Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ଓଡିଶା ମତଦାନ ପାଇଁ ମୁତୟନ ହେଲେ ୧୬୫ କମ୍ପାନୀ ସିଏପିଏଫ୍‌, ନିର୍ବାଚନ କମିଶନର ଦେଲେ ସୂଚନା
ରାଜ୍ୟ ଖବର

ଓଡିଶା ମତଦାନ ପାଇଁ ମୁତୟନ ହେଲେ ୧୬୫ କମ୍ପାନୀ ସିଏପିଏଫ୍‌, ନିର୍ବାଚନ କମିଶନର ଦେଲେ ସୂଚନା

April 28, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଓଡିଶା ମତଦାନ ପାଇଁ ମୁତୟନ ହେଲେ ୧୬୫ କମ୍ପାନୀ ସିଏପିଏଫ୍‌, ନିର୍ବାଚନ କମିଶନର ଦେଲେ ସୂଚନା

ଭୁବନେଶ୍ବର: ସଂପୂର୍ଣ୍ଣ ଶାନ୍ତିଶୃଙ୍ଖଳା ମଧ୍ୟରେ ନିର୍ବାଚନ ପ୍ରକ୍ରିୟାର ପରିଚାଳନା ନିମନ୍ତେ ଓଡ଼ିଶାରେ ୧୬୫ କମ୍ପାନୀ ସିଏପିଏଫ୍‌ ମୁତୟନ ପାଇଁ ବ୍ୟବସ୍ଥା ହୋଇଛି। ରାଜ୍ୟରେ ଏକକାଳୀନ ସାଧାରଣ ନିର୍ବାଚନ-୨୦୨୪କୁ ମୁକ୍ତ, ଅବାଧ, ସ୍ୱଚ୍ଛ ତଥା ନିରପେକ୍ଷ ରୂପେ ପରିଚାଳନା କରିବା ଓ ଆଇନଶୃଙ୍ଖଳା ପରିସ୍ଥିତିକୁ ଆୟତ୍ତରେ ରଖି ଏକ ଜାତୀୟ ଉତ୍ସବର ମାହୋଲ ମଧ୍ୟରେ ମତଦାନ ବ୍ୟବସ୍ଥା ପାଇଁ ଏହି ସବୁ ସୁରକ୍ଷା ବ୍ୟବସ୍ଥା କରାଯାଉଛି ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ନିକୁଞ୍ଜ ବିହାରୀ ଧଳ ମତପ୍ରକାଶ କରିଛନ୍ତି।

ସାଧାରଣ ନିର୍ବାଚନ-୨୦୧୯ରେ ଓଡ଼ିଶାରେ ମୋଟ ୧୩୩ କମ୍ପାନୀ ସିଏପିଏଫ୍‌ ମୁତୟନ ହୋଇଥିଲେ। ଏହା ମଧ୍ୟରୁ ୯୬ କମ୍ପାନୀ ଇନ୍‌ସିଟୁ ମୁତୟନ ହୋଇଥିବାବେଳେ ୩୭ କମ୍ପାନୀ ଡାଇରେକଫ ଇଣ୍ଡକସନ୍‌ ଭାବରେ ମୁତୟନ ହୋଇଥିଲେ। ଏକକାଳୀନ ସାଧାରଣ ନିର୍ବାଚନ-୨୦୨୪ ପାଇଁ ରାଜ୍ୟରେ ୧୬୫ କମ୍ପାନୀ ସିଏପିଏଫ୍‌ ମୁତୟନ ପାଇଁ ବ୍ୟବସ୍ଥା ହୋଇଛି। ଏହା ମଧ୍ୟରୁ ୮୩ କମ୍ପାନୀ ଇନ୍‌ସିଟୁ ମୁତୟନ ଓ ୮୨ କମ୍ପାନୀ ଡାଇରେକଫ ଇଣ୍ଡକ୍‌ସନ୍‌ ମାଧ୍ୟମରେ ମୁତୟନ ହେବେ।

ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୭୫ କମ୍ପାନୀ ସିଏପିଏଫ୍‌ ଜବାନ୍‌ ମୁତୟନ ହୋଇସାରିଛନ୍ତି। ସେମାନେ ବିଭିନ୍ନ ଅଞ୍ଚଳରେ ଶାନ୍ତିପୂର୍ଣ୍ଣ ନିର୍ବାଚନ ଲକ୍ଷ୍ୟରେ ବିଶ୍ୱାସ ସୃଷ୍ଟି ପାଇଁ ଫ୍ଲାଗ୍‌ମାର୍ଚ୍ଚ ଆଦିି କରୁଛନ୍ତି। ମତଦାତାମାନେ ଏକ ସୁରକ୍ଷିତ ପରିବେଶ ମଧ୍ୟରେ ଯେଭଳି ଭାବେ ଉତ୍ସାହର ସହିତ ମତଦାନ କରିବେ ତାକୁ ଧ୍ୟାନରେ ରଖି ଏସବୁ କାର୍ଯ୍ୟ କରାଯାଉଛି।

ମଇ ୧ ତାରିଖରେ ଆହୁରି ୪୮ କମ୍ପାନୀ ଓ ମଇ ୯ ତାରିଖରେ ୪୨ କମ୍ପାନୀ ସିଏପିଏଫ୍‌ ଜବାନ୍‌ କାର୍ଯ୍ୟରେ ଯୋଗଦେବେ। ଏହା ଫଳରେ ସର୍ବମୋଟ ମୁତୟନ କମ୍ପାନୀ ୧୬୫ରେ ପହଞ୍ଚିବ । ଏହା ମଧ୍ୟରୁ ୨୫ କମ୍ପାନୀ ଷ୍ଟ୍ରଙ୍ଗ ରୁମ୍‌ର ସୁରକ୍ଷା ଦାୟିତ୍ୱରେ ରହିବେ। ଏହି ବ୍ୟବସ୍ଥା ଦ୍ୱାରା ରାଜ୍ୟରେ ସାମଗି୍ରକ ନିର୍ବାଚନ ପ୍ରକ୍ରିୟା ଶାନ୍ତିଶୃଙ୍ଖଳା ଓ ତ୍ରୁଟିଶୂନ୍ୟ ଭାବରେ କାର୍ଯ୍ୟକାରୀ ହେବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ମତପୋଷଣ କରିଛନ୍ତି।

odishaelection2024 ଓଡିଶା ମୁଖ୍ୟ ନିର୍ବାଚନ ଅଧିକାରୀ ନିର୍ବାଚନ ସୁରକ୍ଷା ମୁଖ୍ୟ ନିର୍ବାଚନ ଅଧିକାରୀ ସିଏପିଏଫ୍
Share. Facebook Twitter LinkedIn Email WhatsApp Copy Link

Related Posts

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026
Latest News

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026

ରାଜ୍ୟସଭା ଜିତିବା ପରେ ମନମୋହନ, ସୁଜିତ କୁମାର ଏବଂ ଦିଲ୍ଲୀପ ରାୟଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.