Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ଆଜି ମୋହନ ସରକାରକୁ ପୁରିଲା ୧୦୦ ଦିନ, ପୁରୀରେ ଆୟୋଜିତ ହେଉଛି ବଡ କାର୍ଯ୍ୟକ୍ରମ
ରାଜ୍ୟ ଖବର

ଆଜି ମୋହନ ସରକାରକୁ ପୁରିଲା ୧୦୦ ଦିନ, ପୁରୀରେ ଆୟୋଜିତ ହେଉଛି ବଡ କାର୍ଯ୍ୟକ୍ରମ

September 19, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଆଜି ମୋହନ ସରକାରକୁ ପୁରିଲା ୧୦୦ ଦିନ, ପୁରୀରେ ଆୟୋଜିତ ହେଉଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ବର: ଆଜି ବିଜେପି ରାଜ୍ୟରେ ସରକାର ଗଠନ କରିବାର ୧୦୦ ଦିନରେ ପହଞ୍ଚିଛି। ଏହି ଉପଲକ୍ଷେ ପୁରୀରେ ଆଜି ବିରାଟ ସମାବେଶର ଆୟୋଜନ କରାଯାଇଛି। ଶରଧାବାଲିଠାରେ ରାଜ୍ୟ ସରକାରଙ୍କ ତରଫରୁ ଆୟୋଜିତ ଏହି କାର୍ଯ୍ୟକ୍ରମର ନାଁ ରଖାଯାଇଛି ପ୍ରଗତିର ନୂଆ ସୂର୍ଯ୍ୟୋଦୟ। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଯୋଗଦେଇ ଏହାକୁ ଉଦଘାଟନ କରିବେ। ଏହି କାର୍ଯ୍ୟକ୍ରମରେ ସମସ୍ତ ମନ୍ତ୍ରୀ, ବିଧାୟକ ଓ ସାଂସଦ ଯୋଗଦେବେ।

ଗତକାଲି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଏକ ସାମ୍ବାଦିକ ସମ୍ମିଳନୀ କରି ୧୦୦ ଦିନର ହିସାବ ଦେଇଥିଲେ। ସେ କହିଥିଲେ ଯେ, ରାଜ୍ୟରେ ବିଜେପି ଏକାକୀ ସରକାର ଗଠନ କରିବାର ମାତ୍ର ୧୦୦ ଦିନ ଭିତରେ ଅନେକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇ ଓଡ଼ିଶାବାସୀଙ୍କ ପ୍ରିୟଭାଜନ ହୋଇପାରିଛି। ଭକ୍ତଙ୍କ ପାଇଁ ପୁରୀ ଶ୍ରୀମନ୍ଦିରର ୪ ଦ୍ୱାର ଖୋଲାଯାଇଛି। ରତ୍ନଭଣ୍ଡାର ଖୋଲାଯାଇଛି। ଶ୍ରୀମନ୍ଦିର ପାଇଁ ୫୦୦ କୋଟି ଟଙ୍କା, ଓଡିଆ ଅସ୍ମିତା ପାଇଁ ୨୦୦ କୋଟି ଟଙ୍କାର କର୍ପସ ଫଣ୍ଡ ଗଠନ କରାଯାଇଛି।ନିର୍ମାଣ ଶ୍ରମିକଙ୍କ ଦୁର୍ଘଟଣାଜନିତ ମୃତ୍ୟୁ ପାଇଁ ୪ ରୁ ୬ ଲକ୍ଷ ଟଙ୍କା ଓ ସ୍ୱାଭାବିକ ମୃତ୍ୟୁ ପାଇଁ ୨ ରୁ ୩ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି।

୮୦ ବର୍ଷ ବୟସ୍କ ଏବଂ ୮୦ ପ୍ରତିଶତ ଦିବ୍ୟାଙ୍ଗଙ୍କୁ ମାସିକ ୩୫୦୦ ଟଙ୍କା ପେନସନ ବ୍ୟବସ୍ଥା କରିସାରିଛୁ। ଶିକ୍ଷା କ୍ଷେତ୍ରରେ ଆଦିବାସୀ ଛାତ୍ରଛାତ୍ରୀ ଡ୍ରପଆଉଟ ହ୍ରାସ ପାଇଁ ମାଧୋ ସିଂହ ହାତ ଖର୍ଚ୍ଚ ଯୋଜନାରେ ପ୍ରତ୍ୟେକ ଛାତ୍ରଛାତ୍ରୀଙ୍କୁ ବାର୍ଷିକ ୫୦୦୦ ଟଙ୍କା ବ୍ୟବସ୍ଥା କରାଯାଇଛି ।

ଲୋକସେବା ଭବନ ଏବଂ ବିଧାନସଭାକୁ ସାମ୍ବାଦିକଙ୍କ ପ୍ରବେଶ ପାଇଁ ନିଷ୍ପତି ନିଆଯାଇଛି । “ଆମ ସରକାର – ଲୋକଙ୍କ ସରକାର” ଜନଶୁଣାଣୀକୁ ଅଗ୍ରାଧିକାର ଦେଇଛି । କୃଷି କ୍ଷେତ୍ରରେ ଚଳିତ ବଜେଟ୍‌ରେ “ସିଏମ କିଶାନ ସମ୍ମାନ ଯୋଜନା”ରେ ୪୬ ଲକ୍ଷ ଚାଷୀଙ୍କୁ ୨୦୦୦ ଟଙ୍କାର ପ୍ରଥମ କିସ୍ତି ପ୍ରଦାନ କରାଯାଇଛି। ଚାଷୀମାନେ ଧାନ କ୍ୱିଂଇଟାଲ ପିଛା ଓଡିଶାରେ ୩୧ଶହ ଟଙ୍କା ପାଇବେ ନିଷ୍ପତି ହୋଇସାରିଛି। ଜଳସେଚନ ବ୍ୟବସ୍ଥାକୁ ସୁଦୃଢ କରାଯିବ।

