Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ନିମ୍ନ ମାନର କାମ ହେଲେ ଦୃଢ କାର୍ଯ୍ୟାନୁଷ୍ଠାନ, ସତର୍କ କଲେ ମୁଖ୍ୟମନ୍ତ୍ରୀ
ରାଜ୍ୟ ଖବର

ନିମ୍ନ ମାନର କାମ ହେଲେ ଦୃଢ କାର୍ଯ୍ୟାନୁଷ୍ଠାନ, ସତର୍କ କଲେ ମୁଖ୍ୟମନ୍ତ୍ରୀ

August 22, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଗ୍ରାମ୍ୟ ଉନ୍ନୟନ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ସମୀକ୍ଷା କରିଛନ୍ତି।
ବୈଠକରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିଭିନ୍ନ ସଡକ ଓ ସେତୁ ନିର୍ମାଣ ଜରିଆରେ ରାଜ୍ୟର ସମସ୍ତ ଗ୍ରାମାଞ୍ଚଳକୁ ସବୁଦିନିଆ ରାସ୍ତା ସଂଯୋଗୀ କରଣର ଗୁରୁଦାୟିତ୍ୱ ଏହି ବିଭାଗ ଉପରେ ନ୍ୟସ୍ତ ରହିଛି। ୫ ବର୍ଷ ଭିତରେ ୩୦ ହଜାର କିଲୋମିଟର ରାସ୍ତା ଓ ୫୦୦ ସେତୁ ନିର୍ମାଣ ପାଇଁ ଲକ୍ଷ୍ୟ  ଧାର୍ଯ୍ୟ ରହିଛି। ବିଭିନ୍ନ ସ୍କିମ୍ ଓ ବଜେଟ୍‌ ମାଧ୍ୟମରେ ବିଭାଗକୁ ମିଳୁଥିବା ଅର୍ଥରାଶିର ଶତପ୍ରତିଶତ ଉପଯୋଗ କରି ରାଜ୍ୟବାସୀଙ୍କୁ ଉନ୍ନତ ମାନର ଗମନା ଗମନ ସୁବିଧା ଯୋଗାଇ ଦେବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଥିଲେ। ଏଥିସହିତ ରାସ୍ତା ଓ ସେତୁ ଗୁଡିକର ଗୁଣବତ୍ତା ସହିତ ଏହାର ରକ୍ଷଣା ବେକ୍ଷଣ ପ୍ରତି ସ୍ୱତନ୍ତ୍ର ଦୃଷ୍ଟି ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ନିମ୍ନ ମାନର କାମ କରୁଥିବା କଣ୍ଟ୍ରାକ୍ଟର ଓ ଦାୟିତ୍ୱରେ ଥିବା ଅଧିକାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବାକୁ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ। ପାହାଡିଆ ଅଞ୍ଚଳରେ ଥିବା ଗ୍ରାମଗୁଡିକରେ ଲୋକଙ୍କ ଗମନାଗମନ ପାଇଁ ଉତ୍ତମ ମାନର ରାସ୍ତା ନିର୍ମାଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।
ନିର୍ମାଣ କାର୍ଯ୍ୟରେ ନିୟୋଜିତ ହେଉଥିବା କଣ୍ଟ୍ରାକ୍ଟର ମାନଙ୍କ ଦକ୍ଷତା ବୃଦ୍ଧି ପାଇଁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।
ବୈଠକର ଆଲୋଚନାରୁ ଜଣାପଡିଛି ଯେ, ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନାରେ ଅଦ୍ୟାବଧି ଅନୁମୋଦନ ପ୍ରାପ୍ତ ୭୩,୯୮୪.୮୮ କିଲୋମିଟର  ରାସ୍ତା ମଧ୍ୟରୁ ୭୦,୭୧୧.୨୪ କିଲୋମିଟର ରାସ୍ତା ନିର୍ମାଣ କରି ଓଡିଶା ଭାରତ ବର୍ଷରେ  ଚତୁର୍ଥ ସ୍ଥାନ ହାସଲ କରିଛି। ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନାରେ ପୂର୍ବରୁ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ପର୍ଯ୍ୟାୟ ମାର୍ଗଦର୍ଶିକା ଅନୁଯାୟୀ କାମ କରାଯାଉଥିଲା। ବର୍ତ୍ତମାନ ଏହାର ଚତୁର୍ଥ ପର୍ଯ୍ୟାୟର କାମ ମଧ୍ୟ ହାତକୁ ନିଆଯାଇଛି। ଏହି ପର୍ଯ୍ୟାୟରେ  ଆଦିବାସୀ ଅଧ୍ୟୁସିତ ଅଞ୍ଚଳ, ଆକାଂକ୍ଷୀ ବ୍ଲକ, ନକ୍ସଲ ପ୍ରଭାବିତ ଅଞ୍ଚଳ ମାନଙ୍କରେ ସଡକ ଓ ସେତୁ ନିର୍ମାଣ କରାଯିବ। ଚତୁର୍ଥ ପର୍ଯ୍ୟାୟରେ ୧,୦୨୧ଟି ଯୋଗାଯୋଗ ବିହୀନ ଜନ ବସତି ପାଇଁ ୯୪୨ଟି ସଡକ ଓ ୮ଟି ସେତୁ ନିର୍ମାଣ ପାଇଁ ପ୍ରସ୍ତାବ ରହିଛି।
ସେହିଭଳି ୧୦୦ରୁ ଅଧିକ PVTG ବର୍ଗର ଜନବସତି ଗୁଡିକର ସଂଯୋଗୀ କରଣ ପାଇଁ ପିଏମ୍ ଜନମନ୍ ଯୋଜନାରେ ୭୩ଟି ଗ୍ରାମରେ ୬୬ଟି ରାସ୍ତା ଓ ୪ଟି ସେତୁ ନିର୍ମାଣ ପାଇଁ ମଞ୍ଜୁରୀ ମିଳିଛି। ମୁଖ୍ୟମନ୍ତ୍ରୀ ସଡକ ଯୋଜନାରେ ୨୦୨୪-୨୫ ଆର୍ଥିକ ବର୍ଷରେ ୪୫୦୦.୩୦ କିଲୋମିଟର ରାସ୍ତା ନିର୍ମାଣ କରାଯାଇଥିବା ବେଳେ ୨୦୨୫-୨୬ ଆର୍ଥିକ ବର୍ଷରେ ୩୪୬୯.୯୪ କୋଟି ଟଙ୍କା ବ୍ୟୟବରାଦରେ ୫୦୦୦ କିଲୋମିଟର ରାସ୍ତା ନିର୍ମାଣ ପାଇଁ ବ୍ୟବସ୍ଥା କରାଯାଇଛି। ସେତୁବନ୍ଧନ ଯୋଜନାରେ ୨୦୨୪-୨୫ ଆର୍ଥିକ ବର୍ଷରେ ୧୮୬ଟି ସେତୁ ନିର୍ମାଣ କରାଯାଇଥିବା ବେଳେ ୨୦୨୫-୨୬ ଆର୍ଥିକ ବର୍ଷରେ ୩୦୦ ଟି ସେତୁ ନିର୍ମାଣ କରିବା ପାଇଁ ବ୍ୟବସ୍ଥା କରାଯାଇଛି। ଏଥିସହିତ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଗ୍ରାମାଞ୍ଚଳର ଭିତ୍ତିଭୂମି ଉନ୍ନତିକରଣ କାର୍ଯ୍ୟ ଯଥା-ଛାତ୍ରାବାସ, ମହାବିଦ୍ୟାଳୟ ଗୃହ ନିର୍ମାଣ, ବିଭିନ୍ନ ସରକାରୀ କାର୍ଯ୍ୟାଳୟ ନିର୍ମାଣ, ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳ, କଲ୍ୟାଣ ମଣ୍ଡପ ଇତ୍ୟାଦି ନିର୍ମାଣ କାର୍ଯ୍ୟ ମଧ୍ୟ ଜାରିରହିଛି। ୨୦୨୪-୨୫ ଆର୍ଥିକ ବର୍ଷରେ ବିଭାଗ ପକ୍ଷରୁ ୪୫୧ଟି ବିଭିନ୍ନ କୋଠାବାଡି ନିର୍ମାଣ କାର୍ଯ୍ୟ ସମ୍ପନ୍ନ ହୋଇଥିବା ବେଳେ ୨୦୨୫-୨୬ ଆର୍ଥିକ ବର୍ଷରେ ୧୨୨୯ଟି ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ କରିବା ପାଇଁ ବ୍ୟବସ୍ଥା କରାଯାଇଛି।
ବୈଠକରେ ଗ୍ରାମ୍ୟ ଉନ୍ନୟନ ତଥା ପଞ୍ଚାୟତି ରାଜ ଏବଂ ପାନୀୟ ଜଳ ମନ୍ତ୍ରୀ ରବିନାରାୟଣ ନାଏକ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର, ବିଭାଗୀୟ କମିଶନର ତଥା ଶାସନ ସଚିବ ୟାମିନୀ ଷଡଙ୍ଗୀ, ସର୍ବୋଚ୍ଚ ଯନ୍ତ୍ରୀ ଇଂ ପ୍ରସନ୍ନ କୁମାର ସାହୁ ଏବଂ ଇଂ ପ୍ରଦୀପ କୁମାର ଜେନା ଏବଂ ବିଭାଗୀୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।
ଗ୍ରାମ୍ୟ ଉନ୍ନୟନ ବିଭାଗ ପିଏମଜିଏସ୍‌ୱାଇ ରାସ୍ତା ମୋହନ ଚରଣ ମାଝୀ ଲୋକସେବା ଭବନ ସଡକ ଓ ସେତୁ ନିର୍ମାଣ
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026
Latest News

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.