Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»PM Kisan Nidhi: ୨୧ତମ କିସ୍ତି ପ୍ରଦାନ କଲେ ପ୍ରଧାନମନ୍ତ୍ରୀ ମୋଦି, ଓଡିଶାରୁ ମୁଖ୍ୟମନ୍ତ୍ରୀ ସାମିଲ
ରାଜ୍ୟ ଖବର

PM Kisan Nidhi: ୨୧ତମ କିସ୍ତି ପ୍ରଦାନ କଲେ ପ୍ରଧାନମନ୍ତ୍ରୀ ମୋଦି, ଓଡିଶାରୁ ମୁଖ୍ୟମନ୍ତ୍ରୀ ସାମିଲ

November 19, 2025No Comments3 Mins Read
Share Facebook Twitter LinkedIn Email WhatsApp Copy Link
PM Kisan Nidhi
PM Kisan Nidhi: ୨୧ତମ କିସ୍ତି ପ୍ରଦାନ କଲେ ପ୍ରଧାନମନ୍ତ୍ରୀ ମୋଦି, ଓଡିଶାରୁ ୩୪ ଲକ୍ଷ କୃଷକ

PM Kisan Nidhi: ତାମିଲନାଡୁର କୋଏମ୍ବାଟୁର୍‌ରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପିଏମ୍ କିଷାନ ସମ୍ମାନ ନିଧିର ୨୧ତମ କିସ୍ତି ପ୍ରଦାନ କାର୍ଯ୍ୟକ୍ରମ ଶୁଭାରମ୍ଭ କରିଛନ୍ତି। ୨୧ତମ କିସ୍ତିରେ ଦେଶର ୯ କୋଟିରୁ ଉର୍ଦ୍ଧ୍ବ କୃଷକଙ୍କୁ ୧୮ ହଜାର କୋଟିରୁ ଉର୍ଦ୍ଧ୍ବଟଙ୍କା ପ୍ରଦାନ କରାଯାଇଛି। ଏହି କାର୍ଯ୍ୟକ୍ରମ ସବୁ ରାଜ୍ୟର ଜିଲ୍ଲା, ବ୍ଲକ, ପଞ୍ଚାୟତ, ପ୍ୟାକ୍ସ ଓ ମଣ୍ଡିରେ ଆୟୋଜନ କରାଯାଇଛି। ପ୍ରଧାନମନ୍ତ୍ରୀ ଏହି ଅବସରରେ ଦେଶର କୃଷକମାନଙ୍କୁ ଉଦ୍‌ବୋଧନ ଦେଇଛନ୍ତି।

ରାଜ୍ୟ ସ୍ତରୀୟ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ କୃଷକମାନଙ୍କୁ ଉଦ୍‌ବୋଧନ ଦେଇ କହିଥିଲେ ଯେ, କୃଷକମାନଙ୍କୁ ଆବଶ୍ୟକ ସମୟରେ ବିହନ, ସାର, କୀଟନାଶକ ଆଦି କିଣିବା ପାଇଁ କେନ୍ଦ୍ର ସରକାର ବାର୍ଷିକ ୩ଟି କିସ୍ତିରେ ୬ ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରୁଛନ୍ତି। ଆଜି ୨୧ତମ କିସ୍ତିରେ ଆମ ରାଜ୍ୟର ୩୪.୧୨ ଲକ୍ଷରୁ ଉର୍ଦ୍ଧ୍ବ କୃଷକ କିସ୍ତି ବାବଦକୁ ୨ ହଜାର ଟଙ୍କା ଲେଖାଏଁ ପାଇବେ।

ଏହି ସହାୟତା ପ୍ରଦାନ ସମ୍ପୂର୍ଣ୍ଣ ସ୍ବଚ୍ଛତାର ସହ କରାଯାଉଛି ଏବଂ ଏଥିରେ କ୍ଷୁଦ୍ର, ମଧ୍ୟମ, ବୃହତ୍ତ ଓ ସହରାଞ୍ଚଳର ଭୂମିଧାରୀ ଚାଷୀମାନେ ଉପକୃତ ହେଉଛନ୍ତି। ପ୍ରଧାନମନ୍ତ୍ରୀଙ୍କର ଯୁଗାନ୍ତକାରୀ କାର୍ଯ୍ୟକ୍ରମ ମାଧ୍ୟମରେ ଆଜି ଦେଶର ଚାଷୀ, ଗରିବ, ମହିଳା ସମସ୍ତେ ଉପକୃତ ହେଉଛନ୍ତି।

