Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ଦେବଗଡ, ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ରାଜ୍ୟ ଖବର

ଦେବଗଡ, ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

January 31, 2024No Comments3 Mins Read
Share Facebook Twitter LinkedIn Email WhatsApp Copy Link
ଦେବଗଡ, ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଦେବଗଡ, ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଲକ୍ଷ୍ମୀ ବସ୍‌ ଆମ ଜୀବନକୁ ସହଜ କରିଛି। ଗାଁର ଅର୍ଥନୀତିକୁ ମଜବୁତ କରିବାରେ ଏହା ଗୁରୁତ୍ୱପୁର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ସେ କହିଛନ୍ତି।

ସୂଚନାଯୋଗ୍ୟ ଯେ ଏହି ଯୋଜନା ପ୍ରଥମେ ମାଲକାନଗିରିରେ ଆରମ୍ଭ ହୋଇଥିଲା। ପ୍ରଥମ ପର୍ଯ୍ୟାୟରେ ମାଲକାନଗିରି, ନବରଙ୍ଗପୁର, ରାୟଗଡା, କଳାହାଣ୍ଡି, ଗଜପତି ଓ କୋରାପୁଟ ଜିଲ୍ଲାବାସୀ ଲକ୍ଷ୍ମୀ ବସ୍‌ ସେବା ପାଇଥିଲେ। ଆଜି ଏହି ବ୍ୟବସ୍ଥାରେ ଆଉ ୩ଟି ଜିଲ୍ଲା ଯୋଡି ହେଲା।

ଆଜିର ଶୁଭାରମ୍ଭ ପରେ ୩ଟି ଜିଲ୍ଲାର ୪୪୦ଟି ପଞ୍ଚାୟତରେ ୧୦୧ଟି ବସ୍‌ ଚାଲିବ। ଏହା ଦ୍ୱାରା ୨୭ ଲକ୍ଷରୁ ଅଧିକ ଲୋକ ଉପକାର ପାଇବେ । ଦେବଗଡର ୬୯ଟି ପଞ୍ଚାୟତରେ ୧୭ଟି ବସ୍‌ ଚାଲିବ ଏବଂ ୩ ଲକ୍ଷ ଲୋକ ଉପକୃତ ହେବେ। ଅନୁଗୋଳର ୧୭୬ଟି ପଞ୍ଚାୟତରେ ୨୯ଟି ବସ୍‌ ଚାଲିବ ଏବଂ ୧୧ ଲକ୍ଷ ୫୦ ହଜାର ଲୋକ ଉପକୃତ ହେବେ । ସେହିପରି ଢେଙ୍କାନାଳର ୧୯୫ଟି ପଞ୍ଚାୟତରେ ୫୫ଟି ବସ୍‌ ଚାଲିବ ଏବଂ ୧୩ ଲକ୍ଷ ଲୋକ ଉପକୃତ ହେବେ।

ଏହି ଯୋଜନାରେ ପଞ୍ଚାୟତରୁ ବ୍ଲକକୁ ବସ୍ ଚଳାଚଳର ସୁବିଧା କରାଯାଇଛି। ସାରା ରାଜ୍ୟରେ ୧୦୦୦ରୁ ଅଧିକ ବସ୍ ଚାଲିବ। 5T ଯୋଜନାରେ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମରେ ମିଶନ ଶକ୍ତି ମା’ମାନଙ୍କୁ ବସ୍ ପରିଚଳନା ଦାୟିତ୍ୱ ଦିଆଯାଇଛି।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପଞ୍ଚାୟତକୁ ବିକାଶର କେନ୍ଦ୍ର କରିବା ଆମର ଲକ୍ଷ୍ୟ ରହିଛି। ଗାଁର ଅର୍ଥନୀତିକୁ ମଜବୁତ କରିବା ଆମର ଲକ୍ଷ୍ୟ। ଲକ୍ଷ୍ମୀ ବସ୍‌ ଏଥିରେ ଗୁରୁତ୍ୱପୁର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ସେ କହିଥିଲେ।

