Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ସଂକଳ୍ପ ପଦଯାତ୍ରା ଶେଷ ହେବା ପରେ କଣ କହିଲେ କଂଗ୍ରେସ ସଭାପତି ଭକ୍ତ ଦାସ
ରାଜ୍ୟ ଖବର

ସଂକଳ୍ପ ପଦଯାତ୍ରା ଶେଷ ହେବା ପରେ କଣ କହିଲେ କଂଗ୍ରେସ ସଭାପତି ଭକ୍ତ ଦାସ

February 21, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ସଂକଳ୍ପ ପଦଯାତ୍ରା
ସଂକଳ୍ପ ପଦଯାତ୍ରା ଶେଷ ହେବା ପରେ କଣ କହିଲେ କଂଗ୍ରେସ ସଭାପତି ଭକ୍ତ ଦାସ

ଭୁବନେଶ୍ୱର: ଓଡ଼ିଶା ପ୍ରଦେଶ କଂଗ୍ରେସର ନୂତନ ସଭାପତି ଭକ୍ତ ଚରଣ ଦାସ ଦଳର ଦାୟିତ୍ୱ ନେବା ପରେ ଭୁବନେଶ୍ୱରରୁ ପୁରୀ ପର୍ଯ୍ୟନ୍ତ ସଂକଳ୍ପ ପଦଯାତ୍ରା କରିଥିଲେ । ଲକ୍ଷ ଲକ୍ଷ ସମର୍ଥକଙ୍କ ସହିତ ଲଗାତାର ତିନିଦିନ ଧରି ପାଦରେ ଚାଲିଚାଲି ଶ୍ରୀକ୍ଷେତ୍ରକୁ ଯିବା ବାଟରେ କଂଗ୍ରେସ ନେତା, କର୍ମୀ, କଂଗ୍ରେସ ପ୍ରେମୀ ଓ ଜନସାଧାରଣଙ୍କ ସହ ସମ୍ପର୍କ ଯୋଡ଼ି ଦଳକୁ ତୃଣମୂଳ ସ୍ତରରୁ ସୁଦୃଢ଼ କରିବା ପାଇଁ ସଂକଳ୍ପ ନେଇଛନ୍ତି ।

କଂଗ୍ରେସ ଭବନ ଠାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସାମ୍ବାଦିକମାନଙ୍କୁ ସମ୍ବୋଧନ କରି କହିଛନ୍ତି ଯେ ଭୁବନେଶ୍ୱରରୁ ପୁରୀ ଯିବା ବାଟରେ, କଂଗ୍ରେସକୁ ଭଲ ପାଉଥିବା ସାଧାରଣ ଜନତାଙ୍କ କଂଗ୍ରେସକୁ ଭଲପାଇବା ଓ ବିପୁଳ ସମର୍ଥନ ଆମ ସମସ୍ତଙ୍କ ମନୋବଳ ବଢ଼ାଇବାରେ ସହାୟକ ହୋଇଛି । ମହାପ୍ରଭୁ ଜଗନ୍ନାଥଙ୍କ କୃପା କରୁଣା କଂଗ୍ରେସ ଉପରେ ରହିଛି । ଓଡ଼ିଶା ଜନସାଧାରଣଙ୍କ ପାଖକୁ ଯାଇ ସେମାନଙ୍କ ବିଶ୍ୱାସ ଜିତିବା ଆମର ପ୍ରଥମ କର୍ତବ୍ୟ ହେବ ବୋଲି ଶ୍ରୀ ଦାସ ପ୍ରକାଶ କରିଛନ୍ତି ।