ସେ ପୁଣି କହିଥିଲେ ପିଏମ୍ କିଷାନ ସହିତ ଆମ ରାଜ୍ୟରେ ସିଏମ୍ କିଷାନ ଜରିଆରେ ୨ଟି କିସ୍ତିରେ ୪ ହଜାର ଟଙ୍କା ପ୍ରଦାନ କରାଯାଉଛି। ଚଳିତ ଆର୍ଥିକ ବର୍ଷରେ ସିଏମ କିଷାନ ଯୋଜନାରେ ୫୧.୫୪ ଲକ୍ଷ ଚାଷୀଙ୍କୁ ୨୯୯୧ ହଜାର କୋଟି ଟଙ୍କା ପ୍ରଦାନ କରାଯାଇଛି। ଏଥିରେ ୩୨୩୬ ଜଣ ପିଭିଟିଜି ଚାଷୀ ଏବଂ ୩୧,୬୯୫ ଜଣ ସହରାଞ୍ଚଳ ଚାଷୀ ଅନ୍ତର୍ଭୁକ୍ତ ଅଛନ୍ତି।

ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ, ସିଏମ କିଷାନ ଯୋଜନା ହିତାଧିକାରୀଙ୍କ ପିଲାମାନଙ୍କୁ ଉଚ୍ଚଶିକ୍ଷା ଏବଂ ବୈଷୟିକ ଶିକ୍ଷା ପାଇଁ କୃଷି ବିଦ୍ୟାନିଧି ଯୋଜନାରେ ଛାତ୍ରବୃତ୍ତି ପ୍ରଦାନ କରାଯାଉଛି। ଏହି ଯୋଜନାରେ ୨୦୨୪-୨୫ ଶିକ୍ଷା ବର୍ଷରେ ୧୩,୯୨୩ ଛାତ୍ରଛାତ୍ରୀଙ୍କୁ ୫୩ କୋଟି ୬୭ ଲକ୍ଷ ଟଙ୍କାର ଛାତ୍ରବୃତ୍ତି ପ୍ରଦାନ କରାଯାଇଛି, ଯାହାକି ପୂର୍ବବର୍ଷ ତୁଳନାରେ ୫ ଗୁଣ ଅଧିକ।

ପିଏମ ଧନଧାନ୍ୟ କୃଷି ଯୋଜନା କାର୍ଯ୍ୟକ୍ରମରେ ଓଡିଶାର କନ୍ଧମାଳ, ମାଲକାନଗିରି, ସୁନ୍ଦରଗଡ ଏବଂ ନୂଆପଡା ଜିଲ୍ଲାକୁ ଚୟନ କରାଯାଇଥିବାରୁ ମୁଖ୍ୟମନ୍ତ୍ରୀ ରାଜ୍ୟର କୃଷକ ମାନଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜ୍ଞାପନ କରିଥିଲେ।

କାର୍ଯ୍ୟକ୍ରମରେ ଉପସ୍ଥିତ ଖୋର୍ଦ୍ଧା ଜିଲ୍ଲା ବାଲିଅନ୍ତାର ଚାଷୀ ସୁବାଶ ଚନ୍ଦ୍ର ଦାସ, ବାଲିପଟଣାର ରୂପଶ୍ରୀ ସ୍ୱାଇଁ ଏବଂ ଜଟଣୀ କୁସୁମାଟିର କାର୍ତ୍ତିକ ପରିଡା ପିଏମ୍ କିଷାନ ଯୋଜନାର ସମସ୍ତ କିସ୍ତିର ସୁବିନିଯୋଗ କରି ଚାଷ କାର୍ଯ୍ୟରେ ସଫଳତା ପାଇଛନ୍ତି ବୋଲି ବର୍ଣ୍ଣନା କରିଥିଲେ। ମୁଖ୍ୟମନ୍ତ୍ରୀ ସେମାନଙ୍କ ସହ କଥାହୋଇ ଫସଲ ବିବିଧିକରଣ ଜରିଆରେ ଧାନ ସହିତ ତେଲ ଜାତୀୟ ଫସଲ, ପନିପରିବା, ଫଳ ଚାଷ ଇତ୍ୟାଦି ଅର୍ଥକାରୀ ଫସଲ ଉତ୍ପାଦନ କରିବା ପାଇଁ ଉତ୍ସାହିତ କରିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ରାଜ୍ୟର କୃଷକଙ୍କ ସଶକ୍ତିକରଣ ଓ ଉତ୍ପାଦନ ବୃଦ୍ଧିପାଇଁ ଆମ ସରକାର ସମସ୍ତ ସହଯୋଗ ଯୋଗାଇଦେବେ।

ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂଦେଓ କହିଥିଲେ ଯେ, ପିଏମ କିଷାନ ଓ ସିଏମ୍ କିଷାନ ଯୋଜନାରେ ଆମ ରାଜ୍ୟର ଚାଷୀ ଭାଇ ଭଉଣୀ ମାନେ ବାର୍ଷିକ ୧୦ ହଜାର ଟଙ୍କା ପାଉଛନ୍ତି। ଏହି ରାଶିକୁ ସଠିକ୍ ଭାବେ ଉପଯୋଗ କଲେ କୃଷି କାର୍ଯ୍ୟରେ ସଫଳତା ମିଳି ଅଭାବ ଦୂର ହେବ। କୃଷକ କଲ୍ୟାଣ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ଜାରି ରହିଛି। କେନ୍ଦ୍ର କୃଷି ମନ୍ତ୍ରୀ ମଧ୍ୟ ଓଡିଶା ସରକାରଙ୍କର କୃଷକ କଲ୍ୟାଣ କାର୍ଯ୍ୟକୁ ମଡେଲ ଭାବେ ଗ୍ରହଣ କରିବା ପାଇଁ କହିଛନ୍ତି।

