Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ଉଦ୍‌ଯାପିତ ହେଲା ଓଡିଆ ପକ୍ଷ-୨୦୨୫, ଯୋଗଦେଲେ ରାଜ୍ୟପାଳ ହରିବାବୁ କୁମ୍ଭମପାଟି
ରାଜ୍ୟ ଖବର

ଉଦ୍‌ଯାପିତ ହେଲା ଓଡିଆ ପକ୍ଷ-୨୦୨୫, ଯୋଗଦେଲେ ରାଜ୍ୟପାଳ ହରିବାବୁ କୁମ୍ଭମପାଟି

April 14, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଉଦ୍‌ଯାପିତ ହେଲା ଓଡିଆ ପକ୍ଷ-୨୦୨୫, ଯୋଗଦେଲେ ରାଜ୍ୟପାଳ ହରିବାବୁ କୁମ୍ଭମପାଟି

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ପକ୍ଷରୁ ‘ଓଡିଆପକ୍ଷ’ ପାଳନ ଓଡିଆ ଅସ୍ମିତାର ଭାବନାକୁ ଅଧିକ ଋଦ୍ଧିମନ୍ତ କରିବ ବୋଲି ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍‌ପାଟି କହିଛନ୍ତି । ଚଳିତ ଏପ୍ରିଲ୍ ୧ ତାରିଖରୁ ବିବିଧ କାର୍ଯ୍ୟକ୍ରମ ଆୟୋଜନ ମାଧ୍ୟମରେ ଆରମ୍ଭ ହୋଇଥିବା ‘ଓଡିଆ ପକ୍ଷ’ ପାଳନର ଉଦ୍‌ଯାପନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ରାଜ୍ୟପାଳ ଏହା କହିଛନ୍ତି।

ଏପ୍ରିଲ୍ ୧୪ ତାରିଖ ସନ୍ଧ୍ୟାରେ ଓୟୁଏଟି (ଓଡିଶା କୃଷି ଓ ବୈଷୟିକ ବିଶ୍ୱ ବିଦ୍ୟାଳୟ)ର କୃଷି ଶିକ୍ଷା ସଦନଠାରେ ଆୟୋଜିତ ଏହି ଉଦ୍‌ଯାପନୀ ସମାରୋହରେ ଉଦ୍‌ବୋଧନଦେଇ ରାଜ୍ୟପାଳ କହିଥିଲେ ଯେ ଓଡିଆ ପକ୍ଷ ପାଳନ କେବଳ ଏକ ସମୟ ଉପଯୋଗୀ ପଦକ୍ଷେପ ନୁହେଁ ବରଂ ଓଡିଶାର ଅନନ୍ୟ ପରିଚୟ, ଐତିହ୍ୟ ଏବଂ ଗର୍ବକୁ ଉଚ୍ଚ କରିବାର ଗୁରୁତ୍ୱପୂର୍ଣ୍ଣ ପ୍ରୟାସ ।

ଓଡିଆ ପକ୍ଷ ଲୋକ ପରମ୍ପରା, ସଂସ୍କୃତି, ପ୍ରାଚୀନ ଶାସ୍ତ୍ର, ପର୍ବପର୍ବାଣୀ, ହସ୍ତ ଶିଳ୍ପ, ଖାଦ୍ୟ ଏବଂ ମହାନ ସନ୍ତାନମାନଙ୍କ କୃତୀ ଓ କୀର୍ତିକୁ ସୁନ୍ଦର ଭାବରେ ପ୍ରଦର୍ଶନ କରିବାର ସୁଯୋଗ ସୃଷ୍ଟି କରିଛି ଯାହା ଲୋକଙ୍କ ମଧ୍ୟରେ ଗର୍ବର ଭାବନାକୁ ପୁନଃଜୀବିତ କରିବ । ଓଡିଆ ପକ୍ଷ କେବଳ ରାଜ୍ୟର ସମୃଦ୍ଧ ଐତିହ୍ୟ ପ୍ରତି ସମ୍ମାନ ନୁହେଁ ବରଂ ବିଭିନ୍ନ କ୍ଷେତ୍ରରେ ଓଡିଶାର ଅପାର ସମ୍ଭାବନାକୁ ସଂରକ୍ଷଣ, ପ୍ରୋତ୍ସାହନ ଏବଂ ପ୍ରଦର୍ଶିତ କରିବା ପାଇଁ ଏକ ଆହ୍ୱାନ । ଏହା ଓଡିଶାର ମୂଲ୍ୟବୋଧ ଓ ବୈଶିଷ୍ଟ୍ୟକୁ ବଜାୟ ରଖିବା ପାଇଁ ସାମୁହିକ ଭାବେ ଦାୟିତ୍ୱ ନିର୍ବାହ କରିବା ପାଇଁ ପ୍ରେରଣା ଯୋଗାଇବ ।

