Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ଘଟଗାଁ ମା’ ତାରିଣୀ ପୀଠର ଉନ୍ନତିକରଣ ନିମନ୍ତେ ୩୧୨ କୋଟିର ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
ରାଜ୍ୟ ଖବର

ଘଟଗାଁ ମା’ ତାରିଣୀ ପୀଠର ଉନ୍ନତିକରଣ ନିମନ୍ତେ ୩୧୨ କୋଟିର ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

December 7, 2025No Comments5 Mins Read
Share Facebook Twitter LinkedIn Email WhatsApp Copy Link
ଘଟଗାଁ ମା’ ତାରିଣୀ ପୀଠ
ଘଟଗାଁ ମା’ ତାରିଣୀ ପୀଠର ଉନ୍ନତିକରଣ ନିମନ୍ତେ ୩୧୨ କୋଟିର ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମା ଙ୍କ ଡୋରି ଲାଗିଲା, ମା ଙ୍କ ସେବା ପାଇଁ ସୁଯୋଗ ମିଳିଲା। ଆଜି କେନ୍ଦୁଝର ଘଟ ଗାଁ ମା ତାରିଣୀଙ୍କ ପୀଠର ସମନ୍ୱିତ ବିକାଶ ପାଇଁ ଶିଳାନ୍ୟାସ କରି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହା କହିଛନ୍ତି। କେନ୍ଦୁଝର ଜିଲ୍ଲା ତଥା ଓଡ଼ିଶା ପାଇଁ ଅନେକ ବର୍ଷର ବହୁ ଆକାଂକ୍ଷିତ ପ୍ରକଳ୍ପ ଆଜି ସଫଳତାର ସହ ଆରମ୍ଭ ହୋଇଛି। ଆଜି ଘଟଗାଁ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ ମା’ ତାରିଣୀଙ୍କ ପୀଠର ସମନ୍ବିତ ଉନ୍ନତିକରଣ ନିମନ୍ତେ ଭିତ୍ତିପ୍ରସ୍ତର ସ୍ଥାପନ ହୋଇଯାଇଛି ।

ସୂଚନା ଯୋଗ୍ୟଯେ ସମୁଦାୟ ୩୧୩ କୋଟି ଟଙ୍କା ବ୍ୟୟ ବରାଦରେ ଆଜି ମା’ ତାରିଣୀଙ୍କ ପୀଠର ସମନ୍ବିତ ଉନ୍ନତିକରଣ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି ଏବଂ ଆଗାମୀ ଏକ ବର୍ଷ ମଧ୍ୟରେ ଏହି ଉନ୍ନତିକରଣ କାର୍ଯ୍ୟ ସମାପ୍ତ ହେବ ବୋଲି ସମୟସୀମା ଧାର୍ଯ୍ୟ କରାଯାଇଛି।

ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଅଭିଭାଷଣ ରଖି ତାଙ୍କ ଅଠରମାସ ତଳର ପରିକଳ୍ପନା ଆଜି ସାକାର ରୂପ ନେଇଥିବାରୁ ସେ ଭାବବିହ୍ୱଳ ହୋଇ ପଡ଼ିଥିଲେ ଏବଂ କହିଥିଲେ ଯେ, ମା’ ତାରିଣୀଙ୍କ ପୀଠକୁ ଏକ ବିଶ୍ଵସ୍ତରୀୟ ଧର୍ମୀୟ ଓ ପର୍ଯ୍ୟଟନସ୍ଥଳୀ ଭାବେ ଗଢି ତୋଳିବାକୁ ସରକାର ସମସ୍ତ କାର୍ଯ୍ୟ କରିବେ ।