ଓୟୁଏଟିର କୁଳପତି ପ୍ରଫେସର ଡକ୍ଟର ପ୍ରଭାତ ରାଉଳ କହିଥିଲେ ଯେ, କୃଷି ପାଇଁ ତିନୋଟି ସମ୍ବଳ ଆବଶ୍ୟକ। ଜମି, ଶ୍ରମ ଓ ପୁଞ୍ଜି। କୃଷକଙ୍କ ପାଖରେ ସବୁବେଳେ ଜମି ଓ ଶ୍ରମଥାଏ କିନ୍ତୁ ପୁଞ୍ଜି ନଥାଏ। ଏହାକୁ ହୃଦୟଙ୍ଗମ କରି ପ୍ରଧାନମନ୍ତ୍ରୀ ଏହି ଯୋଜନା କାର୍ଯ୍ୟକାରୀ କରିଛନ୍ତି। ପିଏମ୍ କିଷାନର ସହାୟତା ରାଶି ଚାଷୀ ମାନଙ୍କୁ ମାନସିକ ଓ ଆର୍ଥିକ କ୍ଷେତ୍ରରେ ସୁଦୃଢ କରୁଛି।

କାର୍ଯ୍ୟକ୍ରମରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ ପାଢୀ ସମସ୍ତଙ୍କୁ ସ୍ବାଗତ କରିଥିଲେ, ଖୋର୍ଦ୍ଧା ଜିଲ୍ଲାର ଚାଷୀ ଭାଇ ଭଉଣୀ ବହୁ ସଂଖ୍ୟାରେ ଉପସ୍ଥିତ ଥିଲେ।

PM Kisan Nidhi କନକବର୍ଦ୍ଧନ ସିଂହଦେଓ ପିଏମ୍ କିଷାନ ସମ୍ମାନ ନିଧି ମୋହନ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

କ୍ଷୁଦ୍ର ଓ ନାମମାତ୍ର ଚାଷୀମାନଙ୍କ ସଶକ୍ତିକରଣ ପାଇଁ ନିରନ୍ତର କାର୍ଯ୍ୟ କରୁଛନ୍ତି କେନ୍ଦ୍ର ସରକାର: କେନ୍ଦ୍ର ମନ୍ତ୍ରୀ

November 19, 2025

ଶ୍ରୀ ସତ୍ୟସାଇ ବାବା ସେବାକୁ ମାନବ ଜୀବନର ହୃଦୟରେ ରଖିଥିଲେ: ପ୍ରଧାନମନ୍ତ୍ରୀ

November 19, 2025

ଓଡ଼ିଶାରେ ଇସ୍ପାତ କ୍ଷେତ୍ରର ଅଭିବୃଦ୍ଧିକୁ ନେଇ କେନ୍ଦ୍ର ମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ

November 19, 2025

ହାଇୱା ଧକ୍କାରେ ଜଣେ ବାବାଙ୍କ ମୃତ୍ୟୁ

November 19, 2025
Latest News

କ୍ଷୁଦ୍ର ଓ ନାମମାତ୍ର ଚାଷୀମାନଙ୍କ ସଶକ୍ତିକରଣ ପାଇଁ ନିରନ୍ତର କାର୍ଯ୍ୟ କରୁଛନ୍ତି କେନ୍ଦ୍ର ସରକାର: କେନ୍ଦ୍ର ମନ୍ତ୍ରୀ

November 19, 2025

ଶ୍ରୀ ସତ୍ୟସାଇ ବାବା ସେବାକୁ ମାନବ ଜୀବନର ହୃଦୟରେ ରଖିଥିଲେ: ପ୍ରଧାନମନ୍ତ୍ରୀ

November 19, 2025

ଓଡ଼ିଶାରେ ଇସ୍ପାତ କ୍ଷେତ୍ରର ଅଭିବୃଦ୍ଧିକୁ ନେଇ କେନ୍ଦ୍ର ମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ

November 19, 2025

PM Kisan Nidhi: ୨୧ତମ କିସ୍ତି ପ୍ରଦାନ କଲେ ପ୍ରଧାନମନ୍ତ୍ରୀ ମୋଦି, ଓଡିଶାରୁ ମୁଖ୍ୟମନ୍ତ୍ରୀ ସାମିଲ

November 19, 2025

ଅର୍ଜୁନ ସ୍ନାତକ ମହାବିଦ୍ୟାଳୟ କଦଳୀଗଡ଼ରେ ଆତ୍ମ ସୁରକ୍ଷା ତାଲିମ୍ ପ୍ରଶିକ୍ଷଣ ଶିବିର

November 19, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.