Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»୨୦୨୪ ନିର୍ବାଚନ ପାଇଁ ପ୍ରସ୍ତୁତି ବୈଠକ କଲେ ଓଡିଶା ମୁଖ୍ୟ ନିର୍ବାଚନ ଅଧିକାରୀ
ରାଜ୍ୟ ଖବର

୨୦୨୪ ନିର୍ବାଚନ ପାଇଁ ପ୍ରସ୍ତୁତି ବୈଠକ କଲେ ଓଡିଶା ମୁଖ୍ୟ ନିର୍ବାଚନ ଅଧିକାରୀ

December 14, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଆଗାମୀ ସାଧାରଣ ନିର୍ବାଚନ-୨୦୨୪ ପାଇଁ ଭୋଟର ତାଲିକାର ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ ଓ ନିର୍ବାଚନ ପ୍ରସ୍ତୁତି ସଂପର୍କରେ ଭାରତ ନିର୍ବାଚନ ଆୟୋଗଙ୍କ ବରିଷ୍ଠ ଉପନିର୍ବାଚନ କମିଶନର ଶ୍ରୀ ଧର୍ମେନ୍ଦ୍ର ଶର୍ମା ଓ ଶ୍ରୀ ନୀତେଶ କୁମାର ବ୍ୟାସ (ଭା.ପ୍ର.ସେ) ରାଜ୍ୟର ସମସ୍ତ ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳଙ୍କ ସହ ଭୁବନେଶ୍ୱରସ୍ଥ ଖାରବେଳ ଭବନ ସମ୍ମିଳନୀ କକ୍ଷରେ ଦୁଇଦିନ ଧରି ସମୀକ୍ଷା ବୈଠକ କରାଇଥିଲେ।

ମୁଖ୍ୟ ନିର୍ବାଚନ ଅଧିକାରୀ ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ ବରିଷ୍ଠ ଉପନିର୍ବାଚନ କମିଶନରମାନଙ୍କୁ ଭୋଟର ତାଲିକାର ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ ଓ ଆଗାମୀ ଦିନରେ ହେବାକୁ ଥିବା ସାଧାରଣ ନିର୍ବାଚନର ପ୍ରସ୍ତୁତିର ଅଗ୍ରଗତି ସଂପର୍କରେ ସଂକ୍ଷେପରେ ପ୍ରକାଶ କରିଥିଲେ। ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀମାନେ ସଂପୂର୍ଣ୍ଣ ଭାବେ ଭୋଟର ତାଲିକାର ସଂଶୋଧନ କାର୍ଯ୍ୟ ଓ ନିର୍ବାଚନ ପ୍ରସ୍ତୁତି ସ୍ଥିତି ସଂପର୍କରେ ପିପିଟି ମାଧ୍ୟମରେ ଦର୍ଶାଇଥିଲେ।

ନିର୍ବାଚନ ଆୟୋଗଙ୍କ ବରିଷ୍ଠ ଉପନିର୍ବାଚନ କମିଶନର ଦ୍ୱୟ ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ପାଇଁ ତାଲିକାରେ ଯୋଗଦେବା ନିମନ୍ତେ ଫର୍ମ, ତାଲିକାରୁ ବାଦ ଓ ତାଲିକାରୁ ତ୍ରୁଟି ସଂଶୋଧନ ନିମନ୍ତେ ଥିବା ବାକିଆ ଫର୍ମଗୁଡ଼ିକୁ ଯଥାଶୀଘ୍ର ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମାଧାନ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ।

ଏତଦ୍‌ବ୍ୟତୀତ ନିର୍ବାଚନ ଆୟୋଗଙ୍କ ପ୍ରତିନିଧି ଦଳ ମହିଳା, ଯୁବ, ବରିଷ୍ଠ, ଦିବ୍ୟାଙ୍ଗ, ତୃତୀୟ ଲିଙ୍ଗ ଏବଂ ପ୍ରାଚୀନ ଜନଜାତି ଗୋଷ୍ଠୀ (ପି.ଭି.ଟି.ଜି) ନିର୍ବାଚକମାନଙ୍କୁ ଭୋଟର ତାଲିକାରେ ଅନ୍ତର୍ଭୁକ୍ତ କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ଭୋଟର ତାଲିକାର ଶୁଦ୍ଧତା ଦୃଷ୍ଟିରୁ ସତର୍କତାର ସହ କଷ୍ଟସାଧ୍ୟ କ୍ଷେତ୍ର ପରିଦର୍ଶନ ସହ ଭୋଟର ତାଲିକା ପରୀକ୍ଷା କରି ଯୋଗ୍ୟ ଭୋଟରଙ୍କୁ ତାଲିକାଭୁକ୍ତ ଓ ଅଯୋଗ୍ୟ ଭୋଟରଙ୍କୁ ତାଲିକାରୁ ବାଦ୍‌ ଦେବା ଉପରେ ଗୁରୁତ୍ୱାରୋପ କରିଛନ୍ତି।

