Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ସାଉଦି ଆରବରେ ଫସିଛନ୍ତି ୬ ଓଡିଆ, ଉଦ୍ଧାର ପାଇଁ ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମ
ରାଜ୍ୟ ଖବର

ସାଉଦି ଆରବରେ ଫସିଛନ୍ତି ୬ ଓଡିଆ, ଉଦ୍ଧାର ପାଇଁ ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମ

September 10, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ସାଉଦି ଆରବରେ ଫସିଛନ୍ତି ୬ ଓଡିଆ, ଉଦ୍ଧାର ପାଇଁ ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମ

ଭୁବନେଶ୍ବର: ବିଜେପି ରାଷ୍ଟ୍ରୀୟ ଉପସଭାପତି ତଥା କେନ୍ଦ୍ରାପଡ଼ା ସାଂସଦ ଶ୍ରୀଯୁକ୍ତ ବୈଜୟନ୍ତ ପଣ୍ଡା ସାଉଦି ଆରବରେ ଫସିଥିବା ୬ ଜଣ ଓଡିଆଙ୍କ ସମେତ ୮ ଜଣ ଯୁବକଙ୍କୁ ଉଦ୍ଧାର କରି ଭାରତ ଫେରାଇ ଆଣିବା ପାଇଁ ଭାରତୀୟ ରାଷ୍ଟ୍ରଦୂତଙ୍କୁ ହସ୍ତକ୍ଷେପ କରିବାକୁ ଏକ ଚିଠି ଲେଖି ନିବେଦନ କରିଛନ୍ତି।

ଏଠାରେ ସୂଚନାଯୋଗ୍ୟ ଯେ କେନ୍ଦ୍ରାପଡା ଜିଲ୍ଲାର ଭୁଇଁପୁରର ବଳରାମ ସାହୁ, ରାଜନଗରର କ୍ଷୀରୋଦ ନାରାୟଣ ପାତ୍ର, ଖୋର୍ଦ୍ଧା ଜିଲ୍ଲା ଦାମୋଦରପୁର ଗ୍ରାମର ବନମାଳୀ ଖୁଣ୍ଟିଆ, ପଞ୍ଚୁଗାଁର ରଞ୍ଜିତ ବାରିକ, ଅସୁରିପାଟଣା ଗ୍ରାମର ନବଘନ ମହାରଣା, ଗଞ୍ଜାମ ଜିଲ୍ଲା ମୋହନପୁର ଗ୍ରାମର ମନୋଜ କୁମାର ପଲେଇ, ବିହାରରୁ ମହମ୍ମଦ ନୱାବ ଓ ଉତ୍ତର ପ୍ରଦେଶରୁ ମହମ୍ମଦ ଇରଫାନ ଚଳିତ ବର୍ଷ ଏପ୍ରିଲ- ମଇ ମାସରେ ସାଉଦି ଆରବରେ ପାଇପମିସ୍ତ୍ରୀ, ରାଜମିସ୍ତ୍ରୀ ଭାବେ କାମ କରିବାକୁ ଏକ ଏଜେଣ୍ଟଙ୍କ ଜରିଆରେ ଯାଇଥିଲେ କିନ୍ତୁ ସେଠାରେ ପହଞ୍ଚିବା ପରେ  କମ୍ପାନୀ କତ୍ତୃପକ୍ଷ ସେମାନଙ୍କୁ ଅନ୍ୟ କାମରେ ନିୟୋଜିତ କରିଥିଲେ। ୪ ମାସ କାମ କରିଥିଲେ ମଧ୍ୟ ୧ ମାସର ଦରମା ଦେଇ ସହର ଠାରୁ ୭୦ କିଲୋମିଟର ଦୂରରେ ଏକ ପରିତ୍ୟକ୍ତ ଘରେ ରହିବାକୁ ବାଧ୍ୟ କରୁଛନ୍ତି। ବର୍ତ୍ତମାନ ସେମାନେ ବହୁ ଦୁଃଖ କଷ୍ଟରେ ଚଳୁଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି।

ଉପାୟଶୂନ୍ୟ ହୋଇ ପରିବାର ଲୋକ ସେମାନଙ୍କୁ ସ୍ବଦେଶ ଫେରାଇ ଆଣିବା ପାଇଁ ଶ୍ରୀଯୁକ୍ତ ପଣ୍ଡାଙ୍କ ହସ୍ତକ୍ଷେପ ଲୋଡିଥିଲେ। ଏହି ଅନୁରୋଧକ୍ରମେ ଶ୍ରୀଯୁକ୍ତ ପଣ୍ଡା ଭାରତୀୟ ରାଷ୍ଟ୍ରଦୂତଙ୍କ ସହ ଯୋଗାଯୋଗ କରି ଏ ବିଷୟରେ ଅବଗତ କରିବା ସହ ତୁରନ୍ତ ଏ ଦିଗରେ ପଦକ୍ଷେପ ନେଇ ସମସ୍ତଙ୍କୁ ସୁରକ୍ଷିତ ଭାରତ ଫେରାଇ ଆଣିବା ସଙ୍ଗେ ସଙ୍ଗେ ସହାୟତା ଯୋଗାଇଦେବାକୁ ନିବେଦନ କରିଛନ୍ତି।

baijayantpanda ବୈଜୟନ୍ତ ପଣ୍ଡା
Share. Facebook Twitter LinkedIn Email WhatsApp Copy Link

Related Posts

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026

ବନ୍ୟା ମୁକାବିଲା ନିମନ୍ତେ କେନ୍ଦ୍ରର ୨,୧୧୭ କୋଟି ଟଙ୍କା ସହାୟତା, ଓଡ଼ିଶା ପାଇଁ ୫୦୦ କୋଟି

August 1, 2026

ମହାନଦୀ ଜଳ ବିବାଦ, ଆସନ୍ତା ଦୀପାବଳୀ ବେଳକୁ ଶୁଭ ଖବର ମିଳିବ ବୋଲି କହିଲେ ମୁଖ୍ୟମନ୍ତ୍ରୀ

August 1, 2026

ଖୋର୍ଦ୍ଧା ଜିଲ୍ଲାର A1 ଗ୍ରେଡ୍ ପ୍ରାପ୍ତ କୃତୀ ଛାତ୍ରଛାତ୍ରୀ ଓ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା କଲେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

August 1, 2026
Latest News

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026

ଲୋକାର୍ପିତ ହେଲା ‘ନରସିଂହପୁର କ୍ଲଷ୍ଟର ବୁଲେଟିନ’ କୁନି ରିପୋର୍ଟର ଚ୍ୟାନେଲ

August 1, 2026

ବନ୍ୟା ମୁକାବିଲା ନିମନ୍ତେ କେନ୍ଦ୍ରର ୨,୧୧୭ କୋଟି ଟଙ୍କା ସହାୟତା, ଓଡ଼ିଶା ପାଇଁ ୫୦୦ କୋଟି

August 1, 2026

ଯୁବତୀ ଅପହରଣ ମାମଲାରେ ୩ ଯୁବକଙ୍କୁ ନିର୍ଦ୍ଧୁମ ମାଡ଼, ପୋଲିସ ଭୂମିକାକୁ ନେଇ ପ୍ରଶ୍ନ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.