Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ଏଣିକି ଅଦିନିଆ ବର୍ଷା ହେବ ରାଜ୍ୟ ବିପର୍ଯ୍ୟୟ, ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନେଲେ ବଡ ନିଷ୍ପତ୍ତି
ରାଜ୍ୟ ଖବର

ଏଣିକି ଅଦିନିଆ ବର୍ଷା ହେବ ରାଜ୍ୟ ବିପର୍ଯ୍ୟୟ, ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନେଲେ ବଡ ନିଷ୍ପତ୍ତି

May 15, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଏଣିକି ଅଦିନିଆ ବର୍ଷା ହେବ ରାଜ୍ୟ ବିପର୍ଯ୍ୟୟ, ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନେଲେ ବଡ ନିଷ୍ପତ୍ତି

ଭୁବନେଶ୍ବର: ଅଦିନିଆ ବର୍ଷାକୁ ରାଜ୍ୟ ସରକାର ରାଜ୍ୟଭିତ୍ତିକ ବିପର୍ଯ୍ୟୟ (State Specific Disaster) ଭାବେ ଗ୍ରହଣ କରିଛନ୍ତି । ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଅନୁମୋଦନ ଦେଇଛନ୍ତି।

ଏହାଦ୍ୱାରା ଓଡ଼ିଶାର କୃଷକମାନେ ଅଦିନିଆ ବର୍ଷାରେ ରାଜ୍ୟ ବିପର୍ଯ୍ୟୟ ମୁକାବିଲା ପାଣ୍ଠିରୁ (State Disaster Response Fund) ସହାୟତା ପାଇ ପାରିବେ। SDRF ର ବାର୍ଷିକ ଆବଣ୍ଟନର (Annual Allocation) ସର୍ବାଧିକ ୧୦ ପ୍ରତିଶତ ଅର୍ଥ ଏଥିପାଇଁ ବିନିଯୋଗ ହୋଇପାରିବ ।

ସୂଚନାଯୋଗ୍ୟ ଯେ, 2024 ଡିସେମ୍ୱର ମାସରେ ଅଦିନିଆ ବର୍ଷା ଯୋଗୁଁ ରାଜ୍ୟର ୨୨, ୭୯୧ ହେକ୍ଟର ଜମିରେ ଫସଲ ନଷ୍ଟ ହୋଇଥିଲା ଏବଂ ପ୍ରାୟ ୬.୬୬ ଲକ୍ଷ ଚାଷୀ ପ୍ରଭାବିତ ହୋଇଥିଲେ। ମୁଖ୍ୟମନ୍ତ୍ରୀ ଏହାକୁ ସ୍ୱତନ୍ତ୍ର ଭାବେ ରାଜ୍ୟଭିତ୍ତିକ ବିପର୍ଯ୍ୟୟ ଘୋଷଣା କରି ଚାଷୀମାନଙ୍କୁ ୨୯୧ କୋଟି ଟଙ୍କାର ସହାୟତା କୃଷି ଇନ୍‍ପୁଟ ରିହାତି ଆକାରରେ ପ୍ରଦାନ କରିଥିଲେ ।

ବର୍ତ୍ତମାନ ମୁଖ୍ୟମନ୍ତ୍ରୀଙ୍କ ଏହି ନିଷ୍ପତ୍ତି ଦ୍ୱାରା ଅଦିନିଆ ବର୍ଷା ସ୍ଥାୟୀ ଭାବେ ଏକ ରାଜ୍ୟଭିତ୍ତିକ ବିପର୍ଯ୍ୟୟ ଭାବେ ଗୃହୀତ ହେଲା ଏବଂ ରାଜ୍ୟ ବିପର୍ଯ୍ୟୟ ମୁକାବିଲା ପାଣ୍ଠିରୁ ଏଥିପାଇଁ କୃଷକମାନଙ୍କୁ ସହାୟତା ପ୍ରଦାନ କରାଯାଇପାରିବ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ୮ଟି ବିପର୍ଯ୍ୟୟକୁ ରାଜ୍ୟଭିତ୍ତିକ ବିପର୍ଯ୍ୟୟ ଭାବେ ଘୋଷଣା କରାଯାଇଛି । ଏ ଗୁଡ଼ିକ ହେଲା ବଜ୍ରପାତ, ଗ୍ରୀଷ୍ମ ପ୍ରବାହ, ଘୂର୍ଣ୍ଣିଝଡ଼ (Whirl Wind), ଟର୍ନାଡୋ, ପ୍ରବଳ ବର୍ଷା ଏବଂ ବନ୍ୟା ନଥିବା ସମୟରେ ଡଙ୍ଗା ଦୁର୍ଘଟଣା, ପାଣିରେ ବୁଡ଼ି ମୃତ୍ୟୁ ହେବା ଓ ସର୍ପାଘାତ।

