Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ମହାନଦୀ ପ୍ରସଙ୍ଗରେ ରାଜସ୍ୱ ମନ୍ତ୍ରୀଙ୍କ ବକ୍ତବ୍ୟ ଦୁର୍ଭାଗ୍ୟଜନକ ଓ ବିଭ୍ରାନ୍ତିକର: ବିଜେଡି
ରାଜ୍ୟ ଖବର

ମହାନଦୀ ପ୍ରସଙ୍ଗରେ ରାଜସ୍ୱ ମନ୍ତ୍ରୀଙ୍କ ବକ୍ତବ୍ୟ ଦୁର୍ଭାଗ୍ୟଜନକ ଓ ବିଭ୍ରାନ୍ତିକର: ବିଜେଡି

June 28, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁୁବନେଶ୍ୱର: ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ମାନ୍ୟବର ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଦେଇଥିବା ବକ୍ତବ୍ୟକୁ ବିଭ୍ରାନ୍ତିକର ଓ ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି ବିଜୁ ଜନତା ଦଳର ବରିଷ୍ଠ ଉପସଭାପତି ତଥା ପୂର୍ବତନ ମନ୍ତ୍ରୀ ଦେବୀ ପ୍ରସାଦ ମିଶ୍ର। ଶଙ୍ଖ ଭବନରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ମିଶ୍ର କହିଛନ୍ତି ଯେ, ମହାନଦୀ ଓଡିଶାର ୧୬ ଜିଲ୍ଲାର ଲୋକଙ୍କ ଜୀବନଧାରା। ହେଲେ ଏହା ଉପରେ ଛତିଶଗଡ ମନମାନି କରିଆସୁଛି। ହୀରାକୁଦର ଉପମୁଣ୍ଡରେ ଛତିଶଗଡ ସରକାର ଓ ତଳମୁଣ୍ଡରେ ଓଡିଶା କେତେ ପାଣି ବ୍ୟବହାର କରିବ, ଏନେଇ ଉଲ୍ଲେଖ ରହିଛି। ତଥାପି ଛତିଶଗଡ ମହାନଦୀ ଉପରେ ଏକଚାଟିଆ ଅଧିକାର ସାବ୍ୟସ୍ତ କରି ବେଆଇନ ଭାବେ କାର୍ଯ୍ୟ କରିଚାଲିଛି।

ଶ୍ରୀ ମିଶ୍ର ଆହୁରି ମଧ୍ୟ କହିଛନ୍ତି ଯେ, ଛତିଶଗଡର ବେଆଇନ କାମ ବିରୋଧରେ କେନ୍ଦ୍ର ସରକାର, ପ୍ରଧାନମନ୍ତ୍ରୀ ଓ ସିଡବ୍ଲ୍ୟୁସିଙ୍କ ନିକଟରେ ବାରମ୍ବାର ଓଡିଶା ସରକାର ଓ ଶ୍ରୀ ନବୀନ ପଟ୍ଟନାୟକ ଦୃଷ୍ଟି ଆକର୍ଷଣ କରିଥିଲେ। ଏପରିକି ତତ୍କାଳୀନ ଜଳସଂପଦ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ୨୦୧୬ରେ ଦିଲ୍ଲୀରେ ବସିଥିବା ବୈଠକରେ ଛତିଶଗଡର ବେଆଇନ କାମକୁ ଅଟକାଇବା ପାଇଁ ଶ୍ରୀ ନବୀନ ପଟ୍ଟନାୟକ ସ୍ପଷ୍ଟ ଭାବେ ଦାବି ରଖିବା ସତ୍ତ୍ୱେ ମଧ୍ୟ କୈଣସି ନିର୍ଦ୍ଦେଶ କେନ୍ଦ୍ର ସରକାରଙ୍କ ପକ୍ଷରୁ ଦିଆଯାଇନଥିଲା। ସେତେବେଳେ ଓଡିଶାର ସ୍ୱାର୍ଥକୁ ସଂପୂର୍ଣ୍ଣ ଅଣଦେଖା କରିଥିଲେ କେନ୍ଦ୍ର ସରକାର।