ମା’ଙ୍କ ପୀଠର ଉନ୍ନତିକରଣ ପାଇଁ କୌଣସି ବାଧା ବାଧକ ସାଜିବ ନାହିଁ । ଅର୍ଥର ଅଭାବ ନାହିଁ କାରଣ, ଏହି ଉନ୍ନତିକରଣ କାର୍ଯ୍ୟ ମା’ଙ୍କ ଆଶୀର୍ବାଦରେ ହେଉଛି । ମନ୍ଦିରର ସୌନ୍ଦର୍ଯ୍ୟକରଣ ଓ ପାରିପାର୍ଶ୍ବିକ ବିକାଶ ପାଇଁ ମଂଜୁର ହୋଇଥିବା ୩୧୩ କୋଟି ଟଙ୍କା ଏକ ବର୍ଷ ମଧ୍ୟରେ ଖର୍ଚ୍ଚ ହେବ ଆଉ ଆଗାମୀ ଏକ ବର୍ଷ ମଧ୍ୟରେ ଏହି ଅଂଚଳରେ ସମସ୍ତ ତୀର୍ଥଯାତ୍ରୀ ସୁବିଧା ଉପଲବ୍ଧ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଏଥିସହିତ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେଯେ ଆଉ ଅଧିକ ବ୍ୟୟ ଏହି ପ୍ରକଳ୍ପ ସହିତ ଯୋଡ଼ା ଯାଇ ମନ୍ଦିରର ଦେହୁରୀ ମାନଙ୍କ ସୁବିଧା ନିମନ୍ତେ ରହିବା ଗୃହ ମଧ୍ୟ ନିର୍ମାଣ ହେବ । ପୂର୍ତ୍ତ ବିଭାଗ ଏଥି ନିମନ୍ତେ ଆବଶ୍ୟକୀୟ ପଦକ୍ଷେପ ନେବାକୁ ଏବଂ ଜିଲ୍ଲାପାଳଙ୍କୁ ଡିପିଆର ମଧ୍ୟ ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

ସୂଚନା ଥାଉକି, ପ୍ରାୟ ୬୦ ଏକର ଜମିରେ ପରିବ୍ୟାପ୍ତ ହେବାକୁ ଥିବା ଏହି ଉନ୍ନତିକରଣ କାର୍ଯ୍ୟରେ ୨୧୬ ଶଯ୍ୟା ବିଶିଷ୍ଟ ଯାତ୍ରୀ ନିବାସ, ତୀର୍ଥଯାତ୍ରୀ କେନ୍ଦ୍ର, ବ୍ୟାଖ୍ୟାନ କେନ୍ଦ୍ର, ଖାଦ୍ୟ ପ୍ଲାଜା, ୱାଚ ଟାୱାର, ମାର୍କେଟ୍ କମ୍ପ୍ଲେକ୍ସ, ନଡ଼ିଆ ଗୋଦାମ ଏବଂ ୫୦୦ ଜଣଙ୍କ ପାଇଁ ବିଶାଳ ପ୍ରସାଦ ସେବନ ହଲ୍, ଶୌଚାଳୟ ବ୍ଲକ, ପୋଷାକ କୋଠରୀ, ଜୋତା ଷ୍ଟାଣ୍ଡ, ଟିକେଟ କାଉଣ୍ଟର, ହାତ-ପାଦ ଧୋଇବା ସ୍ଥାନ ଏବଂ ଡ୍ରାଇଭରମାନଙ୍କ ପାଇଁ ରେଷ୍ଟରୁମ ନିର୍ମାଣ ହେବ। ମନ୍ଦିରକୁ ସଂଯୋଗ କରୁଥିବା ରାସ୍ତାର ଉନ୍ନତିକରଣ, ପାର୍କିଂ, ଚାରିଟି ପୁଷ୍କରିଣୀର ସୋନ୍ଦର୍ଯ୍ୟକରଣ ଆଦି ଅନେକ ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ।

ମୁଖ୍ୟମନ୍ତ୍ରୀ, ମା’ ତାରିଣୀଙ୍କ ପୀଠ ପାଇଁ ପୂର୍ବ ସରକାର ମଂଜୁର କରିଥିବା ୫୦ କୋଟି ଟଙ୍କାର କାର୍ଯ୍ୟ ସମୁଦ୍ରକୁ ଶଙ୍ଖେ ବୋଲି କହିବା ସହିତ କେନ୍ଦୁଝର, ଯାହା ପ୍ରାକୃତିକ ସମ୍ପଦର ଗନ୍ତାଘର ଓ ଓଡିଶାର ହୃଦୟ ବିଷୟରେ ବର୍ଣ୍ଣନା କରି କହିଥିଲେ ଯେ, କେନ୍ଦୁଝରରେ ମେଗାଷ୍ଟିଲ ପ୍ଲାଣ୍ଟ ସ୍ଥାପନ ପାଇଁ ପ୍ରକ୍ରିୟା ଆଗେଇ ଚାଲିଛି । ଖୁବ୍‌ ଶୀଘ୍ର ଏହାର ଶିଳାନ୍ୟାସ ହେବ ।

