Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ପିପିଲିରେ ସ୍ୱଚ୍ଛତା ହିଁ ସେବା ସମ୍ପର୍କିତ ଦୁଇଦିନିଆ ଫଟୋଚିତ୍ର ପ୍ରଦର୍ଶନୀ ଉଦଘାଟିତ
ରାଜ୍ୟ ଖବର

ପିପିଲିରେ ସ୍ୱଚ୍ଛତା ହିଁ ସେବା ସମ୍ପର୍କିତ ଦୁଇଦିନିଆ ଫଟୋଚିତ୍ର ପ୍ରଦର୍ଶନୀ ଉଦଘାଟିତ

September 28, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ପିପିଲିରେ ସ୍ୱଚ୍ଛତା ହିଁ ସେବା ସମ୍ପର୍କିତ ଦୁଇଦିନିଆ ଫଟୋଚିତ୍ର ପ୍ରଦର୍ଶନୀ ଉଦଘାଟିତ

ଭୁବନେଶ୍ୱର: ୨୦୧୪ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ଆରମ୍ଭ ହୋଇଥିବା ‘ସ୍ୱଚ୍ଛ ଭାରତ ଅଭିଯାନ’କୁ ଇତିମଧ୍ୟରେ ୧୦ବର୍ଷ ପୂର୍ତ୍ତି ହେବାକୁ ଯାଉଥିବା ବେଳେ ଚଳିତବର୍ଷ ଗାନ୍ଧୀ ଜୟନ୍ତୀର ଅବ୍ୟବହିତ ପୂର୍ବରୁ ସମଗ୍ର ଦେଶରେ ପାଳନ ହେଉଛି ‘ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ’ ।

ଏହିକ୍ରମରେ ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ(ସିବିସି) ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ଶୁକ୍ରବାର ‘ସ୍ୱଚ୍ଛତା ହିଁ ସେବା’ ସମ୍ପର୍କିତ ଦୁଇଦିନିଆ କାର୍ଯ୍ୟକ୍ରମ ଉଦଘାଟିତ ହୋଇଯାଇଛି। ପୁରୀ ଜିଲ୍ଲା ପିପିଲି ବ୍ଲକ୍ ସମପୁର ପଞ୍ଚାୟତ କଲ୍ୟାଣ ମଣ୍ଡପଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବରେ ପୁରୀ ସାଂସଦ ଡାକ୍ତର ସମ୍ବିତ ପାତ୍ର ଯୋଗଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଛନ୍ତି।

ସମ୍ମାନିତ ଅତିଥି ଭାବରେ ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ ଯୋଗ ଦେଇଥିଲେ। ଏହି ଅବସରରେ ସ୍ୱଚ୍ଛ ଭାରତ ଅଭିଯାନ ଉପରେ ଆୟୋଜିତ ଏକ ସ୍ୱତନ୍ତ୍ର ଫଟୋଚିତ୍ର ପ୍ରଦର୍ଶନୀ ଉଦଘାଟିତ ହୋଇଥିଲା । ଉପସ୍ଥିତ ସମସ୍ତ ଅଂଶଗ୍ରହଣକାରୀଙ୍କୁ ସ୍ୱଚ୍ଛତା ଶପଥ ପାଠ ମଧ୍ୟ କରାଯାଇଥିଲା।

କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ମୁଖ୍ୟ ଅତିଥି ଡା. ପାତ୍ର କହିଥିଲେ, ବିଗତ ୧୦ ବର୍ଷ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ‘ସ୍ୱଚ୍ଛ ଭାରତ ଅଭିଯାନ’ ଦେଶରେ ଏକ ବୈପ୍ଳବିକ ପରିବର୍ତ୍ତନ ଆଣିପାରିଛି। ଅଭିଯାନ ଅଧୀନରେ ଦେଶରେ ୧୨ କୋଟି ଶୌଚାଳୟ ନିର୍ମାଣ କରାଯାଇଛି।