ଛତିଶଗଡର ଅନଧିକାର ବ୍ୟାରେଜ୍ ନିର୍ମାଣ ବିରୋଧରେ ସମସ୍ତ ଫୋରମରେ ଆଲୋଚନା ପରେ ଯେତେବେଳେ ସୁଫଳ ମିଳିଲାନି, ସେତେବେଳେ ରାଜ୍ୟ ସରକାର ସମାଧାନ ପାଇଁ ସୁପ୍ରିମକୋର୍ଟର ଦ୍ୱାରସ୍ଥ ହେଲେ। ଟ୍ରିବ୍ୟୁନାଲ ଗଠନରେ ମଧ୍ୟ କେନ୍ଦ୍ର ସରକାରଙ୍କ ଟାଳଟୁଳ ନୀତି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥିଲା। ଶେଷରେ ମହାନଦୀ ଟ୍ରିବ୍ୟୁନାଲ ଗଠନ ହେଲା। ଏଥିରେ ଓଡିଶା ପକ୍ଷରୁ ସମସ୍ତ ଦଲିଲ୍ ଉପସ୍ଥାପନ କରାଯାଇ ପକ୍ଷ ରଖାଯାଇଛି। ଟ୍‌ିବ୍ୟୁନାଲର ଅବଧି ଏବେ ୨୦୨୬ ଏପ୍ରିଲ ପର୍ଯ୍ୟନ୍ତ ବଢାଯାଇଛି।

ମହାନଦୀ ପାଇଁ ଓଡିଶା ନ୍ୟାୟିକ ଲଢେଇ ଲଢିଛି, ରାଜରାସ୍ତାରେ ସଂଗ୍ରାମ କରିଛି, ଆଲୋଚନା ମଧ୍ୟରେ ସମାଧାନ ପାଇଁ ଉଦ୍ୟମ କରିଛି। ହେଲେ କେନ୍ଦ୍ର ନୀରବଦ୍ରଷ୍ଟା ସାଜି ସେତେବେଳେ ଛତିଶଗଡରେ ଥିବା ବିଜେପି ସରକାରକୁ ସୁହାଇଲା ଭଳି କାର୍ଯ୍ୟ କରିଥିଲା। ତେଣୁ ମହାନଦୀକୁ ନେଇ ଓଡିଶା ସରକାର କିଛି କରିନଥିଲେ। ଏଭଳି ବିଭ୍ରାନ୍ତିକର ତଥ୍ୟ ଉପସ୍ଥାପନ କରିବା ବଦଳରେ ସମସ୍ୟାର ସମାଧାନ ପାଇଁ ବିଜେପି ସରକାର ଉଦ୍ୟମ କରିବା ଦରକାର। ମହାନଦୀ ପ୍ରସଙ୍ଗରେ ବିଜେଡି ସଂପୂର୍ଣ୍ଣ ସଚେତନ ରହିଛି। ଆଉ ମହାନଦୀ ଅବବାହିକା ଅଧିବାସୀଙ୍କ ସ୍ୱାର୍ଥ ହାସଲ ପାଇଁ ବିଜେଡି ସଂପୂର୍ଣ୍ଣ ସଜାଗ ରହିଛି ବୋଲି ଶ୍ରୀ ମିଶ୍ର କହିଛନ୍ତି।

