Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ମହାନଦୀ ନଦୀତଟ ବିକାଶ ଯୋଜନାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ,ତିନି ବର୍ଷରେ ଖର୍ଚ୍ଚ ହେବ ୨୪୦ କୋଟି ଟଙ୍କା
ରାଜ୍ୟ ଖବର

ମହାନଦୀ ନଦୀତଟ ବିକାଶ ଯୋଜନାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ,ତିନି ବର୍ଷରେ ଖର୍ଚ୍ଚ ହେବ ୨୪୦ କୋଟି ଟଙ୍କା

September 11, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଓଡିଶାର ମୁଖ୍ୟମନ୍ତ୍ରୀ
ଅତ୍ୟାବଶ୍ୟକ ସାମଗ୍ରୀର ଯୋଗାଣ ଉପରେ ଜିଲ୍ଲାପାଳମାନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

ଭୁବନେଶ୍ବର: ବହୁ ଆକାଂକ୍ଷିତ ମହାନଦୀ ନଦୀତଟ ବିକାଶ (Mahanadi River Front Development) ଯୋଜନାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ମଞ୍ଜୁରୀ ଦେଇଛନ୍ତି। ଏହି ଯୋଜନା ୨୦୨୫-୨୬ରୁ ୨୦୨୭-୨୮ ମଧ୍ୟରେ କାର୍ଯ୍ୟକାରୀ ହେବ ଏବଂ ତିନି ବର୍ଷରେ ଖର୍ଚ୍ଚ ହେବ ୨୪୦ କୋଟି ଟଙ୍କା। ଜଳ ସମ୍ପଦ ବିକାଶ ବିଭାଗ ଦ୍ୱାରା ରାଜ୍ୟ ସରକାରଙ୍କ ନିଜସ୍ୱ ପାଣ୍ଠିରୁ ଏହି ଅର୍ଥ ଖର୍ଚ୍ଚ ହେବ।

ଯୋଜନାକୁ ମଞ୍ଜୁରୀଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି ଯେ, ମହାନଦୀ ହେଉଛି ଓଡିଶାର ଜୀବନରେଖା। ମହାନଦୀର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ସ୍ଥାନକୁ ପରିବେଶ, ସାଂସ୍କୃତିକ ତଥା ଆଧ୍ୟାତ୍ମିକ ପର୍ଯ୍ୟଟନର ପ୍ରମୁଖ କେନ୍ଦ୍ରରେ ପରିଣତ କରାଯିବ। ଏହି ପର୍ଯ୍ୟଟନ ସ୍ଥଳୀ ଗୁଡିକ ରାଜ୍ୟର ଅର୍ଥନୈତିକ ଅଭିବୃଦ୍ଧିରେ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ରଖିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଏହି ଯୋଜନାର ପ୍ରମୁଖ ଉଦ୍ଦେଶ୍ୟ ଗୁଡିକ ହେଉଛି, ନଦୀ କୂଳରେ ସହର ପାଇଁ ସାମାଜିକ, ସାଂସ୍କୃତିକ ସୁବିଧା ଯୋଗାଇଦେବା, ଘରୋଇ ସହଭାଗିତା ମାଧ୍ୟମରେ ଜଳକ୍ରୀଡା, ମନୋରଞ୍ଜନ ପାର୍କ, ବିଜ୍ଞାନ ପାର୍କ, ହର୍ବାଲ ଉଦ୍ୟାନ ଆଦିର ବିକାଶ ପାଇଁ ମୌଳିକ ଭିତ୍ତିଭୂମି ନିର୍ମାଣ, ନଦୀତଟ କ୍ଷୟ ତଥା ନଦୀ ସଂରଚନାର ନିୟନ୍ତ୍ରଣ, ଆବର୍ଜନା ନିଷ୍କାସନ ପଥ ପରିବର୍ତ୍ତନ କରି ନଦୀଜଳ ସଫା ରଖିବା, ଜଳ ସଂରକ୍ଷଣ ଦ୍ୱାରା ଜଳାଭାବ ସମୟରେ ନିକଟସ୍ଥ ଅଞ୍ଚଳକୁ ପାନୀୟଜଳ ଯୋଗାଣ ଏବଂ ସମ୍ବଳର ସ୍ଥାୟୀ ବିକାଶ ସହିତ ପାରିପାର୍ଶ୍ୱିକ କ୍ଷେତ୍ରକୁ ପୁନର୍ଜୀବିତ କରିବା।