ରାଉରକେଲା ଓ ଯାଜପୁର ଭଳି କେନ୍ଦୁଝର ଏକ ଇସ୍ପାତ ନଗରୀ ଭାବେ ଓଡ଼ିଶାର ଅର୍ଥନୀତିରେ ଆହୁରି ଅବଦାନ ରଖିବ । ସବୁ ଶିଳ୍ପ ଓ ଖଣି ଅଞ୍ଚଳକୁ ୬ ଥାକିଆ ରାସ୍ତା କରିବା ପାଇଁ ଆମ ସରକାର ନିଷ୍ପତ୍ତି ନେଇଛି । କେନ୍ଦୁଝରକୁ ପ୍ରାୟ ଅଧିକାଂଶ ରାସ୍ତା ୬ ଥାକିଆ ବିଶିଷ୍ଟ କରାଯିବ ବଡ଼ବିଲରେ ଏକ ରିଙ୍ଗ ରୋଡ଼ କରାଯିବ। ରାଜ୍ୟରେ କେତେଗୁଡ଼ିଏ ଇକୋନୋମିକ ଜୋନର ବିକାଶ କରାଯାଉଛି ।

ଏଥିରେ କେନ୍ଦୁଝର-ବଡ଼ବିଲ-ଯୋଡ଼ା ଅଞ୍ଚଳକୁ ରାଜ୍ୟର ଏକ ସୁଦୃଢ଼ ଅର୍ଥନୈତିକ ଜୋନରେ ପରିଣତ କରିବା ପାଇଁ ପଦକ୍ଷେପ ନିଆଯାଉଛି । କେନ୍ଦୁଝର ଜିଲ୍ଲାରେ ଅନେକ ବିକାଶ ପ୍ରକଳ୍ପ ଜାରି ରହିଛି । ସେ ଗୁଡ଼ିକର ଆପଣଙ୍କ ପାଇଁ ଖୁବ୍ ଶୀଘ୍ର ଲୋକାର୍ପଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ସୁନାର କେନ୍ଦୁଝର କେବଳ ଏକ କଥା ହୋଇ ରହିବ ନାହିଁ, ଏହା ସାରା ଓଡ଼ିଶା ପାଇଁ ହେବ ଏକ ବାସ୍ତବତା

କେନ୍ଦୁଝର ପାଇଁ ବିକାଶର ଚିତ୍ର ଆଙ୍କି ମୁଖ୍ୟମନ୍ତ୍ରୀ କହିଲେ ଯେ କେନ୍ଦ୍ର ସରକାର ପାରାଦୀପରୁ ବଡ଼ବିଲ ପର୍ଯ୍ୟନ୍ତ ୮ ଲେନ ରାସ୍ତା କରୁଛନ୍ତି। ପାରାଦୀପରୁ ଚଣ୍ଡିଖୋଲ ପର୍ଯ୍ୟନ୍ତ ନିର୍ମାଣ କାର୍ଯ୍ୟ ଚାଲିଛି। ଚଣ୍ଡିଖୋଲ ରୁ ବଡ଼ବିଲ ପର୍ଯ୍ୟନ୍ତ ସର୍ଭେ କାର୍ଯ୍ୟ ଚାଲିଛି। ଏ କାର୍ଯ୍ୟ ଖୁବ୍ ଶୀଘ୍ର ଆରମ୍ଭ ହେବ।

କେନ୍ଦୁଝର ର ବିକାଶ ପାଇଁ ବଡ଼ବିଲ ରେ ଏକ ଚାରି ଲେନ ବିଶିଷ୍ଟ ରିଙ୍ଗ ରୋଡ ହେବ। ଏଥିପାଇଁ ୨୩୦୦ କୋଟି ଟଙ୍କା ଖର୍ଚ୍ଚ କରାଯିବ। ସେହିପରି କେନ୍ଦୁଝରରେ ମଧ୍ୟ ୪୨୮ କୋଟି ଟଙ୍କାରେ ଏକ ବାଇପାସ୍ ରାସ୍ତା କରାଯିବ। ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଏକ ଚାରି ଲେନ ବିଶିଷ୍ଟ ରାସ୍ତା ନିର୍ମାଣ କରାଯିବ। ଏହା ସହିତ ୧୬୮ କୋଟି ଟଙ୍କାରେ ଏକ ଟେକ୍ ପାର୍କ, ଓକାକ୍ ପକ୍ଷରୁ ୧୫୦ କୋଟି ଟଙ୍କାରେ ଏକ ଡାଟା ସେଣ୍ଟର, ବଲଭଦ୍ରପୁର ରେ ୧୫୦ କୋଟି ଟଙ୍କାରେ ଏକ ଟେକ୍ସଟାଇଲ ପାର୍କ, ଧରଣୀଧର ବିଶ୍ଵ ବିଦ୍ୟାଳୟ କ୍ୟାମ୍ପସ ରେ ୧୮୭ କୋଟି ଟଙ୍କାରେ ଏକ data recovery centre, ୧୦୩ କୋଟି ଟଙ୍କାରେ ରାଇସୁଆଁ ଏୟାର ଷ୍ଟ୍ରିପ, ୧୮୦ କୋଟି ଟଙ୍କାରେ କେନ୍ଦୁଝର ଷ୍ଟାଡିୟମ୍, ୫୦ କୋଟି ଟଙ୍କାରେ ସାନଘାଗରା ଠାରେ RPRC ଆଦି ଅନେକ ପ୍ରକଳ୍ପ ସଂପର୍କରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ କେନ୍ଦୁଝର ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ସହିତ DMF ଓ OMBADC  ଏବଂ ଅନ୍ୟାନ୍ୟ ପାଣ୍ଠି ମିଶାଇଲେ କେବଳ କେନ୍ଦୁଝର ରେ ୩୫ ହଜାର କୋଟି ଟଙ୍କା ରହିଛି। ଏହି ସବୁ ଅର୍ଥ କେନ୍ଦୁଝରର ବିକାଶ ପାଇଁ ଖର୍ଚ୍ଚ ହେବ ବୋଲି ସେ କହିଛନ୍ତି।

