Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ଅଗଷ୍ଟ ୯ ରୁ ଓଡିଶା ବିଜେପି ପାଳିବ ‘ହର ଘର ତ୍ରିିରଙ୍ଗା’ ଯାତ୍ରା, ୧୬ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ
ରାଜ୍ୟ ଖବର

ଅଗଷ୍ଟ ୯ ରୁ ଓଡିଶା ବିଜେପି ପାଳିବ ‘ହର ଘର ତ୍ରିିରଙ୍ଗା’ ଯାତ୍ରା, ୧୬ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ

August 7, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଅଗଷ୍ଟ ୯ ରୁ ଓଡିଶା ବିଜେପି ପାଳିବ ‘ହର ଘର ତ୍ରିିରଙ୍ଗା’ ଯାତ୍ରା, ୧୬ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ

ଭୁବନେଶ୍ୱର: ଗତ କିଛିବର୍ଷ ଧରି ପାର୍ଟିର କାର୍ଯ୍ୟକର୍ତାମାନେ ସମସ୍ତ ଦେଶବାସୀଙ୍କ ସହ ମିଶି ସାରା ଦେଶରେ ହର୍ଷୋଲ୍ଲାସ ସହିତ ଦେଶର ଏକତା ତଥା ଅଖଣ୍ଡତା ଉଦ୍ଦେଶ୍ୟରେ ‘ହର ଘର ତ୍ରିିରଙ୍ଗା’,‘ତ୍ରିରଙ୍ଗା ଯାତ୍ରା’ ଆଦି ବିଭିନ୍ନ କାର୍ଯ୍ୟକ୍ରମ ମାଧ୍ୟମରେ ପାଳନ କରି ଆସୁଛନ୍ତି।

ସେହି କ୍ରମରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଜେ.ପି.ନଡ୍ଡାଙ୍କ ନିର୍ଦ୍ଦେଶକ୍ରମେ ଦେଶ ପାଇଁ ଯେଉଁମାନେ ପ୍ରାଣବଳୀ ଦେଇଛନ୍ତି ଓ ଜେଲ କାରାବରଣ ଭୋଗିଛନ୍ତି, ସେମାନଙ୍କୁ ସ୍ମରଣ କରିବା ପାଇଁ ଆସନ୍ତା ଅଗଷ୍ଟ ୯ ତାରିଖରେ କ୍ରାନ୍ତି ଦିବସ ପାଳନ କରାଯିବ। ଏହି ଅବସରରେ ପ୍ରତ୍ୟେକ ଜିଲ୍ଲାରେ ସ୍ଥାନୀୟ ଶହୀଦମାନଙ୍କୁ ସ୍ମରଣ କରାଯାଇ ସାଇକଲ ଯାତ୍ରା, ପଦଯାତ୍ରା, ବାଇକ ରାଲିମାନ ଅନୁଷ୍ଠିତ ହେବ।ଏ ନେଇ ସୂଚନା ଦେଇଛନ୍ତି ଓଡିଶା ବିଜେପି ସଭାପତି ମନମୋହନ ସାମଲ।

ଅଗଷ୍ଟ ୧୧ ରୁ ୧୪ ତାରିଖ ପର୍ଯ୍ୟନ୍ତ ତ୍ରିରଙ୍ଗା ଯାତ୍ରା ୧୧ ରୁ ୧୪ ପର୍ଯ୍ୟନ୍ତ ମହାପୁରୁଷଙ୍କ ପ୍ରତିମୂର୍ତି ଓ ଚାରି ପାଖରେ ସ୍ୱଚ୍ଛତା ଅଭିଯାନ; ୧୩ ରୁ ୧୫ ଅଗଷ୍ଟ ପର୍ଯ୍ୟନ୍ତ ପ୍ରତ୍ୟେକ ଘର ଓ ଅନୁଷ୍ଟାନରେ ‘ହର ଘର ତ୍ରିରଙ୍ଗା’ ଉତୋଳନ କରାଯିବା ସହିତ ମହାପୁରୁଷ ଏବଂ ବରପୁତ୍ରମାନଙ୍କ ପ୍ରତିମୂର୍ତି ଓ ସ୍ମାରକୀ ଉପରେ ପୁଷ୍ପାଞ୍ଜଳୀ ଅର୍ପଣ କରାଯିବ ବୋଲି ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ସୁଚନା ଦେଇଛନ୍ତି।

ସେହିପରି ୧୪ ଅଗଷ୍ଟ ୧୯୪୭ରେ ଭାରତର ବିଭାଜନ ହେତୁ ଲକ୍ଷ ଲକ୍ଷ ଲୋକଙ୍କ ହତ୍ୟା ଓ ବିସ୍ଥାପନର ହୋଇଥିଲା। ଦେଶ ବିଭାଜନ ନିଷ୍ପତି ଭୁଲ ଥିଲା। ଏହି ଯନ୍ତ୍ରଣାଦାୟକ ଦିନକୁ ‘ବିଭାଜନ ବିଭୀଷିକା ସ୍ମୃତି ଦିବସ’ ଭାବେ ପାଳନ କରାଯିବା ସହିତ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରାଯାଇ ସନ୍ଧ୍ୟାରେ ନୀରବ ଶୋଭାଯାତ୍ରା ଅନୁଷ୍ଠିତ ହେବ।

