Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ବିଜେଡି, କଂଗ୍ରେସ ଛାଡ଼ି ବିଜେପିରେ ଯୋଗଦେଲେ ତିନିଟି ଜିଲାର ବ୍ଲକ ଅଧ୍ୟକ୍ଷା, ସରପଂଚ, ସମିତି ସଭ୍ୟ 
ରାଜ୍ୟ ଖବର

ବିଜେଡି, କଂଗ୍ରେସ ଛାଡ଼ି ବିଜେପିରେ ଯୋଗଦେଲେ ତିନିଟି ଜିଲାର ବ୍ଲକ ଅଧ୍ୟକ୍ଷା, ସରପଂଚ, ସମିତି ସଭ୍ୟ 

December 16, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବିଜେଡି, କଂଗ୍ରେସ ଛାଡ଼ି ବିଜେପିରେ ଯୋଗଦେଲେ ତିନିଟି ଜିଲାର ବ୍ଲକ ଅଧ୍ୟକ୍ଷା, ସରପଂଚ, ସମିତି ସଭ୍ୟ 

ଭୁବନେଶ୍ୱର: ବିଜେଡି, କଂଗ୍ରେସ ଛାଡି କୋରାପୁଟ, କଟକ ଓ ଯାଜପୁର ଜିଲାର ବ୍ଲକ ଅଧ୍ୟକ୍ଷା, ଜିଲା ବିଜେଡି ଉପସଭାପତିଙ୍କ ସମେତ ବହୁ ସରପଂଚ ଓ ଏସ୍‌ଡିସି ସଦସ୍ୟ ବିଜେପିରେ ସାମିଲ ହୋଇଛନ୍ତି । ଏହି ପରିପ୍ରେକ୍ଷୀରେ କୋରାପୁଟର ଜୟପୁର ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ତିଳୋତମା ମୁଦୁଲିଙ୍କ ନେତୃତ୍ୱରେ ସରପଂଚ ଶ୍ରୀ ଆନନ୍ଦ ହାଲୁଆ, ଶ୍ରୀ ଟଙ୍କଧର ହାଲୁଆଙ୍କ ସମେତ ୧୩ ସରପଂଚ, ୧୪ ସମିତି ସଭ୍ୟ ଓ ୧୧ ଜଣ ଏସ୍‌ଡିସି (ସ୍ପେଶାଲ ଡେଭଲପମେଂଟ୍ କାଉନ୍‌ସିଲ) ସଦସ୍ୟ ବିଜେପିରେ ସାମିଲ ହୋଇଛନ୍ତି ।

ସେହିପରି କଟକ ଜିଲା ବିଜେଡି ଉପସଭାପତି ତଥା ପୂର୍ବତନ ସରପଂଚ, ସମିତି ସଭ୍ୟ, ଆତ୍ମା କମିଟି ଅଧ୍ୟକ୍ଷ ଆଦିତ୍ୟ ପାଣିଙ୍କ ନେତୃତ୍ୱରେ ସରପଂଚ ପ୍ରତିମା ମଲ୍ଲିକଙ୍କ ୱାର୍ଡ ସଭ୍ୟ ପ୍ରଫୁଲ୍ଲ କୁମାର ସାହୁ, ପ୍ରଶାନ୍ତ ସାହୁ, ଗୋବିନ୍ଦ ଚନ୍ଦ୍ର ବେହେରା, ରୀନା ସ୍ୱାଇଁ ସମେତ ୫୦ରୁ ଊର୍ଦ୍ଧ୍ୱ କର୍ମକର୍ତା ବିଜେପିରେ ଯୋଗଦେଇଛନ୍ତି ।

ଯାଜପୁର ଜିଲାର ଚିଟାଳୋ ପଂଚାୟତର ପୂର୍ବତନ ସରପଂଚ ଦିଲୀପ ମହାନ୍ତି, ପୂର୍ବତନ ପଂଚାୟତ ସମିତି ସଭ୍ୟ ନିରୁପମା ସେଠୀଙ୍କ ସମେତ ଶତାଧିକ ବିଜେଡି ଓ କଂଗ୍ରେସ କର୍ମୀ ବିଜେପିରେ ସାମଲ ହୋଇଛନ୍ତି ।

