Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ପୁଣି ଆରମ୍ଭ ହେଲା ଅଭିଯୋଗ ଶୁଣାଣି, ମୁଖ୍ୟମନ୍ତ୍ରୀ ଶୁଣିଲେ ଲୋକଙ୍କ ଅଭିଯୋଗ, ଦେଲେ ସମାଧାନର ପ୍ରତିଶ୍ରୁତି
ରାଜ୍ୟ ଖବର

ପୁଣି ଆରମ୍ଭ ହେଲା ଅଭିଯୋଗ ଶୁଣାଣି, ମୁଖ୍ୟମନ୍ତ୍ରୀ ଶୁଣିଲେ ଲୋକଙ୍କ ଅଭିଯୋଗ, ଦେଲେ ସମାଧାନର ପ୍ରତିଶ୍ରୁତି

December 16, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଆସନ୍ତା ସୋମବାରରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି
ଆସନ୍ତା ସୋମବାରରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ବର: ଲୋକଙ୍କ ମୁଖ୍ୟମନ୍ତ୍ରୀଙ୍କ ଲୋକଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଆଜି ଥିଲା ଷଷ୍ଠ ପାଳି। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଦାୟିତ୍ୱ ନେବା ପରଠାରୁ ସବୁ ସମୟରେ ସାଧାରଣ ଲୋକଙ୍କୁ ଭେଟିବା, ସେମାନଙ୍କ ସୁଖଦୁଃଖ ଶୁଣିବା ସହିତ ସେମାନଙ୍କ ସମସ୍ୟାର ସମାଧାନ ଉପରେ ଗୁରୁତ୍ୱ ଦେଇ ଆସିଛନ୍ତି।

ଅଭିଯୋଗ ଗୁଡିକ ମଧ୍ୟରେ ଅଧିକାଂଶ ଅଭିଯୋଗ ଘର, ଭତ୍ତା ଓ ଅନ୍ୟାନ୍ୟ ମୌଳିକ ସମସ୍ୟା ରହୁଥିବାରୁ ମୁଖ୍ୟମନ୍ତ୍ରୀ ଏଗୁଡିକୁ ତୁରନ୍ତ ସମାଧାନ କରିବା ପାଇଁ ଉପସ୍ଥିତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେବା ସହିତ ପ୍ରଶାସନ ପକ୍ଷରୁ ଏହି ସବୁ ସମସ୍ୟାଗୁଡିକୁ ତୃଣମୂଳ ସ୍ତରରେ ସମାଧାନ କରିବା ଉପରେ ଗୁରୁତ୍ୱ ଆରୋପ କରିଥିଲେ।

ଦିବ୍ୟାଙ୍ଗ ମାନଙ୍କ ସମସ୍ୟା ଉପରେ ମୁଖ୍ୟମନ୍ତ୍ରୀ ସବୁବେଳେ ପ୍ରାଥମିକତା ଦେଇଥାନ୍ତି। ସେମାନଙ୍କ ଅଭଯୋଗକୁ ସେ ପ୍ରଥମେ ଶୁଣାଣି କରିଥାନ୍ତି। ଆଜି ମୁଖ୍ୟମନ୍ତ୍ରୀ ପ୍ରଥମେ ୩୦ଜଣ ଭିନ୍ନକ୍ଷମ ବ୍ୟକ୍ତିଙ୍କ ଅଭିଯୋଗ ଶୁଣିଲେ । ପ୍ରତ୍ୟେକ ଭିନ୍ନକ୍ଷମ ବ୍ୟକ୍ତିଙ୍କ ପାଖକୁ ମୁଖ୍ୟମନ୍ତ୍ରୀ ନିଜେ ଯାଇ ସେମାନଙ୍କ ସମସ୍ୟା ଶୁଣିଥିଲେ ଏବଂ ସମାଧାନ ପାଇଁ ମଧ୍ୟ ଉପସ୍ଥିତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ମୁଖ୍ୟମନ୍ତ୍ରୀଙ୍କ ଏହି ସହୃଦୟତାପୂର୍ଣ୍ଣ ବ୍ୟବହାରରେ ଭିନ୍ନକ୍ଷମ ଅଭିଯୋଗକାରୀମାନେ ଆଶା ଓ ଭରସା ସହିତ ଆନନ୍ଦ ମନରେ ଫେରିଥିଲେ। କେନ୍ଦୁଝରରୁ ସ୍ୱାସ୍ଥ୍ୟ ସମସ୍ୟା ନେଇ ଆସିଥିବା ପ୍ରେମଲତା ନନ୍ଦ, ସୋରରୁ ସୋସାଇଟି ଋଣ ସମସ୍ୟା ନେଇ ଆସିଥିବା ପୁରୁଷୋତ୍ତମ ମହାନ୍ତି, ଧର୍ମଶାଳାରୁ ଜମିଜମା ସମସ୍ୟା ନେଇ ଆସିଥିବା ରଘୁନାଥ ମିଶ୍ର ପ୍ରମୁଖ ସମସ୍ତେ ସମାଧାନର ଆଶା ନେଇ ଖୁସି ମନରେ ଫେରିଥିଲେ।

