Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ବଡ ଖବର, ବିଧାୟକଙ୍କ ଦରମା କମିବ!! ବିଜେପି ବିଧାୟକମାନେ ମୁଖ୍ୟମନ୍ତ୍ରୀଙ୍କୁ ଦେଲେ ପ୍ରସ୍ତାବ
ରାଜ୍ୟ ଖବର

ବଡ ଖବର, ବିଧାୟକଙ୍କ ଦରମା କମିବ!! ବିଜେପି ବିଧାୟକମାନେ ମୁଖ୍ୟମନ୍ତ୍ରୀଙ୍କୁ ଦେଲେ ପ୍ରସ୍ତାବ

December 18, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବଡ ଖବର,
ବଡ ଖବର, ବିଧାୟକଙ୍କ ଦରମା କମିବ!! ବିଜେପି ବିଧାୟକମାନେ ମୁଖ୍ୟମନ୍ତ୍ରୀଙ୍କୁ ଦେଲେ ପ୍ରସ୍ତାବ

ଭୁବନେଶ୍ବର: ବିଧାୟକଙ୍କ ଦରମା ଏତେ ପରିମାଣ ବୃଦ୍ଧି ନେଇ ଜନଅସନ୍ତୋଷ ଦେଖାଦେବା ପରେ ବର୍ତ୍ତମାନ ସରକାରଙ୍କ ଚେତା ପଶିଛି। ଏହି ଦରମା ବୃଦ୍ଧିର ପୁନଃବିଚାର କରିବା ପାଇଁ ଆଜି ବିଜେପି ବିଧାୟକମାନେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ପ୍ରସ୍ତାବ ଦେଇଛନ୍ତି। ଏ ନେଇ ବିଧାୟକମାନେ ଦସ୍ତଖତ କରି ଦରମାର ପୁନଃବିଚାର କରିବା ପାଇଁ ଏକ ଲିଖିତ ଅନୁରୋଧ କରିଛନ୍ତି। ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ବସିଥିବା ବିଧାୟକ ଦଳର ବୈଠକରେ ଏହି ନିଷ୍ପତି ଗ୍ରହଣ କରାଯାଇଛି।

ଏହି ବୈଠକ ପରେ ମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି ଯେ, ବିଧାୟକଙ୍କ ଦରମା ବୃଦ୍ଧି ନେଇ ଏକ ଜନ ଅସନ୍ତୋଷ ସୃଷ୍ଟି ହେଉଥିଲା। ଏହାକୁ ଦୃଷ୍ଟିରେ ରଖି ବିଜେପି ବିଧାୟକମାନେ ଦରମା ବୃଦ୍ଧିର ପୁନଃବିଚାର କରିବାକୁ ପ୍ରସ୍ତାବ ଦେଇଛନ୍ତି। ସେମାନେ ଜନତାଙ୍କ ମତକୁ ସମ୍ମାନ ଦେଇ ଏହି ନିଷ୍ପତି ଗ୍ରହଣ କରିଛନ୍ତି। ଫଳରେ ରାଜ୍ୟ ସରକାର ବିଧାୟକ ଓ ପୂର୍ବତନ ବିଧାୟକଙ୍କ ଦରମା ବୃଦ୍ଧିର ପୁନଃବିଚାର କରିପାରନ୍ତି ବୋଲି ସେ କହିଛନ୍ତି।

