Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ସଂକଳ୍ପ ପତ୍ରର ମୁଖ୍ୟ ପ୍ରତିଶ୍ରୁତିକୁ ଅନୁଧ୍ୟାନ କରି ପଦକ୍ଷେପ ନେବାକୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ
ରାଜ୍ୟ ଖବର

ସଂକଳ୍ପ ପତ୍ରର ମୁଖ୍ୟ ପ୍ରତିଶ୍ରୁତିକୁ ଅନୁଧ୍ୟାନ କରି ପଦକ୍ଷେପ ନେବାକୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ

June 25, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଯୋଜନା ଓ ସଂଯୋଜନ ବିଭାଗର କାର୍ଯ୍ୟ ସମୀକ୍ଷା କରି ଏକ ଲୋକାଭିମୁଖୀ ବଜେଟ୍ ପ୍ରସ୍ତୁତ କରିବାକୁ ପରାମର୍ଶ ଦେଇଛନ୍ତି।

ନୂଆ ସରକାରଙ୍କ ଉପରେ ଜନ ସାଧାରଣଙ୍କ ବହୁତ୍ ଆଶା ଆକାଂକ୍ଷା ଅଛି ବୋଲି ସେ ମତ ଦେବା ସହିତ ରାଜ୍ୟ ଯୋଜନା ବଜେଟ୍ ରେ ଏହା ପ୍ରତିଫଳିତ ହେବା ଆବଶ୍ୟକ ବୋଲି ସେ କହିଥିଲେ।

ଯୋଜନା ଗୁଡିକ ଯେପରି ତୃଣମୂଳ ସ୍ତରରେ ଠିକ୍ ଭାବରେ ପହଞ୍ଚିବ ଓ ଲୋକ ଏହାର ସୁଫଳ ପାଇବେ ସେ ଉପରେ ଗୁରୁତ୍ଵ ଦେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ବୈଠକରେ ମୁଖ୍ୟମନ୍ତ୍ରୀ ଖଣିଜ ପାଣ୍ଠିର ସୁବିନିଯୋଗ ଉପରେ ଗୁରୁତ୍ବ ଦେଇ ଏହି ପାଣ୍ଠି ସହାୟତାରେ ଖଣି ଅଞ୍ଚଳର ଜିଲ୍ଲା ଗୁଡ଼ିକରେ ଟ୍ରମା କେୟାର ସେଣ୍ଟର ପ୍ରତିଷ୍ଠା ପାଇଁ ନିର୍ଦ୍ଦେଶ ଦେଇଥିଲେ। ବିଶେଷ କରି ଜିଲ୍ଲା ସ୍ଥିତ ମେଡିକାଲ କଲେଜ ଗୁଡ଼ିକରେ ଟ୍ରମା କେୟାର ସେଣ୍ଟର ପ୍ରତିଷ୍ଠା ଉପରେ ସେ ଗୁରୁତ୍ଵ ଦେଇଥିଲେ।

ଦଳର ସଂକଳ୍ପ ଅନୁଯାୟୀ ଉତ୍ତର ଓଡ଼ିଶା ଉନ୍ନୟନ ପରିଷଦ ଓ ଦକ୍ଷିଣ ଓଡ଼ିଶା ଉନ୍ନୟନ ପରିଷଦ ଗଠନ ପାଇଁ ଟାସ୍କ ଫୋର୍ସ ପ୍ରସ୍ତୁତ କରି ଅନୁଧ୍ୟାନ କରି ପ୍ରସ୍ତାବ ଦେବାକୁ ସେ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ।

ସେହିପରି ସଂକଳ୍ପ ପତ୍ରର ସବୁ ପ୍ରମୁଖ ପ୍ରତିଶ୍ରୁତି ଗୁଡ଼ିକୁ ଅନୁଧ୍ୟାନ କରି ପଦକ୍ଷେପ ନେବାକୁ ସେ ପରାମର୍ଶ ଦେଇଥିଲେ।

ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଯୋଜନା ଓ ସଂଯୋଜନ ବିଭାଗର ବରିଷ୍ଠ ଅଧିକାରୀ ମାନଙ୍କ  ସହ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ବିଭାଗର କାର୍ଯ୍ୟାବଳୀ ସମ୍ବନ୍ଧରେ ବିଶଦ ଭାବରେ ଅବଗତ କରାଇଥିଲେ।

ବଜେଟ୍ ମୋହନ ଚରଣ ମାଝୀ ଯୋଜନା ଓ ସଂଯୋଜନ ବିଭାଗ ସଂକଳ୍ପ ପତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ଉଚ୍ଚଶିକ୍ଷା ବିଭାଗ ଆନୁକୂଲ୍ୟରେ ଯୁବ ରେଡ଼କ୍ରସ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ

July 14, 2026

ଓଲିଉଡ଼ ଅନ୍ତର୍ଜାତୀୟ ଫିଲ୍ମ ଫେଷ୍ଟିଭାଲ ଅନୁଷ୍ଠିତ

July 14, 2026

ପିସି-ପିଏନଡିଟି ଆଇନ ଉଲ୍ଲଙ୍ଘନ ଅଭିଯୋଗ: ଅଲ୍ଟ୍ରାସାଉଣ୍ଡ କେନ୍ଦ୍ରକୁ ସିଲ୍ କଲା ସ୍ୱାସ୍ଥ୍ୟ ବିଭାଗ

July 14, 2026

୧୭୨୬ ବୈଷୟିକ ପଦବୀରେ ନିଯୁକ୍ତି ପାଇଁ ସ୍ୱାସ୍ଥ୍ୟ ବିଭାଗର ପଦକ୍ଷେପ

July 14, 2026
Latest News

ଉଚ୍ଚଶିକ୍ଷା ବିଭାଗ ଆନୁକୂଲ୍ୟରେ ଯୁବ ରେଡ଼କ୍ରସ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ

July 14, 2026

ଓଲିଉଡ଼ ଅନ୍ତର୍ଜାତୀୟ ଫିଲ୍ମ ଫେଷ୍ଟିଭାଲ ଅନୁଷ୍ଠିତ

July 14, 2026

ପିସି-ପିଏନଡିଟି ଆଇନ ଉଲ୍ଲଙ୍ଘନ ଅଭିଯୋଗ: ଅଲ୍ଟ୍ରାସାଉଣ୍ଡ କେନ୍ଦ୍ରକୁ ସିଲ୍ କଲା ସ୍ୱାସ୍ଥ୍ୟ ବିଭାଗ

July 14, 2026

୧୭୨୬ ବୈଷୟିକ ପଦବୀରେ ନିଯୁକ୍ତି ପାଇଁ ସ୍ୱାସ୍ଥ୍ୟ ବିଭାଗର ପଦକ୍ଷେପ

July 14, 2026

ଆଞ୍ଚଳିକ ସୁଭଦ୍ରା ଶକ୍ତି ଭିଜନ୍ ସମ୍ମିଳନୀରେ ଯୋଗଦେଲେ ପ୍ରଭାତୀ ପରିଡ଼ା

July 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.