Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ଧନ୍ୟବାଦ ମୁଖ୍ୟମନ୍ତ୍ରୀ: ଏଣିକି ଘର ପାଖରେ ମାଗଣାରେ ମିଳିବ ରୋଗୀଙ୍କୁ ଡାଏଲେସିସ୍ ସୁବିଧା
ରାଜ୍ୟ ଖବର

ଧନ୍ୟବାଦ ମୁଖ୍ୟମନ୍ତ୍ରୀ: ଏଣିକି ଘର ପାଖରେ ମାଗଣାରେ ମିଳିବ ରୋଗୀଙ୍କୁ ଡାଏଲେସିସ୍ ସୁବିଧା

February 2, 2024No Comments4 Mins Read
Share Facebook Twitter LinkedIn Email WhatsApp Copy Link
ଧନ୍ୟବାଦ ମୁଖ୍ୟମନ୍ତ୍ରୀ: ଏଣିକି ଘର ପାଖରେ ମାଗଣାରେ ମିଳିବ ରୋଗୀଙ୍କୁ ଡାଏଲେସିସ୍ ସୁବିଧା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ୧୬ଟି ଉପଜିଲ୍ଲା ସ୍ତରୀୟ ଡାକ୍ତରଖାନାରେ ଡାଏଲେସିସ୍‌ କେନ୍ଦ୍ର ଲୋକାର୍ପଣ କରିଛନ୍ତି। ସାରା ରାଜ୍ୟରେ 5T ଉପକ୍ରମରେ ଉପଜିଲ୍ଲା ସ୍ତରରେ ୩୨ଟି ଡାଏଲେସିସ୍‌ କେନ୍ଦ୍ର ଖୋଲାଯିବ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉଦ୍‌ବୋଧନ ଦେଇ କହିଲେ ଯେ ସରକାରୀ ସ୍ୱାସ୍ଥ୍ୟ ସେବା କେନ୍ଦ୍ରଗୁଡିକରେ ମାଗଣାରେ ଚିକିତ୍ସା ଦିଆଯିବା ସହିତ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଓ BSKY ନବୀନ କାର୍ଡ ଜରିଆରେ ବର୍ଷକୁ ୪ କୋଟିରୁ ଅଧିକ ଲୋକଙ୍କୁ ବିନା ମୂଲ୍ୟରେ ଉତ୍ତମ ଚିକିତ୍ସା ଯୋଗାଇ ଦିଆଯାଉଛି। ଏହା ଦ୍ୱାରା ରୋଗ ହେଲେ ଲୋକମାନଙ୍କର ଅର୍ଥ ପାଇଁ ଚିନ୍ତା କରିବାର ସମସ୍ୟା ଦୂର ହୋଇପାରିଛି।

କିଡନୀ ରୋଗର ଚିକିତ୍ସା ବହୁତ ବ୍ୟୟସାପେକ୍ଷ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଏସବୁ କେନ୍ଦ୍ର ପ୍ରତିଷ୍ଠା ଦ୍ୱାରା ଏଣିକି କିଡନୀ ରୋଗୀ ମାନେ ଘର ପାଖରେ ବିନା ମୂଲ୍ୟରେ ଡାଏଲେସିସ୍‌ ସେବା ପାଇ ପାରିବେ।

ସେ କହିଲେ ଯେ ରାଜ୍ୟବାସୀଙ୍କୁ ଉତ୍ତମ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବା ଲକ୍ଷ୍ୟରେ ୨୦୧୮ରେ ମାଗଣା ଡାଏଲେସିସ୍‌ ସେବା- ସହାୟ ଆରମ୍ଭ ହୋଇଥିଲା। ଏହି ସେବା ଯୋଗାଇ ଦେବାରେ ଓଡ଼ିଶା ଦେଶର ପ୍ରଥମ ରାଜ୍ୟ ଥିଲା।

ପ୍ରଥମ ପର୍ଯ୍ୟାୟରେ ଏହି ସେବା ସମସ୍ତ ଜିଲ୍ଲା ସଦର ମହକୁମା ଡାକ୍ତରଖାନାରେ ଆରମ୍ଭ ହୋଇଥିଲା । ଏବେ 5T ଉପକ୍ରମରେ ଏହାକୁ ଉପଜିଲ୍ଲା ସ୍ତରୀୟ ଡାକ୍ତରଖାନା ପର୍ଯ୍ୟନ୍ତ ସଂପ୍ରସାରଣ କରାଯାଇଛି। ଉପଜିଲ୍ଲା ସ୍ତରରେ 32 ଟି ଡାଏଲେସିସ୍‌ କେନ୍ଦ୍ର ଖୋଲାଯିବ ମୁଖ୍ୟମନ୍ତ୍ରୀ କହିଛନ୍ତି। ରୋଗୀଙ୍କୁ ମାଗଣା ଡାଏଲେସିସ୍‌ ସେବା ଦେବା ପାଇଁ ରାଜ୍ୟ ସରକାର ବର୍ଷକୁ ୫୦ କୋଟି ଟଙ୍କା ଖର୍ଚ୍ଚ କରିବେ ବୋଲି ସେ କହିଥିଲେ।

