ଭୁବନେଶ୍ବର: ଆଜି ରାଜ୍ୟପାଳ ଡ. ହରିବାବୁ କମ୍ଭମ ପାଟି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଦୀପାବଳି ଶୁଭେଚ୍ଛା ଜଣାଇଛନ୍ତି। ଆଜି ସନ୍ଧ୍ୟାରେ ରାଜ୍ୟପାଳ ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନକୁ ଆସି ମୁଖ୍ୟମନ୍ତ୍ରୀଙ୍କୁ ଉପହାର ପ୍ରଦାନ କରି ଦୀପାବଳି ଉପଲକ୍ଷେ ଶୁଭେଚ୍ଛା ଜଣାଇଛନ୍ତି ।
ବାସଭବନରେ ମୁଖ୍ୟମନ୍ତ୍ରୀ ଏବଂ ତାଙ୍କ ଧର୍ମପତ୍ନୀ ରାଜ୍ୟପାଳଙ୍କୁ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ଦେଇ ସ୍ୱାଗତ କରିଥିଲେ। ଏହି ଅବସରରେ ଉଭୟ ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ ରାଜ୍ୟର ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା କରିଥିଲେ।
Tanishq Unveils ‘Mriganka’ Collection, Promotes Gold Exchange Drive