Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ବୃହତ ଜଳସେଚନ ପ୍ରକଳ୍ପର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, ଖର୍ଚ୍ଚ ହେବ ୨ ହଜାର କୋଟି ଟଙ୍କା
ରାଜ୍ୟ ଖବର

ବୃହତ ଜଳସେଚନ ପ୍ରକଳ୍ପର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, ଖର୍ଚ୍ଚ ହେବ ୨ ହଜାର କୋଟି ଟଙ୍କା

December 30, 2023No Comments3 Mins Read
Share Facebook Twitter LinkedIn Email WhatsApp Copy Link
ବୃହତ ଜଳସେଚନ ପ୍ରକଳ୍ପର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, ଖର୍ଚ୍ଚ ହେବ ୨ ହଜାର କୋଟି ଟଙ୍କା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ନବରଙ୍ଗପୁର ଜିଲ୍ଲା ପାଇଁ ୨ଟି ଗୁରୁତ୍ୱପୂର୍ଣ୍ଣ ଜଳସେଚନ ପ୍ରକଳ୍ପର ଭିତ୍ତି ରଖିଛନ୍ତି। ପାର୍ବତୀ ଗିରି ବୃହତ ଉଠା ଜଳସେଚନ ପ୍ରକଳ୍ପ ଅଧିନରେ ୧୧ଟି ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ।

ଏଥିପାଇଁ ୧୨୭୨ କୋଟି ଟଙ୍କା ଖର୍ଚ୍ଚ କରାଯାଉଥିବା ବେଳେ ଏହା ଦ୍ୱାରା ନନ୍ଦାହାଣ୍ଡି, ନବରଙ୍ଗପୁର ଓ ତେନ୍ତୁଳିଖୁଣ୍ଟି ବ୍ଲକର ପ୍ରାୟ ୧୨୦ଟି ଗାଁର ୫୦ ହଜାର ହେକ୍ଟର ଚାଷଜମିକୁ ପାଣି ମିଳି ପାରିବ। ସେହିପରି ତୁରୀ-ଗୁନ୍ତାତ୍ ଜଳସେଚନ ପ୍ରକଳ୍ପର ମଧ୍ୟ ଭିତ୍ତିପ୍ରସ୍ତର ରଖାଯାଇଛି। ଏହି ପ୍ରକଳ୍ପରେ ୨ଟି ବ୍ୟାରେଜ୍‌ ନିର୍ମାଣ କରାଯିବ।

ଏଥିପାଇଁ ୫୭୭ କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ ଏହା ଦ୍ୱାରା ନବରଙ୍ଗପୁର ଓ କୋଷାଗୁମୁଡା ବ୍ଲକର ୪୦ଟି ଗ୍ରାମର ୨୦ ହଜାର ଏକର ଚାଷଜମିକୁ ପାଣି ମିଳିପାରିବ। ସବୁ ପ୍ରକଳ୍ପରେ ଆଧୁନିକ ଟେକ୍‌ନଲୋଜିର ପ୍ରୟୋଗ କରାଯାଇ ଭୂତଳ ପାଇପ୍‌ଲାଇନ୍‌ ମାଧ୍ୟମରେ ଜଳସେଚନ କରାଯିବ। ଏହା ଦ୍ୱାରା ଏହି ୨ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ଯୋଗୁ କୌଣସି ବିସ୍ଥାପନର ଆବଶ୍ୟକତା ନାହିଁ।

