Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ନୂଆପଡ଼ା ଉପ-ନିର୍ବାଚନ: ପୋଲିସ୍ ସୁରକ୍ଷା ବ୍ୟବସ୍ଥାର ପ୍ରସ୍ତୁତିକୁ ସମୀକ୍ଷା କଲେ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ
ରାଜ୍ୟ ଖବର

ନୂଆପଡ଼ା ଉପ-ନିର୍ବାଚନ: ପୋଲିସ୍ ସୁରକ୍ଷା ବ୍ୟବସ୍ଥାର ପ୍ରସ୍ତୁତିକୁ ସମୀକ୍ଷା କଲେ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ

October 21, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ
ନୂଆପଡ଼ା ଉପ-ନିର୍ବାଚନ: ପୋଲିସ୍ ସୁରକ୍ଷା ବ୍ୟବସ୍ଥାର ପ୍ରସ୍ତୁତିକୁ ସମୀକ୍ଷା କଲେ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ

ଭୁବନେଶ୍ଵର: ଆସନ୍ତା ନଭେମ୍ବର ୧୧ ତାରିଖରେ ନୂଆପଡ଼ା ବିଧାନସଭା ମଣ୍ଡଳୀରେ ଉପ-ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଯୋଗେଶ ବହାଦୁର ଖୁରାନିଆ ଆଜି ପୋଲିସ ମୁଖ୍ୟାଳୟ ଠାରେ ପୋଲିସ୍ ସୁରକ୍ଷା ବ୍ୟବସ୍ଥାର ପ୍ରସ୍ତୁତିକୁ ସମୀକ୍ଷା କରିଛନ୍ତି।

ଡିଜିପି ଶ୍ରୀ ଖୁରାନିଆ ଏକ ଅବାଧ, ସ୍ୱଚ୍ଛ, ମୁକ୍ତ ଓ ନିରପେକ୍ଷ ଉପ-ନିର୍ବାଚନ ପରିଚାଳନା ଉପରେ ଗୁରୁତ୍ୱାରୋପ କରିଥିଲେ। ନିର୍ବାଚନ ଆଚରଣ ବିଧିର କଡାକଡି ଅନୂପାଳନ ଏବଂ ଭିଆଇପି ଓ ଭିଭିଆଇପିଙ୍କ ଗସ୍ତ ସମ୍ପର୍କିତ ସୁରକ୍ଷା ବ୍ୟବସ୍ଥା ପାଇଁ ଭାରତର ନିର୍ବାଚନ ଆୟୋଗ (ECI) ର ନିର୍ଦ୍ଦେଶାବଳୀକୁ ଅନୁସରଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ।

ସେ ଆହୁରି ମଧ୍ୟ ଦଫା ୧୧୦/୧୦୭ Cr.P.C. ଅନୁଯାୟୀ ସନ୍ଦିଗ୍ଧ ବ୍ୟକ୍ତିବିଶେଷଙ୍କୁ ଗିରଫ କରିବା, ବେଆଇନ ଟଙ୍କା କାରବାରକୁ ରୋକିବା, ବେଆଇନ ଅସ୍ତ୍ରଶସ୍ତ୍ର ଓ ବେଆଇନ ମଦ ଜବତ କରିବା ଏବଂ ପଡ଼ି ରହିଥିବା ୱାରେଣ୍ଟ (NBWs) କୁ ସଂପୃକ୍ତ ବ୍ୟକ୍ତି ବିଶେଷଙ୍କ ଉପରେ ତାମିଲ କରିବା ସମେତ ସମସ୍ତ ପ୍ରକାର ସତର୍କତା ମୂଳକ ପଦକ୍ଷେପ ଗୁଡ଼ିକୁ ତୀବ୍ର କରିବା ଉପରେ ଗୁରୁତ୍ୱ ଦେଇଥିଲେ।

