Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ଶ୍ରୀଜଗନ୍ନାଥ ମନ୍ଦିରରେ ମୁତୟନ ହେବେ ସ୍ୱତନ୍ତ୍ର ସୁରକ୍ଷା ବାଟାଲିୟନ, ମୁଖ୍ୟମନ୍ତ୍ରୀ ଦେଲେ ଅନୁମୋଦନ
ରାଜ୍ୟ ଖବର

ଶ୍ରୀଜଗନ୍ନାଥ ମନ୍ଦିରରେ ମୁତୟନ ହେବେ ସ୍ୱତନ୍ତ୍ର ସୁରକ୍ଷା ବାଟାଲିୟନ, ମୁଖ୍ୟମନ୍ତ୍ରୀ ଦେଲେ ଅନୁମୋଦନ

December 25, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଶ୍ରୀଜଗନ୍ନାଥ ମନ୍ଦିର
ଶ୍ରୀଜଗନ୍ନାଥ ମନ୍ଦିରରେ ମୁତୟନ ହେବେ ସ୍ୱତନ୍ତ୍ର ସୁରକ୍ଷା ବାଟାଲିୟନ, ମୁଖ୍ୟମନ୍ତ୍ରୀ କଲେ ଅନୁମୋଦନ

ଭୁବନେଶ୍ବର: ବିଶ୍ବ ପ୍ରସିଦ୍ଧ ଶ୍ରୀ ଜଗନ୍ନାଥ ମନ୍ଦିର ଏବଂ ଭକ୍ତମାନଙ୍କୁ ପୂର୍ଣ୍ଣ ସୁରକ୍ଷା ଯୋଗାଇ ଦେବା ପାଇଁ ସେଠାରେ ମୁତୟନ ହେବେ ସ୍ବତନ୍ତ୍ର ସୁରକ୍ଷା ବାଟାଲିୟନ। ଆଜି ଏ ନେଇ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି।

ହିନ୍ଦୁମାନଙ୍କ ପାଇଁ ବିଶ୍ୱାସର କେନ୍ଦ୍ରସ୍ଥଳ ଶ୍ରୀଜଗନ୍ନାଥ ମନ୍ଦିରକୁ ପ୍ରତିଦିନ ହଜାର ହଜାର ଭକ୍ତଙ୍କୁ ଆକର୍ଷିତ କରିଥାଏ। କୋଭିଡ୍ ପରେ ଭକ୍ତଙ୍କ ଦୈନିକ ପ୍ରବେଶ ପ୍ରାୟ ପଚାଶ ହଜାର ହେବ ବୋଲି ଅନୁମାନ କରାଯାଉଛି। ସେହିପରି ସପ୍ତାହ ଶେଷରେ କିମ୍ବା କୌଣସି ଗୁରୁତ୍ୱପୂର୍ଣ୍ଣ ଧାର୍ମିକ ଉତ୍ସବରେ ଏହି ସମାବୋଶ ଦ୍ୱିଗୁଣିତ ହୋଇଯାଏ।

ତେବେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଉଦଘାଟନ ପରେ ଏହି ସଂଖ୍ୟା ବହୁମାତ୍ରାରେ ବୃଦ୍ଧି ପାଇବାର ସମ୍ଭାବନା ରହିଛି। 5ଟି ଅଧିନରେ ଏହା ବର୍ତ୍ତମାନ ରାଜ୍ୟର ଏକ ବଡ ତଥା ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପ ହେବ। ଏଥିରେ ଭକ୍ତଙ୍କ ପାଇଁ ଯେଉଁ ସୁବିଧା ରହିଛି ସେଥିରେ ପ୍ରତିଦିନ ସଂଖ୍ୟା ବେଶ ବୃଦ୍ଧି ପାଇବ।

ତାହାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିରର ସମସ୍ତ କର୍ତ୍ତୁପକ୍ଷଙ୍କ ସହିତ ଆଲୋଚନା କରାଯାଇଥିଲା। ଏହାପରେ 5ଟି ତଥା ନବୀନ ଓଡିଶାର ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ପରାମର୍ଶ କ୍ରମେ ସେଠାରେ ସ୍ବତନ୍ତ୍ର ସୁରକ୍ଷା ବାଟାଲିଆନ ମୁତୟନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ପ୍ରସ୍ତାବ ଦିଆଯିବା ପରେ ସେ ଏହି ଅନୁମୋଦନ କରିଛନ୍ତି।