ଭିଡିଓ କନ୍‌ଫରେନ୍‌ସ ଜରିଆରେ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ନବରଙ୍ଗପୁର ଜିଲ୍ଲା ପାଇଁ ମୋର ସ୍ବତନ୍ତ୍ର ଧ୍ୟାନ ରହିଛି। ମାର୍ଚ୍ଚ ମାସରେ ମୋ ନିର୍ଦ୍ଦେଶରେ 5T ଅଧ୍ୟକ୍ଷ ନବରଙ୍ଗପୁର ଯାଇଥିଲେ। ଆପଣମାନଙ୍କ ସହିତ ମିଶିଥିଲେ। ବିଭିନ୍ନ ବିକାଶ କାମ ବୁଲି ଦେଖିଥିଲେ। ଆପଣମାନଙ୍କ ଯାହା ସବୁ ପ୍ରସ୍ତାବ ଅଛି, ସବୁ ଆମେ କାର୍ଯ୍ୟକାରୀ କରିବୁ।ଆଗାମୀ କିଛି ବର୍ଷ ମଧ୍ୟରେ ନବରଙ୍ଗପୁରର ଭିତ୍ତିଭୂମି କ୍ଷେତ୍ରରେ ବହୁତ ବଡ ରୂପାନ୍ତର ହେବାକୁ ଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଆଜି ନବରଙ୍ଗପୁର ଜିଲ୍ଲା ପାଇଁ ଏକ ଖୁସିର ଦିନ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ କିଛି ଦିନ ତଳେ ଲକ୍ଷ୍ମୀ ଯୋଜନା ଆରମ୍ଭ ସମୟରେ ମୁଁ ଆପଣମାନଙ୍କୁ ଭେଟିଥିଲି। ମୋର ବିଶ୍ବାସ, ଲକ୍ଷ୍ମୀ ଯୋଜନା ଆପଣଙ୍କ ଜୀବନଧାରାକୁ ସହଜ କରୁଥିବ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣି କହିଲେ ଯେ କୃଷି ଆମ ଅର୍ଥନୀତିର, ଆମ ସାମାଜିକ ବ୍ୟବସ୍ଥାର ମେରୁଦଣ୍ଡ। ସେଥିପାଇଁ ଚାଷର ଉନ୍ନତି ଓ ଚାଷୀର କଲ୍ୟାଣ ପାଇଁ ମୁଁ ସବୁବେଳେ ଗୁରୁତ୍ବ ଦେଇ ଆସିଛି । ସାରା ରାଜ୍ୟରେ ଅନେକ ବଡ ବଡ ଜଳସେଚନ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି। ଚାଷୀମାନଙ୍କ ପାଇଁ କାଳିଆ ଯୋଜନା, ଏକ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସୁଧବିହୀନ ଋଣ ଆଦି ଅନେକ ସୁବିଧା କରାଯାଉଛି ।

ଚାଷୀ ଓ ମା’ ମାନଙ୍କ ଉନ୍ନତି ବିନା ବିକାଶର ଲକ୍ଷ୍ୟ ହାସଲ କରାଯାଇପାରିବ ନାହିଁ। ସେଥିପାଇଁ ଚାଷୀମାନଙ୍କ କଲ୍ୟାଣ, ମା’ ମାନଙ୍କ କଲ୍ୟାଣ ମୋର ସବୁବେଳେ ମୁଖ୍ୟ ଫୋକସ୍‌ ହୋଇରହିଛି।

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ଏବେ ଆମେ ଗାଁର ସବୁ ଲୋକଙ୍କୁ ସାମିଲ କରିବା ପାଇଁ ନିଷ୍ପତ୍ତି ନେଇଛୁ । ଏବେ ରାଜ୍ୟର ୯୦ ପ୍ରତିଶତ ଲୋକ ମାଗଣାରେ ଭଲ ଚିକିତ୍ସା ସୁବିଧା ପାଇବେ। ଅର୍ଥ ଅଭାବରୁ କେହି ଯେପରି ଭଲ ଚିକିତ୍ସା ପାଇବାରୁ ବଞ୍ଚିତ ନ ହେବେ, ତାହା ତାଙ୍କର ଲକ୍ଷ୍ୟ ବୋଲି ସେ କହିଥିଲେ । ସମସ୍ତଙ୍କ ବିକାଶ ହିଁ ପ୍ରକୃତ ବିକାଶ ବୋଲି ସେ ମତବ୍ୟକ୍ତ କରିଥିଲେ।

