଙ୍କୁ ଉଦ୍‌ବୋଧନ ଦେବା ଅବସରରେ ରାଜ୍ୟପାଳ ପ୍ରଶାସନିକ ଅଧିକାରୀଙ୍କ ଏକ ଗୁରୁଦାୟିତ୍ୱ ରହିଛି ଓ ସେମାନେ ସରକାର ଏବଂ ଜନସାଧାରଣଙ୍କ ମଧ୍ୟରେ ଦୂରତାକୁ ହ୍ରାସ କରି ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଏବଂ କଲ୍ୟାଣମୂଳକ କାର୍ଯ୍ୟକମ୍ରର ସଫଳ ରୂପାୟନ ଦ୍ୱାରା ଏହାର ସୁଫଳ ଜନସାଧାରଣଙ୍କ ନିକଟରେ ପହଂଚିପାରିବ ସେ ଦିଗରେ କାର୍ଯ୍ୟ କରିବାକୁ କହିଥିଲେ।

ବର୍ତମାନର ଡ଼ିଜିଟାଲ୍ ଯୁଗରେ ସୂଚନା ପ୍ରଯୁକ୍ତି (ଆଇଟି)ର ବ୍ୟାପକ ବ୍ୟବହାର ଓ ପ୍ରୟୋଗ ଦିଗରେ ପ୍ରଶାସନିକ ଅଧିକାରୀମାନେ ସର୍ବଦା ଯତ୍ନଶୀଳ ରହିବା ସହିତ ବିକାଶକୁ ଏକ ନୂତନ ଶିଖରରେ ପହଂଚାଇବାକୁ ରାଜ୍ୟପାଳ ଶ୍ରୀ ଦାସ କହିଥିଲେ। ଓଡ଼ିଶା ଏକ ବିପୁଳ ସୁଯୋଗ ଓ ସମ୍ଭାବନାର ରାଜ୍ୟ। ସେହି ସମ୍ଭାବନାକୁ ନିଜର ଦକ୍ଷତା, ଦୂରଦୃଷ୍ଟି ମାଧ୍ୟମରେ ରାଜ୍ୟର ଉନ୍ନତି ଓ ବିକାଶରେ ରୂପାନ୍ତରିତ କରିବାକୁ ରାଜ୍ୟପାଳ ଶ୍ରୀ ଦାସ ପ୍ରଶିକ୍ଷଣ ଗ୍ରହଣ କରୁଥିବା ଅଧିକାରୀମାନଙ୍କୁ କହିଥିଲେ।

ରାଜ୍ୟ ଏବଂ ରାଜ୍ୟବାସୀଙ୍କର ସେମାନଙ୍କ ଉପରେ ଥିବା ଆଶା ଓ ଆକାଂକ୍ଷାକୁ ପୂରଣ କରିବାକୁ ଶ୍ରୀ ଦାସ ଅଧିକାରୀମାନଙ୍କୁ କହିଥିଲେ। ଜୀବନର ଏକ ନୂତନ ଇନିଂସ ଆରମ୍ଭ କରିବାକୁ ଥିବା ଅଧିକାରୀମାନଙ୍କୁ ରାଜ୍ୟପାଳ ନିଜର ଶୁଭେଚ୍ଛା ଜଣାଇଥିଲେ।

ଏହି କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ ରାଜ୍ୟପାଳଙ୍କ ପ୍ରମୁଖ ଶାସନ ସଚିବ ଶ୍ରୀ ଶାଶ୍ୱତ ମିଶ୍ର ଟ୍ରେନି ଅଫିସରମାନଙ୍କୁ ନିଜର ଦକ୍ଷତା ଓ ସଫଳତା ଦ୍ୱାରା ଓଡ଼ିଶା ପ୍ରଶାସନିକ ସେବାକୁ ଗୌରବାନ୍ୱିତ କରିବାକୁ କହିଥିଲେ। ପ୍ରଶାସନିକ ଅଧିକାରୀଭାବେ ସମସ୍ୟା ସମାଧାନ କରିବାର କଳା ସେମାନଙ୍କୁ ଦକ୍ଷ ଏବଂ ସଚ୍ଚୋଟ ଅଫିସରଭାବେ ପରିଗଣିତ କରାଇବ ବୋଲି ସେ କହିଥିଲେ।

