Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ପାରାଦୀପରେ ମୁଖ୍ୟମନ୍ତ୍ରୀ ଶିଳାନ୍ୟାସ କଲେ ୬୫ ହଜାର କୋଟି ଟଙ୍କାର ବୃହତ ଇସ୍ପାତ କାରଖାନା
ରାଜ୍ୟ ଖବର

ପାରାଦୀପରେ ମୁଖ୍ୟମନ୍ତ୍ରୀ ଶିଳାନ୍ୟାସ କଲେ ୬୫ ହଜାର କୋଟି ଟଙ୍କାର ବୃହତ ଇସ୍ପାତ କାରଖାନା

February 16, 2024No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଜଗତସିଂହପୁର ଜିଲ୍ଲା ଗସ୍ତରେ ଯାଇ ପାରାଦୀପର ଢିଙ୍କିଆଠାରେ ବିଶ୍ୱର ଅନ୍ୟତମ ବୃହତ ଷ୍ଟିଲ କାରଖାନାର ଭିତ୍ତିପ୍ରସ୍ତର ଦେଇଛନ୍ତି। ଏହି ପ୍ରକଳ୍ପ ହେଉଛି ଜେଏସଡବ୍ଲୁ ଉତ୍କଳ ଷ୍ଟିଲ ଲିମିଟେଡ ର ୬୫ ହଜାର କୋଟି ଟଙ୍କା ପୁଞ୍ଜି ନିବେଶରେ ବାର୍ଷିକ ୧୩.୨ ମେଟ୍ରିକ ଟନ ଇଣ୍ଟିଗ୍ରେଟେଡ ଷ୍ଟିଲ କାରଖାନା। ଏହା ମାଧ୍ୟମରେ ପ୍ରାୟ ୩୦,୦୦୦ ଯୁବ ବର୍ଗଙ୍କୁ କର୍ମନିଯୁକ୍ତି ମିଳିବ।

ଏଥି ସହିତ ରି ନ୍ୟୁ ଇ-ଫୁଏଲସ ପ୍ରାଇଭେଟ ଲିମିଟେଡର ୨୨ ହଜାର କୋଟି ଟଙ୍କା ପୁଞ୍ଜି ନିବେଶରେ ବାର୍ଷିକ ୧.୨୦ ମେଟ୍ରିକ ଟନ ଗ୍ରୀନ ଆମୋନିଆ କାରଖାନା,ସିଲୋକ୍ସ ଇଣ୍ଡିଆ ପ୍ରାଇଭେଟ ଲିମିଟେଡର ୫୦୦ କୋଟି ଟଙ୍କା ପୁଞ୍ଜି ନିବେଶରେ ବାର୍ଷିକ ୨୫ ହଜାର ମେଟ୍ରିକ ଟନ ଅତ୍ୟାଧୁନିକ ରସାୟନିକ କାରଖାନା ପାଇଁ ମଧ୍ୟ ଭିତ୍ତି ଦିଆଗଲା। ଏହି ପ୍ରକଳ୍ପ ମାଧ୍ୟମରେ ପ୍ରାୟ ୫ ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି ହେବ।

ଭିତ୍ତି ପ୍ରସ୍ତର କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପାରାଦୀପ ଆସିଲେ ମୋର ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ସ୍ମୃତି ମନକୁ ଆସେ । ୬୦ ମସିହାର ପ୍ରାରମ୍ଭରେ ବିଜୁ ବାବୁ ଏକ ଯୁଗାନ୍ତକାରୀ ନିଷ୍ପତ୍ତି ନେଇ ପାରାଦୀପ ବନ୍ଦର ସ୍ଥାପନ କରିଥିଲେ। ଓଡିଶା ବିକାଶରେ ଏହା ମାଇଲଷ୍ଟୋନ ଥିଲା। ଆଜି ପାରାଦୀପ ସାରା ପୂର୍ବ ଭାରତରେ ଏକ ପ୍ରମୁଖ ପୁଞ୍ଜି ନିବେଶ ସ୍ଥଳୀ ହୋଇ ପାରିଛି।

ଏକ ବନ୍ଦର ନଗରୀ ଭାବେ ପାରାଦୀପର ସୁନାମ ମଧ୍ୟ ବୃଦ୍ଧି ପାଇଛି। ଖୁସିର କଥା ଆଜି ଏଠାରେ ଜେଏସଡବ୍ଲୁର  ମେଗା ଇସ୍ପାତ କାରଖାନା ପାଇଁ ଭିତ୍ତି ଦିଆଗଲା। ଏଥି ସହିତ ଗ୍ରୀନ ଆମୋନିଆ କାରଖାନା ଓ ଅତ୍ୟାଧୁନିକ ରସାୟନିକ କାରଖାନା ପାଇଁ ମଧ୍ୟ ଭିତ୍ତି ଦିଆଗଲା।