ଓଡ଼ିଶାର ନୂତନ ପ୍ରଭାରୀ ଅଜୟ କୁମାର ଲଲ୍ଲୁ, ପୂର୍ବତନ ସଭାପତି ଜୟଦେବ ଜେନା, ପ୍ରସାଦ ହରିଚନ୍ଦନ ଓ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନା, ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଡ. ଗିରିଧର ଗମାଙ୍ଗୋ, ପ୍ରାକ୍ତନ ସାଂସଦ ଡଃ ରାମଚନ୍ଦ୍ର ଖୁଂଟିଆ, ଜଗନ୍ନାଥ ପଟ୍ଟନାୟକ, ଅମର ପ୍ରଧାନ, ନକୁଳ ନାୟକ, ପ୍ରାକ୍ତନମନ୍ତ୍ରୀ ବିଜୟଲକ୍ଷ୍ମୀ, ଓଡ଼ିଶା ସହ ପ୍ରଭାରୀ ଶାହାନୱାଜ ଚୌଧୁରୀ, ରୋଜାଲିନ ତିର୍କି, ଅନନ୍ତ ସେଠୀ, ଶରତ ରାଉତ, ପ୍ରାକ୍ତନ ବିଧାୟକ ସନ୍ତୋଷସିଂ ସାଲୁଜା, ଡଃ. ଦେବାଶିଷ ପଟ୍ଟନାୟକ, ନବଜ୍ୟୋତି ପଟ୍ଟନାୟକ, ବିଶ୍ୱିଜିତ ଦାସ ପ୍ରମୁଖ ଏହି ସାମ୍ବାଦିକ ସମ୍ମିଳନୀରେ ଉପସ୍ଥିତ ଥିଲେ।

Congress Odisha Congress କଂଗ୍ରେସ ସଂକଳ୍ପ ପଦଯାତ୍ରା
Share. Facebook Twitter LinkedIn Email WhatsApp Copy Link

Related Posts

ଭିଜିଲାନ୍ସ ଜାଲରେ ଅଧୀକ୍ଷଣ ଯନ୍ତ୍ରୀ: ୮ଟି ଠିକଣାରେ ଚଢାଉ ଜାରି

August 18, 2025

ଏସିଆ କପ୍: ଶୁଭମନ ଗିଲଙ୍କ ବଦଳରେ ଶ୍ରେୟସ ଆୟରଙ୍କୁ ମିଳିବ ସୁଯୋଗ!

August 18, 2025

ଭାରତ ସହିତ ସମ୍ପର୍କ ନଷ୍ଟ କରିବା ଟ୍ରମ୍ପଙ୍କ ପାଇଁ ବଡ଼ ଭୁଲ ପ୍ରମାଣିତ ହେବ: ଆମେରିକୀୟ ଲେଖକ

August 18, 2025

ଡିପିଏସ୍ ଦ୍ୱାରକା ସମେତ ୩ଟି ସ୍କୁଲକୁ ବୋମା ଧମକ

August 18, 2025
Latest News

ଭିଜିଲାନ୍ସ ଜାଲରେ ଅଧୀକ୍ଷଣ ଯନ୍ତ୍ରୀ: ୮ଟି ଠିକଣାରେ ଚଢାଉ ଜାରି

August 18, 2025

ଏସିଆ କପ୍: ଶୁଭମନ ଗିଲଙ୍କ ବଦଳରେ ଶ୍ରେୟସ ଆୟରଙ୍କୁ ମିଳିବ ସୁଯୋଗ!

August 18, 2025

ଭାରତ ସହିତ ସମ୍ପର୍କ ନଷ୍ଟ କରିବା ଟ୍ରମ୍ପଙ୍କ ପାଇଁ ବଡ଼ ଭୁଲ ପ୍ରମାଣିତ ହେବ: ଆମେରିକୀୟ ଲେଖକ

August 18, 2025

ଡିପିଏସ୍ ଦ୍ୱାରକା ସମେତ ୩ଟି ସ୍କୁଲକୁ ବୋମା ଧମକ

August 18, 2025

ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ରାଜ୍ୟସ୍ତରୀୟ ସ୍ମୃତି ଉତ୍ସବ ଅନୁଷ୍ଠିତ

August 18, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.