କାର୍ଯ୍ୟକ୍ରମର ପ୍ରାରମ୍ଭରେ ଗୋପବନ୍ଧୁ ପ୍ରଶାସନିକ ଏକାଡେମୀର ଡେପୁଟି ଡାଇରେକ୍ଟର ଜେନେରାଲ ଡ଼କ୍ଟର ପ୍ରତାପ କୁମାର ମିଶ୍ର ସ୍ୱାଗତ ଅଭିଭାଷଣ ଦେଇଥିବା ବେଳେ ଦୁଇଜଣ ଟ୍ରେନି ଅଫିସର ପ୍ରଶିକ୍ଷଣ ସମୟର ଅଭିଜ୍ଞତା ଓ ଅନୁଭୂତି ବର୍ଣ୍ଣନା କରିଥିଲେ। ଏହି ଉତ୍ସବରେ ୧୨୭ଜଣ ଟ୍ରେନି ଅଫିସରଙ୍କ ମଧ୍ୟରେ ୫୫ଜଣ ମହିଳା ଟ୍ରେନି ଅଫିସରଙ୍କ ସମେତ ଏକାଡେମୀର ଅନ୍ୟ ଅଧିକାରୀ ଏବଂ ରାଜଭବନର ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ଥିଲେ।

ଓଏଏସ ରଘୁବରଦାସ ରାଜ୍ୟପାଳ
Share. Facebook Twitter LinkedIn Email WhatsApp Copy Link

Related Posts

Odisha HLCA Meeting: ୪୪,୨୦୦ କୋଟି ଟଙ୍କାର ପୁଞ୍ଜି ନିବେଶକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

February 22, 2026

‘ଅପରେସନ ସାଇବର କବଚ’ର ନବମ ଦିନ: ୧୪୬ ଅଭିଯୁକ୍ତ ଗିରଫ

February 22, 2026

ଆଜି ଫେବୃୟାରୀ ୨୨ ତାରିଖ ରବିବାରରେ ଏହି ରାଶି ଉପରେ ଶନିଦେବ ଅଛନ୍ତି ଖୁସି

February 22, 2026

ରାଜ୍ୟରେ ସୃଷ୍ଟି ହୋଇଛନ୍ତି ୧୬ଲକ୍ଷରୁ ଅଧିକ ଲକ୍ଷପତି ଦିଦି, ଗୃହରେ ତଥ୍ୟ ରଖିଲେ ମନ୍ତ୍ରୀ

February 21, 2026
Latest News

Odisha HLCA Meeting: ୪୪,୨୦୦ କୋଟି ଟଙ୍କାର ପୁଞ୍ଜି ନିବେଶକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

February 22, 2026

‘ଅପରେସନ ସାଇବର କବଚ’ର ନବମ ଦିନ: ୧୪୬ ଅଭିଯୁକ୍ତ ଗିରଫ

February 22, 2026

ନୂଆଦିଲ୍ଲୀ ଘୋଷଣା ଗୃହୀତ ହେବା ସହ ସମ୍ପନ୍ନ ହେଲା ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀ ୨୦୨୬

February 22, 2026

ଆଜି ଫେବୃୟାରୀ ୨୨ ତାରିଖ ରବିବାରରେ ଏହି ରାଶି ଉପରେ ଶନିଦେବ ଅଛନ୍ତି ଖୁସି

February 22, 2026

ରାଜ୍ୟରେ ସୃଷ୍ଟି ହୋଇଛନ୍ତି ୧୬ଲକ୍ଷରୁ ଅଧିକ ଲକ୍ଷପତି ଦିଦି, ଗୃହରେ ତଥ୍ୟ ରଖିଲେ ମନ୍ତ୍ରୀ

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.