ମୋ ପାଇଁ ସବୁ ଜୀବନ ମୂଲ୍ୟବାନ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ସରକାରୀ ସ୍ୱାସ୍ଥ୍ୟ ସେବା କେନ୍ଦ୍ରଗୁଡିକର ରୁପାନ୍ତର କରାଯାଉଛି। ଆମ ହସ୍ପିଟାଲ କାର୍ଯ୍ୟକ୍ରମରେ ରୋଗୀଙ୍କୁ ଭଲ ସେବା ଯୋଗାଇ ଦେବା ପାଇଁ କାମ ଚାଲିଛି।ସେଠାରେ ଧନୀ ଗରିବ ସମସ୍ତ ଙ୍କୁ ମାଗଣା ଚିକିତ୍ସା ସୁବିଧା ମିଳୁଛି। ସୁସ୍ଥ ଓଡ଼ିଶା ସୁଖୀ ଓଡ଼ିଶା ଲକ୍ଷ୍ୟ ପୂରଣ ଦିଗରେ ଆମର ଏହି କାର୍ଯ୍ୟକ୍ରମ ବିଶେଷ ସହାୟକ ହେବ ବୋଲି ସେ ଦୃଢ ବିଶ୍ବାସ ପ୍ରକଟ କରିଥିଲେ।

ସୂଚନାଯୋଗ୍ୟ ଯେ ପୂର୍ବରୁ ୨୦୧୮ରେ ରାଜ୍ୟ ସରକାର ‘ସହାୟ-ଦେୟମୁକ୍ତ ଡାଏଲେସିସ୍‌ ସେବା’ ଆରମ୍ଭ କରିଥିଲେ। ଏଥିରେ ମେଡିକାଲ କଲେଜ ହସ୍ପିଟାଲ ଓ ଜିଲ୍ଲା ହେଡକ୍ୱାର୍ଟର୍ସ ହସ୍ପିଟାଲରେ ୩୬ଟି ଡାଏଲେସିସ୍‌ କେନ୍ଦ୍ର ଖୋଲିଥିଲେ। ବର୍ତ୍ତମାନ ଦ୍ୱିତୀୟ ପର୍ଯ୍ୟାୟରେ ଉପଜିଲ୍ଲା ସ୍ତରରେ ୩୨ଟି ଡାଏଲେସିସ୍‌ କେନ୍ଦ୍ର ଖୋଲା ଯିବାର ଲକ୍ଷ୍ୟ ରହିଛି। ଏଥିରୁ ମୁଖ୍ୟମନ୍ତ୍ରୀ ଆଜି ୧୬ଟି ଲୋକାର୍ପିତ କଲେ।

ଏହି କେନ୍ଦ୍ରଗୁଡିକ ହେଉଛି ଖୋର୍ଦ୍ଦା, ପାଲଲହଡା, ତାଳଚେର, ସୋର,କାମକ୍ଷାନଗର, ହିନ୍ଦୋଳ, ଧର୍ମଗଡ, ଗୁଣୁପୁର, ବାଲିଗୁଡା, ଆନନ୍ଦପୁର, ଚମ୍ପୁଆ, ବଣାଇଗଡ, ରାଇରଙ୍ଗପୁର, ଉଦଳା, ତିଗିରିଆ ଓ ଡୁଙ୍ଗୁରୁପାଲି। ଏହି ସଂପ୍ରସାରଣ ଦ୍ୱାରା ୬୮ଟି ଡାଏଲେସିସ୍‌ କେନ୍ଦ୍ରରେ ବର୍ଷକୁ ୩.୭୦ ଲକ୍ଷ ସେସନ୍‌ ଡାଏଲେସିସ୍‌ ହୋଇପାରିବ ଏବଂ ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ୫୦ କୋଟି ଟଙ୍କା ଖର୍ଚ୍ଚ କରିବେ।

କାର୍ଯ୍ୟକ୍ରମରେ ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲ୍ଲୀଠାରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଶ୍ରୀ ନିରଞ୍ଜନ ପୂଜାରୀ ଯୋଗଦେଇ କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟିରେ ଓଡିଶାର ସାଢେ ୪ କୋଟି ଜନସାଧାରଣ ତାଙ୍କ ପରିବାର। ପ୍ରତି ଜୀବନ ତାଙ୍କ ପାଇଁ ମୂଲ୍ୟବାନ। ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଯୋଗୁ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନ ଆସିଛି। ଆଜି ରାଜ୍ୟର ଗରୀବ ରୋଗୀ ଦେଶର ପ୍ରତିଷ୍ଠିତ ଡାକ୍ତରଖାନାରେ ଚିକିତ୍ସିତ ହୋଇପାରୁଛି।

