Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ଉତ୍କଳ ସଂସ୍କୃତି ବିଶ୍ଵବିଦ୍ୟାଳୟରେ ‘ଶରତ ଉତ୍ସବ-୨୦୨୩’ ପାଳିତ
ରାଜ୍ୟ ଖବର

ଉତ୍କଳ ସଂସ୍କୃତି ବିଶ୍ଵବିଦ୍ୟାଳୟରେ ‘ଶରତ ଉତ୍ସବ-୨୦୨୩’ ପାଳିତ

November 18, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
saratutasv
ଉତ୍କଳ ସଂସ୍କୃତି ବିଶ୍ଵବିଦ୍ୟାଳୟରେ 'ଶରତ ଉତ୍ସବ-୨୦୨୩' ପାଳିତ

ଭୁବନେଶ୍ଵର: ଉତ୍କଳ ସଂସ୍କୃତି ବିଶ୍ଵବିଦ୍ୟାଳୟରେ ” ଶରତ ଉତ୍ସବ-୨୦୨୩ ” ଏକ ବର୍ଣ୍ଣାଢ୍ୟ ପରିବେଶରେ ଅନୁଷ୍ଠିତ ହୋଇଯାଇଛି। କୁଳପତି ପ୍ରଫେସର ପ୍ରସନ୍ନ କୁମାର ସ୍ଵାଇଁଙ୍କ ସଭାପତିତ୍ଵରେ ଅନୁଷ୍ଠିତ ଉଦଘାଟନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ବରିଷ୍ଠ ସାହିତ୍ୟିକ ତଥା ଶିକ୍ଷାବିତ୍ ପ୍ରଫେସର ନିଳାଦ୍ରୀ ଭୂଷଣ ହରିଚନ୍ଦନ ଉତ୍ସବକୁ ଅନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ।

ଓଡ଼ିଆ ସାହିତ୍ୟରେ ବିଭିନ୍ନ କବିଙ୍କ ବର୍ଣ୍ଣନାରେ ଶରତ ଋତୁ କିପରି ଜନ ଜୀବନରେ ମୁଖ୍ୟ ଭୂମିକା ଗ୍ରହଣ କରିଛି ସେ ସଂପର୍କରେ ସୁବିସ୍ତୃତ ଆଲୋଚନା କରିବା ସହ ଉତ୍କଳ ସଂସ୍କୃତି ବିଶ୍ଵବିଦ୍ୟାଳୟରେ ଏହି ଅନନ୍ୟ ପ୍ରୟାସ କୁ ଭୂୟସୀ ପ୍ରଶଂସା କରିଥିଲେ। ବିଶିଷ୍ଟ ଅତିଥି ଭାବେ ବରିଷ୍ଠ ପ୍ରଶାସକ ତଥା ପ୍ରଥିତ ଯଶା କବି ଶ୍ରୀଯୁକ୍ତ ଅଭୟ ନାୟକ ଯୋଗଦେଇ ଓଡ଼ିଆ ଜାତିର ସାଂସ୍କୃତିକ ପରିଚୟର ବିଶେଷତ୍ଵ ଉପରେ ଆଲୋକପାତ କରିବା ସହ ଶରତ ଋତୁ ର ସାହିତ୍ୟକ ବର୍ଣ୍ଣନା କରିଥିଲେ।

କୁଳପତି ପ୍ରଫେସର ସ୍ଵାଇଁ ତାଙ୍କ ବକ୍ତବ୍ୟରେ ଶରତ ଋତୁ ସ୍ମରଣୀୟ ପ୍ରାକୃତିକ ବିଭବ ଉପରେ ଆଲୋକପାତ କରିବା ସହ ସ୍ଵରଚିତ କବିତା ପାଠ କରିଥିଲେ। କୁଳସଚିବ ଶ୍ରୀମତି ଅନାମିକା ଅଧିକାରୀ ଶରତ ରୁତୁର ଶୁଭେଚ୍ଛା ବାର୍ତ୍ତା ପ୍ରଦାନ କରିଥିଲେ। ସହକାରୀ ପ୍ରଫେସର ଡଃ. ଆଶିଷ ମହାପାତ୍ର ସ୍ଵାଗତ ଭାଷଣ ଦେବା ସହ କାର୍ଯ୍ୟକ୍ରମ କୁ ସଂଯୋଜନା କରିଥିବା ବେଳେ ବିଭାଗୀୟ ମୁଖ୍ୟ ଡଃ. ଚକ୍ରଧର ବେହେରା ଆନୁଷ୍ଠାନିକ ଭାବେ ଧନ୍ୟବାଦ ଅର୍ପଣ କରିଥିଲେ।