“ଓଡିଆ ପକ୍ଷ” ପାଳନ ସାଂସ୍କୃତିକ ଗୌରବକୁ ଏକ ବିକଶିତ ଓଡିଶା ଏବଂ ବିକଶିତ ଭାରତ ଗଠନ ଦିଗରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ରାଜ୍ୟପାଳ କହିଥିଲେ । ଏହି ସମାରୋହରେ ସମ୍ମାନନୀୟ ଅତିଥି ଭାବେ ଯୋଗ ଦେଇ ପୂର୍ତ, ଆଇନ ଏବଂ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ, ଏକାମ୍ର ଭୁବନେଶ୍ୱର ବିଧାୟକ ବାବୁ ସିଂହ, ବିଏମ୍‌ସି ମେୟର ଶ୍ରୀମତୀ ସୁଲୋଚନା ଦାସ ବକ୍ତବ୍ୟ ପ୍ରଦାନ କରି ମାତୃଭୂମି ଓ ମାତୃଭାଷା ପ୍ରତି ମମତା ରଖି ଓଡିଶାର କଳା, ସାହିତ୍ୟ, ସଂସ୍କୃତି, ଐତିହ୍ୟ ପରମ୍ପରା ଏବଂ ବିକାଶର ଧାରା ତଥା ଓଡିଆ ଅସ୍ମିତାକୁ ଅଧିକ କ୍ରିୟାଶୀଳ ତଥା ଋଦ୍ଧିମନ୍ତ କରିବାରେ ଓଡିଆ ପକ୍ଷ ସହାୟକ ହେବ ବୋଲି କହି ବା ସାହିତ ଆଗାମୀ ଦିନରେ ଅଧିକ ବ୍ୟାପକ ଭାବେ “ଓଡିଆ ପକ୍ଷ” ପାଳନ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ ।

ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରମୁଖ ଶାସନ ସଚିବ ସଂଜୀବ କୁମାର ମିଶ୍ର ପ୍ରାରମ୍ଭରେ ସ୍ୱାଗତଭାଷଣ ପ୍ରଦାନ କରି ଓଡିଆ ପକ୍ଷ ପାଳନ ଅବସରରେ ସମଗ୍ର ରାଜ୍ୟରେ ହାତକୁ ନିଆଯାଇଥିବା କାର୍ଯ୍ୟକ୍ରମ ସଂପର୍କରେ ସୂଚନା ଦେଇଥିବା ବେଳେ ଶେଷରେ ବିଭାଗୀୟ ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଅବସରରେ ଭିଡିଓ ସଂଗୀତ ‘ଉଠ କଙ୍କାଳ’, ଓଡିଆ ପକ୍ଷ ସଂପର୍କିତ ସଂଗୀତ, ସ୍ମରଣିକା ଏବଂ ଓଡିଆ ସାହିତ୍ୟ ଏକାଡେମୀ ଓ ଓଡିଶା ସଂଗୀତ ନାଟକ ଏକାଡେମୀ ଦ୍ୱାରା ପ୍ରକାଶିତ ପୁସ୍ତକ ଉନ୍ମୋଚିତ ହୋଇଥିଲା ଏବଂ ଓଡିଆ ପକ୍ଷ ପାଳନ ଅବସରରେ ଆୟୋଜିତ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇଥିଲା ।

Odia Pakhya ଓଡ଼ିଆ ପକ୍ଷ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ ସୂର୍ଯ୍ୟବଂଶୀ ସୂରଜ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟରେ ରନ୍ଧନ ଗ୍ୟାସ ଏବଂ ପେଟ୍ରୋଲ ଓ ଡିଜେଲର ଉପଲବ୍ଧତା ସଂପର୍କରେ ସମୀକ୍ଷା କଲେ ଅନୁ ଗର୍ଗ

March 11, 2026

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ, ବିଜେପିରେ ଦେବେ ଯୋଗ!!

March 10, 2026

ପ୍ରମୁଖ କୃଷି ଫସଲ ଉତ୍ପାଦନର ଦ୍ୱିତୀୟ ଅଗ୍ରୀମ ଆକଳନ ପ୍ରକାଶ କଲା କୃଷି ମନ୍ତ୍ରଣାଳୟ

March 10, 2026

ପିଆଇବି ଏଡିଜିଙ୍କ ଆକାଶବାଣୀ ପୁରୀ କେନ୍ଦ୍ର ଗସ୍ତ

March 10, 2026
Latest News

ରାଜ୍ୟରେ ରନ୍ଧନ ଗ୍ୟାସ ଏବଂ ପେଟ୍ରୋଲ ଓ ଡିଜେଲର ଉପଲବ୍ଧତା ସଂପର୍କରେ ସମୀକ୍ଷା କଲେ ଅନୁ ଗର୍ଗ

March 11, 2026

ଆଜି ମାର୍ଚ୍ଚ ୧୧ ତାରିଖ ବୁଧବାର ଦିନ ଏହି ଆଠଟି ରାଶି ପାଇଁ ଦିନଟି ରହିଛି ଖୁସିମୟ

March 11, 2026

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ, ବିଜେପିରେ ଦେବେ ଯୋଗ!!

March 10, 2026

ଭାରତ ସହିତ ସ୍ଥଳ ସୀମା ଲାଗିଥିବା ଦେଶଗୁଡ଼ିକରୁ ନିବେଶ ଉପରେ ମାର୍ଗଦର୍ଶିକାରେ ପରିବର୍ତ୍ତନକୁ ଅନୁମୋଦନ

March 10, 2026

ଏହି ତାରିଖରେ ପ୍ରକାଶ ପାଇବ ୨୦୨୬ ଆଇପିଏଲ କାର୍ଯ୍ୟସୂଚୀ: BCCI ରୁ ମିଳିଲା ଅପଡେଟ୍

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.