ମନ୍ଦିରକୁ ପୂର୍ଣ୍ଣ ସୁରକ୍ଷା ପ୍ରଦାନ କରିବାର ନୂତନ ବାଟାଲିୟନର ପ୍ରାଥମିକ ଦାୟିତ୍ବ ରହିବ। ଏଥିସହିତ ଭକ୍ତଙ୍କୁ ନିୟନ୍ତ୍ରିତ କରି ମନ୍ଦିର ଭିତରକୁ ପ୍ରବେଶ କରାଇବା, ସୁରୁଖୁରୁରେ ଦର୍ଶନ କରାଇବା ଏହି ନୂଆ ବାଟାଲିଆନର ପ୍ରମୁଖ କାମ ହେବ। ସେଥିପାଇଁ ସେମାନଙ୍କୁ ସ୍ବତନ୍ତ୍ର ପ୍ରଶିକ୍ଷଣ ଦିଆଯିବ।

ସ୍ୱତନ୍ତ୍ର ସୁରକ୍ଷା ବାଟାଲିୟନରେ ପାଖାପାଖି ୧୧୯୦ କର୍ମଚାରୀ ରହିବେ ଏବଂ ଏହାକୁ ପୋଲିସ ଅଧୀକ୍ଷକ ପୁରୀର ନିର୍ଦ୍ଦେଶ ଏବଂ ନିୟନ୍ତ୍ରଣରେ ରଖାଯିବ ବୋଲି ନିଷ୍ପତି ହୋଇଛି।

ଶ୍ରୀଜଗନ୍ନାଥ ମନ୍ଦିର
Share. Facebook Twitter LinkedIn Email WhatsApp Copy Link

Related Posts

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026

ବନ୍ୟା ମୁକାବିଲା ନିମନ୍ତେ କେନ୍ଦ୍ରର ୨,୧୧୭ କୋଟି ଟଙ୍କା ସହାୟତା, ଓଡ଼ିଶା ପାଇଁ ୫୦୦ କୋଟି

August 1, 2026

ମହାନଦୀ ଜଳ ବିବାଦ, ଆସନ୍ତା ଦୀପାବଳୀ ବେଳକୁ ଶୁଭ ଖବର ମିଳିବ ବୋଲି କହିଲେ ମୁଖ୍ୟମନ୍ତ୍ରୀ

August 1, 2026

ଖୋର୍ଦ୍ଧା ଜିଲ୍ଲାର A1 ଗ୍ରେଡ୍ ପ୍ରାପ୍ତ କୃତୀ ଛାତ୍ରଛାତ୍ରୀ ଓ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା କଲେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

August 1, 2026
Latest News

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026

ଲୋକାର୍ପିତ ହେଲା ‘ନରସିଂହପୁର କ୍ଲଷ୍ଟର ବୁଲେଟିନ’ କୁନି ରିପୋର୍ଟର ଚ୍ୟାନେଲ

August 1, 2026

ବନ୍ୟା ମୁକାବିଲା ନିମନ୍ତେ କେନ୍ଦ୍ରର ୨,୧୧୭ କୋଟି ଟଙ୍କା ସହାୟତା, ଓଡ଼ିଶା ପାଇଁ ୫୦୦ କୋଟି

August 1, 2026

ଯୁବତୀ ଅପହରଣ ମାମଲାରେ ୩ ଯୁବକଙ୍କୁ ନିର୍ଦ୍ଧୁମ ମାଡ଼, ପୋଲିସ ଭୂମିକାକୁ ନେଇ ପ୍ରଶ୍ନ

August 1, 2026

ମହାନଦୀ ଜଳ ବିବାଦ, ଆସନ୍ତା ଦୀପାବଳୀ ବେଳକୁ ଶୁଭ ଖବର ମିଳିବ ବୋଲି କହିଲେ ମୁଖ୍ୟମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.