ଏହି ଯୋଜନାରେ ନିକଟରେ ଆରମ୍ଭ ହୋଇଥିବା ଶ୍ରୀ ଜଗନ୍ନାଥ ଏକ୍ସପ୍ରେସ୍‌ ବସ୍‌ ସେବା ବିଷୟରେ ଉଲ୍ଲେଖକରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ପାଇଁ ଓ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅନୁଭବ ନେବା ପାଇଁ ଶ୍ରୀ ଜଗନ୍ନାଥ ଏକ୍ସପ୍ରେସ୍‌ ବସ୍‌ ସେବା ଆରମ୍ଭ କରାଯାଇଛି। ଏଥିରେ ମା’ମାନଙ୍କ ପାଇଁ ବସ୍‌ ଟିକେଟ ମୂଲ୍ୟ ଅଧା କରାଯାଇଛି। ଲକ୍ଷ୍ମୀ ଯୋଜନା ଆମ ଜୀବନକୁ ସହଜ କରିଛି ବୋଲି ସେ କହିଥିଲେ।

ଗାଁର ରୂପାନ୍ତର ପାଇଁ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଜାରି ରହିଛି ବୋଲି କହି ଏକ ନୂଆ ଓଡିଶା ଗଢିବା ପାଇଁ, ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା କରିଥିଲେ ।

ସେ କହିଥିଲେ ଯେ ଗ୍ରାମାଞ୍ଚଳରେ ଗମନାଗମନର ବହୁ ସମସ୍ୟା ରହିଥିଲା। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ଏ ବିଷୟରେ ଜାଣି ନିଷ୍ପତ୍ତିକ୍ରମେ ଏହି ଲକ୍ଷ୍ମୀ ବସ୍‌ ଯୋଜନା ଆରମ୍ଭ କରାଗଲା । ଗ୍ରାମାଞ୍ଚଳ ଲୋକମାନେ ସୁବିଧାରେ ଏବଂ କମ ଖର୍ଚ୍ଚରେ ତାଙ୍କର ଦୈନନ୍ଦିନ କାର୍ଯ୍ୟ ପାଇଁ ଘର ପାଖରୁ ଏହି ବସ୍‌ କୁ ବ୍ୟବହାର କରିପାରିବେ।

ଲକ୍ଷ୍ମୀ ବସ୍‌ ସେବା ସମ୍ପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଲକ୍ଷ୍ମୀ ବସ୍‌ ଲୋକଙ୍କୁ ଲୋକ ସହିତ ଯୋଡିବ। ସାମାଜିକ ଓ ଆର୍ଥିକ ଜୀବନକୁ ମଜବୁତ କରିବ। ପିଲାଙ୍କୁ ସ୍କୁଲ କଲେଜ ନେବ। ଚାଷୀଙ୍କୁ ମାର୍କେଟ ସହିତ ଯୋଡିବ। ମା’ମାନେ ଓ ଛାତ୍ରଛାତ୍ରୀମାନେ ମାତ୍ର ୫ ଟଙ୍କା ମୂଲ୍ୟରେ ଏହି ବସ୍‌ ରେ ଯିବା ଆସିବା କରିପାରିବେ ବୋଲି ସେ କହିଥିଲେ।

କାର୍ଯ୍ୟକ୍ରମରେ ଦେବଗଡଠାରେ ଉପସ୍ଥିତ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ ଓ ଢେଙ୍କାନାଳରେ ଉପସ୍ଥିତ ପୂର୍ତ୍ତ ମନ୍ତ୍ରୀ ଶ୍ରୀ ପ୍ରଫୁଲ କୁମାର ମଲ୍ଲିକ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଯୋଗୁ ଆଜି ଗାଁର ଲୋକମାନେ ସହରର ସୁବିଧା ପାଉଛନ୍ତି। ଲକ୍ଷ୍ମୀ ଯୋଜନା ଗ୍ରାମାଞ୍ଚଳର ଜନଜୀବନକୁ ସୁଗମ କରିଛି। ସରକାରଙ୍କ ପ୍ରତି ଲୋକଙ୍କ ଆସ୍ଥା ବଢିଛି ବୋଲି ସେମାନେ ମତ ଦେଇଥିଲେ।

କାର୍ଯ୍ୟକ୍ରମରେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ କହିଲେ ଯେ ଲକ୍ଷ୍ମୀ ବସ୍‌ ହେଉଛି ଲୋକଙ୍କ ସମ୍ପତ୍ତି। ଆପଣଙ୍କ ସମ୍ପତ୍ତି। ଆପଣମାନେ ଏହାର ଉପଯୁକ୍ତ ରକ୍ଷଣାବେକ୍ଷଣ କରନ୍ତୁ। ଲୋକଙ୍କୁ ଉପଯୁକ୍ତ ସମ୍ମାନ ଦେଇ ସେମାନଙ୍କ ସୁରକ୍ଷା ପ୍ରତି ଯତ୍ନବାନ ହେବାକୁ ସେ ବସ୍‌ କର୍ମଚାରୀମାନଙ୍କୁ ପରାମର୍ଶ ଦେଇଥିଲେ।

