
Samikhsya Bureau: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ଗତକାଲି ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏ ନେଇ ସୂଚନା ଦେଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ। ଏହା ୮ ତାରିଖ ଯାଏଁ ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ, ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରୁ ପରବର୍ତୀ ୪୮ଘଣ୍ଟା ଯାଏଁ ସାମାନ୍ୟ ଉତ୍ତର ଆଡକୁ ଗତିକରିବା ସମ୍ଭାବନା ରହିଛି ।
ଏହାର ପ୍ରଭାବରେ ଆସନ୍ତାକାଲିଠାର ୧୧ ତାରିଖ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି ବୋଲି ବିଭାଗ କହିଛି। ସେଥିପାଇଁ ପାଣିପାଗ ବିଭାଗ ତରଫରୁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେଗୁଡିକ ହେଲା ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ବର, ଭଦ୍ରକ, କନ୍ଧମାଳ, ଗଞ୍ଜାମ, ରାୟଗଡ଼ା, ଗଜପତି, କୋରାପୁଟ ଓ ମାଲକାନଗିରି। ଏସବୁ ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ଏବଂ ପବନର ବେଗ ୩୦ରୁ ୪୦ ଡିଗ୍ରୀ ରହିବ ।
ସେହିପରି ୯ ତାରିଖ ଦିନ ୧୯ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେଗୁଡିକ ହେଲା ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଢେଙ୍କାନାଳ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼, ପୁରୀ, ଗଞ୍ଜାମ, ରାୟଗଡ଼ା, ଗଜପତି, କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରି। ଏହାଦ୍ବାରା ରାଜ୍ୟରେ ତାତିରୁ ନିସ୍ତାର ମିଳିବ ବୋଲି ଆଶା କରାଯାଉଛି।