ଅତିରିକ୍ତ ଡିଜିପି (ଆଇନ ଓ ଶୃଙ୍ଖଳା) ସଞ୍ଜୟ କୁମାର ମୋବାଇଲ୍ ପେଟ୍ରୋଲିଙ୍ଗ ଏବଂ ଫ୍ଲାଇଙ୍ଗ୍ ସ୍କ୍ୱାଡ୍ ର କାର୍ଯ୍ୟକୁ ବଢ଼ାଇବା ଏବଂ ନିର୍ବାଚନ ମଣ୍ଡଳୀର ବିଭିନ୍ନ ପ୍ରବେଶ ପଥରେ ନାକା ପୋଷ୍ଟ ସ୍ଥାପନ କରି ସନ୍ଦିଗ୍ଧ ବ୍ୟକ୍ତି ବିଶେଷ ଓ ଗଦି ମାନଙ୍କର ପୁଙ୍ଖାନୁପୁଙ୍ଖ ଯାଞ୍ଚ ଉପରେ ଗୁରୁତ୍ୱ ଦେଇଥିଲେ।

ରାଜ୍ୟ ଗୁଇନ୍ଦା ନିର୍ଦ୍ଦେଶକ ଶ୍ରୀ କୋଚେ ଉପ-ନିର୍ବାଚନ ସମ୍ବନ୍ଧୀୟ ଗୁରୁତ୍ୱପୂର୍ଣ୍ଣ ଗୁଇନ୍ଦା ତଥ୍ୟ ଉପରେ ଆଲୋକପାତ କରିଥିଲେ ଏବଂ ଡିଆଇଜିପି ଓ ଏସପିଙ୍କୁ ଜିଲ୍ଲାର ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ତୀକ୍ଷ୍ମ ନଜର ରଖିବାକୁ ପରାମର୍ଶ ଦେଇଥିଲେ।

ଉପନିର୍ବାଚନ ସମୟରେ ସମ୍ଭାବ୍ୟ ମାଓବାଦୀ କାର୍ଯ୍ୟକଳାପକୁ ଏଡାଇବାକୁ ଏଡିଜିପି (ଏ ଏନ ଓ) ସଂଜୀବ ପଣ୍ଡା ଜିଲ୍ଲାର ମାଓବାଦୀ ଅଧ୍ୟୁଷିତ ଅଞ୍ଚଳରେ କୁମ୍ବିଂ ଅପରେସନ ଓ ମାଓବାଦୀ ବିରୋଧୀ ଅଭିଯାନ କୁ ଜୋରଦାର କରାଯିବ ବୋଲି ମତବ୍ୟକ୍ତ କରିଥିଲେ। ଏଥି ନିମନ୍ତେ ସମସ୍ତ ପ୍ରକାର ଯୋଜନାକୁ ଚୁଡାନ୍ତ ରୂପ ଦିଆ ଯାଇଛି ବୋଲି ଜଣାଇଥିଲେ।

ଉଲ୍ଲେଖଯୋଗ୍ୟ ଯେ ନିର୍ବାଚନକୁ ସୁରୁଖୁରୁରେ ପରିଚାଳନା କରିବା ପାଇଁ ୧୪ କମ୍ପାନୀ CAPF (କେନ୍ଦ୍ରୀୟ ସଶସ୍ତ୍ର ପୋଲିସ୍ ବଳ), ୫ ପ୍ଲାଟୁନ୍ ରାଜ୍ୟ OSAP/APR (ଓଡିଶା ସ୍ୱତନ୍ତ୍ର ସଶସ୍ତ୍ର ପୋଲିସ/ ଅତିରିକ୍ତ ପୋଲିସ ରିଜର୍ଭ), ୩୫ ଟି ମୋବାଇଲ୍ ପାଟ୍ରୋଲିଂ ପାର୍ଟି, ୧୮ ଟି ଫ୍ଲାଇଙ୍ଗ୍ ସ୍କ୍ୱାଡ୍, ୧୮ ଟି SST (ଷ୍ଟାଟିକ ସର୍ଭେଲାନ୍ସ ଟିମ୍) ସହିତ ଜିଲ୍ଲା ପୋଲିସ୍ ଅଧିକାରୀ/ କର୍ମଚାରୀଙ୍କୁ ନିୟୋଜିତ କରାଯିବ।