କଟକ ଜିଲ୍ଲା ତିଗିରିଆରେ ରାଜ୍ୟ କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କାର୍ଯ୍ୟକ୍ରମରେ ଯୋଗଦେଇ କହିଲେ ଯେ ଏଣିକି ଡାଏଲେସିସ୍‌ ପାଇଁ ଆଉ ଦୂରକୁ ଯିବାକୁ ପଡିବ ନାହିଁ କିଡନୀ ରୋଗୀମାନଙ୍କୁ । ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ବହୁ ଯୁଗାନ୍ତକାରୀ ଯୋଜନା ଓ କାର୍ଯ୍ୟକ୍ରମ ଆରମ୍ଭ କରି ଦେଶରେ ଉଦାହରଣ ସୃଷ୍ଟି କରିଛନ୍ତି ମୁଖ୍ୟମନ୍ତ୍ରୀ।

5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନ କାର୍ଯ୍ୟକ୍ରମରେ ଯୋଗଦେଇ କହିଲେ ଯେ କ୍ୟାନ୍‌ସର ଓ କିଡନୀ ରୋଗ ପାଇଁ ବହୁତ ଟଙ୍କା ଖର୍ଚ୍ଚ ହୋଇଥାଏ । ମାନ୍ୟବର ମୁଖ୍ୟମନ୍ତ୍ରୀ ଓଡିଶାର ସାଢେ ଚାରି କୋଟି ଲୋକଙ୍କୁ ତାଙ୍କ ପରିବାର ଭାବେ ଗ୍ରହଣ କରିଛନ୍ତି। ତେଣୁ ଏହାକୁ ଗୁରୁତ୍ୱର ସହ ନେଇ କ୍ୟାନ୍‌ସର ପାଇଁ କେମୋଥେରାପି ସୁବିଧା ଓ କିଡନୀ ରୋଗ ପାଇଁ ଡାଏଲେସିସ୍‌ ସୁବିଧା ଘର ପାଖରେ ମାଗଣାରେ କରିଛନ୍ତି।

ଏହି ଡାଏଲେସିସ୍‌ ସୁବିଧା ଆଜି ଆପଣଙ୍କ ଘର ପାଖରେ ଉପଲବ୍ଧ ହୋଇଛି। ସମସ୍ତ ରୋଗୀ ଏଣିକି ବିନା ଖର୍ଚ୍ଚରେ ଘର ପାଖରେ ଏହି ସୁବିଧା ପାଇବେ। ସେ ଆହୁରି ମଧ୍ୟ କହିଥିଲେ ଯେ ଗ୍ରାମାଞ୍ଚଳରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସମସ୍ତଙ୍କୁ ଅନ୍ତର୍ଭୁକ୍ତ କରିବା ପାଇଁ ବିଜୁ ନବୀନ କାର୍ଡ ଆରମ୍ଭ କରାଯାଇଛି। ଗ୍ରାମାଞ୍ଚଳରେ କାର୍ଯ୍ୟ କରୁଥିବା ସବୁ କମ୍ୟୁନିଟି ସପୋର୍ଟ ଷ୍ଟାଫ୍‌ ମଧ୍ୟ ଏଥିରେ ଅନ୍ତର୍ଭୁକ୍ତ ହେବେ।

କମ୍ୟୁନିଟି ସପୋର୍ଟ ଷ୍ଟାଫ୍‌ ମାନେ ସମାଜର ସେବା କରୁଛନ୍ତି। ତେଣୁ ସେମାନଙ୍କ ସ୍ୱାସ୍ଥ୍ୟର ସୁରକ୍ଷା ବହୁତ ଗୁରୁତ୍ୱପୂର୍ଣ୍ଣ ବୋଲି ସେ କହିଥିଲେ। ସେ ଆହୁରି ମଧ୍ୟ କହିଲେ ଯେ BSKY ନବୀନ କାର୍ଡ ପଞ୍ଜିକରଣ ସମୟ ଅବଧିକୁ ଆବଶ୍ୟକ ପଡିଲେ ଆହୁରି ବୃଦ୍ଧି କରାଯିବ।

