Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ଗଙ୍ଗୁଆ ଓ ଦୟାର ସଂଯୋଗ ସ୍ଥାନରେ ହେବ ଟ୍ରିଟମେଣ୍ଟ ପ୍ଲାଣ୍ଟ, 5ଟି ଅଧ୍ୟକ୍ଷଙ୍କ ବୈଠକରେ ନିଷ୍ପତି
ରାଜ୍ୟ ଖବର

ଗଙ୍ଗୁଆ ଓ ଦୟାର ସଂଯୋଗ ସ୍ଥାନରେ ହେବ ଟ୍ରିଟମେଣ୍ଟ ପ୍ଲାଣ୍ଟ, 5ଟି ଅଧ୍ୟକ୍ଷଙ୍କ ବୈଠକରେ ନିଷ୍ପତି

December 7, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଗଙ୍ଗୁଆ ଓ ଦୟାର ସଂଯୋଗ ସ୍ଥାନରେ ହେବ ଟ୍ରିଟମେଣ୍ଟ ପ୍ଲାଣ୍ଟ, 5ଟି ଅଧ୍ୟକ୍ଷଙ୍କ ବୈଠକରେ ନିଷ୍ପତି

ଭୁବନେଶ୍ବର: ଦୟା ନଦୀ ପାଣିକୁ ପ୍ରଦୂଷଣମୁକ୍ତ ରଖାଯିବା ଉପରେ 5T ତଥା ନବୀନ ଓଡିଶାର ଅଧ୍ୟକ୍ଷ ଶ୍ରୀ ଭି.କେ ପାଣ୍ଡିଆନ ଗୁରୁତ୍ୱାରୋପ କରିଛନ୍ତି ଏବଂ ଏ ସମ୍ପର୍କରେ ତୁରନ୍ତ ପଦକ୍ଷେପ ଗ୍ରହଣ କରିବା ପାଇଁ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ, ନଗର ଉନ୍ନୟନ ବିଭାଗ ଏବଂ ଭୁବନେଶ୍ୱର ମହାନଗର ନିଗମକୁ ସେ ନିର୍ଦ୍ଦେଶ ଦେଇଛନ୍ତି।

ଦୟା ନଦୀର ଜଳକୁ ବିଶୁଦ୍ଧ ରଖିବା ସଂକ୍ରାନ୍ତରେ ଆଜି 5T ତଥା ନବୀନ ଓଡିଶାର ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ନିଆଯାଇଥିବା ନିଷ୍ପତ୍ତି ଅନୁଯାୟୀ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଥିବା ବିଭିନ୍ନ ପ୍ରତିଷ୍ଠାନର ଦୂଷିତ ଜଳକୁ ସ୍ୱେରେଜ ଲାଇନ୍‌ ସହିତ ସଂଯୋଗ କରିବା ପାଇଁ ବ୍ୟାଧତାମୂଳକ କରାଯାଇଛି। ଏହା ସହିତ ବିଏମସିର ସବୁ ଘର ଯେପରି ସ୍ୱେରେଜ ଲାଇନ୍‌ ସହିତ ଶୀଘ୍ର ସଂଯୁକ୍ତ ହୋଇପାରିବ ସେ ଦିଗରେ ମଧ୍ୟ ସଚେତନତା ସୃଷ୍ଟି କରିବାପାଇଁ ଶ୍ରୀ ପାଣ୍ଡିଆନ ନିର୍ଦ୍ଦେଶ ଦେଇଥିଲେ।

ଭୁବନେଶ୍ୱରରେ ୱାଟ୍‌କୋ ପକ୍ଷରୁ ବିଭିନ୍ନ ଅଞ୍ଚଳରେ ସ୍ୱେରେଜ କାମ ଚାଲିଛି। ବିଭିନ୍ନ ଏଜେନ୍ସି ସହ ସମନ୍ୱୟ ରକ୍ଷାକରି କାମ କଲେ ଜନସାଧାରଣଙ୍କ ବିଶେଷ ଅସୁବିଧା ହେବ ନାହିଁ ବୋଲି ଶ୍ରୀ ପାଣ୍ଡିଆନ ମତଦେବା ସହିତ ସ୍ୱେରେଜ କାମ ତ୍ୱରାନ୍ୱିତ କରି ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ଶେଷ କରିବା ଏବଂ ବସ୍ତି ସମେତ ସହରର ସବୁ ଅଞ୍ଚଳ ଯେପରି ସ୍ୱେରେଜ ବ୍ୟବସ୍ଥା ସହିତ ସଂଯୁକ୍ତ ହେବ ସେଦିଗରେ ପଦକ୍ଷେପ ନେବା ପାଇଁ ଶ୍ରୀ ପାଣ୍ଡିଆନ ୱାଟ୍‌କୋକୁ ନିର୍ଦ୍ଦେଶ ଦେଇଥିଲେ।

ଦୟା ନଦୀର ଜଳକୁ ବିଶୁଦ୍ଧ କରିବା ପାଇଁ ଦୟା ଓ ଗଙ୍ଗୁଆର ସଂଯୋଗ ସ୍ଥଳରେ ୱାଟ୍‌କୋ ପକ୍ଷରୁ ଅତ୍ୟାଧୁନିକ ବୈଷୟିକ ଜ୍ଞାନକୌଶଳଯୁକ୍ତ ଏକ ବିଶୋଧନ ପ୍ଲାଣ୍ଟ ନିର୍ମାଣ କରିବା ପାଇଁ ବୈଠକରେ ନିଷ୍ପତ୍ତି ହୋଇଥିଲା।

