Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ଶିଳ୍ପ କ୍ଷେତ୍ରରେ ରାଜ୍ୟର ଯୁବକଯୁବତୀଙ୍କ ପାଇଁ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ରାଜ୍ୟ ଖବର

ଶିଳ୍ପ କ୍ଷେତ୍ରରେ ରାଜ୍ୟର ଯୁବକଯୁବତୀଙ୍କ ପାଇଁ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

July 10, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଓଡିଶାକୁ ଶିଳ୍ପ କ୍ଷେତ୍ରରେ ଦେଶରେ ଏକ ଅଗ୍ରଣୀ ରାଜ୍ୟରେ ପରିଣତ କରି ରାଜ୍ୟର ଯୁବକଯୁବତୀଙ୍କ ପାଇଁ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି। ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶିଳ୍ପ ବିଭାଗ ଏବଂ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗର କାର୍ଯ୍ୟକ୍ରମ ସମୀକ୍ଷା କରି ଏହି ନିର୍ଦ୍ଦେଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶାରେ ଶିଳ୍ପାୟନକୁ ତ୍ବରାନ୍ବିତ କରିବା ପାଇଁ  ଓ ଯୁବକଯୁବତୀ ମାନଙ୍କୁ ନିଯୁକ୍ତି ସୁଯୋଗ ଯୋଗାଇ ଦେବାକୁ ବ୍ୟାପକ ସୁଯୋଗ ରହିଛି। ଧାତୁ ଓ ଖଣିଭିତ୍ତିକ ଶିଳ୍ପ ସହିତ ବନ୍ଦରଭିତ୍ତିକ ଶିଳ୍ପ ଓ ଆଧୁନିକ ଯୁଗର ଶିଳ୍ପ ପ୍ରତିଷ୍ଠା ଦିଗରେ   ଗୁରୁତ୍ବ  ଦେବାକୁ ସେ ନିର୍ଦ୍ଦେଶ ଦେଇଥିଲେ।

ଶିଳ୍ପ ପାଇଁ ଏକ ଉତ୍ତମ ପରିବେଶ ସୃଷ୍ଟି ସହିତ ସ୍ଥାନୀୟ ଅଞ୍ଚଳର ବିକାଶ ଉପରେ ମଧ୍ୟ ଧ୍ୟାନ ଦେବାକୁ ସେ ପରାମର୍ଶ ଦେଇଥିଲେ।

ସେ କହିଥିଲେ ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀଙ୍କର ଓଡିଶା ଉପରେ ସ୍ବତନ୍ତ୍ର ଫୋକସ ରହିଛି। ଆଗାମୀ ୨୫ ବର୍ଷରେ ଓଡିଶା ଦେଶର ବିକାଶର ଦ୍ବାର ହେବ ବୋଲି ସେ କହିଛନ୍ତି। ତେଣୁ  ଶିଳ୍ପାୟନ ପାଇଁ ଯାହା ଭିତ୍ତିଭୂମି ବିକାଶ ଆବଶ୍ୟକ ସେଥିପାଇଁ ତୁରନ୍ତ ପଦକ୍ଷେପ ନେବାକୁ ସେ ପରାମର୍ଶ ଦେଇଥିଲେ।

ଓଡିଶାରେ ଅଧିକ ସଂଖ୍ୟାରେ ଶ୍ରମଭିତ୍ତିକ ଶିଳ୍ପ  ପ୍ରତିଷ୍ଠା ହେଲେ, ସ୍ଥାନୀୟ ଯୁବକଯୁବତୀମାନେ ନିଯୁକ୍ତି ପାଇପାରିବେ ବୋଲି ସେ କହିଥିଲେ।

MSME କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନା, ଯଥା- ମୁଦ୍ରା, ସ୍ବ-ନିଧି ଓ ବିଶ୍ବକର୍ମା ପରି ଯୋଜନାର ସୁଯୋଗ ଯେପରି ନୂତନ ଉଦ୍ୟାଗୀମାନେ ପାଇପାରିବେ, ତା ଉପରେ ଗୁରୁତ୍ବ ଦେବାକୁ ମଧ୍ୟ ସେ ପରାମର୍ଶ ଦେଇଥିଲେ।

ବୈଠକରେ ଶିଳ୍ପ ମନ୍ତ୍ରୀ ସମ୍ପଦ ଚରଣ ସ୍ବାଇଁ ଏବଂ MSME ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ଶିଳ୍ପ ବିଭାଗ ପ୍ରମୁଖ ସଚିବ ହେମନ୍ତ ଶର୍ମା ଓ MSME ବିଭାଗ ପ୍ରମୁଖ ସଚିବ ଶାଶ୍ବତ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।

ଓଡିଶା ମୋହନ ଚରଣ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ମହିଳା ଓ ଶିଶୁ ବିକାଶ ବିଭାଗର ଅଧିକାରୀଙ୍କ ପାଇଁ ଏଆଇ (AI) ପ୍ରଶିକ୍ଷଣ, ୧୦୦ ଅଧିକାରୀଙ୍କୁ ମିଳିଲା ତାଲିମ

March 14, 2026

ପୋଲିସ୍ ଭବନଠାରେ ‘ଜୁଭେନଟିକା– ଡିଜିଟାଲ୍ ଅଧିକାର ଏବଂ ଶିଶୁଙ୍କ ସୁରକ୍ଷା’ ଶୀର୍ଷକ ଆଲୋଚନା ଚକ୍ର

March 14, 2026

ବଡବାହାଳ ଛକରୁ ଗଂଜେଇ ଜବତ: ୩ ଗିରଫ

March 14, 2026

ରାଜ୍ୟ ସଭା ନିର୍ବାଚନ: କଂଗ୍ରେସ ବିଧାୟିକା ସୋଫିଆ ଫିରୋଦାସଙ୍କ ଆଶ୍ଚର୍ଯ୍ୟଜନକ ବିବୃତ୍ତି

March 14, 2026
Latest News

ବରିଷ୍ଠ ପୁଲିସ ଅଧିକାରୀ ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ମିଳିଲା ଆଗାମୀ ରଥଯାତ୍ରାର ଦାୟିତ୍ୱ

March 15, 2026

ଆଜି ମାର୍ଚ୍ଚ ୧୫ ରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ଭାଗ୍ୟ ଉଜ୍ଜଳ ହେବ: ଜାଣନ୍ତୁ ରାଶିଫଳ

March 15, 2026

ମହିଳା ଓ ଶିଶୁ ବିକାଶ ବିଭାଗର ଅଧିକାରୀଙ୍କ ପାଇଁ ଏଆଇ (AI) ପ୍ରଶିକ୍ଷଣ, ୧୦୦ ଅଧିକାରୀଙ୍କୁ ମିଳିଲା ତାଲିମ

March 14, 2026

ଲଦାଖରେ ଶାନ୍ତି, ସ୍ଥିରତା ଓ ବିଶ୍ୱାସର ପରିବେଶ ଗଢ଼ିବାକୁ ସରକାର ପ୍ରତିବଦ୍ଧ

March 14, 2026

କୋଲକାତାରେ ୧୮୭୦୦ କୋଟିର ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.