Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ବୃତ୍ତିଗତ ଦକ୍ଷତା ବୃଦ୍ଧି କରିବା ପାଇଁ ସୂଚନା ଓ ଲୋକସମ୍ପର୍କ ବିଭାଗକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
ରାଜ୍ୟ ଖବର

ବୃତ୍ତିଗତ ଦକ୍ଷତା ବୃଦ୍ଧି କରିବା ପାଇଁ ସୂଚନା ଓ ଲୋକସମ୍ପର୍କ ବିଭାଗକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

June 20, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ରାଜ୍ୟ ଅତିଥି ଭବନ ଠାରେ ସୂଚନା ଓ ଲୋକସଂପର୍କ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂ, ନିର୍ଦ୍ଦେଶକ ସରୋଜ କୁମାର ସାମଲ ଏବଂ ବିଭାଗର ଅନ୍ୟ ବରିଷ୍ଠ ଅଧିକାରୀମାନେ ଭେଟି ବିଭାଗୀୟ କାର୍ଯ୍ୟାବଳୀ ବିଷୟରେ ସୂଚନା ପ୍ରଦାନ କରିଥିଲେ।

ଆଲୋଚନାରେ ବିଭାଗରେ ଖାଲି ପଡ଼ିଥିବା ବିଭିନ୍ନ ପଦବୀ ପୂରଣ ସମେତ ସାମ୍ବାଦିକଙ୍କ କଲ୍ୟାଣ ପାଇଁ ନିଆଯାଉଥିବା ପଦକ୍ଷେପ, ବଜେଟ ବ୍ୟବସ୍ଥା, ଜିଲ୍ଲା ସ୍ତରୀୟ କାର୍ଯ୍ୟଳୟ କୁ ଅଧିକ ସୁଦୃଢ କରିବା, ସାମାଜିକ ଗଣମାଧ୍ୟମ, ତଥା ଅନ୍ୟାନ୍ୟ ଗୁରୁତ୍ଵ ପୂର୍ଣ୍ଣ ବିଷୟ ଗୁଡ଼ିକ ଉପରେ ଆଲୋଚନା ହୋଇଥିଲା।

ଲୋକଙ୍କ ସରକାର ଓ ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବେ ପ୍ରତିପାଦିତ ହୋଇଥିବା ନୂଆ ସରକାରରେ ସରକାରଙ୍କ ବିଭିନ୍ନ ବିକାଶ ମୂଳକ କାର୍ଯ୍ୟକ୍ରମ ଓ କଲ୍ୟାଣକାରୀ ଯୋଜନା ଗୁଡିକ ସଠିକ୍ ଭାବେ ଲୋକଙ୍କ ପାଖରେ ପହଞ୍ଚାଇବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଗୁରୁତ୍ଵ ଦେବାସହ ବୃତ୍ତିଗତ ଦକ୍ଷତା ବୃଦ୍ଧି କରିବା ପାଇଁ ସେ ବିଭାଗୀୟ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଥିଲେ।

ଖାଲି ପଡ଼ିଥିବା ପଦବୀ ଗୁଡ଼ିକ ଶୀଘ୍ର ପୂରଣ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ଵ ଆରୋପ କରିଥିଲେ।

ବୈଠକରେ ନିର୍ଦ୍ଦେଶକ (ବୈଷୟିକ) ସୁରେନ୍ଦ୍ର ନାଥ ପରିଡ଼ା, ଅତିରିକ୍ତ ନିର୍ଦ୍ଦେଶକ ସନ୍ତୋଷ କୁମାର ଦାସ, ଯୁଗ୍ମ ନିର୍ଦ୍ଦେଶକ ଗୁରବିର ସିଂ, ଅର୍ଥ ପରାମର୍ଶ ଦାତା ଏବଂ ଅନ୍ୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।

ମୋହନ ଚରଣ ମାଝୀ ସୂଚନା ଓ ଲୋକସମ୍ପର୍କ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ଇରାନରେ ପରମାଣୁ ବିକିରଣ ବ୍ୟାପିଲେ କେତେ ଦେଶ ବିପଦରେ ପଡ଼ିବେ?: ଜାଣନ୍ତୁ ସବିକିଛି

March 3, 2026

ୟୁଏଇରେ ଫସି ରହିଥିବା ଭାରତୀୟଙ୍କ ପାଇଁ ମାର୍ଗଦର୍ଶିକା ଜାରି: ଜାଣନ୍ତୁ ଦୂତାବାସ କ’ଣ କହିଛି?

March 3, 2026

ଜାନୁଆରୀ-୨୦୨୬ ଶିକ୍ଷାସତ୍ର ପାଇଁ ଇଗ୍ନୋର ନାମଲେଖା ଅବଧି ୧୫ ମାର୍ଚ୍ଚ ପର୍ଯ୍ୟନ୍ତ ବୃଦ୍ଧି

March 3, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍: ଐତିହାସିକ ବିଶ୍ୱ ଘୋଷଣାନାମା ଏବଂ ଏଆଇ କ୍ଷେତ୍ରରେ ପ୍ରମୁଖ ନିବେଶ ପ୍ରତିଶ୍ରୁତି

March 3, 2026
Latest News

ବନତାରାର ଗୋଟିଏ ବର୍ଷ: ଚିକିତ୍ସା, ପୁନର୍ବାସ ଏବଂ ବନ୍ୟପ୍ରାଣୀ ସଂରକ୍ଷଣରେ ଏକ ନୂତନ ଦୃଷ୍ଟାନ୍ତ ସ୍ଥାପନ

March 3, 2026

ଜିଓ ପ୍ଲାଟଫର୍ମସ ପକ୍ଷରୁ ଡାନ୍ ବେଲିଙ୍କୁ ସଭାପତି ନିଯୁକ୍ତି ଘୋଷଣା

March 3, 2026

ଇରାନରେ ପରମାଣୁ ବିକିରଣ ବ୍ୟାପିଲେ କେତେ ଦେଶ ବିପଦରେ ପଡ଼ିବେ?: ଜାଣନ୍ତୁ ସବିକିଛି

March 3, 2026

ୟୁଏଇରେ ଫସି ରହିଥିବା ଭାରତୀୟଙ୍କ ପାଇଁ ମାର୍ଗଦର୍ଶିକା ଜାରି: ଜାଣନ୍ତୁ ଦୂତାବାସ କ’ଣ କହିଛି?

March 3, 2026

ଆମେରିକାର କ୍ଷେପଣାସ୍ତ୍ର ଆକ୍ରମଣ ମଧ୍ୟରେ ଇରାନରେ ଭୂମିକମ୍ପ

March 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.