ପୁରୀ ଭଳି ପ୍ରସିଦ୍ଧ ପର୍ଯ୍ୟଟନ ଏବଂ ଧାର୍ମିକ ଗୁରୁତ୍ୱ ବହନ କରୁଥିବା କ୍ଷେତ୍ରରେ ସ୍ୱଚ୍ଛତା ବଜାୟ ରଖିବା ଉପରେ ସାଂସଦ ଡା. ପାତ୍ର ଗୁରୁତ୍ୱାରୋପ କରିଛନ୍ତି। ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ କହିଛନ୍ତି, ଆଗାମୀ ଦିନରେ ପିପିଲି ବ୍ଲକ୍ ସମେତ ସ୍ଥାନୀୟ ଅଞ୍ଚଳରେ ଏହି କାର୍ଯ୍ୟକ୍ରମକୁ ଆହୁରି ବ୍ୟାପକ କରାଯିବ।

ଏଥିପାଇଁ ସେ ଉପସ୍ଥିତ ଜନସାଧାରଣଙ୍କ ସହଯୋଗ ଲୋଡ଼ିଛନ୍ତି। ଭୁବନେଶ୍ୱର କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ ଏବଂ ପତ୍ର ସୂଚନା କାର୍ଯ୍ୟାଳୟ ଅତିରିକ୍ତ ମହାନିର୍ଦ୍ଦେଶକ ଅଖିଳ କୁମାର ମିଶ୍ର କାର୍ଯ୍ୟକ୍ରମର ଲକ୍ଷ୍ୟ ଏବଂ ଉଦ୍ଦେଶ୍ୟ ସମ୍ପର୍କରେ ମତବ୍ୟକ୍ତ କରିଥିଲେ। କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ସମପୁର ସରପଞ୍ଚ ଝରଣା ବରାଳ, ବିଶିଷ୍ଟ ସାମାଜିକ କର୍ମୀ ଜ୍ୟୋତିକାନ୍ତ ମହାପାତ୍ର ପ୍ରମୁଖ ଅଭିଭାଷଣ ପ୍ରଦାନ କରିଥିଲେ।

ସିବିସି ଭୁବନେଶ୍ୱରର ନିର୍ଦ୍ଦେଶକ ଡକ୍ଟର ଗିରିଶ ଚନ୍ଦ ଦାସ ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିବା ବେଳେ କ୍ଷେତ୍ର ପ୍ରଦର୍ଶନୀ ଅଧିକାରୀ ମହେନ୍ଦ୍ର ପ୍ରସାଦ ଜେନା ଧନ୍ୟବାଦ ଅର୍ପଣ କରିଥିଲେ। କ୍ଷେତ୍ର ପ୍ରଚାର ଅଧିକାରୀ ସସ୍ମିତା ପାଇକରାୟ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

CBC ପିଆଇବି ଫଟୋଚିତ୍ର ପ୍ରଦର୍ଶନୀ ସିବିସି ସ୍ୱଚ୍ଛତା ହିଁ ସେବା
Share. Facebook Twitter LinkedIn Email WhatsApp Copy Link

Related Posts

ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

March 12, 2026

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026

କଂଗ୍ରେସକୁ ବାହୁଡ଼ିଲେ ନିମାପଡାର ବରିଷ୍ଠ ନେତା ସତ୍ୟବ୍ରତ ପାତ୍ର

March 11, 2026

ପଦ୍ମ ଧରିଲେ ରବୀନ୍ଦ୍ର ଜେନା: ଗତକାଲି ବିଜେଡ଼ି ରୁ ଦେଇଥିଲେ ଇସ୍ତଫା

March 11, 2026
Latest News

ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

March 12, 2026

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026

ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବଡ଼ ଘୋଷଣା: ୮୧ ଦିନ ପାଇଁ କରିବେ ଉତ୍ତର ପ୍ରଦେଶ ପରିକ୍ରମା

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.