ଏହି ଅବସରରେ ଡଃ. ଜ୍ଞାନ ରଂଜନ ପଣ୍ଡାଙ୍କ ସଂଯୋଜନାରେ ଏକ କବିତା ପାଠୋତ୍ସବ ଓ ପରେ ପରେ ସାଂସ୍କୃତିକ କାର୍ଯ୍ୟକ୍ରମରେ ଓଡିଶୀ କଣ୍ଠସଂଗୀତ, ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତ, ସୀତାର ବାଦନ, ବୃନ୍ଦ ତବଲା ବାଦନ ତଥା ବଂଶୀ ବାଦନର କାର୍ଯ୍ୟକ୍ରମ ବିଶ୍ଵବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଦ୍ବାରା ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ଚିତ୍ରକଳା ବିଭାଗର ଛାତ୍ରଛାତ୍ରୀ ମାନେ ଶରତ ଋତୁ କୁ ନେଇ ଏକ ଚିତ୍ରକଳା ପ୍ରଦର୍ଶନୀ ର ଆୟୋଜନ କରିଥିଲେ । ଏହି କାର୍ଯ୍ୟକ୍ରମକୁ ଡଃ. ଧୀରଜ କୁମାର ମହାପାତ୍ର , ଡ଼ଃ ସମ୍ବୁରୁ ଶୋଭରା ପରିଚାଳନା କରିଥିଲେ।

ଉତ୍କଳ ସଂସ୍କୃତି ବିଶ୍ବବିଦ୍ୟାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ହର୍ଷିତ ରାଣାଙ୍କ ବଦଳ ଖେଳାଳି ଘୋଷଣା କଲା ବିସିସିଆଇ: ସାମିଲ ହେଲେ ଏହି ଘାତକ ବୋଲର

February 7, 2026

ଓଡ଼ିଶା ଗସ୍ତରେ ଚେନ୍ନାଇ ଗଣମାଧ୍ୟମ ପ୍ରତିନିଧି ଦଳ

February 7, 2026

ସରକାରୀ କର୍ମଚାରୀଙ୍କ ଯାତ୍ରା ଭତ୍ତା ଦାବି ପାଇଁ ମୋଟର କ୍ୟାବ୍ ଭଡ଼ା ଦର ନିର୍ଦ୍ଧାରଣ ସମ୍ପର୍କରେ ବିଜ୍ଞପ୍ତି ପ୍ରକାଶ

February 7, 2026

ସ୍ୱତନ୍ତ୍ର ଏଆଇ ପାର୍କ ପ୍ରତିଷ୍ଠା କରିବ ଓଡ଼ିଶା: ସର୍ବମ ସହିତ ସ୍ୱାକ୍ଷର କଲା ବୁଝାମଣାପତ୍ର

February 7, 2026
Latest News

ହର୍ଷିତ ରାଣାଙ୍କ ବଦଳ ଖେଳାଳି ଘୋଷଣା କଲା ବିସିସିଆଇ: ସାମିଲ ହେଲେ ଏହି ଘାତକ ବୋଲର

February 7, 2026

ଓଡ଼ିଶା ଗସ୍ତରେ ଚେନ୍ନାଇ ଗଣମାଧ୍ୟମ ପ୍ରତିନିଧି ଦଳ

February 7, 2026

ସରକାରୀ କର୍ମଚାରୀଙ୍କ ଯାତ୍ରା ଭତ୍ତା ଦାବି ପାଇଁ ମୋଟର କ୍ୟାବ୍ ଭଡ଼ା ଦର ନିର୍ଦ୍ଧାରଣ ସମ୍ପର୍କରେ ବିଜ୍ଞପ୍ତି ପ୍ରକାଶ

February 7, 2026

ସ୍ୱତନ୍ତ୍ର ଏଆଇ ପାର୍କ ପ୍ରତିଷ୍ଠା କରିବ ଓଡ଼ିଶା: ସର୍ବମ ସହିତ ସ୍ୱାକ୍ଷର କଲା ବୁଝାମଣାପତ୍ର

February 7, 2026

ରାଜ୍ୟରେ ଶକ୍ତି ସଂରକ୍ଷଣ ପଦକ୍ଷେପକୁ ଆଗକୁ ବଢ଼ାଇବା ପାଇଁ ବୁଝାମଣାପତ୍ର ସ୍ୱାକ୍ଷରିତ

February 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.