ଆଜି ପ୍ରାୟ ୧୦୦୦ ଜଣ ଲୋକ ଅଭିଯୋଗ ଶୁଣାଣି ପାଇଁ ପଞ୍ଜିକରଣ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଶ୍ରୀ ମୁକେଶ ମହାଲିଙ୍ଗ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ସମବାୟ ମନ୍ତ୍ରୀ ଶ୍ରୀ ପ୍ରଦୀପ ବଳସାମନ୍ତ, ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଶ୍ରୀ ଗଣେଶରାମ ଖୁଣ୍ଟିଆ ଏବଂ ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ଶ୍ରୀ ରବିନାରାୟଣ ନାୟକ ପ୍ରମୁଖ ଉପସ୍ଥିତ ରହି ଅଭିଯୋଗ ଶୁଣିଥିଲେ।

ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଦେଓରଞ୍ଜନ କୁମାର ସିଂହ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

ମୁଖ୍ୟମନ୍ତ୍ରୀ ଅଭିଯୋଗ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ
Share. Facebook Twitter LinkedIn Email WhatsApp Copy Link

Related Posts

ଡିଜିଟାଲ୍ ସଂଯୋଗୀକରଣ ଏବଂ ଗ୍ରାହକ ସେବା ପ୍ରତି ବିଏସଏନଏଲ ଓଡ଼ିଶା ରହିଛି ସଂକଳ୍ପବଦ୍ଧ

October 2, 2026

ଜମାଖୋରୀ ରୋକିବାକୁ ଚିନି ମହଜୁଦ ନିୟମରେ ସଂଶୋଧନ କଲେ ସରକାର

October 2, 2026

ପାର୍ବଣ ଋତୁରେ ସାବଧାନ!: ଏହା ଉପରେ ସମ୍ପୂର୍ଣ୍ଣ ନିଷିଦ୍ଧ ଘୋଷଣା କଲା ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ

October 2, 2026

ଗୋଦାବାରୀଶ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା ତରଫରୁ ନିଶା ମୁକ୍ତି ଅଭିଯାନ

October 2, 2026
Latest News

ଦେଶର ଅର୍ଥନୀତିରେ ନୂଆ ରେକର୍ଡ: ସେପ୍ଟେମ୍ବରରେ ୨ ଲକ୍ଷ କୋଟି ଟପିଲା ଜିଏସ୍‌ଟି ସଂଗ୍ରହ

October 2, 2026

୨୦୦୮ ଅହମଦାବାଦ ବିସ୍ଫୋରଣ ମାମଲା: ମୁଜାହିଦିନ୍ ଆତଙ୍କୀର ମୃତ୍ୟୁଦଣ୍ଡ ଉପରେ ସୁପ୍ରିମକୋର୍ଟଙ୍କ ସ୍ଥଗିତାଦେଶ

October 2, 2026

ଜଳ ଯୋଦ୍ଧାମାନଙ୍କୁ ଆତିଥ୍ୟ ପ୍ରଦାନ କଲେ କେନ୍ଦ୍ର ଜଳ ଶକ୍ତି

October 2, 2026

ହୱାଲା ଜରିଆରେ ଆସିଥିଲା ୯ କୋଟି: ୟାସିନ୍ ମଲିକଙ୍କ ସମେତ ୭ ଜଣଙ୍କ ବିରୋଧରେ ଚାର୍ଜଫ୍ରେମ୍ ନିର୍ଦ୍ଦେଶ

October 2, 2026

୫୭ତମ ଆନ୍ତର୍ଜାତିକ ଫିଲ୍ମ ଫେଷ୍ଟିଭାଲ: ମିଡିଆ ପ୍ରତିନିଧିଙ୍କ ପାଇଁ ଆକ୍ରିଡିଟେସନ୍‍ ଆବେଦନ ଉନ୍ମୁକ୍ତ

October 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.