ଏ ସବୁ ଶିଳ୍ପାନୁଷ୍ଠାନ ଓଡିଶା ପାଇଁ ପ୍ରାୟ ୯୦ ହଜାର କୋଟି ଟଙ୍କାର ପୁଞ୍ଜି ନିବେଶ ଆଣିଛି। ତା ସହିତ ଏ ସବୁ ପ୍ରକଳ୍ପ ମାଧ୍ୟମରେ ୩୫ ହଜାର ନିଯୁକ୍ତି ସୃଷ୍ଟି ହେବ। ମୁଖ୍ୟମନ୍ତ୍ରୀ ଏ ସବୁ ପୁଞ୍ଜି ନିବେଶ କରୁଥିବା ଶିଳ୍ପପତିମାନଙ୍କୁ ଏଥି ପାଇଁ ଧନ୍ୟବାଦ ଦେଇଥିଲେ।

ଓଡିଶାରେ ଶିଳ୍ପ ଅଭିବୃଦ୍ଧି ପାଇଁ ଜିନ୍ଦଲ ଗ୍ରୁପର ସହଯୋଗ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ଧନ୍ୟବାଦ ଦେଇ କହିଥିଲେ ଯେ ଓଡିଶାକୁ ଦେଶର ଏକ ପ୍ରମୁଖ ଶିଳ୍ପାଞ୍ଚଳରେ ପରିଣତ କରିବା ପାଇଁ ଆମର ଯାତ୍ରାରେ ଜିନ୍ଦଲ ଗ୍ରୁପର ମହତ୍ୱପୂର୍ଣ୍ଣ ସହଭାଗିତା ରହିଛି।

ଏଥି ସହିତ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିକାଶ ଆଜି ଓଡିଶାର ପରିଚୟ ହୋଇଛି। ଶିଳ୍ପ, ଭିତ୍ତିଭୂମି, ଶିକ୍ଷା, ସ୍ୱାସ୍ଥ୍ୟ ସବୁ କ୍ଷେତ୍ରରେ ଏକ ନୂଆ ଯୁଗ ଆରମ୍ଭ ହୋଇଛି। 5T ଉପକ୍ରମରେ ଓଡିଶାର ବିକାଶ ଧାରା ଆହୁରି ଉଜ୍ଜ୍ୱଳ ହୋଇଛି। ସାଧାରଣ ଲୋକ, ଚାଷୀ, ମା’ମାନେ, ଯୁବକ ମାନେ ଆମ ବିକାଶର ପାର୍ଟନର ହୋଇଛନ୍ତି। ନୂଆ ଓଡିଶା ଗଠନ ପାଇଁ ଆମ କାର୍ଯ୍ୟକ୍ରମକୁ ଆଗକୁ ନେଉଛନ୍ତି।

ପାରାଦୀପର ଶିଳ୍ପ ବିକାଶ ପାଇଁ ପାରାଦୀପ ଓ ଜଗତସିଂହପୁର ଜିଲ୍ଲାର ଲୋକମାନଙ୍କ ସହଯୋଗ ପାଇଁ ସେମାନଙ୍କୁ ଧନ୍ୟବାଦ ଦେଇ ଏହି ଶିଳ୍ପାନୁଷ୍ଠାନ ଦ୍ୱାରା ଅଞ୍ଚଳର ସବୁ ପରିବାର ଉପକାର ପାଇବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

କାର୍ଯ୍ୟକ୍ରମରେ ବାଲିକୁଦା-ଏରସମା ବିଧାୟକ ଶ୍ରୀ ରଘୁନନ୍ଦନ ଦାସ, ପାରାଦୀପ ବିଧାୟକ ଶ୍ରୀ ସମ୍ବିତ ରାଉତରାୟ, ଜଗତସିଂହପୁର ବିଧାୟକ ଶ୍ରୀ ପ୍ରଶାନ୍ତ କୁମାର ମୁଦୁଲି ଏବଂ ସାଂସଦ ଡ. ରାଜଶ୍ରୀ ମଲ୍ଲିକ ଯୋଗ ଦେଇ ଏହି ସବୁ ପ୍ରକଳ୍ପ ସମଗ୍ର ଜଗତସିଂହପୁର ଜିଲ୍ଲାର ଅର୍ଥନୈତିକ ଅଭିବୃଦ୍ଧିରେ ସହାୟକ ହୋଇ ଜିଲ୍ଲାକୁ ସମୃଦ୍ଧ କରିବ ଏବଂ ରାଜ୍ୟ ଯୁବଗୋଷ୍ଠୀ ପାଇଁ ବ୍ୟାପକ ନିଯୁକ୍ତି ସୁଯୋଗ ଆଣିବ ବୋଲି କହିବା ସହିତ ପାରାଦୀପ ତଥା ସମଗ୍ର ଓଡିଶାର ରୂପାନ୍ତର ପାଇଁ ସାରା ଭାରତ ବର୍ଷର ବିକାଶ ପୁରୁଷ ଭାବେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ସବୁଦିନ ମନେ ରଖିବ ସମଗ୍ର ଦେଶ ବୋଲି ସେମାନେ କହିଥିଲେ।