ଏହି ଅବସରରେ ଢେଙ୍କାନାଳରେ ବିଧାୟକ ଶ୍ରୀ ସୁଧିର କୁମାର ସାମଲ, ଅନୁଗୋଳରେ ବିଧାୟକ ଶ୍ରୀ ରଜନିକାନ୍ତ ସିଂ, ବିଧାୟକ ଶ୍ରୀ ବ୍ରଜକିଶୋର ପ୍ରଧାନ ଏବଂ ଦେବଗଡରେ ଜିଲ୍ଲା ପରିଷଦ ସଭାପତି ଶ୍ରୀ କୌଶିକ କୁମାର ପ୍ରଧାନ ପ୍ରମୁଖ ଯୋଗ ଦେଇ ସେମାନଙ୍କର ଅଭିଭାଷଣ ଦେଇଥିଲେ।

କାର୍ଯ୍ୟକ୍ରମରେ ବାଣିଜ୍ୟ ପରିବହନ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଉଷା ପାଢୀ ସ୍ୱାଗତ ଭାଷଣ ଦେଇଥିଲେ। ସମସ୍ତ ଜିଲ୍ଲାରେ ବହୁ ସଂଖ୍ୟାରେ ଜନସମାଗମ ହୋଇଥିଲା।

ନବୀନ ପଟ୍ଟନାୟକ ଲକ୍ଷ୍ମୀ ବସ୍
Share. Facebook Twitter LinkedIn Email WhatsApp Copy Link

Related Posts

ନବୀନ କାହିଁକି ସଂସଦୀୟ ବୈଠକ ଡାକିଲେ ନାହିଁ, ପ୍ରଶ୍ନ କଲେ ଖୋଦ ସାଂସଦ ଦେବାଶିଷ ସାମନ୍ତରାୟ

December 1, 2025

Parliament Winter Session: ଆଜିଠାରୁ ସଂସଦର ଶୀତକାଳୀନ ଅଧିବେସନ, ଜାଣନ୍ତୁ କଣ ଅଛି ବିଲ୍ 

December 1, 2025

ଯଦି ସିଲିଣ୍ଡରରୁ ଗ୍ୟାସ ଲିକ୍ ହେବା ଆରମ୍ଭ କରେ, ତେବେ ପ୍ରଥମେ କ’ଣ କରିବେ?

December 1, 2025

DG & IG Conference: ପ୍ରଯୁକ୍ତିବିଦ୍ୟାର ଅଧିକ ବ୍ୟବହାର ପାଇଁ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶ

November 30, 2025
Latest News

ନବୀନ କାହିଁକି ସଂସଦୀୟ ବୈଠକ ଡାକିଲେ ନାହିଁ, ପ୍ରଶ୍ନ କଲେ ଖୋଦ ସାଂସଦ ଦେବାଶିଷ ସାମନ୍ତରାୟ

December 1, 2025

Meta Adds 5 Indian Languages: ଆଉ ପାଞ୍ଚଟି ଭାରତୀୟ ଭାଷା ଯୋଡିଲା ମେଟା ପ୍ଲାଟଫର୍ମସ

December 1, 2025

Parliament Winter Session: ଆଜିଠାରୁ ସଂସଦର ଶୀତକାଳୀନ ଅଧିବେସନ, ଜାଣନ୍ତୁ କଣ ଅଛି ବିଲ୍ 

December 1, 2025

ଯଦି ସିଲିଣ୍ଡରରୁ ଗ୍ୟାସ ଲିକ୍ ହେବା ଆରମ୍ଭ କରେ, ତେବେ ପ୍ରଥମେ କ’ଣ କରିବେ?

December 1, 2025

Mokshada Ekadashi: ଆଜି ହେଉଛି ମୋକ୍ଷଦା ଏକାଦଶୀ, ଜାଣନ୍ତୁ ଏହା କଣ, କାହିଁକି ପାଳନ କରାଯାଏ

December 1, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.