ନିର୍ବାଚନ ସମୟରେ ଚୋରାରେ କାରବାର ହେଉଥିବା ଟଙ୍କା, ମଦ, ନିଶାଦ୍ରବ୍ୟ ଚାଲାଣ ହେଉଥିବା ବାଟଗୁଡ଼ିକୁ ଚିହ୍ନଟ କରିବା ପାଇଁ ସମୀକ୍ଷା ବୈଠକରେ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ଓ ସେହିସବୁ ସ୍ଥାନଗୁଡ଼ିକରେ ଜବତକାରୀ ଦଳମାନଙ୍କୁ ମୁତୟନ କରବା ଉପରେ ଗୁରୁତ୍ୱାରୋପ କରିଥିଲେ। ଫଳରେ ଶାନ୍ତିଶୃଙ୍ଖଳାର ସହ ନିର୍ବାଚନ ପରିଚାଳନା କାର୍ଯ୍ୟ ହୋଇପାରିବ।

ରାଜନୈତିକ ଦଳ ଓ ହିତାଧିକାରୀଙ୍କ ମତାମତକୁ ପ୍ରାଧାନ୍ୟ ଦିଆଯିବ ବୋଲି ନିର୍ବାଚନ ଆୟୋଗଙ୍କ ବରିଷ୍ଠ ଉପନିର୍ବାଚନ କମିଶନର ଦ୍ୱୟ ସମୀକ୍ଷା ବୈଠକରେ ପ୍ରକାଶ କରିଛନ୍ତି। ଶେଷରେ ନିର୍ବାଚନ ଆୟୋଗଙ୍କ ପ୍ରତିନିଧି ଦଳ ଆଗାମୀ ସାଧାରଣ ନିର୍ବାଚନକୁ ଶାନ୍ତିଶୃଙ୍ଖଳା, ଅବାଧ ଓ ମୁକ୍ତ ଭାବେ ପରିଚାଳନା କରିବାକୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଏହି ଦୁଇଦିନିଆ ସମୀକ୍ଷା ବୈଠକରେ ଅତିରିକ୍ତ ଡିଜି ପୋଲିସ (ଆଇନଶୃଙ୍ଖଳା) ଶ୍ରୀ ସଂଜୟ କୁମାର (ଭା.ପୋ.ସେ) ଏବଂ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

୨୦୨୪ ନିର୍ବାଚନ ceo ନିର୍ବାଚନ 2024 ନିର୍ବାଚନ2024 ଲୋକସଭା ନିର୍ବାଚନ ୨୦୨୪
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ-ଅଷ୍ଟ୍ରେଲିଆ କ୍ରୀଡ଼ା ସହଯୋଗିତା ରୋଡମ୍ୟାପ୍

July 10, 2026

ଏମ୍ସ ଭୁବନେଶ୍ୱରର ଅନନ୍ୟ ସଫଳତା: ୧୦୦ଟି ସଫଳ ରୋବୋଟିକ୍ ଅସ୍ତ୍ରୋପଚାର ସମ୍ପନ୍ନ

July 10, 2026

ପାଲଲହଡ଼ା କେନ୍ଦ୍ରୀୟ ବିଦ୍ୟାଳୟର ଭୂମିପୂଜନ ସହ ଅସ୍ଥାୟୀ କ୍ୟାମ୍ପସ ଉଦଘାଟିତ

July 10, 2026

ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକକୁ ବିରୋଧ କରି ଝାରସୁଗୁଡାରେ ବିଜେଡିର ବିକ୍ଷୋଭ

July 10, 2026
Latest News

ଭାରତ-ଅଷ୍ଟ୍ରେଲିଆ କ୍ରୀଡ଼ା ସହଯୋଗିତା ରୋଡମ୍ୟାପ୍

July 10, 2026

ଏମ୍ସ ଭୁବନେଶ୍ୱରର ଅନନ୍ୟ ସଫଳତା: ୧୦୦ଟି ସଫଳ ରୋବୋଟିକ୍ ଅସ୍ତ୍ରୋପଚାର ସମ୍ପନ୍ନ

July 10, 2026

ପାଲଲହଡ଼ା କେନ୍ଦ୍ରୀୟ ବିଦ୍ୟାଳୟର ଭୂମିପୂଜନ ସହ ଅସ୍ଥାୟୀ କ୍ୟାମ୍ପସ ଉଦଘାଟିତ

July 10, 2026

ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକକୁ ବିରୋଧ କରି ଝାରସୁଗୁଡାରେ ବିଜେଡିର ବିକ୍ଷୋଭ

July 10, 2026

ପ୍ରକାଶ ପାଇଲା ବିଏଡ, ଏମଏଡ ଏବଂ ବିଏଚଏଡ ପ୍ରବେଶିକା ପରୀକ୍ଷା ଫଳ

July 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.