ଅନ୍ୟତମ ଅତିଥି ଭାବେ JSW ର ମୁଖ୍ୟ ଶ୍ରୀ ସଜ୍ଜନ ଜିନ୍ଦଲ ତାଙ୍କ ଉଦ୍‌ବୋଧନରେ କହିଥିଲେ ଯେ ବହୁ ବର୍ଷ ପୂର୍ବେ ରାଷ୍ଟ୍ର ନାୟକ ବିଜୁ ପଟ୍ଟନାୟକ ଏହି ପ୍ରକଳ୍ପ ପାଇଁ ଯୋଜନା କରିଥିଲେ। ପ୍ରକୃତରେ ଏହା ଥିଲା ବିଜୁବାବୁଙ୍କ ସ୍ୱପ୍ନ। ଆଜି ତାଙ୍କ ସୁପୁତ୍ରଙ୍କ ଦ୍ୱାରା ଏହି ସ୍ୱପ୍ନ ସାକାର ହୋଇଥିବା ଦେଖି ସେ ଖୁସି ଅନୁଭବ କରୁଥିବେ।

ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଓଡିଶାରେ ଆଜି ପ୍ରକୃତ ବିକାଶ ଘଟିଛି ଏବଂ ଓଡିଶାରେ ଶିଳ୍ପାୟନ ପ୍ରକ୍ରିୟା ଦ୍ରୁତ ହୋଇଛି ବୋଲି କହି JSW ପାଇଁ ଓଡିଶା ହେଉଛି ପ୍ରମୁଖ ନିବେଶ ସ୍ଥଳୀ। ଓଡିଶାର ଅର୍ଥନୈତିକ ଅଭିବୃଦ୍ଧିରେ ଆମେ ସବୁଦିନ ସହଯୋଗ କରିବୁ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀଙ୍କୁ ଏହି ଅବସରରେ ଜିନ୍ଦଲ ପରିବାର ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା। କାର୍ଯ୍ୟକ୍ରମରେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି. କାର୍ତ୍ତିକ ପାଣ୍ଡିଆନ ଉପସ୍ଥିତ ଥିଲେ।ସୂଚନାଯୋଗ୍ୟ ଯେ 5T ଓ ନବୀନ ଓଡିଶା ର ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନ୍ ଏହି ଆଇକନିକ ପ୍ରକଳ୍ପ ର ତ୍ଵରିତ କାର୍ଯ୍ୟକାରିତା ପାଇଁ ପ୍ରତି ପନ୍ଦର ଦିନରେ ଥରେ ସମୀକ୍ଷା କରୁଥିଲେ। ଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା ଧନ୍ୟବାଦ ଅର୍ପଣ କରିଥିଲେ।

jagatasinghpur naveen pattanaik paradeep
Share. Facebook Twitter LinkedIn Email WhatsApp Copy Link

Related Posts

Union Budget 2026: ଓଡ଼ିଶା ସମେତ ଏହି ରାଜ୍ୟରେ ହେବ ବିରଳ ଖଣିଜ କରିଡର

February 1, 2026

Budget 2026 ଉପସ୍ଥାପନା ପୂର୍ବରୁ ରାଷ୍ଟ୍ରପତିଙ୍କୁ ଭେଟିଲେ ଅର୍ଥମନ୍ତ୍ରୀ, ଖାଇଲେ ଦହିଚିନି

February 1, 2026

ଆଜି ବିଶ୍ୱକପରେ ମୁହାଁମୁହିଁ ହେବେ ଭାରତ ଏବଂ ପାକିସ୍ତାନ: ସେମିଫାଇନାଲ ପାଇଁ ହେବ ବଡ଼ ଲଢେଇ

February 1, 2026

Union Budget 2026: ଆପଣ କେଉଁଠାରେ ସିଧା ପ୍ରସାରଣ ଦେଖିପାରିବେ ବଜେଟ୍?

February 1, 2026
Latest News

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026

Union Budget 2026: ଓଡ଼ିଶା ସମେତ ଏହି ରାଜ୍ୟରେ ହେବ ବିରଳ ଖଣିଜ କରିଡର

February 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ପଞ୍ଜାବ ଗସ୍ତ: ବିମାନବନ୍ଦରରେ ଉଦ୍‌ଘାଟନ କରିବେ ଟର୍ମିନାଲ କୋଠା

February 1, 2026

ବଜେଟ୍ ଦିନ ସୁନା ମୂଲ୍ୟରେ ବଡ଼ ହ୍ରାସ: ଜାଣନ୍ତୁ ଆଜିର ଦର

February 1, 2026

ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ‘ଅପମାନଜନକ ମନ୍ତବ୍ୟ’: YSRCP ନେତା ଗିରଫ

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.