ଅଗଷ୍ଟ ୧୬ ତାରିଖ ଦିନ ଭାରତରତ୍ନ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତଃ ଅଟଳ ବିହାରୀ ବାଜପେୟୀଙ୍କ ପୂଣ୍ୟତିଥି ପାଳନ କରାଯିବା ସହିତ ୧୯ ଅଗଷ୍ଟରେ ପବିତ୍ର ରକ୍ଷାବନ୍ଧନ ଉତ୍ସବ ପାଳନ କରାଯିବ। ଏ ସମସ୍ତ କାର୍ଯ୍ୟକ୍ରମ ମଣ୍ଡଳସ୍ତରରୁ ରାଜ୍ୟ ପର୍ଯ୍ୟନ୍ତ ପାଳନ କରାଯିବ ଏବଂ ପାର୍ଟିର ସମସ୍ତ ପଦାଧିକାରୀ, କାର୍ଯ୍ୟକର୍ତା, ଜନପ୍ରତିନିଧି ଏଥିରେ ସାମିଲ ହେବେ। ସାଧାରଣ ଜନତା ମଧ୍ୟ ଏ ସମସ୍ତ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ରାଜ୍ୟ ସଭାପତି ଶ୍ରୀ ସାମଲ ପ୍ରତ୍ୟେକ ଓଡିଶାବାସୀଙ୍କୁ ନିବେଦନ କରିଛନ୍ତି।

ଏହି ଅବସରରେ ରାଜ୍ୟ ଉପସଭାପତି ଶ୍ରୀ ବିରଂଚି ତ୍ରିପାଠୀ, ଡା.ପୂର୍ଣ୍ଣଚନ୍ଦ୍ର ମହାପାତ୍ର, ରାଜ୍ୟ ସାଧାରଣ ସମ୍ପାଦକ ଶାରଦା ପ୍ରସାଦ ଶତପଥୀ ଓ ସୀମାଂଚଳ ଖଟେଇ ପ୍ରମୁଖ ଉପସ୍ଥିତ ଥିଲେ ।

ତ୍ରିରଙ୍ଗା ଯାତ୍ରା ମନମୋହନ ସାମଲ
Share. Facebook Twitter LinkedIn Email WhatsApp Copy Link

Related Posts

ସରକାରଙ୍କ ବଡ ନିଷ୍ପତ୍ତି: ୧୧,୬୮୨ଟି ନୂତନ MBBS ସିଟ୍ ଏବଂ ୪୩ଟି ନୂତନ ମେଡିକାଲ୍ କଲେଜକୁ ମଞ୍ଜୁରୀ

March 11, 2026

ବିଜେଡ଼ି ଛାଡ଼ିଲେ ବାଲେଶ୍ଵର ସଦର ବ୍ଲକ ଅଧ୍ୟକ୍ଷା

March 11, 2026

ଆମେରିକାର ତୈଳ ବିଶୋଧନାଗାରରେ ୨୫ ଲକ୍ଷ କୋଟି ନିବେଶ କରିବ ଭାରତ?: ଧନ୍ୟବାଦ ଦେଲେ ଟ୍ରମ୍ପ୍

March 11, 2026

ଫିନଟେକ୍ ପ୍ରକଳ୍ପକୁ ଟୋକିଓ ବୈଶ୍ବିକ ବିତ୍ତ ଫୋରମ୍ ରେ ପ୍ରଦର୍ଶିତ କଲେ ଓଡ଼ିଶାର ଛାତ୍ରଛାତ୍ରୀ

March 11, 2026
Latest News

ଭାରତ ଯୋଗୁଁ ତୈଳ ମୂଲ୍ୟ ସ୍ଥିର ରହିଛି”: ଆମେରିକାର ରାଷ୍ଟ୍ରଦୂତଙ୍କ ବଡ ବିବୃତ୍ତି

March 11, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ସରକାରଙ୍କ ବଡ ନିଷ୍ପତ୍ତି: ୧୧,୬୮୨ଟି ନୂତନ MBBS ସିଟ୍ ଏବଂ ୪୩ଟି ନୂତନ ମେଡିକାଲ୍ କଲେଜକୁ ମଞ୍ଜୁରୀ

March 11, 2026

ହାଇଦ୍ରାବାଦରୁ ଫୁକେଟ୍ ଯାଉଥିବା ଏୟାର ଇଣ୍ଡିଆ ବିମାନର ହାର୍ଡ ଲ୍ୟାଣ୍ଡିଂ: ଭାଙ୍ଗିଲା ନୋଜ୍ ଗିଅର୍

March 11, 2026

ସୂର୍ଯ୍ୟକୁମାର ଯାଦବଙ୍କ ପରେ କିଏ ହେବେ ଟିମ୍ ଇଣ୍ଡିଆର ନୂଆ ଟି-୨୦ ଅଧିନାୟକ?: ଜାଣନ୍ତୁ

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.