Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ମୁଖ୍ୟମନ୍ତ୍ରୀ ଆଡ଼ିବନ୍ଧ ତିଆରି ଯୋଜନା ଲୋକାର୍ପିତ, ୨୭୩୮ କୋଟି ଟଙ୍କା ମଞ୍ଜୁର,ଜାଣନ୍ତୁ ଏହା କଣ
ରାଜ୍ୟ ଖବର

ମୁଖ୍ୟମନ୍ତ୍ରୀ ଆଡ଼ିବନ୍ଧ ତିଆରି ଯୋଜନା ଲୋକାର୍ପିତ, ୨୭୩୮ କୋଟି ଟଙ୍କା ମଞ୍ଜୁର,ଜାଣନ୍ତୁ ଏହା କଣ

December 11, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଲୋକାର୍ପିତ ହେଲା 'ମୁଖ୍ୟମନ୍ତ୍ରୀ ଆଡ଼ିବନ୍ଧ
ଲୋକାର୍ପିତ ହେଲା 'ମୁଖ୍ୟମନ୍ତ୍ରୀ ଆଡ଼ିବନ୍ଧ ତିଆରି ଯୋଜନା-୩.୦’, ୨୭୩୮ କୋଟି ଟଙ୍କା ମଞ୍ଜୁର

ମୁଖ୍ୟମନ୍ତ୍ରୀ ଆଡ଼ିବନ୍ଧ ତିଆରି ଯୋଜନା: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ମାଝୀ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ‘ମୁଖ୍ୟମନ୍ତ୍ରୀ ଆଡ଼ିବନ୍ଧ ତିଆରି ଯୋଜନା-୩.୦’ ଲୋକାର୍ପିତ କରିଛନ୍ତି । ଏହି ଯୋଜନା ପାଇଁ ୨୭୩୮ କୋଟି ଟଙ୍କା ମଞ୍ଜୁର କରାଯାଇଛି ଏବଂ ଏହାଦ୍ୱାରା ଆଗାମୀ ୫ ବର୍ଷରେ ୩ ହଜାର ନୂଆ ଚେକ୍‌ ଡ୍ୟାମ୍ ନିର୍ମାଣ ହେବା ସହିତ ୨ ହଜାର ପୁରୁଣା ଚେକ୍‌ ଡ୍ୟାମ୍‌ର ପୁନଃରୁଦ୍ଧାର କରାଯିବ। ଏହାଦ୍ୱାରା ରାଜ୍ୟରେ ପ୍ରାୟ ୪୮ ହଜାର ହେକ୍ଟର ଜମିରେ ଜଳସେଚନର ସୁବିଧା ମିଳିପାରିବ ।

ମୁଖ୍ୟମନ୍ତ୍ରୀ ଆଡିବନ୍ଧ ଯୋଜନାରେ ଆଜି ରାଜ୍ୟର ୨୨ ଟି ଜିଲ୍ଲାରେ ୧୦୧ ଟି ଚେକ୍‌ଡ୍ୟାମ୍ ଲୋକାର୍ପିତ କରାଗଲା। ଏଥିପାଇଁ ୭୦ କୋଟି ୨୭ ଲକ୍ଷ ଟଙ୍କା ଖର୍ଚ୍ଚ କରାଯାଇଛି। ଏହାଦ୍ୱାରା ୨୪୧୬ ହେକ୍ଟର ଜମିରେ ଜଳସେଚନ ସୁବିଧା ମିଳିବ। ମୁଖ୍ୟମନ୍ତ୍ରୀ ଆଡିବନ୍ଧ ଯୋଜନା ୩.୦ ରେ ଆଜି ପ୍ରଥମ ପର୍ଯ୍ୟାୟରେ ୧୫ଟି ଜିଲ୍ଲାରେ ୨୦୧ ଟି ଚେକ୍‌ଡ୍ୟାମ୍ ପାଇଁ ଭିତ୍ତିପ୍ରସ୍ତର ମଧ୍ୟ ରଖାଯାଇଛି। ପ୍ରାୟ ୧୬୦ କୋଟି ଟଙ୍କା ବିନିଯୋଗରେ ଏହା ନିର୍ମାଣ କରାଯିବ ଏବଂ ଏହାଦ୍ୱାରା ୫୩୪୨ ହେକ୍ଟର ଜମିରେ ଜଳସେଚନର ସୁବିଧା ମିଳିବ।

ଆଡ଼ିବନ୍ଧ ଯୋଜନା ସହିତ ଆଉ କେତେକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପର ଶୁଭାରମ୍ଭ କରାଯାଇଛି। ୧୨୫ କୋଟି ଟଙ୍କା ବିନିଯୋଗରେ ମୟୁରଭଞ୍ଜ ଓ ଗଜପତି ଜିଲ୍ଲାରେ ଦୁଇଟି ବୃହତ୍‌ ଉଠା ଜଳସେଚନ ପ୍ରକଳ୍ପର ଉଦ୍‌ଘାଟନ କରାଯାଇଛି। ଏହାଦ୍ୱାରା ୪ ହଜାର ହେକ୍ଟର ଜମିରେ ଜଳସେଚନର ସୁବିଧା ମିଳିବା ସହିତ ପ୍ରାୟ ୧୦ ହଜାର ଚାଷୀ ଉପକୃତ ହେବେ। ଏହା ସହିତ ଆନନ୍ଦପୁର ବ୍ୟାରେଜର ଶାଳନ୍ଦୀ ବାମପାର୍ଶ୍ୱ କେନାଲର ପ୍ରାୟ ୧୪ କିଲୋମିଟର ଅଞ୍ଚଳରୁ ବାଲେଶ୍ୱର ଜିଲ୍ଲାର ପ୍ରାୟ ୧୦ ହଜାର ହେକ୍ଟର ଚାଷ ଜମିକୁ ଭୂ-ତଳ ଜଳସେଚନ ବ୍ୟବସ୍ଥାର ଲୋକାର୍ପଣ କରାଯାଇଛି।