ଅଦିନିଆ ବର୍ଷା ବିପର୍ଯ୍ୟୟ ଘୋଷିତ ହେବା ପରେ ବର୍ତ୍ତମାନ ସମୁଦାୟ ୯ଟି ରାଜ୍ୟଭିତ୍ତିକ ବିପର୍ଯ୍ୟୟ ଭାବେ ଘୋଷିତ ହେଲା । ଏହାବ୍ୟତୀତ କେନ୍ଦ୍ର ସରକାର ମଧ୍ୟ ୧୨ଟି ବିପର୍ଯ୍ୟୟ ଘୋଷଣା କରିଛନ୍ତି ।

ଅଦିନିଆ ବର୍ଷା ରାଜ୍ୟ ବିପର୍ଯ୍ୟୟ
Share. Facebook Twitter LinkedIn Email WhatsApp Copy Link

Related Posts

ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଦେବୀ ମନ୍ଦିରରେ କରିବେ ପୂଜାଅର୍ଚ୍ଚନା

August 2, 2026

ବାଣପୁରରେ ମଧ୍ୟାହ୍ନ ଭୋଜନ ପାଚିକା ଓ ସହାୟିକାଙ୍କର ପ୍ରଶିକ୍ଷଣ ତାଲିମ ଶିବିର

August 2, 2026

ବାଣପୁର କୁମାରାଙ୍ଗ କୃଷି ସେବା ସମବାୟ ମାଧ୍ୟମରେ ଚାଷୀଙ୍କୁ ରିହାତି ଦରରେ ସାର ବଣ୍ଟନ

August 2, 2026

ଓଡ଼ିଶା ହେବ ସମ୍ପୂର୍ଣ୍ଣ ନିଶାମୁକ୍ତ: ୧୦୦ ସପ୍ତାହର ବ୍ୟାପକ ‘ଜନ-ଆନ୍ଦୋଳନ’ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

August 2, 2026
Latest News

ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଦେବୀ ମନ୍ଦିରରେ କରିବେ ପୂଜାଅର୍ଚ୍ଚନା

August 2, 2026

ବାଣପୁରରେ ମଧ୍ୟାହ୍ନ ଭୋଜନ ପାଚିକା ଓ ସହାୟିକାଙ୍କର ପ୍ରଶିକ୍ଷଣ ତାଲିମ ଶିବିର

August 2, 2026

ବାଣପୁର କୁମାରାଙ୍ଗ କୃଷି ସେବା ସମବାୟ ମାଧ୍ୟମରେ ଚାଷୀଙ୍କୁ ରିହାତି ଦରରେ ସାର ବଣ୍ଟନ

August 2, 2026

ଓଡ଼ିଶା ହେବ ସମ୍ପୂର୍ଣ୍ଣ ନିଶାମୁକ୍ତ: ୧୦୦ ସପ୍ତାହର ବ୍ୟାପକ ‘ଜନ-ଆନ୍ଦୋଳନ’ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

August 2, 2026

Flood Situation: ତିନୋଟି ରାଜ୍ୟର ବନ୍ୟା ସ୍ଥିତି ରହିଛି ଗମ୍ଭୀର, ଓଡିଶାରେ ସାମାନ୍ୟ ସୁଧାର

August 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.