Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»କୁଦୋପାଲିରେ ଛବିଳ ସାଏ ଓ ୫୭ ଜଣ ଶହୀଦଙ୍କ ସ୍ମୃତିରେ ପଦଯାତ୍ରା କଲେ କେନ୍ଦ୍ରମନ୍ତ୍ରୀ  
ରାଜ୍ୟ ଖବର

କୁଦୋପାଲିରେ ଛବିଳ ସାଏ ଓ ୫୭ ଜଣ ଶହୀଦଙ୍କ ସ୍ମୃତିରେ ପଦଯାତ୍ରା କଲେ କେନ୍ଦ୍ରମନ୍ତ୍ରୀ  

December 29, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
କୁଦୋପାଲିରେ ଛବିଳ ସାଏ
କୁଦୋପାଲିରେ ଛବିଳ ସାଏ ଓ ୫୭ ଜଣ ଶହୀଦଙ୍କ ସ୍ମୃତିରେ ପଦଯାତ୍ରାରେ ସାମିଲ ହେଲେ କେନ୍ଦ୍ରମନ୍ତ୍ରୀ

ସମ୍ବଲପୁର:୧୮୫୭ ସ୍ୱାଧୀନତା ସଂଗ୍ରାମର ଅନ୍ୟତମ ପବିତ୍ର ସ୍ଥଳୀ ସମ୍ବଲପୁରର କୁଦୋପାଲି ଠାରେ ଆୟୋଜିତ ‘ବୀର ଛବିଳ ସାଏ ସ୍ମୃତି ପଦଯାତ୍ରା’ରେ ଆଜି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ସାମିଲ ହୋଇଛନ୍ତି। ଏହି ଅବସରରେ ସେ ବୀର ସୁରେନ୍ଦ୍ର ସାଏଙ୍କ ଭାଇ ଛବିଳ ସାଏ ଏବଂ ୫୭ ଜଣ ଅମର ଶହୀଦଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ କୁଦୋପାଲିକୁ ଏକ ମହାନ ସାଂସ୍କୃତିକ ତୀର୍ଥସ୍ଥଳୀ ଭାବେ ଗଢ଼ିତୋଳିବାକୁ ଆହ୍ୱାନ ଦେଇଛନ୍ତି ।

ସୋମବାର କୁଦୋପାଲି ଠାରେ ଆୟୋଜିତ ପଦଯାତ୍ରାରେ ସାମିଲ ହୋଇ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି,  ୧୮୫୭ ମସିହା ଡିସେମ୍ବର ମାସ ୩୦ ତାରିଖ ଦିନ କୁଦୋପାଲିର ରଣଭୂମିରେ ୫୩ ଜଣ ସଂଗ୍ରାମୀ ଶହୀଦ ହୋଇଥିଲେ । ପରେ ଆଉ ୪ ଜଣ ସଂଗ୍ରାମୀଙ୍କୁ ଫାଶୀ ଦିଆଯାଇଥିଲା । ଏହିପରି ୫୭ ଜଣ ସଂଗ୍ରାମୀ ଶହୀଦ ହୋଇଥିଲେ ।

ଶହୀଦମାନଙ୍କ ମଧ୍ୟରେ ମହାନ ପରାକ୍ରମୀ ବୀର ସୁରେନ୍ଦ୍ର ସାଏ ଓ ଉଦନ୍ତ ସାଏଙ୍କ ଭାଇ ବୀର ଛବିଳ ସାଏ ମଧ୍ୟ ଥିଲେ। ଏହି ବୀର ମାଟିକୁ ଆସିବା ମୋ ପାଇଁ ସୌଭାଗ୍ୟ ଓ ଗୌରବର ବିଷୟ। କୁଦୋପାଲିର ଇତିହାସ କେବଳ ଆନ୍ଦୋଳନ ନୁହେଁ, ଏହା ହଜାର ହଜାର ବୀରଙ୍କ ରକ୍ତ ଓ ଆତ୍ମବଳିଦାନର ଗାଥା। ଏହି ଗୌରବକୁ ନୂଆ ପିଢ଼ି ପାଖରେ ପହଞ୍ଚାଇବା ଆମ ସମସ୍ତଙ୍କର ଦାୟିତ୍ୱ ।

କୁଦୋପାଲିର ମହତ୍ୱ ଜାଲିଆନାୱାଲା ବାଗ ଠାରୁ କୌଣସି ଗୁଣରେ କମ୍ ନୁହେଁ । ଏହି ଗୌରବମୟ ଇତିହାସକୁ ସାରା ବିଶ୍ୱରେ ପହଞ୍ଚାଇବା ପାଇଁ କେନ୍ଦ୍ର ଶିକ୍ଷା ବିଭାଗ ଅନ୍ତର୍ଗତ ନ୍ୟାସନାଲ ବୁକ ଟ୍ରଷ୍ଟ(ଏନବିଟି) ପକ୍ଷରୁ ଓଡ଼ିଆ, ହିନ୍ଦୀ ଓ ଇଂରାଜୀ ଭାଷାରେ ପୁସ୍ତକ ଲେଖା ଯାଇଛି ଏବଂ ଆଗାମୀ ଦିନରେ ଅନ୍ୟ ମାତୃଭାଷାରେ ପୁସ୍ତକ ପ୍ରକାଶନ ହେବ । ଜିଲ୍ଲା ପ୍ରଶାସନ ସହଯୋଗରେ ଏହି ସ୍ଥାନକୁ ଏକ ପ୍ରମୁଖ ସାଂସ୍କୃତିକ ପୀଠ ଭାବେ ବିକଶିତ କରାଯିବ ।

୨୦୪୭ରେ ଯେତେବେଳେ ଭାରତ ସ୍ୱାଧୀନତାର ୧୦୦ ବର୍ଷ ପୂରଣ କରିବ, ସେତେବେଳକୁ କୁଦୋପାଲି ଏକ ବୃହତ ସଂଗ୍ରାମୀ ତୀର୍ଥସ୍ଥଳୀରେ ପରିଣତ ହେବାର ଲକ୍ଷ୍ୟ ରଖାଯାଇଛି। ମନ୍ତ୍ରୀ ଶ୍ରୀ ପ୍ରଧାନ କୁଦୋପାଲି ଠାରେ ‘ବୀର ସୁରେନ୍ଦ୍ର ସାଏ ଆଦର୍ଶ ଅଙ୍ଗନବାଡ଼ି କେନ୍ଦ୍ର ପରିଦର୍ଶନ ସହ ପିଲାମାନଙ୍କୁ ଫଳ ବିତରଣ କରିଥିଲେ । ‘ଶହୀଦ ସଂଗ୍ରହାଳୟ’ ବୁଲିବା ସହ ସ୍ମୃତି ସ୍ତମ୍ଭରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।

dharmendra pradhan କୁଦୋପାଲି ଛବିଳ ସାଏ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁର
Share. Facebook Twitter LinkedIn Email WhatsApp Copy Link

Related Posts

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026

ବନ୍ୟା ମୁକାବିଲା ନିମନ୍ତେ କେନ୍ଦ୍ରର ୨,୧୧୭ କୋଟି ଟଙ୍କା ସହାୟତା, ଓଡ଼ିଶା ପାଇଁ ୫୦୦ କୋଟି

August 1, 2026

ମହାନଦୀ ଜଳ ବିବାଦ, ଆସନ୍ତା ଦୀପାବଳୀ ବେଳକୁ ଶୁଭ ଖବର ମିଳିବ ବୋଲି କହିଲେ ମୁଖ୍ୟମନ୍ତ୍ରୀ

August 1, 2026
Latest News

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.