ଏହି ଯୋଜନାରେ ଦୁଇଟି ସ୍ଥାନରେ ନଦୀତଟର ବିକାଶ କରାଯିବ। ପ୍ରଥମଟି ହେଉଛି ସମ୍ବଲପୁରର ମନ୍ଦଲିଆରୁ ଚଉଁରପୁର ପର୍ଯ୍ୟନ୍ତ ମହାନଦୀରେ ନଦୀକୂଳ ବିକାଶ। ଏଥିରେ ପାର୍କିଂ ସ୍ଥାନ, ଜଗିଙ୍ଗ୍ ପାର୍କ, ସେଲ୍‌ଫି ପଏଣ୍ଟ, ପାର୍କ, ଖୋଲା ଜିମ୍, ଘାଟର ଉନ୍ନତି କରଣ, ସ୍ନାନ ଘାଟ ନିର୍ମାଣ, ଆରତୀ ଘାଟ, ଥିମ୍‌ ପ୍ଲାଜା, ସପିଂ କମ୍ପ୍ଲେକ୍ସ, ଶୌଚାଳୟ ଆଦିର ବିକାଶ କରାଯିବ। ଏଥିପାଇଁ ୧୬୦ କୋଟି ଟଙ୍କା ବିନିଯୋଗ ହେବ।

ଦ୍ୱିତୀୟଟି ହେଉଛି, ଭୁବନେଶ୍ୱର ପାଣ୍ଡରା ନିକଟ କୂଆଖାଇ ଓ କୁଶଭଦ୍ରା ନଦୀରେ ନଦୀତଟ ବିକାଶ। ଏଥିରେ ସୁରକ୍ଷା କାର୍ଯ୍ୟ ସହିତ ନଦୀକୂଳ ଘାଟର ବିକାଶ, ରିଙ୍ଗ୍‌ରୋଡ ସହିତ ଦୃଶ୍ୟ ପଏଣ୍ଟ ବିକାଶ, ଭାସ୍‌ମାନ ଜେଟି, ଲକ୍‌ଗେଟ୍‌, ସେତୁ, ପାର୍କିଂ, କାଫେଟେରିଆ, ଶୌଚାଳୟ, ନଦୀପଥ ସହିତ ଆଭ୍ୟନ୍ତରୀଣ ପାଦଚଲା ରାସ୍ତା ନିର୍ମାଣ କରାଯିବ। ଏଥିପାଇଁ ୮୦ କୋଟି ଟଙ୍କା ବିନିଯୋଗ କରାଯିବ।

Read More:- Siksha ‘O’ Anusandhan Invites Entries for Yuva Sahitya Puraskar 2025

Mohanadi ମହାନଦୀ ମହାନଦୀ ନଦୀତଟ ବିକାଶ ଯୋଜନା ମୋହନ ଚରଣ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ଭାଇ ହତ୍ୟାକାରୀକୁ ଆଜୀବନ କାରାଦଣ୍ଡାଦେଶ

April 24, 2026

ଗଛକୁ ପିଟିଲା ସ୍କୁଟି: ଜଣେ ମୃତ

April 24, 2026

ବନବିଭାଗ କର୍ମଚାରୀଙ୍କୁ ନିର୍ଧୂମ ପିଟିଲେ

April 24, 2026

ଭିଡିଓ ଭାଇରାଲ କରି ୫ ଗିରଫ

April 23, 2026
Latest News

ଭାଇ ହତ୍ୟାକାରୀକୁ ଆଜୀବନ କାରାଦଣ୍ଡାଦେଶ

April 24, 2026

ଗଛକୁ ପିଟିଲା ସ୍କୁଟି: ଜଣେ ମୃତ

April 24, 2026

ବନବିଭାଗ କର୍ମଚାରୀଙ୍କୁ ନିର୍ଧୂମ ପିଟିଲେ

April 24, 2026

ବଢିଲା ଇସ୍ରାଏଲ – ଲେବାନନ ଅସ୍ତ୍ରବିରତି ଅବଧି

April 24, 2026

ଆଜି ହିଁ ଖାଦ୍ୟରେ ସାମିଲ କରନ୍ତୁ ଏହି ସବୁ ଖାଦ୍ୟ, ପାଖ ମାଡିବନି ଲୁ

April 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.