ମୁଖ୍ୟମନ୍ତ୍ରୀ କହିଲେ ଯେ ବିକଶିତ ଓଡ଼ିଶାର ଅର୍ଥ ହେଲା ଓଡ଼ିଶାର ପ୍ରତ୍ୟେକ ଲୋକଙ୍କ ସମାବେଶୀ ବିକାଶ। ଆମେ ପ୍ରତିବଦ୍ଧତାର ସହିତ ପ୍ରୟାସ ଆରମ୍ଭ କରିଛୁ। ଲକ୍ଷ୍ୟରେ ପହଞ୍ଚିବା ପାଇଁ ଆପଣମାନଙ୍କ ସହ ଯୋଗ ଓ ମହାପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ଆମର ଏକାନ୍ତ କାମ୍ୟ। ୨୦୪୭ ମସିହା ସୁଦ୍ଧା ଭାରତକୁ ଏକ ବିକଶିତ ରାଷ୍ଟ୍ର ରୂପେ ବିଶ୍ୱ ଦରବାରରେ ଠିଆ କରିବାର ଲକ୍ଷ୍ୟ ରଖାଯାଇଛି । ସେଥିରେ ଓଡ଼ିଶାର ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିବ। ଓଡ଼ିଶା ହେବ ଦେଶର ଗ୍ରୋଥ ଇଞ୍ଜିନ । ୨୦୩୬ ସୁଦ୍ଧା ଏକ ସମୃଦ୍ଧ ଓଡ଼ିଶା ଗଠନ ପାଇଁ ଆମର ଜୋର‍ଦାର ଉଦ୍ୟମ ଆରମ୍ଭ ହୋଇଛି। ଦେଶ ଓ ରାଜ୍ୟର ଏହି ମହାନ୍ ଲକ୍ଷ୍ୟ ପୂରଣରେ କେନ୍ଦୁଝରର ବିଶେଷ ଭୂମିକା ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଆଜି ଘଟଗାଁ ଠାରେ ପହଞ୍ଚିବା ପରେ ଆର୍ ସି ପ୍ରାଥମିକ ବିଦ୍ୟାଳୟ ଠାରୁ ମା ତାରିଣୀ ଙ୍କ ମନ୍ଦିର ପର୍ଯ୍ୟନ୍ତ ଏକ ବିଶାଳ ରୋଡ ସୋ ଜରିଆ ରେ ଘଟଗାଁ ବାସୀ ମୁଖ୍ୟମନ୍ତ୍ରୀ ଙ୍କୁ ପାଛୋଟି ନେଇଥିଲେ । ଘଟଗାଁ ଠାରେ ମା ତାରିଣୀ ଙ୍କ ଦର୍ଶନ କରି ପୂଜାର୍ଚ୍ଚନା କରିବା ସହିତ ମୁଖ୍ୟମନ୍ତ୍ରୀ ସେହିଠାରେ ହିଁ ଘଟଗାଁ ମା ତାରିଣୀ ପୀଠର ସମନ୍ୱିତ ବିକାଶ ପ୍ରକଳ୍ପର ଶିଳାନ୍ୟାସ କରିଥିଲେ।