ରେଞ୍ଜ ଡି ଆଇ ଜି କେ. ବି. ସିଂହ ପୋଲିସ୍ ପକ୍ଷରୁ ଚୋରା ମଦ ଉପରେ ଚଢାଉ, ନିଶା ଦ୍ରବ୍ୟ ଚୋରା କାରବାର ରୋକିବାକୁ ସ୍ୱତନ୍ତ୍ର ରଣନୀତି, ପେଣ୍ଡିଂ ୱାରେଣ୍ଟ କାର୍ଯ୍ୟକାରୀ କରିବାକୁ ଆବଶ୍ୟକୀୟ ପଦକ୍ଷେପ ନିଆଯାଉଛି ବୋଲି ଆରକ୍ଷୀ ମହା ନିର୍ଦ୍ଦେଶକଙ୍କୁ ଅବଗତ କରିଥିଲେ। ଏହା ଛଡ଼ା EVM ଗୁଡିକର ସୁରକ୍ଷା ନିଶ୍ଚିତ କରିବା ପାଇଁ CCTV କଭରେଜ୍ ସହିତ ଷ୍ଟ୍ରଙ୍ଗ୍ ରୁମ୍ ରେ ପର୍ଯ୍ୟାପ୍ତ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ECI ନିର୍ଦ୍ଦେଶାବଳୀର କଡାକଡି ପ୍ରୟୋଗ ସହିତ ନିର୍ବାଚନ ପରିଚାଳନା କରାଯିବ।

ଏହି ଅବସରରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ନୂଆପଡ଼ା ଜିଲ୍ଲାକୁ ରାଜ୍ୟ ପୋଲିସ ସଦର ମହକୁମା ତରଫରୁ ସମସ୍ତ ପ୍ରକାର ସହାୟତା ଯୋଗାଇଦେବାକୁ ପ୍ରତିଶ୍ରୁତି ଦେଇଥିଲେ।

ଏହି ବୈଠକରେ ଡିଜିପି (କ୍ରାଇମବ୍ରାଞ୍ଚ) ବିନୟତୋଷ ମିଶ୍ର, ନିର୍ଦେଶକ (ଗୁଇନ୍ଦା) ଆର.ପି. କୋଚେ
ଅତିରିକ୍ତ ଆରକ୍ଷୀ ମହାନିର୍ଦେଶକ (ନକ୍ସଲ ବିରୋଧୀ ଅପରେସନ) ସଞ୍ଜୀବ ପଣ୍ଡା, ଅତିରିକ୍ତ ଆରକ୍ଷୀ ମହାନିର୍ଦେଶକ (ମୁଖ୍ୟାଳୟ) ଅରୁଣ ବୋଥ୍ରା, ଅତିରିକ୍ତ ଆରକ୍ଷୀ ମହାନିର୍ଦେଶକ (ଏସ ଏପି) ରାଜେଶ କୁମାର, ଆଇଜିପି (ଏସଏପି) ଏସ.କେ. ଗଜଭିଏ ସମେତ ବରିଷ୍ଠ ପୋଲିସ ଅଧିକାରୀ ଉପସ୍ଥିତ ଥିଲେ।

ଉପ-ନିର୍ବାଚନ ନୂଆପଡ଼ା ବିଧାନସଭା ମଣ୍ଡଳୀ ଯୋଗେଶ ବହାଦୁର ଖୁରାନିଆ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026

ରାଜ୍ୟ କ୍ୟାବିନେଟର ବଡ ନିଷ୍ପତି, ମେଡିକାଲ ଇଂଜିନିୟରିଂ ନାମଲେଖାରେ ପଛୁଆ ବର୍ଗକୁ ମିଳିବ ସଂରକ୍ଷଣ

April 5, 2026
Latest News

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026

୩୯୮.୩୬ କୋଟିର ଅପ୍ଟିକାଲ ଫାଇବର କେବୁଲ ପ୍ରକଳ୍ପକୁ ଭାରତୀୟ ରେଳବାଇର ମଞ୍ଜୁରୀ

April 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.