ବଣାଇ, ଗୁଣୁପୁର, ପାଲଲହଡା, ଧର୍ମଗଡ, ସୋର, ଉଦଳା ଓ ରାଇରଙ୍ଗପୁର ଉପଜିଲ୍ଲା ଡାକ୍ତରଖାନାରେ ଆୟୋଜିତ କାର୍ଯ୍ୟକ୍ରମରେ କିଡନୀ ରୋଗ ପାଇଁ ଡାଏଲେସିସ୍‌ ନେଉଥିବା ରୋଗୀମାନେ ଦେବେନ୍ଦ୍ର ଦାସ, ବିଜୟଲକ୍ଷ୍ମୀ ସାହୁ, ଭଗବାନ ପାତ୍ର, ଅଭିକ୍ଷେତ୍ର ସୁନାନୀ, ସତ୍ୟଜିତ ପଣ୍ଡା, ଚିତ୍ତରଞ୍ଜନ ବେହେରା ପ୍ରମୁଖ ଯୋଗ ଦେଇ କହିଥିଲେ ଯେ ପୂର୍ବରୁ ଡାଏଲେସିସ୍‌ ପାଇଁ ଆମେ ଦୂରକୁ ଯାଇ ମାନସିକ ଓ ଆର୍ଥିକ ସ୍ତରରେ ସମସ୍ୟାର ସମ୍ମୁଖିନ ହେଉଥିଲୁ। 5T ଅଧ୍ୟକ୍ଷ ଆମ ଅଞ୍ଚଳକୁ ଜିଲ୍ଲାଗସ୍ତ ସମୟରେ ଆସିଥିବା ବେଳେ ଆମେ ତାଙ୍କୁ ଆମର ଅସୁବିଧା ବିଷୟରେ କହିଥିଲୁ । ଆଜି ଆମର ଅସୁବିଧା ଦୂର ହେଲା ବୋଲି କହି ମୁଖ୍ୟମନ୍ତ୍ରୀ ଓ 5T ଅଧ୍ୟକ୍ଷଙ୍କୁ କୃତଜ୍ଞତା ଓ ଧନ୍ୟବାଦ ଜଣାଇଥିଲେ।

କାର୍ଯ୍ୟକ୍ରମରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ସଚିବ ଶ୍ରୀମତୀ ଶାଳିନୀ ପଣ୍ଡିତ ସ୍ୱାଗତ ଭାଷଣ ଦେଇଥିଲେ ଓ ସ୍ୱାସ୍ଥ୍ୟ ସେବା ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ।

Health NaveenPatnaik ସୁସ୍ଥ ଓଡିଶା
Share. Facebook Twitter LinkedIn Email WhatsApp Copy Link

Related Posts

ଓଡିଶାରେ ପ୍ରଥମଥର ପାଇଁ ଜଳକ୍ରୀଡା ପ୍ରଶିକ୍ଷଣ ଶିବିର: ଉଦଘାଟନ କଲେ କ୍ରୀଡା ମନ୍ତ୍ରୀ

February 23, 2026

‘ଅପରେସନ ସାଇବର କବଚ’: ୧୮୭ ଅଭିଯୁକ୍ତ ଗିରଫ

February 23, 2026

ବିର୍ସାମୁଣ୍ଡା ହକି ଷ୍ଟାଡିୟମରେ ୭୫ତମ ରାଜ୍ୟ ପୋଲିସ ହକି ଚାମ୍ପିୟନସିପ୍ – ୨୦୨୬ ର ଶୁଭାରମ୍ଭ

February 23, 2026

ସୁପର-୮ ରେ ସୁପର ଫ୍ଲପ୍: ଦକ୍ଷିଣ ଆଫ୍ରିକାଠାରୁ ୭୬ ରନରେ ହାରିଲା ଭାରତ

February 22, 2026
Latest News

ଓଡିଶାରେ ପ୍ରଥମଥର ପାଇଁ ଜଳକ୍ରୀଡା ପ୍ରଶିକ୍ଷଣ ଶିବିର: ଉଦଘାଟନ କଲେ କ୍ରୀଡା ମନ୍ତ୍ରୀ

February 23, 2026

ସୁପର-8 ରେ ଦକ୍ଷିଣ ଆଫ୍ରିକାଠାରୁ କାହିଁକି ହାରିଲା ଭାରତ: ଜାଣନ୍ତୁ ବଡ କାରଣ

February 23, 2026

‘ଅପରେସନ ସାଇବର କବଚ’: ୧୮୭ ଅଭିଯୁକ୍ତ ଗିରଫ

February 23, 2026

ବିର୍ସାମୁଣ୍ଡା ହକି ଷ୍ଟାଡିୟମରେ ୭୫ତମ ରାଜ୍ୟ ପୋଲିସ ହକି ଚାମ୍ପିୟନସିପ୍ – ୨୦୨୬ ର ଶୁଭାରମ୍ଭ

February 23, 2026

ଆଉ ଏକ ତେଜସ୍ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ: ପାଇଲଟ୍ ସୁରକ୍ଷିତ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.