ରାଜ୍ୟ ଜଳସମ୍ପଦ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ କାର୍ଯ୍ୟକ୍ରମରେ ଯୋଗଦେଇ କହିଲେ ଯେ ଲକ୍ଷ୍ମୀ ଯୋଜନାର ଶୁଭାରମ୍ଭ ବେଳେ ନବରଙ୍ଗପୁର ଜିଲ୍ଲାବାସୀ ଏହି ପ୍ରକଳ୍ପ ୨ଟି ଅନୁମୋଦନ ପାଇଛି ବୋଲି ଜାଣି ଖୁସି ହୋଇଥିଲେ। ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କର ଏହି ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସେମାନଙ୍କ ଖୁସିକୁ ଦ୍ୱିଗୁଣିତ କରିଛି।

ନବରଙ୍ଗପୁରର ୯୦ଭାଗରୁ ଅଧିକ ଲୋକ ଚାଷ ଉପରେ ନିର୍ଭର କରିଥାନ୍ତି। ସେମାନେ କିପରି ଭଲ ଚାଷ କରି ପାରିବେ ସେହି ଲକ୍ଷ୍ୟରେ ଆମର ଏହି ପ୍ରକଳ୍ପ କରାଯାଉଛି। ଏହି ପ୍ରକଳ୍ପ ଜରିଆରେ ଅଧିକରୁ ଅଧିକ କୃଷିଜାତ ଦ୍ରବ୍ୟ ଉତ୍ପନ୍ନ କରି ସେଗୁଡିକର ବିକ୍ରିବଟା ପାଇଁ ପୂର୍ବରୁ ଜିଲ୍ଲାକୁ ଆସିଥିବା ଲକ୍ଷ୍ମୀ ବସ୍ ସେମାନଙ୍କୁ ସହାୟତା କରିବ ବୋଲି ସେ କହିଥିଲେ।

କାର୍ଯ୍ୟକ୍ରମରେ ଯୋଗଦେଇ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି କେ ପାଣ୍ଡିଆନ ତାଙ୍କର ନବରଙ୍ଗପୁର ଗସ୍ତ କଥା ମନେ ପକାଇ କହିଥିଲେ ଯେ ସେତେବେଳେ ବହୁତ ଲୋକଙ୍କୁ ସେ ଭେଟିଥିଲେ। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ଗ୍ରାମାଞ୍ଚଳରେ ଅନେକ ଲୋକ ସୁବିଧାରୁ ବଞ୍ଚିତ ହେଉଛନ୍ତି ବୋଲି ସେମାନଙ୍କ ପାଇଁ କିଛି ବ୍ୟବସ୍ଥା କରିବାକୁ ପ୍ରସ୍ତାବ ଦେଇଥିଲେ। ଏହି ପ୍ରସ୍ତାବକୁ ଦୃଷ୍ଟିରେ ରଖି ମାନ୍ୟବର ମୁଖ୍ୟମନ୍ତ୍ରୀ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା- ନବୀନ କାର୍ଡ ଆରମ୍ଭ କରୁଛନ୍ତି। ଜାନୁଆରୀ ୬ ରୁ ଏଥିପାଇଁ ପଞ୍ଜିକରଣ ଆରମ୍ଭ ହେବ ବୋଲି ସେ ସୂଚନା ଦେଇଥିଲେ।

କାର୍ଯ୍ୟକ୍ରମରେ ନବରଙ୍ଗପୁର ବିଧାୟକ ଶ୍ରୀ ସଦାଶିବ ପ୍ରଧାନୀ ଯୋଗଦେଇ କହିଥିଲେ ଯେ ଆଜି ମୁଖ୍ୟମନ୍ତ୍ରୀ ନବରଙ୍ଗପୁର ଜିଲ୍ଲାବାସୀଙ୍କୁ ଏଭଳି ଏକ ଉପହାର ଦେଇଛନ୍ତି, ଯାହାର ପ୍ରତୀକ୍ଷା ସେମାନେ ଦୀର୍ଘ ଦିନଧରି କରିଥିଲେ। ମୁଖ୍ୟମନ୍ତ୍ରୀ ଏହିସବୁ ଉନ୍ନୟନମୂଳକ ଯୋଜନା ମାଧ୍ୟମରେ ନବରଙ୍ଗପୁର ଜିଲ୍ଲାର ଚାଷୀଙ୍କ ସମେତ ସମସ୍ତଙ୍କ ମୁହଁରେ ହସ ଫୁଟାଇଛନ୍ତି।