ଅନୁଗୋଳ ଜିଲ୍ଲାର ଅଙ୍ଗପଡ଼ା ଠାରେ ୩୩ କୋଟି ଟଙ୍କା ବିନିଯୋଗରେ ଏକ ନୂତନ କ୍ଷୁଦ୍ର ଜଳସେଚନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ, ପ୍ରାୟ ୩୫୫ କୋଟି ଟଙ୍କା ବିନିଯୋଗରେ ସମ୍ୱଲପୁର ଜିଲ୍ଲାରେ ୬ ଟି ବୃହତ୍ ଉଠା ଜଳସେଚନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ, ପ୍ରାୟ ୧,୫୧୫ କୋଟି ଟଙ୍କା ବିନିଯୋଗରେ ରାଜ୍ୟର ୨୦ ଟି ଜିଲ୍ଲାରେ ୨୮, ୩୦୨ ଟି ଉଠା ଜଳସେଚନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି ।

ଆଜି ଉଦ୍‌ଘାଟିତ ହୋଇଥିବା ଜଳସେଚିତ ପ୍ରକଳ୍ପ ଗୁଡ଼ିକ ଦ୍ୱାରା ୧୬,୨୫୨ ହେକ୍ଟର ଚାଷଜମିରେ ଜଳସେଚନର ସୁବିଧା ସହିତ ୬୪ ହଜାର ଚାଷୀ ଭାଇ ଉପକୃତ ହେବେ। ସେହିପରି ଭିତ୍ତିପ୍ରସ୍ତର ରଖାଯାଇଥିବା ପ୍ରକଳ୍ପ ଦ୍ୱାରା ୧, ୫୫,୩୬୦ ହେକ୍ଟର ଜମିରେ ଜଳସେଚନ ସୁବିଧାର ବିକାଶ ହେବ ଏବଂ ପ୍ରାୟ ୬୩ ହଜାର କୃଷକ ଉପକୃତ ହେବେ। ସମୁଦାୟ ପ୍ରାୟ ୧ ଲକ୍ଷ ୨୭ ହଜାର କୃଷକ ଉପକୃତ ହେବେ।

Read More- Chitwan Elephant Festival Under Fire as PETA Footage Reveals Abuse (Click Here To Read)

ଚେକ୍‌ ଡ୍ୟାମ୍ ମୁଖ୍ୟମନ୍ତ୍ରୀ ଆଡ଼ିବନ୍ଧ ତିଆରି ଯୋଜନା-୩.୦ ଲୋକାର୍ପିତ ହେଲା 'ମୁଖ୍ୟମନ୍ତ୍ରୀ ଆଡ଼ିବନ୍ଧ
Share. Facebook Twitter LinkedIn Email WhatsApp Copy Link

Related Posts

ଡାଇରିଆର ତ୍ୱରିତ ନିଦାନ ଲାଗି ବିକଶିତ ହେବ ସ୍ୱଦେଶୀ କିଟ୍

March 10, 2026

ଓଡ଼ିଶାରେ ଆୟୋଜିତ ହେବ ଫିଟ୍ ଇଣ୍ଡିଆ କାର୍ନିଭାଲ- ୨୦୨୬

March 10, 2026

‘ସବ୍‌କା ସାଥ୍‌ ସବ୍‌କା ବିକାଶ-ଲୋକଙ୍କ ଆକାଂକ୍ଷା ପୂରଣ’ ବିଷୟ ଉପରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

March 10, 2026

ଖୋର୍ଦ୍ଧା ଜିଲ୍ଲା ସରକାରୀ କର୍ମଚାରୀ ସାଂସ୍କୃତିକ ପରିଷଦ ଉପଦେଷ୍ଟା ମଣ୍ଡଳୀ ବୈଠକ

March 10, 2026
Latest News

ଡାଇରିଆର ତ୍ୱରିତ ନିଦାନ ଲାଗି ବିକଶିତ ହେବ ସ୍ୱଦେଶୀ କିଟ୍

March 10, 2026

ଓଡ଼ିଶାରେ ଆୟୋଜିତ ହେବ ଫିଟ୍ ଇଣ୍ଡିଆ କାର୍ନିଭାଲ- ୨୦୨୬

March 10, 2026

‘ସବ୍‌କା ସାଥ୍‌ ସବ୍‌କା ବିକାଶ-ଲୋକଙ୍କ ଆକାଂକ୍ଷା ପୂରଣ’ ବିଷୟ ଉପରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

March 10, 2026

ଖୋର୍ଦ୍ଧା ଜିଲ୍ଲା ସରକାରୀ କର୍ମଚାରୀ ସାଂସ୍କୃତିକ ପରିଷଦ ଉପଦେଷ୍ଟା ମଣ୍ଡଳୀ ବୈଠକ

March 10, 2026

ଆଜି ଭୁବନେଶ୍ୱର ଅନେକ ସ୍ଥାନରେ ବନ୍ଦ ରହିବ ବିଦ୍ୟୁତ୍ ଯୋଗାଣ: ଜାଣନ୍ତୁ କେଉଁଠି ଓ କେତେବେଳେ?

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.