ସାମ୍ବାଦିକ ସମ୍ମିଳନୀରେ ଆଳିର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରତାପ କେଶରୀ ଦେବ କହିଥିଲେ, ମହାନଦୀ ପ୍ରସଙ୍ଗରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ବକ୍ତବ୍ୟ ଦୁର୍ଭାଗ୍ୟଜନକ। ଡବଲ ଇଂଜିନ ସରକାରରେ ପ୍ରଗତି ଦୁଇଗୁଣ ହେବ ବୋଲି ନିର୍ବାଚନ ସମୟରେ ବିଜେପି ନେତା କହିଥିଲେ। ଏବେ ମହାନଦୀ ପ୍ରସଙ୍ଗରେ ଟ୍ରିପଲ ଇଂଜିନ୍ ସରକାର ରହିଛି। କେନ୍ଦ୍ରରେ, ଛତିଶଗଡରେ, ଓଡିଶାରେ ସବୁଠି ବିଜେପିର ସରକାର। ଏବେ ଆଉ ବାହାନା ଖୋଜିବା ବଦଳରେ ମହାନଦୀ ସମସ୍ୟାର ସମାଧାନ କରାଯାଉ। ରାଜସ୍ୱମନ୍ତ୍ରୀଙ୍କୁ ମଧ୍ୟ ନିଜ ନିର୍ବାଚନ ମଣ୍ଡଳୀ ଲୋକଙ୍କୁ ଉତ୍ତର ଦେବାକୁ ପଡିବ, କାରଣ ମହାନଦୀରେ ପାଣି ନଆସିବା ଦ୍ୱାରା ସେମାନେ ବି ପ୍ରଭାବିତ ହେଉଛନ୍ତି।

BJD BJP Suresh Pujari
Share. Facebook Twitter LinkedIn Email WhatsApp Copy Link

Related Posts

ଜେଲ୍ କର୍ମଚାରୀ ଓ ଅଧିକାରୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି: ୨ ଗୁଣ ବୃଦ୍ଧି କଲେ ପୋଷାକ ଭତ୍ତା 

August 20, 2026

ମାନସିକ ରୋଗ ଚିକିତ୍ସା ନିମନ୍ତେ ସମ୍ ହସ୍ପିଟାଲ କ୍ୟାମ୍ପସ-୨ରେ ଅତ୍ୟାଧୁନିକ ମୋଡିଫାଏଡ୍ ଇସିଟି ସେବା

August 20, 2026

ରସାଳପୁର କଲେଜରେ ନିଶାମୁକ୍ତ ଭାରତ ଅଭିଯାନ ଆୟୋଜିତ

August 20, 2026

ପଞ୍ଜାବରେ ବିଜେପି-ଅକାଳୀ ଦଳ ମେଣ୍ଟ?: ସଂକେତ ଦେଲେ ହରସିମରତ କୌର

August 20, 2026
Latest News

ଜେଲ୍ କର୍ମଚାରୀ ଓ ଅଧିକାରୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି: ୨ ଗୁଣ ବୃଦ୍ଧି କଲେ ପୋଷାକ ଭତ୍ତା 

August 20, 2026

ଝାନ୍ସୀସ୍ଥିତ CMLR ୱାର୍କସପ୍‌ ପକ୍ଷରୁ ମଡ୍ୟୁଲାର ବାୟୋ-ଟଏଲେଟ୍

August 20, 2026

ମାନସିକ ରୋଗ ଚିକିତ୍ସା ନିମନ୍ତେ ସମ୍ ହସ୍ପିଟାଲ କ୍ୟାମ୍ପସ-୨ରେ ଅତ୍ୟାଧୁନିକ ମୋଡିଫାଏଡ୍ ଇସିଟି ସେବା

August 20, 2026

“ସେମାନେ ଆମର ମାଲିକ ନୁହଁନ୍ତି”: ସର୍ଜିଓ ଗୋରଙ୍କ ବୟାନ ଉପରେ ମେହବୁବା ମୁଫତି

August 20, 2026

ବାଂଲାଦେଶର ରାଷ୍ଟ୍ରପତି ହେବେ ମିର୍ଜା ଫଖରୁଲ ଆଲମଗିର: ଏତେ ଭୋଟରେ ଜିତିଲେ ନିର୍ବାଚନ

August 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.