ସେଠାରେ ଉପସ୍ଥିତ ସାଂସଦ ଶ୍ରୀ ରମେଶ ଚନ୍ଦ୍ର ମାଝୀ କହିଥିଲେ ଯେ ନବରଙ୍ଗପୁର ଜିଲ୍ଲା ପାଇଁ ଜଳସଚେନର ଯେଉଁ ଆବଶ୍ୟକତା ଥିଲା ଆଜି ମୁଖ୍ୟମନ୍ତ୍ରୀଙ୍କ ଭେଟି ମାଧ୍ୟମରେ ତାହା ପୂରଣ ହେଲା। ନବରଙ୍ଗପୁର ଜିଲ୍ଲା ପରିଷଦ ସଭାପତି ଏହି ୨ଟି ପ୍ରକଳ୍ପ ମାଧ୍ୟମରେ ଆମ ଜିଲ୍ଲାର ଚାଷୀମାନଙ୍କର ବହୁତ ସୁବିଧା ହେବ ବୋଲି କହିଥିଲେ।

କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର ତଥା ଅତିରିକ୍ତ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଧନ୍ୟବାଦ ଅର୍ପଣ କରି ଥିଲେ।

ନବରଙ୍ଗପୁର ପାର୍ବତୀଗିରି ବୃହତ୍ତ ଜଳସେଚନ
Share. Facebook Twitter LinkedIn Email WhatsApp Copy Link

Related Posts

ଆଇଏଏସ ସ୍ତରରେ ବଡ ଧରଣର ଅଦଳବଦଳ, ହେମନ୍ତ ଶର୍ମାଙ୍କୁ ସୂଚନା ଓ ଲୋକ ସଂପର୍କ ବିଭାଗର ଅତିରିକ୍ତ ଦାୟିତ୍ବ

July 22, 2025

ଜୁଲାଇ ୨୪ ରେ ‘ଜାତୀୟ ସମବାୟ ନୀତି ୨୦୨୫’ କୁ ଉନ୍ମୋଚନ କରିବେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ 

July 22, 2025

ପୂର୍ବାଞ୍ଚଳ ଲେଖକ ସମ୍ମିଳନୀ ଉଦଘାଟିତ

July 22, 2025

ପ୍ରଧାନମନ୍ତ୍ରୀ ଜନଜାତି ଉନ୍ନତ ଗ୍ରାମ ଅଭିଯାନ: ଭାରତର ସର୍ବବୃହତ ଜନଜାତି ଗ୍ରାମ ବିକାଶ ଯୋଜନା

July 22, 2025
Latest News

ଆଇଏଏସ ସ୍ତରରେ ବଡ ଧରଣର ଅଦଳବଦଳ, ହେମନ୍ତ ଶର୍ମାଙ୍କୁ ସୂଚନା ଓ ଲୋକ ସଂପର୍କ ବିଭାଗର ଅତିରିକ୍ତ ଦାୟିତ୍ବ

July 22, 2025

ଜୁଲାଇ ୨୪ ରେ ‘ଜାତୀୟ ସମବାୟ ନୀତି ୨୦୨୫’ କୁ ଉନ୍ମୋଚନ କରିବେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ 

July 22, 2025

ପୂର୍ବାଞ୍ଚଳ ଲେଖକ ସମ୍ମିଳନୀ ଉଦଘାଟିତ

July 22, 2025

ପ୍ରଧାନମନ୍ତ୍ରୀ ଜନଜାତି ଉନ୍ନତ ଗ୍ରାମ ଅଭିଯାନ: ଭାରତର ସର୍ବବୃହତ ଜନଜାତି ଗ୍ରାମ ବିକାଶ ଯୋଜନା

July 22, 2025

ଭୁବନେଶ୍ୱରରେ ଜାତୀୟ ମାନବାଧିକାର ଆୟୋଗଙ୍କ ଦୁଇ ଦିନିଆ ଜନଶୁଣାଣି ଶିବିର ଉଦଯାପିତ

July 22, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.