Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ବରଗଡ ରୋଡ୍-ନୂଆପଡା ନୂତନ ରେଳପଥ ମଞ୍ଜୁରି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ବରଗଡବାସୀ
ରାଜ୍ୟ ଖବର

ବରଗଡ ରୋଡ୍-ନୂଆପଡା ନୂତନ ରେଳପଥ ମଞ୍ଜୁରି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ବରଗଡବାସୀ

August 29, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ବରଗଡ ରୋଡ୍-ନୂଆପଡା ନୂତନ ରେଳପଥ ମଞ୍ଜୁରି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ବରଗଡବାସୀ

ଭୁବନେଶ୍ବର: ଆଜି ଲୋକସେବା ଭବନଠାରେ ବରଗଡ ଜିଲ୍ଲାର ଏକ ପ୍ରତିନିଧି ମଣ୍ଡଳୀ, ସାଂସଦ ଶ୍ରୀ ପ୍ରଦୀପ ପୁରୋହିତଙ୍କ ନେତୃତ୍ୱରେ ଆସି ବରଗଡ ରୋଡ୍-ନୂଆପଡା ନୂତନ ରେଳପଥ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଧନ୍ୟବାଦ ଦେଇଛନ୍ତି। ଏହି ପ୍ରକଳ୍ପ ପାଇଁ ସେମାନେ ମଧ୍ୟ ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କୁ କୃତଜ୍ଞତା ପ୍ରକାଶ କରିଛନ୍ତି । ସେମାନଙ୍କ ସହିତ ରାଜ୍ୟ ପଞ୍ଚାୟତିରାଜ, ପାନୀୟ ଜଳ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାୟକ ମଧ୍ୟ ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀ ଏହି ନୂତନ ରେଳପଥ ନିର୍ମାଣ ପାଇଁ କେନ୍ଦ୍ର ରେଳ ମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧକ୍ରମେ ଏହି ରେଳ ପ୍ରକଳ୍ପ ମଞ୍ଜୁର ହୋଇଛି। ଉଭୟ ରାଜ୍ୟ ଓ କେନ୍ଦ୍ରରେ ସମାନ ସରକାର ଥିବାରୁ ବର୍ତ୍ତମାନ ଓଡିଶାରେ ଭିତ୍ତିଭୂମି ବିକାଶ ପାଇଁ ଏହା ସମ୍ଭବ ହେଉଛି।

ବରଗଡ ଜିଲ୍ଲାରୁ ଆସିଥିବା ପ୍ରତିନିଧି ମଣ୍ଡଳୀଙ୍କୁ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପ୍ରାୟ ୩ ହଜାର କୋଟି ଟଙ୍କା ପ୍ରକଳ୍ପ ମୂଲ୍ୟରେ ନିର୍ମାଣ ହେବାକୁ ଥିବା ଏହି ରେଳପଥ ବରଗଡ ଜିଲ୍ଲା ଓ ନୂଆପଡା ଜିଲ୍ଲାବାସୀଙ୍କ ଗମନାଗମନ ସୁବିଧା କରିବା ସହିତ ସେମାନଙ୍କ ଅର୍ଥନୈତିକ ଉନ୍ନତି ଆଣିବାରେ ମଧ୍ୟ ସହାୟକ ହେବ। ଏହି ରେଳପଥ ନିର୍ମାଣ ପାଇଁ ଆବଶ୍ୟକୀୟ ଜମି ଅଧିଗ୍ରହଣ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରକାର ସୁବିଧା ଓ ସହଯୋଗ ଯୋଗାଇ ଦିଆଯିବ।

ମୋହନ ଚରଣ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ସୁପର-୮ ରେ ସୁପର ଫ୍ଲପ୍: ଦକ୍ଷିଣ ଆଫ୍ରିକାଠାରୁ ୭୬ ରନରେ ହାରିଲା ଭାରତ

February 22, 2026

ସତ୍ୟାନନ୍ଦ ଦାସ ମହାରାଜଙ୍କ ସ୍ବନକ୍ଷତ୍ରରେ “ଗୁରୁକୃପା ସମ୍ମାନ”ରେ ସମ୍ମାନିତ ହେଲେ ଡଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର

February 22, 2026

ନ୍ୟାୟ ରାଷ୍ଟ୍ର ପରିଚାଳନାରେ ଇଞ୍ଜିନ୍ ସଦୃଶ: ନ୍ୟାୟମୂର୍ତ୍ତି ଶଶିକାନ୍ତ ମିଶ୍ର

February 22, 2026

ଭାରତୀୟ କୃଷି କ୍ଷେତ୍ରରେ ପରିବର୍ତ୍ତନ ଆଣୁଛି ଏଆଇ

February 22, 2026
Latest News

ସୁପର-୮ ରେ ସୁପର ଫ୍ଲପ୍: ଦକ୍ଷିଣ ଆଫ୍ରିକାଠାରୁ ୭୬ ରନରେ ହାରିଲା ଭାରତ

February 22, 2026

ସତ୍ୟାନନ୍ଦ ଦାସ ମହାରାଜଙ୍କ ସ୍ବନକ୍ଷତ୍ରରେ “ଗୁରୁକୃପା ସମ୍ମାନ”ରେ ସମ୍ମାନିତ ହେଲେ ଡଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର

February 22, 2026

ନ୍ୟାୟ ରାଷ୍ଟ୍ର ପରିଚାଳନାରେ ଇଞ୍ଜିନ୍ ସଦୃଶ: ନ୍ୟାୟମୂର୍ତ୍ତି ଶଶିକାନ୍ତ ମିଶ୍ର

February 22, 2026

ଭାରତୀୟ କୃଷି କ୍ଷେତ୍ରରେ ପରିବର୍ତ୍ତନ ଆଣୁଛି ଏଆଇ

February 22, 2026

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ତୃତୀୟ ଆତଙ୍କବାଦୀର ମୃତଦେହ ଉଦ୍ଧାର

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.