ଚଳିତ ଶୀତ ଅଧିବେସନରେ ରାଜ୍ୟ ସରକାର ବିଧାୟକଙ୍କ ଦରମା ବୃଦ୍ଧି ନେଇ ଏକ ବିଧେୟକ ପାରିତ କରିଛନ୍ତି। ଏଥିରେ ବିଧାୟକଙ୍କ ପୂର୍ବ ଦରମା ଅପେକ୍ଷା ତିନିଗୁଣା ବୃଦ୍ଧି କରାଯାଇଛି। ଫଳରେ ଜଣେ ଜଣେ ବିଧାୟକ ପ୍ରାୟ ତିନି ଲକ୍ଷ ପଚାଶ ହଜାର ଦରମା ପାଇବେ ବୋଲି ଜଣାପଡିଛି। ଏହି ଖବରକୁ ନେଇ ସାରା ରାଜ୍ୟରେ ଜନ ଅସନ୍ତୋଷ ପ୍ରକାଶ ପାଇଛି। ଯାହାକୁ ସରକାରୀ ଦଳ ବିଧାୟକମାନେ ଗୁରୁତର ସହ ନେଇ ପୁନଃ ବିଚାର ପାଇଁ ନିବେଦନ କରିଛନ୍ତି।

ଏହି ବୈଠକରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ସାଂଗଠନିକ ସଂପାଦକ ମାନସ ମହାନ୍ତି ସହିତ ସମସ୍ତ ମନ୍ତ୍ରୀ ଓ ବିଧାୟକ ଉପସ୍ଥିତ ଥିଲେ।

MLA Salary Odisha MLA Salary ବଡ଼ ଖବର ବିଜେପି ବିଧାୟକ
Share. Facebook Twitter LinkedIn Email WhatsApp Copy Link

Related Posts

କୋରାପୁଟ ସ୍ଥିତ ସୀମା ସୁରକ୍ଷା ବଳର ହୀରକ ଜୟନ୍ତୀ ପାଳିତ

March 31, 2026

ହୋଟେଲ ଲାଇଫ୍ ଠାରେ ‘ବ୍ୟାମ୍ବୁ ଫରୱାର୍ଡ ସମିଟ୍- ଫ୍ରମ୍ ଗ୍ରାଉଣ୍ଡ ଟୁ ଗ୍ରୋଥ୍’ ଅନୁଷ୍ଠିତ

March 31, 2026

ଜନଗଣନା-୨୦୨୭: ଦୁଇ ପର୍ଯ୍ୟାୟରେ ହେବ ଭାରତର ବୃହତ୍ତମ ଜନଗଣନା, ଏପ୍ରିଲ ୧ ରୁ ପ୍ରଥମ ପର୍ଯ୍ୟାୟ

March 31, 2026

ଅତ୍ୟାବଶ୍ୟକ ସାମଗ୍ରୀର ଯୋଗାଣ ଉପରେ ଜିଲ୍ଲାପାଳମାନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

March 30, 2026
Latest News

କୋରାପୁଟ ସ୍ଥିତ ସୀମା ସୁରକ୍ଷା ବଳର ହୀରକ ଜୟନ୍ତୀ ପାଳିତ

March 31, 2026

ହୋଟେଲ ଲାଇଫ୍ ଠାରେ ‘ବ୍ୟାମ୍ବୁ ଫରୱାର୍ଡ ସମିଟ୍- ଫ୍ରମ୍ ଗ୍ରାଉଣ୍ଡ ଟୁ ଗ୍ରୋଥ୍’ ଅନୁଷ୍ଠିତ

March 31, 2026

ଗତି ଶକ୍ତି ବିଶ୍ୱବିଦ୍ୟାଳୟ ଏବଂ ଡିଜିସିଏ ମଧ୍ୟରେ ରାଜିନାମା ସ୍ବାକ୍ଷରିତ

March 31, 2026

ଜନଗଣନା-୨୦୨୭: ଦୁଇ ପର୍ଯ୍ୟାୟରେ ହେବ ଭାରତର ବୃହତ୍ତମ ଜନଗଣନା, ଏପ୍ରିଲ ୧ ରୁ ପ୍ରଥମ ପର୍ଯ୍ୟାୟ

March 31, 2026

ଆଜି ମାର୍ଚ୍ଚ ୩୧ ତାରିଖ ମଙ୍ଗଳବାରରେ ଏହି ଆଠଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

March 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.