ସମସ୍ତ ନୂତନ କର୍ମକର୍ତାଙ୍କୁ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଟୋପି ଓ ଉତରୀୟ ପ୍ରଦାନ କରି ସ୍ୱାଗତ ଜଣାଇଥିଲେ । ଏହି ମିଶ୍ରଣ ପର୍ବରେ ନିଆଳି ବିଧାୟକ ଛବି ମଲ୍ଲିକ, ପୂର୍ବତନ ବିରୋଧୀ ଦଳନେତା ପ୍ରଦୀପ୍ତ ନାୟକ, ରାଜ୍ୟ ଉପସଭାପତି ବିରଂଚି ନାରାୟଣ ତ୍ରିପାଠୀ, ଓବିସି ମୋର୍ଚ୍ଚା ରାଜ୍ୟ ସଭାପତି ସୁରତ ବିଶ୍ୱାଳ, ସ୍ୱଚ୍ଛ ଭାରତ ଅଭିଯାନର ରାଜ୍ୟ ସଂଯୋଜକ ମହେଶ ମହାନ୍ତି, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ସୁକାନ୍ତ ବିଶ୍ୱାଳ, ଯାଜପୁର ଜିଲା ସଭାପତି ଗୌତମ ରାୟ, ଯାଜପୁର ଜିଲାର ବରିଷ୍ଠ ନେତା ସୁବାଷ ମହାନ୍ତି, ମଣ୍ଡଳ ସଭାପତି ଶ୍ରୀନିବାସ ପରିଡ଼ା, ଶିକ୍ଷକ ସେଲର ରାଜ୍ୟ ସଂଯୋଜକ ଲକ୍ଷ୍ମୀକାନ୍ତ ମିଶ୍ର, ଯୁବମୋର୍ଚ୍ଚା ରାଜ୍ୟ ସଂଯୋଜକ ସୁଜିତ୍ ସିଂ ପ୍ରମୁଖ ଉପସ୍ଥିତ ଥିଲେ ।

ବିଜେପି ମିଶ୍ରଣ ବିଜେପି ମିଶ୍ରଣ ପର୍ବ
Share. Facebook Twitter LinkedIn Email WhatsApp Copy Link

Related Posts

କପା ଉପରେ ଆମଦାନୀ ଶୁଳ୍କ ୩୦ ସେପ୍ଟେମ୍ବର ପର୍ଯ୍ୟନ୍ତ ଛାଡ କଲେ ସରକାର

August 20, 2025

ଆଦି କର୍ମଯୋଗୀ ଅଭିଯାନ : ଉତ୍ତରଦାୟୀ ଶାସନ ବ୍ୟବସ୍ଥା

August 20, 2025

ଭଦ୍ରକ ଜିଲ୍ଲାର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଲେ ରାଜ୍ୟପାଳ

August 20, 2025

ଇଣ୍ଟରଗ୍ରୁପ୍ ସୈନିକସ୍କୁଲ କ୍ରୀଡ଼ା ଓ ସାଂସ୍କୃତିକ ପ୍ରତିଯୋଗିତା ଉଦଘାଟିତ

August 20, 2025
Latest News

କପା ଉପରେ ଆମଦାନୀ ଶୁଳ୍କ ୩୦ ସେପ୍ଟେମ୍ବର ପର୍ଯ୍ୟନ୍ତ ଛାଡ କଲେ ସରକାର

August 20, 2025

ଆଦି କର୍ମଯୋଗୀ ଅଭିଯାନ : ଉତ୍ତରଦାୟୀ ଶାସନ ବ୍ୟବସ୍ଥା

August 20, 2025

ଭଦ୍ରକ ଜିଲ୍ଲାର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଲେ ରାଜ୍ୟପାଳ

August 20, 2025

ଇଣ୍ଟରଗ୍ରୁପ୍ ସୈନିକସ୍କୁଲ କ୍ରୀଡ଼ା ଓ ସାଂସ୍କୃତିକ ପ୍ରତିଯୋଗିତା ଉଦଘାଟିତ

August 20, 2025

ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା: ୱାର୍ଣ୍ଣିଂ ଜାରି

August 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.