ଭୁବନେଶ୍ୱର ସହରରେ ବିଭିନ୍ନ ଶିଳ୍ପାନୁଷ୍ଠାନ ମଧ୍ୟ ରହିଛି। ସେମାନଙ୍କର ବର୍ଜ୍ୟବସ୍ତୁ ଓ ଜଳର କିପରି ଉପଯୁକ୍ତ ବିଶୋଧନ କରାଯାଇପାରିବ ସେଥିପାଇଁ ଇଡିକୋ, ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଏବଂ ବିଏମସି ପକ୍ଷରୁ ନିୟମିତ ଯାଞ୍ଚ କରାଯିବ।

ଭୁବନେଶ୍ୱର ସହରର ବିଭିନ୍ନ ନର୍ଦ୍ଦମା ଜଳ ବିଶୋଧନ ପ୍ଲାଣ୍ଟରେ ପହଞ୍ଚିବା ପୂର୍ବରୁ ସେଗୁଡିକର ୱାଟକୋ ଏବଂ ଏସପିସିବି ପକ୍ଷରୁ ନିୟମିତ ବୈଷୟିକ ଯାଞ୍ଚ ପାଇଁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା।

ଦୟା ନଦୀର ଜଳକୁ ବିଶୁଦ୍ଧ ରଖିବାପାଇଁ, ବିଏସି ଅଞ୍ଚଳର ବର୍ଜ୍ୟବସ୍ତୁ ସୃଷ୍ଟିକାରୀ ଶିଳ୍ପ ତଥା ଅନ୍ୟ ପ୍ରତିଷ୍ଠାନଗୁଡିକ ଉପରେ ତୀକ୍ଷ୍ଣ ନଜର ରଖି ଏହାର ନିୟନ୍ତ୍ରଣ ପାଇଁ ପଦକ୍ଷେପ ନେବାକୁ ବିଏମସିକୁ ଶ୍ରୀ ପାଣ୍ଡିଆନ ନିର୍ଦ୍ଦେଶ ଦେଇଥିଲେ।

ବିଡିଏର ଉପାଧ୍ୟକ୍ଷ ଶ୍ରୀ ବଲୱନ୍ତ ସିଂ ଅଧ୍ୟକ୍ଷତାରେ ଗଠିତ ଦୟା ଟାସ୍କ ଫୋର୍ସ ଦୟା ନଦୀ ପାଣି କୁ ବିଶୁଦ୍ଧ ରଖିବା ପାଇଁ ବିଭିନ୍ନ ଏଜେନସି ସହିତ ସମନ୍ଵୟ ରଖି ପଦକ୍ଷେପ ନେଇଛି .
ବୈଠକରେ ଶ୍ରୀ ବଳବନ୍ତ ସିଂହ ନିଆ ଯାଇଥିବା ପଦକ୍ଷେପ ସମ୍ପର୍କରେ ଏକ ରିପୋର୍ଟ ଉପସ୍ଥାପିତ କରିଥିଲେ।

vkpandian କାର୍ତ୍ତିକ ପାଣ୍ଡିଆନ ବିଏମସି
Share. Facebook Twitter LinkedIn Email WhatsApp Copy Link

Related Posts

ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ ସେପ୍ଟେମ୍ବର ୨ରୁ ପ୍ରଥମ ପର୍ଯ୍ୟାୟ ଯାତ୍ରା ଆରମ୍ଭ

August 26, 2026

ଅବସରପ୍ରାପ୍ତ ଶିକ୍ଷକ କର୍ମଚାରୀମାନଙ୍କୁ ପେନସନ୍ ଦାବିରେ ଗାନ୍ଧିମାର୍ଗରେ ଗଣଧାରଣା ଜାରୀ

August 26, 2026

ରାକ୍ଷୀପୂର୍ଣ୍ଣିମା ପୂର୍ବରୁ ଆଖିବୁଜିଲେ ଭାଇ-ଭଉଣୀ: ସାପ କାମୁଡ଼ାରେ ୪ ମୃତ

August 26, 2026

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନାର କାର୍ଯ୍ୟ ଅଗ୍ରଗତି ସମୀକ୍ଷା

August 26, 2026
Latest News

ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ ସେପ୍ଟେମ୍ବର ୨ରୁ ପ୍ରଥମ ପର୍ଯ୍ୟାୟ ଯାତ୍ରା ଆରମ୍ଭ

August 26, 2026

ଅବସରପ୍ରାପ୍ତ ଶିକ୍ଷକ କର୍ମଚାରୀମାନଙ୍କୁ ପେନସନ୍ ଦାବିରେ ଗାନ୍ଧିମାର୍ଗରେ ଗଣଧାରଣା ଜାରୀ

August 26, 2026

ରାଜ୍ୟ ଓ କେନ୍ଦ୍ରଶାସିତ ପ୍ରଦେଶ ସୂଚନା ଓ ଲୋକସମ୍ପର୍କ ବିଭାଗ ସଚିବମାନଙ୍କର ଜାତୀୟ ସମ୍ମିଳନୀ

August 26, 2026

ରାକ୍ଷୀପୂର୍ଣ୍ଣିମା ପୂର୍ବରୁ ଆଖିବୁଜିଲେ ଭାଇ-ଭଉଣୀ: ସାପ କାମୁଡ଼ାରେ ୪ ମୃତ

August 26, 2026

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନାର କାର୍ଯ୍ୟ ଅଗ୍ରଗତି ସମୀକ୍ଷା

August 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.