ପ୍ରତ୍ୟେକ ସବଡିଭିଜନରେ ଶୀତଳ ଭଣ୍ଡାର କରାଯିବ। ଖାଲି ପଡିଥିବା ୧୬୦୦୦ ଶିକ୍ଷକ ପଦବୀ ପୂରଣ ପାଇଁ ବଜେଟ୍‌ରେ ବ୍ୟବସ୍ଥା ହୋଇଛି। ଠେଲା ଦୋକାନୀଙ୍କଠାରୁ ଆରମ୍ଭ କରି କ୍ଷୁଦ୍ର ବ୍ୟବସାୟୀ ଓ ଚାଷୀଙ୍କ ବିକାଶକୁ ଗୁରତ୍ୱ ଦିଆଯାଇଛି। ବହୁ ପ୍ରତିକ୍ଷିତ ସୁଭଦ୍ରା ଯୋଜନାକୁ ଗତ କାଲି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ନିଜ ଜନ୍ମଦିନରେ ଶୁଭାରମ୍ଭ କରିଛନ୍ତି ଏବଂ ଏହି ଯୋଜନାରେ ରାଜ୍ୟର ୧ କୋଟିରୁ ଊର୍ଦ୍ଧ୍ୱ ମହିଳାଙ୍କୁ ଅନ୍ତର୍ଭୁକ୍ତ କରାଯିବ।

୧୦୦ ଦିନର ସଂକଳ୍ପ ପତ୍ରରେ ଯେଉଁ ଯେଉଁ ନିଷ୍ପତି ନିଆଯାଇଛି ସେ ସବୁର କାର୍ଯ୍ୟାନ୍ୱୟନ ଆରମ୍ଭ ହୋଇସାରିଛି । କେନ୍ଦ୍ରସରକାରଙ୍କ ଅନୁଦାନକୁ ସଠିକ୍ ଭାବେ ବିନିଯୋଗ କରି ଦେଶ ଓ ରଜ୍ୟର ବିକାଶ କରାଯିବ ବୋଲି ଶ୍ରୀ ସାମଲ କହିଛନ୍ତି।ଏହି ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ଉପସଭାପତି ବିରଂଚି ନାରାୟଣ ତ୍ରିପାଠୀ, ରାଜ୍ୟ ମୁଖପାତ୍ର ଦିଲୀପ ମଲ୍ଲିକ ଓ ସତ୍ୟବ୍ରତ ପଣ୍ଡା, ଗଣମାଧ୍ୟମ ରାଜ୍ୟ ସଂଯୋଜକ ସୁଜିତ କୁମାର ଦାସ ପ୍ରମୁଖ ଉପସ୍ଥିତ ଥିଲେ।

100 Days bjp govt ବିଜେପି ସରକାର
Share. Facebook Twitter LinkedIn Email WhatsApp Copy Link

Related Posts

ବଲାଙ୍ଗୀରରୁ ଅପହରଣ, ଭୁବନେଶ୍ୱରରୁ ଉଦ୍ଧାର: ବ୍ୟବସାୟୀଙ୍କୁ ନେଇ ରହସ୍ୟ ଘେରରେ ଅପହରଣ ମାମଲା

August 15, 2026

ରେଙ୍ଗାଳି ଡ୍ୟାମ୍‌ର ୩ ଗେଟ୍‌ ଖୋଲା: ତଳମୁଣ୍ଡରେ ବନ୍ୟା ଆଶଙ୍କା

August 15, 2026

ସେଲଫି ନେବା ବେଳେ ଘଟିଲା ଅଘଟଣ: ପୋଲ ତଳକୁ ଖସିପଡ଼ିଲେ ଯୁବତୀ

August 15, 2026

ଗଂଜାମ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସରେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଅଭିଭାଷଣ ଦେଇ କହିଲେ..

August 15, 2026
Latest News

କେଏଲ ରାହୁଲଙ୍କ ଆଘାତ ସମ୍ପର୍କରେ ବଡ଼ ଅପଡେଟ୍: ଜାଣନ୍ତୁ କ’ଣ କହିଲେ ବ୍ୟାଟିଂ ପ୍ରଶିକ୍ଷକ?

August 16, 2026

୨୦୨୭ ଦିନିକିଆ ବିଶ୍ୱକପ୍ ତାରିଖ ପ୍ରକାଶ: ମହାତ୍ମା ଗାନ୍ଧୀଙ୍କ ସହ ରହିଛି ସଂଯୋଗ

August 16, 2026

ଜାଣନ୍ତୁ ଅଗଷ୍ଟ ୧୬ ର ରାଶିଫଳ: ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ହଠାତ ପାଇବେ ଶୁଭ ଖବର

August 16, 2026

ବଲାଙ୍ଗୀରରୁ ଅପହରଣ, ଭୁବନେଶ୍ୱରରୁ ଉଦ୍ଧାର: ବ୍ୟବସାୟୀଙ୍କୁ ନେଇ ରହସ୍ୟ ଘେରରେ ଅପହରଣ ମାମଲା

August 15, 2026

ରେଙ୍ଗାଳି ଡ୍ୟାମ୍‌ର ୩ ଗେଟ୍‌ ଖୋଲା: ତଳମୁଣ୍ଡରେ ବନ୍ୟା ଆଶଙ୍କା

August 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.