ଉକ୍ତ କାର୍ଯ୍ୟକ୍ରମରେ, ବିଜେପି ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ, ପୂର୍ତ୍ତ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଜଙ୍ଗଲ ମନ୍ତ୍ରୀ ଇଂ ଗଣେଶ ରାମସିଂ ଖୁଣ୍ଟିଆ, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର, କେନ୍ଦୁଝର ସାଂସଦ ଶ୍ରୀ ଅନନ୍ତ ନାୟକ, ଭଦ୍ରକ ସାଂସଦ ଶ୍ରୀ ଅଭିମନ୍ୟୁ ସେଠୀ, ଯାଜପୁର ସାସଂଦ, ଶ୍ରୀ ରବି ନାରାୟଣ ବେହେରା, ଘଷିପୁରା ବିଧାୟକ ଶ୍ରୀ ବଦ୍ରିନାରାୟଣ ପାତ୍ର, ଆନନ୍ଦପୁର ବିଧାୟକ ଶ୍ରୀ ଅଭିମନ୍ୟୁ ସେଠୀ, ଚମ୍ପୁଆ ବିଧାୟକ ଶ୍ରୀ ସନାତନ ମହାକୁଡ,ପାଟଣା ବିଧାୟକ ଶ୍ରୀ ଅଖିଳ ଚନ୍ଦ୍ର ନାଏକ, ତେଲକୋଇ ବିଧାୟକ ଡାକ୍ତର ଫକୀର ମୋହନ ନାଏକ, ଭଦ୍ରକ ବିଧାୟକ ଶ୍ରୀ ସୀତାଂଶୁ ଶେଖର ମହାପାତ୍ର, କୋରେଇ ବିଧାୟକ ଶ୍ରୀ ଆକାଶ ଦାସ ନାୟକ, ଧର୍ମଶାଳା ବିଧାୟକ ଶ୍ରୀ ହିମାଂଶୁ ଶେଖର ସାହୁ, ରେମୁଣା ବିଧାୟକ ଶ୍ରୀ ଗୋବିନ୍ଦ ଦାସ, ନୀଳଗିରି ବିଧାୟକ ଶ୍ରୀ ସନ୍ତୋଷ ଖଟୁଆ, ବାରିପଦା ବିଧାୟକ ଶ୍ରୀ ପ୍ରକାଶ ସୋରେନ, ଜିଲ୍ଲାପାଳ ବିଶାଳ ସିଂହ ପ୍ରମୁଖ ଉପସ୍ଥିତ ଥିଲେ।

Maa Tarini Maa Tarini Temple ଘଟଗାଁ ମା’ ତାରିଣୀ ପୀଠ ମା ତାରିଣୀ ମନ୍ଦିର ବିକାଶ ମା’ ତାରିଣୀ ମନ୍ଦିର ମୋହନ ଚରଣ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ପାଳନ ପାଇଁ ବସିଲା ପ୍ରସ୍ତୁତି ବୈଠକ, ନିଆଗଲା ଏହି ସବୁ ନିଷ୍ପତି

May 14, 2026

ଆସିକା SDPO ନିଲମ୍ବିତ

May 14, 2026

କୁମ୍ଭୀର ମୁହଁରୁ ଅଳ୍ପକେ ବର୍ତ୍ତିଲେ ମହିଳା

May 14, 2026

ପୁରୀ କୋରାପୁଟ ମଧ୍ୟରେ ଚାଲିବାକୁ ଥିବା ନୂଆ ଟ୍ରେନଟି କେଉଁ କେଉଁ ଷ୍ଟେସନରେ ରହିବ

May 14, 2026
Latest News

ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ପାଳନ ପାଇଁ ବସିଲା ପ୍ରସ୍ତୁତି ବୈଠକ, ନିଆଗଲା ଏହି ସବୁ ନିଷ୍ପତି

May 14, 2026

ଆସିକା SDPO ନିଲମ୍ବିତ

May 14, 2026

ସଙ୍କଟ ମଧ୍ୟରେ, ଭାରତ ପାଇଁ ଭଲ ଖବର: ହର୍ମୁଜ୍ ପ୍ରଣାଳୀ ପାର କଲା ଏମଭି ସନସାଇନ୍

May 14, 2026

କୁମ୍ଭୀର ମୁହଁରୁ ଅଳ୍ପକେ ବର୍ତ୍ତିଲେ ମହିଳା

May 14, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କ ଆହ୍ବାନ ପରେ, ଦିଲ୍ଲୀ ସରକାରୀ କାର୍ଯ୍ୟାଳୟରେ ‘ନୋ କାର ଡେ’

May 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.