
ଭୁବନେଶ୍ବର: ଦୁଇଟି ସୋମବାରରେ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରହିବ। ଏ ନେଇ ସରକାରଙ୍କ ତରଫରୁ ସୂଚନା ପ୍ରଦାନ କରାଯାଇଛି। ସେହି ଅନୁସାରେ ଆସନ୍ତା ନଭେମ୍ବର ୧୮ ତାରିଖ (ସୋମବାର ) ଏବଂ ନଭେମ୍ବର ୨୫ ତାରିଖ (ସୋମବାର ) ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବୋଲି କୁହାଯାଇଛି।
ଏହି ଦିନମାନଙ୍କରେ ୟୁନିଟ-୫, ଭୁବନେଶ୍ୱରସ୍ଥିତ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ଏ ନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ପ୍ରଦାନ କରାଯାଇଛି।